Posted inଖେଳ

ଶ୍ରୀଲଙ୍କାର ସିରିଜ ବିଜୟ

ପାଲିକେଲ, ୪ା୫ (ଏପି)-ପଦାର୍ପଣ ମ୍ୟାଚରେ ପ୍ରବୀଣ ଜୟବିକ୍ରମଙ୍କ ୧୧ ଉଇକେଟ ସଫଳତା ଯୋଗୁ ଶ୍ରୀଲଙ୍କା ଏଠାରେ ବାଂଲାଦେଶ ବିପକ୍ଷ ଦ୍ୱିତୀୟ କ୍ରିକେଟ ଟେଷ୍ଟକୁ ୨୦୯ ରନରେ ଜିତି ନେଇଛି। ଫଳରେ ଘରୋଇ ଦଳ ୨ ମ୍ୟାଚ ବିଶିଷ୍ଟ ସିରିଜ ୧-୦ରେ ବିଜୟୀ ହୋଇଛି। ସୋମବାର ଅନ୍ତିମ ଦିବସରେ ବିଜୟ ହାସଲ ପାଇଁ ଶ୍ରୀଲଙ୍କା ୫ ଉଇକେଟ ଆବଶ୍ୟକ କରୁଥିଲା। ଜୟବିକ୍ରମ ତନ୍ମଧ୍ୟରୁ ୩ଟି ଅକ୍ତିଆର କରିଥିଲେ। ମ୍ୟାଚରେ ୧୭୮ରନ ବିନିମୟରେ ମୋଟ ୧୧ଟି ଉଇକେଟ ଅକ୍ତିଆର କରିଥିଲେ। ସକାଳେ ସେ ତାଙ୍କ ଦ୍ୱିତୀୟ ଓଭରରେ ଲିଟନ ଦାସ(୧୭)ଙ୍କୁ ଆଉଟ କରିଥିଲେ। ୨୨ବର୍ଷୀୟ ବାମହାତୀ ସ୍ପିନର ବାଂଲାଦେଶର ଶେଷ ଦୁଇ ଉଇକେଟ ୩ଟି ବଲ୍‌ ମଧ୍ୟରେ ପତନ ଘଟାଇଥିଲେ। ଦ୍ୱିତୀୟ ଇନିଂସରେ ସେ ୮୫ ରନ ଦେଇ ୫ଟି ଉଇକେଟ ଅକ୍ତିଆର କରିଥିଲେ। ପ୍ରଥମ ଇନିଂସରେ ସେ ୯୨ ରନ ଦେଇ ୬ ଉଇକେଟ ଅକ୍ତିଆର କରିଥିଲେ। ସେ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଶ୍ରୀଲଙ୍କା ଅଧିନାୟକ ଦିମୁଥ କରୁଣାରନେତ୍ ପ୍ଲେୟର ଅଫ୍‌ ଦି ସିରିଜ ବିବେଚିତ ହୋଇଥିଲେ। ସେ ଖେଳିଥିବା ତିନୋଟି ଇନିଂସରେ ଗୋଟିଏ ଦ୍ୱିଶତକ, ଗୋଟିଏ ଅର୍ଦ୍ଧଶତକ ସମେତ ୪୨୮ରନ ସ୍କୋର କରିଥିଲେ।
ସଂକ୍ଷିପ୍ତ ସ୍କୋର
ଶ୍ରୀଲଙ୍କା ପ୍ରଥମ ଇନିଂସ: ୪୯୩/୭ ଘୋଷଣା
ବାଂଲାଦେଶ ପ୍ରଥମ ଇନିଂସ: ୨୫୧
ଶ୍ରୀଲଙ୍କା ଦ୍ୱିତୀୟ ଇନିଂସ: ୧୯୪/୯, ଘୋଷଣା
ବାଂଲାଦେଶ ଦ୍ୱିତୀୟ ଇନିଂସ: ୨୨୭ (ମୁସ୍‌ଫିକର ରହିମ-୪୦, ମେହିଦି ହସନ-୩୯, ସୈଫ ହସନ-୩୪, ପ୍ରବୀଣ ଜୟବିକ୍ରମ-୫/୮୬, ରମେଶ ମେଣ୍ଡିସ-୪/୧୦୩)।


Enter your email to get our daily news in your inbox.

All Right Reserved By Dharitri.Com

ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ପତାକା ଉତ୍ତୋଳନକଲେ ବ୍ଲକ୍‌ ଅଧ୍ୟକ୍ଷ: ପ୍ରଥମ ଥର ପାଇଁ…

ଦାରିଙ୍ଗବାଡ଼ି, ୧୫।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହେଲିପ୍ୟାଡ୍‌ ପଡ଼ିଆରେ ବ୍ଲକ୍‌ସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାଆଡ଼ମ୍ବର ଓ ଉତ୍ସାହର ସହ ପାଳିତ ହୋଇଯାଇଛି। ଜାତୀୟ…

ଖବର ପ୍ରକାଶ ପରେ ମୁଖ୍ୟ ରାସ୍ତାରୁ ହଟିଲା ହମ୍ପ୍‌ସ, ସ୍ବାଗତ କରି ବୁଦ୍ଧିଜୀବୀ କହିଲେ…

ଦିଗପହଣ୍ଡି,୧୫ା୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି- ଚିକିଟି-ନୂଆପଡ଼ା ମୁଖ୍ୟରାସ୍ତା ମେଡିକାଲ ଛକ ସାହାଣୀ ସାହି ନିକଟରେ ଅବୈଜ୍ଞାନିକ ଭାବେ ତିଆରି କରାଯାଇଥିବା ବେଆଇନ ହମ୍ପ୍‌ସରେ ଗତ…

ଛତ୍ରପୁରରେ ଜିଲାସ୍ତରୀୟ ସ୍ୱାଧୀନତା ଦିବସ, ଗଞ୍ଜାମର ଉନ୍ନତି ପାଇଁ ସରକାର ପ୍ରତିବଦ୍ଧ: ଆଇନ ମନ୍ତ୍ରୀ

ଛତ୍ରପୁର, ୧୫`୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଗଞ୍ଜାମ ଜିଲା ସଦର ମହକୁମା ଛତ୍ରପୁରଠାରେ ଜିଲାସ୍ତରୀୟ ୮୦ତମ ସ୍ୱାଧୀନତା ଦିବସ ମହାସମାରୋହ ଆଡ଼ମ୍ବର ଓ ଉତ୍ସାହର ସହ ପାଳିତ…

ସିଂହ ରାଶିରେ ଏକାଠି ହେବେ ସୂର୍ଯ୍ୟ-ବୁଧ; ଧନ ଓ ସଫଳତାରେ ମିଳିବ ବଡ଼ ଲାଭ, ଏହି ୩ ରାଶିର ଗୋଲ୍ଡେନ୍ ଟାଇମ୍ ଆରମ୍ଭ…

ବୈଦିକ ଜ୍ୟୋତିଷ ଅନୁସାରେ, ଗ୍ରହମାନଙ୍କର ଗତି ଆମ ଜୀବନ ଉପରେ ଗଭୀର ପ୍ରଭାବ ପକାଇଥାଏ । ଗ୍ରହମାନଙ୍କର ରାଜକୁମାର ବୁଧ, ଆସନ୍ତା ଅଗଷ୍ଟ ୨୨ ତାରିଖରେ ସନ୍ଧ୍ୟା…

ବଲାଙ୍ଗୀରରେ ପତାକା ଉତ୍ତୋଳନ କଲେ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ, କହିଲେ ଏ ମାଟିର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ…

ବଲାଙ୍ଗୀର,୧୫ା୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ମନୋହରପୁର ରିଜର୍ଭ ପୋଲିସ ପଡ଼ିଆରେ ଶନିବାର ୮୦ ତମ ଜିଲା ସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ଉଚ୍ଚଶିକ୍ଷା, କ୍ରୀଡ଼ା ଓ…

ତେଲ ବଜାରରେ ବଡ଼ ହଲଚଲ, ଅଗଷ୍ଟ ୧୫ରେ କମିଲା ପେଟ୍ରୋଲ ଦର? ଜାରି ହେଲା ନୂଆ ଦର…

ନୂଆଦିଲ୍ଲୀ,୧୫।୮: ପେଟ୍ରୋଲ-ଡିଜେଲ ଦରକୁ ନେଇ ଶନିବାର ଏକ ନୂଆ ଅପଡେଟ୍ ଆସିଛି। କେନ୍ଦ୍ର ସରକାର ପେଟ୍ରୋଲ ଏବଂ ଡିଜେଲ ସମେତ ପେଟ୍ରୋଲିୟମ୍ ରପ୍ତାନି ଉପରେ ଲାଗୁଥିବା ‘ୱିଣ୍ଡଫଲ୍…

ପ୍ରଧାନମନ୍ତ୍ରୀଙ୍କ ସହିତ ଲାଲକିଲ୍ଲାରେ ତ୍ରିରଙ୍ଗା ଉତ୍ତୋଳନ କରିଥିବା କ୍ୟାପଟେନ ସୋନିଆ ସିଂହ ଚୌହାନ କିଏ? ଜାଣନ୍ତୁ ତାଙ୍କ ବିଷୟରେ

ନୂଆଦିଲ୍ଲୀ,୧୫।୮: ସ୍ବାଧୀନତା ଦିବସରେ, ପ୍ରଧାନମନ୍ତ୍ରୀ ଲାଲକିଲ୍ଲାର ପ୍ରାଚୀରରୁ ଜାତୀୟ ପତାକା ଉତ୍ତୋଳନ କରିଛନ୍ତି, ଏହି ଐତିହାସିକ ମୁହୂର୍ତ୍ତ ଉପରେ ସମଗ୍ର ଦେଶର ନଜର ରହିଥିଲା। 21 ତୋପ…

ସୁନ୍ଦରଗଡ଼ରେ ଜାତୀୟ ପତାକା ଉତ୍ତୋଳନ କଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା

ସୁନ୍ଦରଗଡ଼,୧୫ା୮(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ସଦରମହକୁମାରେ ୮୦ତମ ସ୍ବାଧୀନତା ଦିବସ ସମାରୋହ ପାଳିତ ହୋଇଯାଇଛି। ସୁନ୍ଦରଗଡ଼ ସରକାରୀ ମହାବିଦ୍ୟାଳୟ ସମ୍ମୁଖ ଯାତ୍ରାପଡ଼ିଆଠାରେ ଆୟୋଜିତ ଜିଲାସ୍ତରୀୟ ସମାରୋହରେ ଉପମୁଖ୍ୟମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri