Posted inଖେଳ

ଖେଳାଳିଙ୍କୁ ମହଙ୍ଗା ପଡ଼ିଲା ହୋଟେଲ ବାହାରେ ଧୂମପାନ କରିବା

କଲମ୍ବୋ,୩୦।୬: ବିଶୃଙ୍ଖଳାଗତ କାରଣରୁ ଇଂଲଣ୍ଡ ଗସ୍ତ ମଧ୍ୟରୁ ସ୍ବଦେଶ ଫେରିଛନ୍ତି ଶ୍ରୀଲଙ୍କା ଦଳର ଉପ ଅଧିନାୟକ କୁସାଲ ମେଣ୍ଡିସ, ଦନୁଷ୍କା ଗୁଣଥିଲକା ଓ ଉଇକେଟକିପର ନିରୋଶାନ ଡିକଓ୍ବେଲା। ଜୁଲାଇରେ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ସୀମିତ ଓଭର ସିରିଜ୍‌ରୁ ଏମାନଙ୍କୁ ବାଦ୍‌ ଦିଆଯିବ ବୋଲି ବୁଧବାର ଜଣେ ଅଧିକାରୀ ସ୍ପଷ୍ଟ କରିଛନ୍ତି।

ଇଂଲଣ୍ଡ ବିପକ୍ଷ ସିରିଜ୍‌ ପୂର୍ବରୁ ଶ୍ରୀଲଙ୍କା ଖେଳାଳିଙ୍କୁ ଦଳୀୟ ହୋଟେଲରେ ୨ ସପ୍ତାହ ପାଇଁ ବାଧ୍ୟତାମୂଳକ କ୍ୱାରେଣ୍ଟିନରେ ରଖାଯାଇଥିଲା। ଏହି ଅବଧି ମଧ୍ୟରେ ଦଳର ୩ ବରିଷ୍ଠ ଖେଳାଳି ବାୟୋ ବବଲ ନିୟମ ଭଙ୍ଗ କରି ହୋଟେଲ ବାହାରକୁ ଯାଇଥିଲେ। ଆସନ୍ତା ୧୩ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଓ ଦିନିକିଆ ସିରିଜ୍‌ରେ ଏମାନଙ୍କ ମଧ୍ୟରୁ କେହି ସ୍ଥାନ ପାଇବେ ନାହିଁ। ବୋର୍ଡ ସହ କରିଥିବା ଚୁକ୍ତି ଭଙ୍ଗ କରିଥିବାରୁ ସେମାନଙ୍କୁ ଅତିକମ୍‌ରେ ଏକ ବର୍ଷ ଲାଗି ବାସନ୍ଦ କରାଯିବ ବୋଲି ଶ୍ରୀଲଙ୍କା କ୍ରିକେଟ ବୋର୍ଡ ଅଧିକାରୀ କହିଛନ୍ତି।

ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ପୂର୍ବରୁ ଡରହାମଠାରେ ୩ ବରିଷ୍ଠ ଖେଳାଳି ବାୟୋ ବବଲ ନିୟମ ଭଙ୍ଗ କରିଥିଲେ। ମେଣ୍ଡିସ ଓ ଡିକଓ୍ବେଲା ଡରହାମ ରାସ୍ତାରେ ଧୂମପାନ କରୁଥିବା ନଜର ଆସିଥିଲା। ପରବର୍ତ୍ତୀ ସମୟରେ ସେମାନଙ୍କୁ ଯୋଗଦେଇଥିଲେ ଗୁଣଥିଲକା। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ୩ ଖେଳାଳି ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ରୁ ନିଜ ଆଡ଼ୁ ଓହରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

Video: ଆଉଟ୍‌ ଦେଇଥିବା ଅମ୍ପାୟାରଙ୍କଠାରୁ ‘ପ୍ରତିଶୋଧ’ ନେଲେ ବିରାଟ, ସର୍ବସମ୍ମୁଖରେ କଲେ ଏଭଳି…

ନୂଆଦିଲ୍ଲୀ,୨୩।୪: ବିରାଟ କୋହଲି କ୍ରିକେଟ ମଇଦାନରେ ନିଜର କ୍ରୋଧକୁ ନେଇ ପରିଚିତ। ଖେଳ ସମୟରେ ନିଜ ବିରୋଧୀ ଟିମ୍‌ର ମୁହଁ ଏବଂ ବ୍ୟାଟ୍‌ ଉଭୟର ଉଚିତ...

‘ପନ୍ତଙ୍କୁ ଚୟନ କରା ନ ଗଲେ ଭାରତ ମ୍ୟାଚ୍‌ରେ ପ୍ରଭାବ ପଡ଼ିବ’ 

ନୂଆଦିଲ୍ଲୀ,୨୩।୪: ଟି୨୦ ବିଶ୍ୱକପ୍‌ ପାଇଁ ଟିମ୍‌ ଇଣ୍ଡିଆର ଚୟନ ଚଳିତ ମାସ ଶେଷ ଆଡ଼କୁ ହୋଇପାରେ। ଦଳରେ ଅନେକ ଖେଳାଳିଙ୍କୁ ଚୟନ କରିବାକୁ ନେଇ ଏଯାଏ...

ହେଲା ବଡ଼ ଖୁଲାସା, ଏହି ଗୋଟିଏ ଭୁଲ୍‌ ପାଇଁ ଆର୍‌ସିବିରେ ନାହାନ୍ତି ଚହଲ…

ନୂଆଦିଲ୍ଲୀ,୨୩।୪: ଯୁଜବେନ୍ଦ୍ର ଚହଲଙ୍କୁ ଦଳରେ ନ ରଖିବାର ନିଷ୍ପତ୍ତି ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର(ଆର୍‌ସିବି)କୁ ଅବଶୋଷ ରହିବ। କିଛି ଏଭଳି ପ୍ରତିକ୍ରିୟା ରଖିଛନ୍ତି ଫ୍ରାଞ୍ଚାଇଜ୍‌ର ପୂର୍ବ କ୍ରିକେଟ...

ଇତିହାସ ରଚିଲେ ଚହଲ: ଆଇପିଏଲ୍‌ରେ ଏମିତି କାରନାମା କରିବାରେ ପ୍ରଥମ ବୋଲର

ନୂଆଦିଲ୍ଲୀ,୨୩।୪: ମୁମ୍ବାଇ ଇଣ୍ଡିଆନ୍ସ ଏବଂ ରାଜସ୍ଥାନ ରୟାଲ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚରେ ୟୁଜବେନ୍ଦ୍ର ଚହଲ ତାଙ୍କ ଆଇପିଏଲ କ୍ୟାରିୟରରେ ୨୦୦ ଉଇକେଟ ପୂରଣ କରିଛନ୍ତି। ମୁମ୍ବାଇ...

ଅରେଞ୍ଜ କ୍ୟାପ୍‌ ଉପରେ କୋହଲଙ୍କ କବ୍‌ଜା: ପର୍ପଲ କ୍ୟାପ୍‌ ରେସ୍‌ ହେଉଛି ରୋଚକ

ନୂଆଦିଲ୍ଲୀ,୨୩।୪: ବ୍ୟାଟ୍ସମ୍ୟାନ ଭାବରେ ବିରାଟ କୋହଲିଙ୍କ ଆଭିମୁଖ୍ୟ ଆଇପିଏଲ ୨୦୨୪ ରେ ଜାରି ରହିଛି। ବିରାଟ କୋହଲି ୮ଟି ମ୍ୟାଚରେ ହାରାହାରି ୬୩.୧୭ରେ ୩୭୯ ରନ...

ହଠାତ୍‌ ପଡ଼ିଆ ମଝିରେ ବିପକ୍ଷ ବ୍ୟାଟ୍ସମ୍ୟାନଙ୍କୁ ଆଲିଙ୍ଗନ କଲେ ରୋହିତ ଶର୍ମା: ଜାଣନ୍ତୁ କାହିଁକି

ମୁମ୍ବାଇ,୨୩।୪: ରାଜସ୍ଥାନ ରୟାଲ୍ସର ଓପନର୍‌ ଯଶସ୍ବୀ ଜୟସ୍ବାଲ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ୬୦ ବଲରେ ୧୦୪ ରନର ଅପରାଜିତ ଇନିଂସ ଖେଳିଥିଲେ। ସେ ତାଙ୍କ ଇନିଂସରେ...

ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ

ଭୁବନେଶ୍ୱର,୨୩।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ ବା ପିଏନ୍‌ବି ବାଲେଶ୍ୱର ମଣ୍ଡଳର ନୂତନ ମଣ୍ଡଳ ମୁଖ୍ୟ ଭାବେ ବିଶ୍ୱଜିତ ବିଶ୍ୱାଳ ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା...

‘ଗୁକେଶ ଭବିଷ୍ୟତର ବିଶ୍ୱ ଚାମ୍ପିୟନ’

ନୂଆଦିଲ୍ଲୀ, ୨୪ା୪(ପି.ଟି.): ମର୍ଯ୍ୟାଦାପୂର୍ଣ୍ଣ କ୍ୟାଣ୍ଡିଡେଟ୍ସ ଟୁର୍ନାମେଣ୍ଟ ଜିତି ଭାରତର ଡି. ଗୁକେଶ ଏକ ଐତିହାସିକ ସଫଳତା ହାସଲ କରିଛନ୍ତି। କେବଳ ଚେସ୍‌ ନୁହେଁ ସବୁ ମହଲରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri