ଆଜି ମହାପ୍ରଭୁଙ୍କର ବନକଲାଗି ନୀତି, ୪ ଘଣ୍ଟା ଦର୍ଶନ ବନ୍ଦ

ପୁରୀ ଅଫିସ, ୨୭।୪: ଶ୍ରୀମନ୍ଦିରରେ ମହାପ୍ରଭୁଙ୍କର ବନକଲାଗି ନୀତି ବୁଧବାର ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ଦ୍ୱିତୀୟ ଭୋଗମଣ୍ଡପ ଉଠିବା ପରେ ଶ୍ରୀମନ୍ଦିର ଗର୍ଭଗୃହକୁ ପ୍ରବେଶ କରି ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ଅପରାହ୍ନ ୪ ଟାରୁ ରାତି ୮ଟା ପର୍ଯ୍ୟନ୍ତ ଦର୍ଶନ ବନ୍ଦ ରହିବ ।
ହିଙ୍ଗୁଳ, ହରିତାଳ, କସ୍ତୁରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ଶ୍ରୀମୁଖ ଶୃଙ୍ଗାର କରାଯିବ । ଏହି ନୀତି ପରେ ଠାକୁରଙ୍କୁ ମହାସ୍ନାନ କରାଯିବା ପରେ ପୁଣି ଭକ୍ତ ଦର୍ଶନ କରିପାରିବେ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।