ଜାନୁୟାରୀ ୮ରୁ ଶ୍ରୀରାମଚରିତ ମାନସ ପାରାୟଣ: ଯୋଗଦେବେ ସୁନାମଧନ୍ୟ ପ୍ରବକ୍ତା

ଦିଗପହଣ୍ଡି,୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ ବ୍ରାହ୍ମଣସାହି ସ୍ଥିତ ଶ୍ରୀ ଗୋପାଳଜୀ ମଠ ପରିସରରେ ରବିବାର ଶ୍ରୀ ରାମଦୟା ପରିଷଦ ଦିଗପହଣ୍ଡି ଶାଖା ପକ୍ଷରୁ ବୈଠକ ଅନୁଷ୍ଠିତ ହୋଇଯାଇଛି। ଦିଗପହଣ୍ଡି ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଆସନ୍ତା ଜାନୁୟାରୀ ୮ରୁ ୧୬ ତାରିଖ ପର୍ଯ୍ୟନ୍ତ ୯ ଦିନ ବ୍ୟାପୀ ଦିଗପହଣ୍ଡି ବଜାର ସାହି ରାଜବାଟି ସିଂହଦ୍ୱାର ସମ୍ମୁଖ ଗାନ୍ଧୀ ଛକଠାରେ ନବଦିନାତ୍ମକ ଶ୍ରୀ ରାମଚରିତ ମାନସ ନବାହ୍ନ ପାରାୟଣ ଓ ପ୍ରବଚନ ଆୟୋଜନ କରାଯିବାକୁ ନିଷ୍ପତ୍ତି ନିଆଯାଇଛି।

ପୁରୀ ସ୍ଥିତ ଶ୍ରୀ ରାମଦୟା ପରିଷଦର ମୁଖ୍ୟ ମହନ୍ତ ଶ୍ରୀ ଗଙ୍ଗାରାମ ଦାସ ମହାରାଜାଙ୍କ ସହ ଯୋଗାଯୋଗ କରି ଓଡ଼ିଶାର ସୁନାମଧନ୍ୟ ପ୍ରବକ୍ତାମାନଙ୍କୁ ନିମନ୍ତ୍ରଣ କରିବାକୁ ନିଷ୍ପତ୍ତି ନିଆଯାଇଥିଲା। ଏହି ଅବସରରେ ଏକ ପରିଚାଳନା କମିଟି ଗଠନ କରାଯାଇଥିଲା।

କମିଟି ସଭାପତି ଭାବେ ହରିକୃଷ୍ଣ ପଣ୍ଡା, କାର୍ଯ୍ୟକାରୀ ସଭାପତି ଭାବେ ଏନ୍‌ଏସି ଅଧ୍ୟକ୍ଷ ପ୍ରଫୁଲ୍ଲ ପଣ୍ଡା, ଉପସଭାପତି କାଳୁ ଚରଣ ପାଣିଗ୍ରାହୀ, ସମ୍ପାଦକ ରଘୁନାଥ ପାଣିଗ୍ରାହୀ ଏବଂ କୋଷାଧ୍ୟକ୍ଷ ଭାବେ ଶିକ୍ଷକ କାଳୁ ଚରଣ ପାଣିଗ୍ରାହୀଙ୍କୁ ସର୍ବ ସମ୍ମତି କ୍ରମେ ମନୋନୀତ କରାଯାଇଥିଲା।

ବୈଠକରେ ଲକ୍ଷ୍ମୀ ନୃସିଂହ ମାର୍ଥା, ହେମନ୍ତ କୁମାର ପାତ୍ର, ନରସିଂହ ପଣ୍ଡା, ସୁବାସ ଚନ୍ଦ୍ର ପାଢ଼ୀ, ସୁରେନ୍ଦ୍ର ପଟ୍ଟନାୟକ, ଜୀବନ ନନ୍ଦ, ଆଇନଜୀବୀ ହେମନ୍ତ କୁମାର ପାଣିଗ୍ରାହୀ, ପରେଶ ଚନ୍ଦ୍ର ରଥ, ହରପ୍ରସାଦ ରଥ, ଲକ୍ଷ୍ମୀ ନାରାୟଣ ଦାଶ, ସୁରେଶ ପାତ୍ର, ଭବାନୀ ପ୍ରସାଦ ପାଢ଼ୀ, ହରିକୃଷ୍ଣ ସାହୁ, ପି. ଗୋବିନ୍ଦ ପାତ୍ର, ସତ୍ୟ ନାରାୟଣ ଦାସ, ବି.ଦୀନବନ୍ଧୁ, ଇ. ଶଙ୍କର ପ୍ରମୁଖ ବହୁ ସଦସ୍ୟ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବ୍ଲକ୍‌ ଅଫିସରେ ଚାଲିଛି ପିସି କାରବାର: ଡ୍ରେନ୍‌ କାମର ବିଲ୍‌ କରିଦେବା ପାଇଁ…

ଖଡ଼ିଆଳ,୫ା୮ (ସୁଜିତ କୁମାର ପ୍ରଧାନ): ଖଡ଼ିଆଳ ବ୍ଲକ୍‌ କାର୍ଯ୍ୟାଳୟରେ ପିସି କାରବାର ହେଉଥିବାର ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଭିଡିଓରେ ଜଣେ ବ୍ୟକ୍ତିଙ୍କଠାରୁ ଅଫିସ କର୍ମଚାରୀ…

୧୮ ବର୍ଷର ଛାତ୍ର ହେଲେ କଲେଜ ପ୍ରଫେସର: ଭାଙ୍ଗିଗଲା ୩୦୬ ବର୍ଷର ପୁରୁଣା ରେକର୍ଡ

ଯେଉଁ ବୟସରେ ଅଧିକାଂଶ ଛାତ୍ର ସେମାନଙ୍କର କଲେଜ ଶିକ୍ଷା ଆରମ୍ଭ କରୁଛନ୍ତି, ସେହି ବୟସରେ ଆମେରିକାର ଜଣେ ଯୁବକ କଲେଜ ପ୍ରଫେସର ଭାବରେ ଛାତ୍ରମାନଙ୍କୁ ପାଠ ପଢ଼ାଉଛନ୍ତି।…

RBIର ବଡ଼ ନିଷ୍ପତ୍ତି, ଅପରିବର୍ତ୍ତିତ ରହିଲା ରେପୋ ରେଟ୍‌; ଋଣଗ୍ରାହକଙ୍କୁ ଆଶ୍ୱସ୍ତି

ନୂଆଦିଲ୍ଲୀ,୫।୮: ଭାରତୀୟ ରିଜର୍ଭ ବ୍ୟାଙ୍କ (RBI)ର ମୌଦ୍ରିକ ନୀତି କମିଟି (MPC) ବୈଠକ ପରେ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ଆରବିଆଇ ରେପୋ ରେଟ୍‌କୁ ୫.୨୫ ପ୍ରତିଶତରେ…

ଭାଙ୍ଗିଲା କେନାଲ: ଉଜୁଡିଲା ଚାଷୀଙ୍କ ଫସଲ

ରିଷିଡା,୫।୮(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା ଉତେଇ ଜଳସେଚନ ବିଭାଗ ପକ୍ଷରୁ କର୍ଲାମୁଣ୍ଡା ବ୍ଲକ ରାଜପୁର ଗ୍ରାମର ଭୋରପଡା( ଆର ୧) ସବମାଇନର କେନାଲ ବିଭିନ୍ନ ସ୍ଥାନରେ ନୂତନ…

ଜନ୍ତର-ମନ୍ତରରେ ଆନ୍ଦୋଳନ ପଛରେ ପାକିସ୍ତାନର ଷଡ଼ଯନ୍ତ୍ର! ହେଲା ବଡ଼ ପର୍ଦ୍ଦାଫାଶ, ISI ମଡ୍ୟୁଲର ୯ ଲୋକ…

ନୂଆଦିଲ୍ଲୀ,୫।୮: ଅମୃତସର କମିଶନରେଟ ପୋଲିସ ଆଇଏସଆଇ (ISI) ସମର୍ଥିତ ଦୁଇଟି ଆତଙ୍କବାଦୀ ମଡ୍ୟୁଲର ପର୍ଦ୍ଦାଫାଶ କରିଛି ଏବଂ ଏହି ମାମଲାରେ ମୋଟ ୯ ଜଣ ଅଭିଯୁକ୍ତଙ୍କୁ ଗିରଫ…

ଆନାଲଗ ପନିର ବ୍ୟାନ୍‌: ଜାଣନ୍ତୁ ଏହା କ’ଣ

ମୁମ୍ବାଇ,୫।୮: ଜନସ୍ବାସ୍ଥ୍ୟକୁ ପ୍ରାଥମିକତା ଦେଇ ମହାରାଷ୍ଟ୍ର ସରକାର ରାଜ୍ୟ ମଧ୍ୟରେ ଆନାଲଗ ପନିର(ନକଲି କିମ୍ବା ନନ୍‌-ଡାୟରୀ ପନିର) ଉତ୍ପାଦନ, ବିକ୍ରୟ, ରଖିବା, ପରିବହନ ଏବଂ ବଣ୍ଟନ ଉପରେ…

ଅଗରକରଙ୍କ ହେବ ଛୁଟି! ତାଙ୍କୁ ସ୍ଥାନ ନେଇପାରନ୍ତି ଏହି ମହାନ ଖେଳାଳି

ନୂଆଦିଲ୍ଲୀ,୫।୮: ଅଜିତ ଅଗରକରଙ୍କୁ ଟିମ ଇଣ୍ଡିଆର ମୁଖ୍ୟ ଚୟନକର୍ତ୍ତା ପଦରୁ ହଟାଯାଇପାରେ। ବିସିସିଆଇ ଏହି ଦାୟିତ୍ୱ ସେଣ୍ଟର ଅଫ ଏକ୍ସଲେନ୍ସ (ସିଓଇ)ର ମୁଖ୍ୟ ଭିଭିଏସ ଲକ୍ଷ୍ମଣଙ୍କୁ ଦେଇପାରେ।…

ମୋବାଇଲ୍‌ ନ ଦେବାକୁ ଚରମ ନିଷ୍ପତ୍ତି ନେଲେ ସପ୍ତମ ଶ୍ରେଣୀ ଛାତ୍ର: ଘରେ ଖେଳିଗଲା…

ସୁରତ,୫।୮:ଗୁଜରାଟର ସୁରତରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ମୋବାଇଲ ଫୋନ ନିଶା ପିଲାମାନଙ୍କ ଜୀବନ ଉପରେ କେତେ ପ୍ରଭାବ ପକାଇପାରେ ତାହାର ଏକ ହୃଦୟ ବିଦାରକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri