ସେନା ବିମାନରେ ଦେଶ ଛାଡ଼ି ପଳାଇଲେ ଶ୍ରୀଲଙ୍କା ରାଷ୍ଟ୍ରପତି

କଲମ୍ବୋ,୧୩।୭: ଆର୍ଥିକ ସଙ୍କଟ ଦେଇ ଗତି କରୁଥିବା ଶ୍ରୀଲଙ୍କାରେ ରାଜନୈତିକ ଅସ୍ଥିରତା ମଧ୍ୟରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ରାଷ୍ଟ୍ରପତି ଗୋଟବାୟା ରାଜପକ୍ସେ ଦେଶ ଛାଡି ପଳାୟନ କରିଛନ୍ତି। ଇସ୍ତଫାର ସରକାରୀ ଘୋଷଣା ପୂର୍ବରୁ ରାଜପକ୍ସେ ନିଜ ସପରିବାର ସହ ଦେଶ ଛାଡ଼ି ମାଳଦ୍ୱୀପକୁ ପଳାଇଥିବା ଜଣାପଡ଼ିଛି। ଇମିଗ୍ରେସନ ସୂଚନା ଅନୁସାରେ, ଶ୍ରୀଲଙ୍କାର ମୁଖ୍ୟ ଅନ୍ତର୍ଜାତୀୟ ବିମାନବନ୍ଦରରୁ ବିମାନ ଉଡ଼ାଣ ଭରିଥିବା ଆଣ୍ଟୋନୋଭ-୩୨ ସେନା ବିମାନରେ ରାଜପକ୍ସେ ମାଳଦ୍ୱୀପକୁ ପଳାଇଛନ୍ତି। ଏହି ଯାତ୍ରା ସମୟରେ ୪ଜଣ ଯାତ୍ରୀ ସାମିଲ ହୋଇଥିଲେ। ସେଥିରେ ରାଜପକ୍ସେ, ତାଙ୍କ ପତ୍ନୀ ଏବଂ ୨ଜଣ ସୁରକ୍ଷାକର୍ମୀ ଥିଲେ। ତେବେ ମାଳଦ୍ୱୀପରେ ପହଞ୍ଚିବା ପରେ ସେମାନଙ୍କୁ ପୋଲିସର ସୁରକ୍ଷା ଅଧୀନରେ ଏକ ଅଜ୍ଞାତ ସ୍ଥାନକୁ ନିଆଯାଇଥିଲା ବୋଲି ମାଲେ ବିମାନବନ୍ଦର ଜଣେ ଅଧିକାରୀ କହିଛନ୍ତି। ସୂଚନାଯୋଗ୍ୟ, ରାଷ୍ଟ୍ରପତି ଭାବେ ରାଜପକ୍ସେ ଗିରଫଦାରୀରୁ ମୁକ୍ତ ଅଟନ୍ତି କିନ୍ତୁ ଗିରଫ ହେବାର ସମ୍ଭାବନାକୁ ଏଡ଼ାଇବା ପାଇଁ ସେ ଦେଶ ଛାଡି ପଳାଇଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଅନଲାଇନ ପେମେଣ୍ଟ କଲେ ଦିଗପହଣ୍ଡି ଚାଷୀଙ୍କୁ ମିଳୁଛି ସାର, ହନ୍ତସନ୍ତ ହେଉଛନ୍ତି….

ଦିଗପହଣ୍ଡି,୨୩।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିରେ ଚଳିତବର୍ଷ ଅନଲାଇନ୍ ଜରିଆରେ ଚାଷୀଙ୍କୁ ସାର ବିକ୍ରୀ ବ୍ୟବସ୍ଥାକୁ ନେଇ…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

‘ମୁଁ ଏଠାକାର ଖେଳାଳି’, ନଦୀରେ ଡେଇଁ ଭିଡିଓ ପୋଷ୍ଟ କଲେ କିରେନ ରିଜିଜୁ, ରାହୁଲ ଗାନ୍ଧୀଙ୍କ ସହ ତୁଳନାରେ ଦେଲେ ଏମିତି ଜବାବ

ନୂଆଦିଲ୍ଲୀ,୨୩।୮: ଅରୁଣାଚଳ ପ୍ରଦେଶର ଏମପି ତଥା କେନ୍ଦ୍ରମନ୍ତ୍ରୀ କିରେନ ରିଜିଜୁ ସୋସିଆଲ ମିଡିଆରେ ନିଜର ଏକ ଭିଡିଓକୁ ନେଇ ଚର୍ଚ୍ଚାରେ ଅଛନ୍ତି । ନଦୀରେ ଡେଇଁ ତୀବ୍ର…

ରନ୍ଧନ ଗ୍ୟାସକୁ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିୟମ: ଏହା ଥିଲେ ବନ୍ଦ ହେବ LPG ସିଲିଣ୍ଡର

ନୂଆଦିଲ୍ଲୀ,୨୩।୮: ଦେଶର ଘରୋଇ ରୋଷେଇ ଗ୍ୟାସ ବ୍ୟବସ୍ଥାରେ ବଡ଼ ପରିବର୍ତ୍ତନ ଆଣିବା ଦିଗରେ କେନ୍ଦ୍ର ସରକାର ପଦକ୍ଷେପ ନେଉଛନ୍ତି । ଯେଉଁ ଅଞ୍ଚଳରେ ପୂର୍ବରୁ PNG (Piped…

ସ୍କୁଲ ବନ୍ଦ କରି ଚାଲିଗଲେ ଶିକ୍ଷକ: ଭିତରେ ଫସି ରହିଲେ ଛାତ୍ରୀ, କାନ୍ଦ ବୋବାଳି….

ବଲାଙ୍ଗୀର,୨୩ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପାଟଣାଗଡ ଭାଇଁସା ସରକାରୀ ପ୍ରାଥମିକ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗତକାଲି ଶନିବାର ଦିନ…

ଡିଜିଟାଲ ଠକେଇରୁ କେମିତି ମିଳିବ ମୁକ୍ତି? ବରିଷ୍ଠ ନାଗରିକଙ୍କୁ ନେଇ…

ଛତ୍ରପୁର,୨୩ା୮(ଦିଲ୍ଲୀପ ସାମଲ): ବଢୁଥିବା ସାଇବର ଅପରାଧ ଓ ବିଶେଷକରି ଡିଜିଟାଲ ଆରେଷ୍ଟ ନାମରେ ହେଉଥିବା ଠକେଇରୁ ବରିଷ୍ଠ ନାଗରିକମାନଙ୍କୁ ସଚେତନ କରିବା ଲକ୍ଷ୍ୟରେ ଛତ୍ରପୁର ଥାନା ପକ୍ଷରୁ…

ଥୁଆମୂଳ ରାମପୁରରେ ରେକର୍ଡ ବର୍ଷା; ଯାତାୟତ ସମ୍ପୂର୍ଣ୍ଣ ଠପ୍, ପାଣିରେ ଫସିଲା ଆମ୍ବୁଲାନ୍ସ

ଥୁଆମୂଳ ରାମପୁର,୨୩ା୮(ଦୁର୍ଗା କୀର୍ତ୍ତି): ଲଘୁଚାପ ପ୍ରଭାବରେ ଦକ୍ଷିଣ ଓଡ଼ିଶାର ବିଭିନ୍ନ ଜିଲାରେ ପ୍ରବଳ ବର୍ଷା ଜାରି ରହିଥିବା ବେଳେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ରେକର୍ଡ…

ଭରା ପାଣିରେ ବଞ୍ଚିବା ପାଇଁ ସଂଘର୍ଷ, ଗ୍ରାମବାସୀ ଜନପ୍ରତିନିଧିଙ୍କୁ ଅଭିଯୋଗ କରିବା ପରେ ବି…

ଗୁଡ଼ାରି,୨୩ା୮(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ପେଣ୍ଡିଲି ପଞ୍ଚାୟତ ଅନ୍ତର୍ଗତ ପଞ୍ଚୁପାଣ୍ଡବ ଗ୍ରାମ ନିକଟରେ ପ୍ରବାହିତ ନାଳରେ ଲଘୁଚାପ ଜନିତ ବର୍ଷା ଯୋଗୁ ଅଧିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri