ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ପୁରୀ ଅଫିସ,୧୪ା୨: ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ଉକ୍ତ ଫଟୋ ଘୂରି ବୁଲିବା ପରେ ବିବାଦ ବଢ଼ିଛି। ଇନ୍‌ଷ୍ଟାଗ୍ରାମ୍‌ରେ ସାଲିନୀ ଫସୀ ଓ ଇଣ୍ଡିଆ ଟେମ୍ପଲ ନାମକ ଦୁଇଟି ଆକାଉଣ୍ଟରେ ଶ୍ରୀମନ୍ଦିର ଭିତର ଫଟୋ ପୋଷ୍ଟ ହୋଇଛି। ଫେବୃୟାରୀ ୨ରେ ଏହି ଫଟୋ ଅପ୍‌ଲୋଡ୍‌ ହୋଇଥିବାବେଳେ ଦକ୍ଷିଣ ଦ୍ୱାର ଗୁମୁଟ ନିକଟ ନୃସିଂହ ମନ୍ଦିର ପାର୍ଶ୍ୱରୁ ଫଟୋଟି ଉଠା ଯାଇଥିବା ଭଳି ପ୍ରତୀୟମାନ ହେଉଛି। ଏହାକୁ ନେଇ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ଶ୍ରୀମନ୍ଦିର ଭିତରକୁ କ୍ୟାମେରା ଓ ମୋବାଇଲ୍‌ ଫୋନ୍‌କୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ସିଂହଦ୍ୱାର ସମେତ ଅନ୍ୟ ପ୍ରବେଶ ପଥରେ ସ୍ବତନ୍ତ୍ର ଯାଞ୍ଚ ବ୍ୟବସ୍ଥା ରହିଛି। ପୂର୍ବରୁ ଶ୍ରୀମନ୍ଦିରର ଭିତର ଫଟୋ ବାରମ୍ବାର ଭାଇରାଲ ହେବା ପରେ କଡ଼ା ନଜର ରଖାଯାଉଛି। ଏହାସତ୍ତ୍ବେ ପୁଣି ଫଟୋ ଭାଇରାଲ ଘଟଣା ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ପୁରୀ ଶ୍ରୀମନ୍ଦିର ପାଇଁ ଏହା ନୂଆ କଥା ନୁହେଁ। ଅନେକ ସମୟରେ ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି। ତେବେ ଏବେର ଭାଇରାଲ ସଂକ୍ରାନ୍ତରେ ଶ୍ରୀମନ୍ଦିର ପ୍ରଶାସକ ତଥା ଉନ୍ନୟନ କମିଶନର ଅଜୟ କୁମାର ଜେନା କହିଛନ୍ତି ଯେ, ଘଟଣାର ତଦନ୍ତ କରାଯାଉଛି। ରିପୋର୍ଟ ମିଳିବା ପରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ। ଅନ୍ୟପକ୍ଷରେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଏ ସଂକ୍ରାନ୍ତରେ ସିଂହଦ୍ୱାର ଥାନାରେ ଏତଲା ଦେଇଛନ୍ତି। ଉକ୍ତ ଏତଲାରେ ପୋଷ୍ଟ କରିଥିବା ମହିଳାଙ୍କ ନାମ ଉଲ୍ଲେଖ ଥିବାବେଳେ ଶ୍ରୀଜଗନ୍ନାଥ ମନ୍ଦିର ଆକ୍ଟ ସେକ୍ସନ-୩୦(ଏ) ଆଧାରରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ଉକ୍ତ ଫଟୋ କେବେ ଉଠାଯାଇଛି, ପ୍ରକୃତରେ ପୋଷ୍ଟ କରିଥିବା ବ୍ୟକ୍ତି କିଏ, ସେ ନା ଆଉ କିଏ ଫଟୋ ଉଠାଇଛନ୍ତି ସେ ସଂକ୍ରାନ୍ତରେ କିଛି ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ତଦନ୍ତ ଚାଲିଥିବା ଥାନା ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଟଣାଗଡ଼ରେ ଘୋଷିତ ପାୱାର୍ କଟ୍‌: ପ୍ରତିବାଦରେ ବିଦ୍ୟୁତ୍ ଅଫିସ୍ ଘେରାଉ କରିବ ବିଜେଡି

ବଲାଙ୍ଗୀର,୨୭।୫(ସୁନୀଲ କୁମାର ମହାନ୍ତି): ପାଟଣାଗଡ଼ ନିର୍ବାଚନ ମଣ୍ଡଳୀରେ ଉଗ୍ର ରୂପ ନେଉଛି ବିଦ୍ୟୁତ ସମସ୍ୟା। ଅଘୋଷିତ ବିଦ୍ୟୁତ୍‌ କାଟ ପ୍ରତିବାଦରେ ଆଗାମୀ ଦିନରେ ବିଦ୍ୟୁତ ଅଫିସ ଘେରାଉ…

ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ…

କେନ୍ଦୁଝରରେ କାଳବୈଶାଖୀ ତାଣ୍ଡବ; ଛିଣ୍ତିଲା ବିଦ୍ୟୁତ୍ ତାର, ଗଛ ପଡ଼ି ବୃଦ୍ଧା ଗୁରୁତର

କେନ୍ଦୁଝର,୨୭।୫ (ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସଦର ବ୍ଲକରେ ତାଣ୍ତବ ରଚିଛି କାଳବୈଶାଖୀ । ବୁଧବାର ସନ୍ଧ୍ୟାରେ ଜୋରରେ ପବନ ହେବାରୁ ପନିପରିବା ଫସଲ ସମେତ ଗଛ ଉପୁଡିଵା…

୨୪ ଦିନରେ ମା’ ରାମାୟାଣାମ୍ମାଙ୍କ ଠାକୁରାଣୀ ଯାତ୍ରା: ଯାତ୍ରା ମ୍ୟାନେଜରଙ୍କ ସ୍ବତନ୍ତ୍ର ପୂଜା, ବିରାଟ ପଟୁଆରରେ ସହର ପରିକ୍ରମା କଲେ…

ଛତ୍ରପୁର,୨୭।୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରର ଆରାଧ୍ୟ ଦେବୀ ମା’ ରାମାୟାଣାମ୍ମାଙ୍କ ପ୍ରସିଦ୍ଧ ଠାକୁରାଣୀ ଯାତ୍ରା ପାଇଁ ଏବେ ସାରା ସହର ଉଠୁଛି ପଡୁଛି। ମା’ଙ୍କ ଆଗମନରେ…

ତୈଳଦର ବୃଦ୍ଧି; ପାରଳାଖେମୁଣ୍ଡିରେ ବିଜେଡିର ବିକ୍ଷୋଭ ପ୍ରଦର୍ଶନ, ଟାୟାର ଜାଳି….

ଗଜପତି,୨୭।୫(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ଠାରେ ପେଟ୍ରୋଲ ଓ ଡିଜେଲର ବର୍ଦ୍ଧିତ ଦର ପ୍ରତିବାଦରେ ଆଜି ବିଜେଡି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି । ଜିଲା ସଭାପତି…

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri