ଆଜି ଶ୍ରୀମନ୍ଦିରରେ ଚିତାଲାଗି

ପୁରୀ,୪ା୮(ଅଜିତ୍‌ ମହାନ୍ତି): ଶ୍ରାବଣ ଅମାବାସ୍ୟା ତଥା ଚିତାଲାଗି ଅମାବାସ୍ୟା ଅବସରରେ ରବିବାର ଅପରାହ୍ନ ୨ଟାରୁ ସା ୬ଟା ୪ ଘଣ୍ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ଚିତାଲାଗ ନୀତି ସମ୍ପନ୍ନ ହୋଇଥାଏ। ଦଇତାପତି ସେବକମାନେ ଏହି ନୀତି ସମ୍ପାଦନ କରିଥାନ୍ତି। ଏହା ଗୁପ୍ତ ନୀତି ହୋଇଥିବାରୁ ନୀତି ସମୟରେ ସର୍ବ ସାଧାରଣ ଦର୍ଶନ ବନ୍ଦ ରହିବ।

ଶ୍ରୀମନ୍ଦିରରେ ପ୍ରଥମ ଭୋଗମଣ୍ଡପ ଶେଷ ହେବା ପରେ ଅନ୍ୟାନ୍ୟ ନୀତି ହୋଇ ଜୟବିଜୟ ଦ୍ୱାର ବନ୍ଦ ହେବ। ଏହାପରେ ଦଇତାପତି ସେବକମାନେ ଚିତାଲାଗି ପାଇଁ ଗର୍ଭଗୃହରେ ପ୍ରବେଶ କରିବେ। ବାଡ଼ଗ୍ରାହୀ ଦଇତା ପତି ମହାପାତ୍ର ରତ୍ନସିଂହାସନ ଉପରେ ଉଦ୍ଧିଷ୍ଟ କାଠଘୋଡ଼ା ଉପରେ ଚଢି ପାଟରା ଦେଇଥିବା ପାଟଡ଼ୋରାରେ ଉକ୍ତ ଚିତାକୁ ବାନ୍ଧି ଶ୍ରୀବିଗ୍ରହଙ୍କ ଶ୍ରୀମୁଖରେ ଲାଗି କରିବେ।

ଶ୍ରୀବଳଭଦ୍ରଙ୍କ ଶ୍ରୀମୁଖରେ ସବୁଜ ରଙ୍ଗର ପାନ୍ନାଚିତା, ଶ୍ରୀଜଗନ୍ନାଥଙ୍କ ଶ୍ରୀମୁଖରେ ଉଜ୍ୱଳ ବ୍ରହ୍ମଜ୍ୟୋତି ଖଚିତ ହୀରାଚିତା, ମା’ ସୁଭଦ୍ରାଙ୍କ ଶ୍ରୀମୁଖରେ ମାଣିକ୍ୟ ଖଚିତ ଚିତା ଲାଗି କରାଯିବ। ଦଇତାମାନେ ଚିତା ଲାଗି କରି ଗର୍ଭଗୃହରୁ ଆସିଲା ପରେ ପାଳିଆ ମେକାପ ରତ୍ନସିଂହାସନ ମାର୍ଜଣା କରିବେ। ପରେ ମହାପ୍ରଭୁଙ୍କ ମହାସ୍ନାନ ହୋଇ ଅନ୍ୟାନ୍ୟ ନୀତି ସମ୍ପନ୍ନ ହେବ। ଏନେଇ ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନରେ ନରସଂହାର: ୭ଜଣଙ୍କୁ ଗୁଳି କରି ହତ୍ୟା

କ୍ୱେଟା, ୨୯।୪: ପାକିସ୍ତାନର ବାଲୋଚିସ୍ତାନ ପ୍ରାନ୍ତରେ ହିଂସାର ଛାୟା ଲାଗି ରହିଛି। ଏହି ପ୍ରାନ୍ତର ଜିଆରଟ ଜିଲାରେ ଏକ ନିର୍ମମ ହତ୍ୟାକାଣ୍ଡରେ ୭ ଜଣ ସ୍ଥାନୀୟ...

ସୀମା ଆରପଟୁ ପାକିସ୍ତାନର ଘୃଣ୍ୟ ଷଡଯନ୍ତ୍ର…ସେନା ସହ ଲଢ଼ିବାର କ୍ଷମତା ନାହିଁ, ହେଲେ କରୁଛି ସାଇବର ଆଟାକ୍‌

ଇସଲାମାବାଦ,୨୯।୪: ୨୨ ଏପ୍ରିଲରେ କାଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ପରେ ଭୟରେ ପାକିସ୍ତାନ। ତଥାପି ଏହା ଘୃଣ୍ୟ ଷଡ଼ଯନ୍ତ୍ର କରୁଛି। ଏବେ ସୀମା ଆରପଟୁ...

ବାପାଙ୍କ କୋଳରେ ବସି ଷ୍ଟାଡିୟମରେ IPL ମ୍ୟାଚ୍‌ ଦେଖୁଥିବା ବୈଭବଙ୍କ ଫଟୋ ଭାଇରାଲ

ନୂଆଦିଲ୍ଲୀ,୨୯।୪:କ୍ରିକେଟର ନୂତନ ଯୁବ ତାରକା ଭାବରେ ଉଭା ହୋଇଥିବା ବୈଭବ ସୂର୍ଯ୍ୟବଂଶୀ ନିଜର ଦମଦାର ଶତକ ସହିତ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି। କ୍ରିକେଟର ଭଗବାନ କୁହାଯାଉଥିବା...

Pakistan: ପାକିସ୍ତାନ ମୁଣ୍ଡରେ ପଡିଲା ଚଡକ, ଯୁଦ୍ଧ ପାଇଁ ବାହାରିଲେ ଏସବୁ ଦେଶ!

ଇସଲାମବାଦ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ପ୍ରଥମ-ଦ୍ୱିତୀୟ ଶ୍ରେଣୀ ପିଲାମାନଙ୍କୁ ଦିଆଯିବ ‘ଯାଦୁପେଡି’

ଭୁବନେଶ୍ୱର,୨୯।୪: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଲୋକସେବା ଭବନ ଠାରେ ଶିଶୁ ବାଟିକା ପିଲା ମାନଙ୍କ ପାଇଁ ଉଦ୍ଦିଷ୍ଟ ଯାଦୁପେଡି ଦେଖିବା ସହିତ, ପିଲାମାନଙ୍କ...

Pakistan: ପାକିସ୍ତାନରେ କାହା ପାଖରେ ଅଛି ପରମାଣୁ ଅସ୍ତ୍ରର ରିମୋଟ୍‌? ନାଁ ଜାଣିଲେ ଚମକି ପଡିବେ…

ନୂଆଦିଲ୍ଲୀ, ୨୯।୪: ଜମ୍ମୁ ଓ କଶ୍ମୀରର ପହଲଗାମରେ ଏପ୍ରିଲ ୨୨ ତାରିଖରେ ଘଟିଥିବା ଭୟଙ୍କର ଆତଙ୍କବାଦୀ ହମଲା, ଯେଉଁଥିରେ ୨୬ ଜଣ ନିରୀହ ପର୍ଯ୍ୟଟକଙ୍କ ମୃତ୍ୟୁ...

ରାସ୍ତା ଉପରେ ଓଲଟି ପଡ଼ିଲା ଟ୍ୟାଙ୍କର: ଦୁଇ ଗୁରୁତର

ବଲାଙ୍ଗୀର, ୨୯।୪- (ସୁନିଲ କୁମାର ମହାନ୍ତି):ବଲାଙ୍ଗୀର ସହର ଉପକଣ୍ଠରେ ବଲାଙ୍ଗୀର-ବେଲଗାଁ ୨୬ ନମ୍ବର ଜାତୀୟ ରାଜପଥର ସ୍ମାର୍ଟ ପାର୍କ ବୁଲାଣି ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା...

ଘରଡିହ, ସ୍ଥାୟୀ ପଟ୍ଟା ପ୍ରଦାନ ଦାବି ତେଜିଲା

ଭବାନୀପାଟଣା,୨୯ା୪(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲାରେ ବସବାସ କରୁଥିବା ଭୂମିହୀନଙ୍କୁ ଘରଡିହ, ଦଖଲ ଜମିର ସ୍ଥାୟୀ ପଟ୍ଟା ପ୍ରଦାନ ଓ ୨୦୦୬ ଜଙ୍ଗଲ ଅଧିକାର ଆଇନକୁ କଡାକଡି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri