ଶ୍ରୀରଘୁନାଥ ମହାପ୍ରଭୁ କ୍ରିକେଟ ଟୁର୍ନାମେଣ୍ଟ ଉଦଯାପିତ, ସାନଖେମୁଣ୍ଡିର ମୌଳାଭଞ୍ଜା କ୍ରିକେଟ ଟିମ୍ ବିଜୟୀ

ଦିଗପହଣ୍ଡି,୧୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଗଡ଼ଗୋବିନ୍ଦପୁର ଗ୍ରାମରେ ଚାଲିଥିବା ଶ୍ରୀ ରଘୁନାଥ ମହାପ୍ରଭୁ କ୍ରିକେଟ ଟୁର୍ନାମେଣ୍ଟ ରବିବାର ଉଦଯାପିତ ହୋଇଯାଇଛି । ଗଡ଼ଗୋବିନ୍ଦପୁର ଯୁବକ ସମାଜ ପକ୍ଷରୁ ଆୟୋଜିତ ଟୁର୍ନାମେଣ୍ଟର ଫାଇନାଲ ମ୍ୟାଚରେ ସାନଖେମୁଣ୍ଡି ବ୍ଲକ ମୌଳାଭଞ୍ଜା ଗ୍ରାମ କ୍ରିକେଟ ଟିମ୍ ପ୍ରତିପକ୍ଷ ପାତ୍ରପୁର ବ୍ଲକ ଗୁଣ୍ଡୁରା ଗ୍ରାମ କ୍ରିକେଟ ଟିମକୁ ପରାଜିତ କରି ଚାମ୍ପିୟନ ଆଖ୍ୟା ଅର୍ଜନ କରିଥିଲା।

ଫାଇନାଲ ମ୍ୟାଚରେ ପ୍ରଥମେ ବ୍ୟାଟିଂ କରି ଗୁଣ୍ଡୁରା ଗ୍ରାମ କ୍ରିକେଟ ଟିମ୍ ୭ ୱିକେଟ ବିନିମୟରେ ୧୪୦ ରନ ସଂଗ୍ରହ କରିଥିବା ବେଳେ ମୌଳାଭଞ୍ଜା ଗ୍ରାମ କ୍ରିକେଟ ଟିମ୍ ୭ ୱିକେଟ ବିନିମୟରେ ୧୪୨ ରନ ହାସଲ କରି ବିଜୟୀ ହୋଇଥିଲା । ସୁମନ ବେହେରା ଓ ପପୁ ପ୍ରଧାନ  ମ୍ଯାଚରେ ଅମ୍ପାୟରିଂ କରିଥିଲେ। ପୁରସ୍କାର ବିତରଣ ସଭାରେ ସ୍ଥାନୀୟ ସରପଞ୍ଚ ରଞ୍ଜନ କୁମାର ସାହୁ ମୁଖ୍ୟଅତିଥି ଭାବେ ଯୋଗ ଦେଇ ସ୍ବାସ୍ଥ୍ୟ ହିଁ ସମ୍ପଦ ବୋଲି କହିଥିଲେ । ସୁନ୍ଦର ଓ ସୁସ୍ଥତା ପାଇଁ ପ୍ରତ୍ୟେକ ଛାତ୍ର ଓ ଯୁବକ  ପ୍ରତିଦିନ ଅନ୍ୟୁନ୍ୟ ୨ ଘଣ୍ଟା ଖେଳିବା କିମ୍ବା ବ୍ୟାୟାମ କରିବା ଆବଶ୍ୟକ ବୋଲି କହିଥିଲେ।

ଅନ୍ୟତମ ଅତିଥି ଭାବେ ପୂର୍ବତନ ସରପଞ୍ଚ ଇନ୍ଦ୍ର ପ୍ରଧାନ, ଜଗଦୀଶ ସାହୁ, ପ୍ରଦୀପ ପ୍ରଧାନ, ପ୍ରତାପ ସାହୁ, ତାରା ସାହୁ, ତ୍ରିଲୋଚନ ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଟୁର୍ନାମେଣ୍ଟ  ଆୟୋଜକ କମିଟି କାର୍ଯ୍ୟକର୍ତ୍ତା  ଦେବାଶିଷ ପ୍ରଧାନ, ସୁନୀଲ ପ୍ରଧାନ, ଲକ୍ଷ୍ମୀକାନ୍ତ ସାହୁ, ଅରୁଣ ସାହୁ, ବବୁଲ ପ୍ରଧାନ, ମୁକୁନ୍ଦ ପ୍ରଧାନ, ମିତୁ ପ୍ରଧାନ, ମିଥୁନ ରେଡ୍ଡୀ, ନରସିଂହ ସାହୁ, ସନ୍ତୋଷ ବେହେରା, ପବିତ୍ର ସାହୁଙ୍କ ସମେତ ଟୁର୍ନାମେଣ୍ଟ ପରିଚାଳନା କମିଟି ସଦସ୍ୟ ବୃନ୍ଦ  ସହଯୋଗ  କରିଥିଲେ ।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମାଛ ଧରିବାକୁ ଯାଇଥିଲେ, ମିଳିଲା ମୃତଦେହ

କୋକସରା,୩।୫(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ମାଛ ଧରିବା ପାଇଁ ଯାଇଥିବା କୋକସରା ବ୍ଲକ ଆମପାଣି ଥାନା ଖଲିଗଡ ଗ୍ରାମର ଜଣେ ଯୁବକ ଡ୍ୟାମ ବୁଡ଼ି ନିଖୋଜ ହୋଇ ଯାଇଥିଲେ।…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ବାଇକ୍‌ ଉପରେ ଚଢ଼ିଗଲା ଟ୍ରାକ୍ଟର, ଆଉ ତା’ପରେ…

କେନ୍ଦୁଝର,୩ା୫(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଟାଉନ ଥାନା ଅଧୀନ ତେଲକୋଇ ବସ୍‌ଷ୍ଟାଣ୍ଡ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ଜଣେ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ହୋଇଛି। ଅନ୍ୟ ଜଣେ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

ରୁଷିଆରେ ବାଲୁକା କଳା ପ୍ରଦର୍ଶନ କରିବେ ଓଡ଼ିଆ ପୁଅ ଓମ୍‌ ପ୍ରକାଶ

କର୍ଲାମୁଣ୍ଡା:୩।୫(ପ୍ରଦୀପ କୁମାର ସାହୁ): ଭାରତ-ରୁଷିଆ ଦୂତବାସଙ୍କ ମିଳିତ ଆନୁକୂଲ୍ୟରେ ଚଳିତ ମାସ ୧୦ରୁ ୧୨ତାରିଖ ପର୍ଯ୍ୟନ୍ତ ରୁଷିଆର ଏଲିସ୍ଥାଠାରେ ଭାରତୀୟ ସଂସ୍କୃତି ଦିବସ (Day of Indian…

ପରିସ୍ରା ପାଇଁ ଯାଇଥିବା ବେଳେ ଯୁବତୀଙ୍କୁ କାମୁଡିଦେଲା ସାପ, ଚାଲିଗଲା ଜୀବନ

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର): ସାପ କାମୁଡାରେ ଯୁବତୀଙ୍କର ମୃତ୍ୟୁ ହୋଇଛି । ଏଭଳି ଅଭାବନୀୟ ଘଟଣା ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ଅନ୍ତର୍ଗତ ତଲାସିଙ୍ଗି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri