Posted inଖେଳ

ଖେଳାଳିଙ୍କୁ ମହଙ୍ଗା ପଡ଼ିଲା ହୋଟେଲ ବାହାରେ ଧୂମପାନ କରିବା

କଲମ୍ବୋ,୩୦।୬: ବିଶୃଙ୍ଖଳାଗତ କାରଣରୁ ଇଂଲଣ୍ଡ ଗସ୍ତ ମଧ୍ୟରୁ ସ୍ବଦେଶ ଫେରିଛନ୍ତି ଶ୍ରୀଲଙ୍କା ଦଳର ଉପ ଅଧିନାୟକ କୁସାଲ ମେଣ୍ଡିସ, ଦନୁଷ୍କା ଗୁଣଥିଲକା ଓ ଉଇକେଟକିପର ନିରୋଶାନ ଡିକଓ୍ବେଲା। ଜୁଲାଇରେ ଭାରତ ବିପକ୍ଷରେ ଖେଳାଯିବାକୁ ଥିବା ସୀମିତ ଓଭର ସିରିଜ୍‌ରୁ ଏମାନଙ୍କୁ ବାଦ୍‌ ଦିଆଯିବ ବୋଲି ବୁଧବାର ଜଣେ ଅଧିକାରୀ ସ୍ପଷ୍ଟ କରିଛନ୍ତି।

ଇଂଲଣ୍ଡ ବିପକ୍ଷ ସିରିଜ୍‌ ପୂର୍ବରୁ ଶ୍ରୀଲଙ୍କା ଖେଳାଳିଙ୍କୁ ଦଳୀୟ ହୋଟେଲରେ ୨ ସପ୍ତାହ ପାଇଁ ବାଧ୍ୟତାମୂଳକ କ୍ୱାରେଣ୍ଟିନରେ ରଖାଯାଇଥିଲା। ଏହି ଅବଧି ମଧ୍ୟରେ ଦଳର ୩ ବରିଷ୍ଠ ଖେଳାଳି ବାୟୋ ବବଲ ନିୟମ ଭଙ୍ଗ କରି ହୋଟେଲ ବାହାରକୁ ଯାଇଥିଲେ। ଆସନ୍ତା ୧୩ ତାରିଖରୁ ଭାରତ ବିପକ୍ଷରେ ଆରମ୍ଭ ହେବାକୁ ଥିବା ୩ ମ୍ୟାଚ୍‌ ବିଶିଷ୍ଟ ଟି୨୦ ଓ ଦିନିକିଆ ସିରିଜ୍‌ରେ ଏମାନଙ୍କ ମଧ୍ୟରୁ କେହି ସ୍ଥାନ ପାଇବେ ନାହିଁ। ବୋର୍ଡ ସହ କରିଥିବା ଚୁକ୍ତି ଭଙ୍ଗ କରିଥିବାରୁ ସେମାନଙ୍କୁ ଅତିକମ୍‌ରେ ଏକ ବର୍ଷ ଲାଗି ବାସନ୍ଦ କରାଯିବ ବୋଲି ଶ୍ରୀଲଙ୍କା କ୍ରିକେଟ ବୋର୍ଡ ଅଧିକାରୀ କହିଛନ୍ତି।

ଇଂଲଣ୍ଡ ବିପକ୍ଷ ପ୍ରଥମ ଦିନିକିଆ ପୂର୍ବରୁ ଡରହାମଠାରେ ୩ ବରିଷ୍ଠ ଖେଳାଳି ବାୟୋ ବବଲ ନିୟମ ଭଙ୍ଗ କରିଥିଲେ। ମେଣ୍ଡିସ ଓ ଡିକଓ୍ବେଲା ଡରହାମ ରାସ୍ତାରେ ଧୂମପାନ କରୁଥିବା ନଜର ଆସିଥିଲା। ପରବର୍ତ୍ତୀ ସମୟରେ ସେମାନଙ୍କୁ ଯୋଗଦେଇଥିଲେ ଗୁଣଥିଲକା। ଏହି ଘଟଣାର ଭିଡିଓ ଭାଇରାଲ ହେବା ପରେ ୩ ଖେଳାଳି ଇଂଲଣ୍ଡ ବିପକ୍ଷ ଦିନିକିଆ ସିରିଜ୍‌ରୁ ନିଜ ଆଡ଼ୁ ଓହରି ଯାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଇରାନ ଦେଲା ବଡ଼ ଧମକ, ସାରା ବିଶ୍ୱରେ ଖେଳିଗଲାଣି ଆତଙ୍କ

ତେହରାନ,୨୧।୫: ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ, ସମୁଦ୍ର ତଳ ଇଣ୍ଟରନେଟ କେବୁଲ ସମ୍ପର୍କରେ ଇରାନ ଦ୍ୱାରା ଜାରି କରାଯାଇଥିବା ଧମକ ବିଶ୍ୱ ଚିନ୍ତାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri