ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟରେ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୭।୯ (ଅଭୟ ଦାଶ): ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନଷ୍ଠାନ ତଥା ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ ପରିସରରେ ‘ଆୱାର୍ଡ ଟୁ ରିୱାର୍ଡ’କାର୍ଯ୍ୟକ୍ରମ ଆରମ୍ଭ ହୋଇଯାଇଛି। ଗୁରୁଦିବସ ଅବସରରେ ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟ କଟକ ପକ୍ଷରୁ ଅନ୍‌ଲାଇନ ମାଧ୍ୟମରେ ‘ଓଡ଼ିଶାରେ ମହିଳା ଉଦ୍ୟମିତା ମଞ୍ଚ’ ୱେପ୍‌ ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି।

‘ଭବିଷ୍ୟତର ଶିଳ୍ପପତିଙ୍କ ନିର୍ମାଣ’ ଶୀର୍ଷକରେ ହୋଇଥିବା ଏହି ପ୍ରୟାସର ମୂଳ ଉଦ୍ଦେଶ୍ୟ ହେଉଛି ଦେଶରେ ମହିଳା ଉଦ୍ୟୋଗୀଙ୍କ ପାଇଁ ଏକ ଶକ୍ତିଶାଳୀ ଏବଂ ସମାନୁପାତି ପରିବେଶ ଗଢ଼ିବା କାର୍ଯ୍ୟକ୍ରମଟିରେ ଚିତ୍ରାଂଶୀ ବରଣୱାଲ ସ୍ବାଗତ ଅଭିଭାଷଣ ପ୍ରଦାନ କରିଥିଲେ। ଏହାପରେ ଏସ୍‌ଏସ୍‌ଏ ଇନୋଭେଶନ ଫାଉଣ୍ଡେଶନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଡ.ବରଦା ପ୍ରସାଦ ପାଣିଗ୍ରାହୀ ଅଭିଭାଷଣରେ କହିଥିଲେ,ଅନୁଷ୍ଠାନ ଦ୍ୱାରା ୧୯୦ ରୁ ଅଧିକ ଷ୍ଟାର୍ଟଅପ୍‌ ଆରମ୍ଭ କରାଯାଇଛି,ଯାହା ମଧ୍ୟରୁ ୩୦%ରୁ ଅଧିକ ମହିଳାଙ୍କ ନେତୃତ୍ୱରେ ଚାଲୁଛି। ଏହି ଷ୍ଟାର୍ଟଅପ୍‌ଗୁଡ଼ିକ ସାମଗ୍ରିକ ଭାବେ ୨ କୋଟି ଟଙ୍କାରୁ ଅଧିକ ଅର୍ଥରାଶି ଏକତ୍ର କରିଛନ୍ତି ‘ଆୱାର୍ଡ ଟୁ ରିୱାର୍ଡ’ କାର୍ଯ୍ୟକ୍ରମ ସହ ଏହା ବିଧିବଦ୍ଧ ଭାବେ ଆରମ୍ଭ ହୋଇଥିଲା। ଏହା କଲେଜ ଛାତ୍ରୀଛାତ୍ରମାନଙ୍କୁ ନୂତନତ୍ୱ ଓ ସଫଳ ନେତୃତ୍ୱ ନେବାକୁ ପ୍ରୋତ୍ସାହିତ କରିଥାଏ। ନୀତି ଆୟୋଗର ମୁଖ୍ୟ ଅର୍ଥନୈତିକ ପରାମର୍ଶଦାତା ଏବଂ ୱେପ୍‌ର ମିଶନ ନିର୍ଦ୍ଦେଶିକା ଆନ୍ନା ରାୟ ନିଜ ସମ୍ବୋଧନରେ କହିଥିଲେ, ଏହି କାର୍ଯ୍ୟକ୍ରମ ଇଚ୍ଛାଶକ୍ତି, ଜ୍ଞାନଶକ୍ତି ଏବଂ କର୍ମଶକ୍ତି ଏହି ୩ଟି ମୂଳ ଭିତ୍ତିରେ ନିର୍ମିତ, ଯାହା ମହିଳା ଉଦ୍ୟୋଗୀମାନଙ୍କ ପାଇଁ ସହାୟକ ହୋଇପାରିବ।

ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର ଅଧ୍ୟକ୍ଷା ପ୍ରଫେସର ରଜିତା କୁଲକର୍ଣ୍ଣୀ, ଏହି ସହଭାଗିତା ଉପରେ ତାଙ୍କର ମତବ୍ୟକ୍ତ କରିବା ସହ ଏହି ଉଦ୍ୟମ ପ୍ରତି ବିଶ୍ୱବିଦ୍ୟାଳୟର ପ୍ରତିବଦ୍ଧତାକୁ ଭୂୟସୀ ପ୍ରଶଂସା କରିଥିଲେ। କୁଳପତି ପ୍ରଫେସର (ଡ.) ତେଜ୍‌ ପ୍ରତାପ, ବିଶ୍ୱବିଦ୍ୟାଳୟର ପକ୍ଷରୁ ମହିଳା ଉଦ୍ୟମିତା ଦିଗରେ ସମସ୍ତ ପ୍ରକାର ସହଯୋଗ କରିବାକୁ ପ୍ରତିଶ୍ରୁତି ଦେଇଥିଲେ। ଅଟଳ ଇନୋଭେଶନ ମିଶନର ମିଶନ ନିର୍ଦ୍ଦେଶକ ଚିନ୍ତନ ବୈଷ୍ଣବ, ଭାରତରେ ମହିଳା ଉଦ୍ୟୋଗୀମାନଙ୍କର ଅଭିବୃଦ୍ଧି ସମ୍ପର୍କରେ ଆଲୋଚନାକରି ସେମାନଙ୍କ ଭୂମିକାକୁ ପ୍ରଶଂସା କରିଥିଲେ। ଶ୍ରୀ ଶ୍ରୀ ବିଶ୍ୱବିଦ୍ୟାଳୟର କାର୍ଯ୍ୟକାରୀ କୁଳ ସଚିବ ଶୁଭଜ୍ୟୋତି ଘୋଷ କାର୍ଯ୍ୟକ୍ରମ ଶେଷ ହେବା ପରେ ଧନ୍ୟବାଦ ଜ୍ଞାପନକରି ଅଂଶଗ୍ରହଣ କରିଥିବା ସମସ୍ତ ପ୍ରତିଯୋଗୀ ଓ ଉପସ୍ଥିତ ଅତିଥିମାନଙ୍କୁ କୃତଜ୍ଞତା ଜଣାଇଥିଲେ


Enter your email to get our daily news in your inbox.

All Right Reserved By Dharitri.Com

ତୃତୀୟ ଟି୨୦ ଜିତିଲା ଭାରତ, ୨-୧ରେ ସିରିଜ୍‌ ଆଗୁଆ

ଇନ୍ଦୋର,୧୧ା୧୦: ଅଭିଷେକ ଶର୍ମାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ପରେ ଅର୍ଶଦୀପ ସିଂଙ୍କ ଘାତକ ବୋଲିଂ ବଳରେ ଏଠାରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ ୧୪ ରନରେ…

ଚାଲିଥିଲା ବଡ଼ଧରଣର ଜୁଆ ଆଡ୍ଡା: ମାଡ଼ି ବସିଲା ପୋଲିସ, ୭୦ ଅଟକ

ପାରଳାଖେମୁଣ୍ଡି,୧୧।୧୦(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ଦେବୀତି ଗ୍ରାମରେ ଚାଲିଥିବା ଏକ ବଡ଼ଜୁଆ ଆଡ୍ଡା ଉପରେ ପୋଲିସ ଚଢ଼ାଉ କରି…

ବଡ଼ ଘୋଷଣା କଲେ ଟ୍ରମ୍ପ, ରୁଷିଆ-ୟୁକ୍ରେନ ମଧ୍ୟରେ ହେଲା….

