ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ ପର୍ବ ଅତ୍ୟନ୍ତ ନିରାଡ଼ମ୍ବର ଭାବେ ପାଳିତ ହୋଇଯାଇଛି। ଦୁଇ କମିଟି ମଧ୍ୟରେ ଚାଲିଥିବା ବିବାଦ ଯୋଗୁ ପ୍ରଶାସନ ପକ୍ଷରୁ ମନ୍ଦିର ବାହାରେ ପୂଜା କରାଯାଇଥିବା ବେଳେ, ହଜାର ହଜାର ଭକ୍ତ ଭଗବାନଙ୍କ ଦର୍ଶନ ନପାଇ ନିରାଶରେ ଫେରିଛନ୍ତି।
ଡୋକରୀଚଞ୍ଚରା ଉନ୍ନୟନ ସମିତି ଏବଂ ବନ ବିଭାଗ ଦ୍ୱାରା ଗଠିତ ନୂତନ କମିଟି (ETG) ମଧ୍ୟରେ ପରିଚାଳନା ଦାୟିତ୍ୱକୁ ନେଇ ଦୀର୍ଘ ଦିନରୁ ବିବାଦ ଲାଗିରହିଛି। ଏହି ମାମଲା ବର୍ତ୍ତମାନ ଉଚ୍ଚ ନ୍ୟାୟାଳୟରେ ବିଚାରାଧୀନ ଅଛି। କୌଣସି ସମାଧାନ ନ ବାହାରିବାରୁ ପ୍ରଶାସନ ପକ୍ଷରୁ କେବଳ ପୂଜାର୍ଚ୍ଚନା ପାଇଁ ଅନୁମତି ଦିଆଯାଇଥିଲା ଏବଂ କୌଣସି ବଡ଼ ଧରଣର ଉତ୍ସବ କରାଯାଇ ନ ଥିଲା।
ଶୁକ୍ରବାର ଅତିରିକ୍ତ ଜିଲାପାଳ ତନ୍ମୟ ଦରୱାନ, ଧର୍ମଗଡ଼ ଉପଜିଲାପାଳ ପ୍ରେକ୍ଷା ଅଗ୍ରୱାଲ ଉପଖଣ୍ଡ ପୋଲିସ ଅଧିକାରୀ ଭର୍ସିତା ଆଡେପୁ, ଧର୍ମଗଡ଼ ତହସିଲଦାର କୀର୍ତ୍ତିଚନ୍ଦ୍ର ପ୍ରଧାନ, କୋକସରା ତହସିଲଦାର ଚୋଡଗଙ୍ଗ ପ୍ରଧାନ, ଗୋଷ୍ଠୀ ଉନ୍ନୟନ ଅଧିକାରୀ ଡ଼ଃ ହିମାଞ୍ଚଳ ମାଝୀ ଏବଂ ଅନ୍ୟାନ୍ୟ ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚିଥିଲେ। ମାତ୍ର ମନ୍ଦିରର ମୁଖ୍ୟ ଦ୍ୱାର ବନ୍ଦ ଥିବା କାରଣରୁ ପ୍ରଶାସନକୁ ବାହାରେ ହିଁ ପୂଜା କରିବାକୁ ପଡ଼ିଥିଲା। ଆଇନ ଶୃଙ୍ଖଳା ରକ୍ଷା ପାଇଁ ଆମପାଣି ଥାନା ପକ୍ଷରୁ ବ୍ୟାପକ ପୋଲିସ ଫୋର୍ସ ମୁତୟନ କରାଯାଇଥିଲା।

ବନ ବିଭାଗ ପକ୍ଷରୁ ଏସିଏଫ୍ ଓମକାର ଦାସ, ଧର୍ମଗଡ଼ ରେଞ୍ଜ ଅଧିକାରୀ ଭବାନୀ ଶଙ୍କର କାଉର, ବନପାଳ ରାଜେନ୍ଦ୍ର ନାଏକ ଓ କର୍ମଚାରୀ ମାନେ ଉପସ୍ଥିତ ରହିଥିବାବେଳେ ଆମପାଣି ଥାନା ପକ୍ଷରୁ ପୋଲିସ ଫୋର୍ସ ମୁତୟନ କରାଯାଇଛି। ପ୍ରବେଶ ଗେଟ୍ ପାଖରୁ କୌଣସି ଲୋକଙ୍କ ଯାନ ବାହନ ପର୍ଯ୍ୟଟନସ୍ଥଳୀକୁ ଛଡାଯାଇ ନଥିବା ବେଳେ ଭକ୍ତ ଓ ଶ୍ରଦ୍ଧାଳୁ ମନ୍ଦିର ବେଢ଼ାରେ ବୁଲାବୁଲି କରି ନିରାଶରେ ଫେରିଥିବା ଦେଖିବାକୁ ମିଳୁଛି। ବର୍ଷ ବର୍ଷ ଧରି ଗୁଡହାଣ୍ଡି ଡୋକରୀ ଚଞ୍ଚରାଠାରେ ପାଳିତ ହୋଇ ଆସୁଥିବା ଶ୍ରୀରାମ ନବମୀ ଓ ଗୁଡ଼ହାଣ୍ଡି ମହୋତ୍ସବ ଅଞ୍ଚଳବାସୀଙ୍କ ହୃଦୟରେ ସ୍ଥାନିତ ହୋଇଛି। ହେଲେ ବନବିଭାଗ ଦ୍ବାରା ଏକ ସମାନ୍ତରାଳ କମିଟି ଗଠନ କରିବା ପରେ ଏହି ଧାର୍ମିକ ପୀଠରେ ଏବେ ବିଶୃଙ୍ଖଳିତ ପରିବେଶ ସୃଷ୍ଟି ହୋଇଛି।

ଦୀର୍ଘ ୫୦ ବର୍ଷର ପରମ୍ପରା ଭାଙ୍ଗିଥିବାରୁ ଏବଂ ମନ୍ଦିର ଭିତରକୁ ପ୍ରବେଶ ମନା ହୋଇଥିବାରୁ ସ୍ଥାନୀୟ ଅଞ୍ଚଳବାସୀ ଓ ଶ୍ରଦ୍ଧାଳୁଙ୍କ ମଧ୍ୟରେ ଘୋର ଅସନ୍ତୋଷ ଦେଖାଦେଇଛି। ଭକ୍ତି ଭାବାବେଗକୁ ଆଘାତ ଦିଆଯାଇଛି ବୋଲି ସାଧାରଣରେ ମତ ପ୍ରକାଶ ପାଇଛି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri