Posted inଜାତୀୟ

ଶ୍ରୀଲଙ୍କା ମାଟିକୁ ଭାରତ ବିରୋଧରେ ବ୍ୟବହାର କରିବାକୁ ଦିଆଯିବନି: ଦିସାନାୟକେ

ନୂଆଦିଲ୍ଲୀ,୧୬ା୧୨: ଶ୍ରୀଲଙ୍କା ଏହାର ଅଞ୍ଚଳକୁ ଭାରତର ସ୍ବାର୍ଥ ବିରୋଧୀ କୌଣସି କାର୍ଯ୍ୟରେ ବ୍ୟବହାର ପାଇଁ ଅନୁମତି ଦେବ ନାହିଁ ବୋଲି ଏହାର ରାଷ୍ଟ୍ରପତି ଅନୁରା କୁମାରା ଦିସାନାୟକେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ପ୍ରତିଶ୍ରୁତି ଦେଇଛନ୍ତି। ଭାରତକୁ ଟାର୍ଗେଟ କରିବା ପାଇଁ ଚାଇନା ଏହାର ‘ମିଶନ ଇଣ୍ଡିଆନ୍‌ ଓସନ୍‌’କୁ ବଢ଼ାଇ ଚାଲିଛି। ଶ୍ରୀଲଙ୍କା ଚାଇନାର ଋଣ ଶୁଝିବାରେ ବିଫଳ ହେବାରୁ ଏହାର ହମ୍ବାନ୍‌ଟୋଟା ବନ୍ଦରକୁ ଚାଇନା ଅକ୍ତିଆର କରିଛି। ସେଠାରେ ବେଜିଂ ନାଭାଲ ସର୍ଭିଲେନ୍ସ ଏବଂ ସ୍ପାଏ ଜାହାଜ ମୁତୟନ କରିଥିବାବେଳେ ଦିସାନାୟକେ ନୂଆଦିଲ୍ଲୀକୁ ଏଭଳି ପ୍ରତିଶ୍ରୁତି ଦେଇଛନ୍ତି।

ନୂଆଦିଲ୍ଲୀର ହାଇଦ୍ରାବାଦ ହାଉସ୍‌ରେ ଉଭୟଙ୍କ ମଧ୍ୟରେ ହୋଇଥିବା ଦ୍ୱିପାକ୍ଷିକ ଆଲୋଚନା ବେଳେ ଭାରତ-ଶ୍ରୀଲଙ୍କା ସମ୍ପର୍କକୁ ମଜଭୁତ କରିବା ପାଇଁ ପ୍ରତିଶ୍ରୁତିବଦ୍ଧ ବୋଲି ଦିସାନାୟକେ କହିଛନ୍ତି। ଭାରତ ସହ ସହଯୋଗ ବଢ଼ିଚାଲିଛି ଏବଂ ଏହି ସମର୍ଥନ ଜାରି ରହିବ ବୋଲି ସେ ପ୍ରତିଶ୍ରୁତି ଦେଇଛନ୍ତି। ଗତ ସେପ୍ଟେମ୍ବରରେ ଶ୍ରୀଲଙ୍କା ରାଷ୍ଟ୍ରପତି ଭାବେ ଦାୟିତ୍ୱ ଗ୍ରହଣ କରିଥିବା ଦିସାନାୟକେ ଭାରତକୁ ପ୍ରଥମ ବିଦେଶ ଗସ୍ତରେ ଆସି ଖୁସି ବ୍ୟକ୍ତ କରିଛନ୍ତି। ୨ ବର୍ଷ ପୂର୍ବେ ଶ୍ରୀଲଙ୍କା ଅଭୂତପୂର୍ବ ଆର୍ଥିକ ସଙ୍କଟର ସମ୍ମୁଖୀନ ହୋଇଥିବାବେଳେ ଭାରତ ପର୍ଯ୍ୟାପ୍ତ ସହାୟତା କରିଥିବା ସେ ସ୍ବୀକାର କରିଛନ୍ତି। ଶ୍ରୀଲଙ୍କାର ଆଞ୍ଚଳିକ ଅଖଣ୍ଡତା ଓ ସାର୍ବଭୌମତ୍ୱର ସୁରକ୍ଷା ପାଇଁ ଭାରତ ପୂର୍ଣ୍ଣ ସହଯୋଗ କରିବ ବୋଲି ପ୍ରଧାନମନ୍ତ୍ରୀ ମୋଦି ପ୍ରତିଶ୍ରୁତି ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦୀପାବଳି ପୂର୍ବରୁ ମାଲାମାଲ ହେବେ ଚାଷୀ! ଆସିବାକୁ ଯାଉଛି…

ନୂଆଦିଲ୍ଲୀ, ୨୧।୯: ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (PM-KISAN) ଯୋଜନାର ୨୪ତମ କିସ୍ତିକୁ ଦେଶର କୋଟି କୋଟି ଚାଷୀ ଅପେକ୍ଷା କରିଛନ୍ତି। ଏହି ଯୋଜନାର ୨୩ତମ କିସ୍ତି…

ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ

ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪…

ସେପ୍ଟେମ୍ବର ୨୩ରେ ଘଟିବ ବିରଳ ଘଟଣା; ଦିନ-ରାତି ୧୨-୧୨ ଘଣ୍ଟା….

ନୂଆଦିଲ୍ଲୀ,୨୧।୯: ଆସନ୍ତା ୨୩ ସେପ୍ଟେମ୍ବରରେ ଆକାଶରେ ଦେଖିବାକୁ ମିଳିବ ଏକ ବିଶେଷ ଭୌଗଳିକ ଘଟଣା । ଏହି ତାରିଖରେ ଦିନ ଓ ରାତିର ସମୟ ପ୍ରାୟ ସମାନ…

ବାତ୍ୟାକୁ ନେଇ ବଡ଼ ଅପଡେଟ୍‌ ଦେଲେ ମୁଖ୍ୟ ଶାସନ ସଚିବ: ୧୧ ଜିଲା ହେବ ପ୍ରଭାବିତ

ଭୁବନେଶ୍ୱର,୨୧।୯: ଉତ୍ତର ଆଣ୍ଡାମାନ ସାଗର ଏବଂ ସଂଲଗ୍ନ ଅଞ୍ଚଳ ଉପରେ ସୃଷ୍ଟି ହୋଇଥିବା ଲଘୁଚାପ କ୍ଷେତ୍ର ଘନୀଭୂତ ହୋଇ ସୋମବାର ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ଅବପାତ ରୂପ…

ସମ୍ଭାବ୍ୟ ବାତ୍ୟା ଭୟ ଭିତରେ ବଡ଼ ସୂଚନା ଦେଲେ IMD ଡିଜି: ୨୨ ତାରିଖ ସନ୍ଧ୍ୟାରୁ…

ଭୁବନେଶ୍ୱର,୨୧।୯:ଗଭୀର ଅବପାତ ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳ ବର୍ଷିବ। ଏନେଇ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର। IMD ଡିଜିଙ୍କ କହିବାନୁସାରେ, ପୁରୀରୁ ଦକ୍ଷିଣକୁ ଥିବା…

୨୦ ମାସର ଶିଶୁଙ୍କୁ ଘରୁ ଘୋଷାଡ଼ି ନେଲା କୁକୁର: ଆଉ ତା’ପରେ ଘଟିଲା…

ଶିମ୍‌ଲା,୨୧।୯: ହିମାଚଳ ପ୍ରଦେଶର ରାଜଧାନୀ ଶିମ୍‌ଲାର ଶାଙ୍କଲୀ ଅଞ୍ଚଳରେ ଏକ ହୃଦୟ ବିଦାରକ ଘଟଣା ଘଟିଛି। ଏଠାରେ ଜଣେ ୨୦ ମାସର ଶିଶୁ କନ୍ୟା ଉପରେ ଦୁଇଟି…

ରୁଷିଆ ନିର୍ବାଚନରେ ପୁଟିନଙ୍କ ଦବଦବା, ୪୫୦ରୁ ୩୫୫ ଆସନ ଜିତିଲା ୟୁନାଇଟେଡ୍…

ମସ୍କୋ,୨୧।୯: ରୁଷିଆର ସଂସଦୀୟ ନିର୍ବାଚନରେ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମର୍ଥନ ଥିବା ୟୁନାଇଟେଡ୍ ରୁଷିଆ ପାର୍ଟି ବଡ଼ ବିଜୟ ହାସଲ କରିଛି । ପୁଟିନ୍‌ଙ୍କ ଦଳ ସଂସଦର…

ବଙ୍ଗ ରାଜନୀତିରେ ହଇଚଇ; ଏହି କଂଗ୍ରେସ ନେତାଙ୍କୁ ଘୃଣା କରନ୍ତି ମମତା! TMC ନେତା କଲେ ବଡ଼ ଖୁଲାସା

କୋଲକାତା,୨୧।୯: ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ବିଧାନସଭା ଆସନରେ ଅକ୍ଟୋବର ୬ରେ ଉପନିର୍ବାଚନ ହେବ । ଏହା ପୂର୍ବରୁ ରାଜ୍ୟ ରାଜନୀତିରେ ତୃଣମୂଳ କଂଗ୍ରେସ ଓ କଂଗ୍ରେସ ମଧ୍ୟରେ ସମୀକରଣକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?