ଓ୍ବାଶିଂଟନ,୧୧।୧୦: ରୁଷିଆ ଓ ୟୁକ୍ରେନ୍ ମଧ୍ୟରେ ଚାଲିଥିବା ଯୁଦ୍ଧକୁ ନେଇ ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ରବିବାର ବଡ଼ ଘୋଷଣା କରିଛନ୍ତି । ଦୁଇ ଦେଶ ମଧ୍ୟରେ…

ଗଣ୍ଡ ସମାଜର ନୂଆଁଖାଇ ଭେଟ୍‌ଘାଟ୍‌, ଏକତା, ସଂଗଠନକୁ ସୁଦୃଢ଼ କରିବାକୁ ଆହ୍ବାନ

କୋକସରା,୧୧।୧୦ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ କୋକସରା ଧାନ ମଣ୍ଡି ପରିସରରେ କୋକସରା ବ୍ଲକ ଗଣ୍ଡ ସମାଜ ପକ୍ଷରୁ ନୂଆଁଖାଇ ଭେଟ୍‌ଘାଟ୍‌ କାର୍ଯ୍ୟକ୍ରମ…

ଅଭିଷେକଙ୍କ ବିସ୍ଫୋରକ ବ୍ୟାଟିଂ, ଓ୍ବେଷ୍ଟଇଣ୍ଡିଜ୍‌ ଆଗରେ ୨୨୪ ରନ୍‌ର ଟାର୍ଗେଟ ରଖିଲା ଭାରତ

ଇନ୍ଦୋର,୧୧ା୧୦: ହୋଲ୍କର ଷ୍ଟାଡିୟମରେ ରବିବାର ଅନୁଷ୍ଠିତ ତୃତୀୟ ଟି୨୦ ମ୍ୟାଚ୍‌ରେ ଭାରତ-ଓ୍ବେଷ୍ଟଇଣ୍ଡିଜ୍‌ ପରସ୍ପରକୁ ଭେଟିଛନ୍ତି। ଆମନ୍ତ୍ରଣ ପାଇ ପ୍ରଥମେ ବ୍ୟାଟିଂ କରିଥିବା ଭାରତ ଅଭିଷେକ ଶର୍ମାଙ୍କ ବିସ୍ଫୋରକ…

‘କୃଷି, ଏକତା ଅଘରିଆଙ୍କ ଶକ୍ତି’

ବଲାଙ୍ଗୀର,୧୧।୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ୮୪ ଘର ଅଘରିଆ ସମାଜ ପକ୍ଷରୁ ରବିବାର ସ୍ଥାନୀୟ କୋଶଳ କଳା ମଣ୍ଡଳରେ ନୂଆଁଖାଇ ଭେଟ୍‌ଘାଟ୍‌ ଅନୁଷ୍ଠିତ ହୋଇଯାଇଛି। ଅଘରିଆ ସମାଜର…

କୋର୍ଟରେ ଜାମିନ ନାମଞ୍ଜୁର ଜେଲ ଗଲେ ଅଭିଯୁକ୍ତ, ଜାଣନ୍ତୁ କ’ଣ ଥିଲା ମାମଲା…

ଦିଗପହଣ୍ଡି,୧୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବଡ଼ଡୁମ୍ବୁଳା ଗ୍ରାମର ପିଣ୍ଟୁ ସାହୁଙ୍କୁ ରବିବାର ଦିଗପହଣ୍ଡି ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ…

ବଡ଼ ଖୁଲାସା କଲେ ଧର୍ମେନ୍ଦ୍ର; ଭାଜପା ଛାଡ଼ି ଏହି ଦଳରେ ହେବେ ସାମିଲ, ସାମ୍ନାକୁ ଆସିଲା ଫଟୋ

ଲକ୍ଷ୍ନୌ,୧୧।୧୦: ଭାଜପାରୁ ଇସ୍ତଫା ଦେଇଥିବା ଉତ୍ତରପ୍ରଦେଶର ଆଁଓଲା ଲୋକସଭା ଆସନର ପୂର୍ବତନ ଏମପି ଧର୍ମେନ୍ଦ୍ର କଶ୍ୟପ ରବିବାର ଲକ୍ଷ୍ନୌରେ ସମାଜବାଦୀ ପାର୍ଟି (ସପା) ମୁଖ୍ୟ ଅଖିଳେଶ ଯାଦବଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?