ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ, ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ

ପୁରୀ ଅଫିସ,୧୪ା୨: ଶ୍ରୀମନ୍ଦିର ଭିତର ଫଟୋ ପୁଣି ଭାଇରାଲ ହୋଇଛି। ସୋସିଆଲ ମିଡିଆରେ ଉକ୍ତ ଫଟୋ ଘୂରି ବୁଲିବା ପରେ ବିବାଦ ବଢ଼ିଛି। ଇନ୍‌ଷ୍ଟାଗ୍ରାମ୍‌ରେ ସାଲିନୀ ଫସୀ ଓ ଇଣ୍ଡିଆ ଟେମ୍ପଲ ନାମକ ଦୁଇଟି ଆକାଉଣ୍ଟରେ ଶ୍ରୀମନ୍ଦିର ଭିତର ଫଟୋ ପୋଷ୍ଟ ହୋଇଛି। ଫେବୃୟାରୀ ୨ରେ ଏହି ଫଟୋ ଅପ୍‌ଲୋଡ୍‌ ହୋଇଥିବାବେଳେ ଦକ୍ଷିଣ ଦ୍ୱାର ଗୁମୁଟ ନିକଟ ନୃସିଂହ ମନ୍ଦିର ପାର୍ଶ୍ୱରୁ ଫଟୋଟି ଉଠା ଯାଇଥିବା ଭଳି ପ୍ରତୀୟମାନ ହେଉଛି। ଏହାକୁ ନେଇ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି।

ଶ୍ରୀମନ୍ଦିର ଭିତରକୁ କ୍ୟାମେରା ଓ ମୋବାଇଲ୍‌ ଫୋନ୍‌କୁ ସମ୍ପୂର୍ଣ୍ଣ ନିଷେଧ କରାଯାଇଛି। ସିଂହଦ୍ୱାର ସମେତ ଅନ୍ୟ ପ୍ରବେଶ ପଥରେ ସ୍ବତନ୍ତ୍ର ଯାଞ୍ଚ ବ୍ୟବସ୍ଥା ରହିଛି। ପୂର୍ବରୁ ଶ୍ରୀମନ୍ଦିରର ଭିତର ଫଟୋ ବାରମ୍ବାର ଭାଇରାଲ ହେବା ପରେ କଡ଼ା ନଜର ରଖାଯାଉଛି। ଏହାସତ୍ତ୍ବେ ପୁଣି ଫଟୋ ଭାଇରାଲ ଘଟଣା ଶ୍ରୀମନ୍ଦିରର ସୁରକ୍ଷା ବ୍ୟବସ୍ଥାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ତେବେ ପୁରୀ ଶ୍ରୀମନ୍ଦିର ପାଇଁ ଏହା ନୂଆ କଥା ନୁହେଁ। ଅନେକ ସମୟରେ ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ ହୋଇଛି। ତେବେ ଏବେର ଭାଇରାଲ ସଂକ୍ରାନ୍ତରେ ଶ୍ରୀମନ୍ଦିର ପ୍ରଶାସକ ତଥା ଉନ୍ନୟନ କମିଶନର ଅଜୟ କୁମାର ଜେନା କହିଛନ୍ତି ଯେ, ଘଟଣାର ତଦନ୍ତ କରାଯାଉଛି। ରିପୋର୍ଟ ମିଳିବା ପରେ ଆବଶ୍ୟକ କାର୍ଯ୍ୟାନୁଷ୍ଠାନ ନିଆଯିବ। ଅନ୍ୟପକ୍ଷରେ ଶ୍ରୀମନ୍ଦିର ସୁରକ୍ଷା ପ୍ରଶାସକ ଏ ସଂକ୍ରାନ୍ତରେ ସିଂହଦ୍ୱାର ଥାନାରେ ଏତଲା ଦେଇଛନ୍ତି। ଉକ୍ତ ଏତଲାରେ ପୋଷ୍ଟ କରିଥିବା ମହିଳାଙ୍କ ନାମ ଉଲ୍ଲେଖ ଥିବାବେଳେ ଶ୍ରୀଜଗନ୍ନାଥ ମନ୍ଦିର ଆକ୍ଟ ସେକ୍ସନ-୩୦(ଏ) ଆଧାରରେ ତାଙ୍କ ବିରୋଧରେ ଅଭିଯୋଗ ହୋଇଛି। ଉକ୍ତ ଫଟୋ କେବେ ଉଠାଯାଇଛି, ପ୍ରକୃତରେ ପୋଷ୍ଟ କରିଥିବା ବ୍ୟକ୍ତି କିଏ, ସେ ନା ଆଉ କିଏ ଫଟୋ ଉଠାଇଛନ୍ତି ସେ ସଂକ୍ରାନ୍ତରେ କିଛି ସ୍ପଷ୍ଟ ହୋଇ ନ ଥିଲେ ମଧ୍ୟ ତଦନ୍ତ ଚାଲିଥିବା ଥାନା ସୂତ୍ରରୁ ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବଳାତ୍କାର କରି ଯୁବକଙ୍କୁ ୧୦ ବର୍ଷ ଜେଲ୍‌ଦଣ୍ଡ

କେନ୍ଦୁଝର,୨୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଫାଷ୍ଟଟ୍ରାକ୍‌ କୋର୍ଟର ମାନ୍ୟବର ବିଚାରପତି ବିଜୟ କୁମାର ମିଶ୍ର ଏକ ବଳାତ୍କାର ମାମଲାର ବିଚାର କରି ଅଭିଯୁକ୍ତଙ୍କୁ ଦଣ୍ତାଦେଶ ଶୁଣାଇଛନ୍ତି।...

ଓ୍ବାରେଣ୍ଟ ବଳରେ ୭ ଜଣଙ୍କୁ ବାନ୍ଧିଲା ପୋଲିସ

ଦାରିଙ୍ଗବାଡ଼ି,୨୪ା୪(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳରେ ଦୀର୍ଘଦିନ ଧରି ବିଭିନ୍ନ ମାମଲାରେ ଫେରାର ଥିବା ୭ ଜଣଙ୍କୁ ପୋଲିସ ଗିରଫ...

ଭାଜପାରେ ସାମିଲ ହେଲେ ବିଭିନ୍ନ ଦଳର ହଜାର ହଜାର କର୍ମୀ

ମୋରଡ଼ା,୨୪ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ନିର୍ବାଚନମଣ୍ଡଳୀ ସାଧାରଣ ନିର୍ବାଚନ ପାଇଁ ବେଶ୍‌ ଚଳଚଞ୍ଚଳ ହୋଇଉଠିଥିବା ବେଳେ ସବୁବେଳେ ଚର୍ଚ୍ଚାରେ ରହି ଆସିଛି। ଗଣତନ୍ତ୍ରର ଏହି...

ନିଜ ନିର୍ବାଚନ ମଣ୍ଡଳୀରୁ ପ୍ରଚାର ଆରମ୍ଭ କଲେ ମୁଖ୍ୟମନ୍ତ୍ରୀ

ହିଞ୍ଜିଳିକାଟୁ,୨୪ା୪(ଦ୍ୱିତୀକୃଷ୍ଣ ପଣ୍ଡା): ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ବୁଧବାରଠାରୁ ନିଜ ନିଜାଚନ ମଣ୍ଡଳୀ ହିଞ୍ଜିଳିରୁ ୨୦୨୪ ନିର୍ବାଚନ ପ୍ରଚାରର ଶୁଭାରମ୍ଭ କରିଛନ୍ତି। ହିଞ୍ଜିଳିକାଟୁ...

ଭୋଟରଙ୍କୁ ସଚେତନ କରୁଛନ୍ତି ପଦ୍ମଶ୍ରୀ ହଳଧର ନାଗ, କଂସ ମହାରାଜ ହୃଷୀକେଶ ଭୋଇ

ବରଗଡ଼,୨୪ା୪(ପ୍ରେମାନନ୍ଦ ଖମାରୀ): ସାଧାରଣ ନିର୍ବାଚନରେ ସମସ୍ତ ଭୋଟରଙ୍କ ଭାଗିଦାରୀ ସୁନିଶ୍ଚିତ କରିବା ତଥା ଭୋଟରଙ୍କୁ ସଚେତନ କରିବା ପାଇଁ ବରଗଡ଼ ଜିଲା ପ୍ରଶାସନ ଅଭିନୟ ପ୍ରୟାସ...

ଝିଅ ନିର୍ବାଚନ ଲଢିବା ନେଇ ମୁହଁ ଖୋଲିଲେ ମହମ୍ମଦ ମୋକିମ

କଟକ, ୨୪।୪(ଶିଳ୍ପା ପ୍ରିୟଦର୍ଶିନୀ): ନିର୍ବାଚନ ୨୦୨୪ରେ ବାରବାଟୀ-କଟକ ଆସନକୁ ନେଇ କଂଗ୍ରେସକୁ ଘାରିଛି ଚିନ୍ତା। କଂଗ୍ରେସ ବରିଷ୍ଠ ନେତା ମହମ୍ମଦ ମୋକିମଙ୍କ ଜାମିନକୁ ସୁପ୍ରିମକୋର୍ଟ ମଞ୍ଜୁର...

ଅବକାରୀ ଥାନା ପରିସରରେ ଭୟାବହ ଅଗ୍ନିକାଣ୍ଡ: କୋଟିଏରୁ ଉର୍ଦ୍ଧ୍ୱ ସମ୍ପତ୍ତି ନଷ୍ଟ

ବଡ଼ବିଲ,୨୪।୪ (ଦେବପ୍ରିୟ ରଣା):କେନ୍ଦୁଝର ବଡବିଲ ଅବକାରୀ ଥାନା ପରିସରରେ ମଙ୍ଗଳବାର ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି କୋଟିଏରୁ ଉଦ୍ଧର୍‌ବ ଟଙ୍କାର ଜବତ ହୋଇ ରହିଥିବା...

ବିରୋଧୀ କେବେ ସଫଳ ହେବେନି, ବିଜେଡି ବିପୁଳ ବିଜୟ ହାସଲ କରିବ: ନବୀନ

ହିଞ୍ଜିଳିକାଟୁ,୨୪।୪(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳି ଜନସଭାରେ ବିରୋଧୀଙ୍କୁ ଟାର୍ଗେଟ କଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ମୁଖ୍ୟମନ୍ତ୍ରୀ କହିଛନ୍ତି, ବିରୋଧୀ ଅପପ୍ରଚାର କରିବା ସହ ବିକାଶ କାମରେ ବାଧା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri