ସୁପ୍ରିମକୋର୍ଟରେ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା

କେନ୍ଦ୍ରାପଡ଼ା ଅଫିସ,୨୮ା୬: କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁର ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର ସିଂହ, ବାବାଜୀ ପତ୍ରୀ ଓ ମଦନ ପତ୍ରୀ ପ୍ରମୁଖ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି।

ଏ ସମ୍ପର୍କରେ ଆବେଦନକାରୀ କ୍ଷିତୀଶ କୁହନ୍ତି, ଶ୍ରୀବଳଦେବଜୀଉ ତୁଳସୀ କ୍ଷେତ୍ରାଧିପତି। ଶ୍ରୀକ୍ଷେତ୍ର ପରି ତୁଳସୀକ୍ଷେତ୍ରର ମାନ୍ୟତା ବହୁ ପୁରାତନ। ଏଠାରେ ଚାଲିଥିବା ରୀତିନୀତି ଶ୍ରୀଜଗନ୍ନାଥ ସଂସ୍କୃତିର ସ୍ବାକ୍ଷର ବହନ କରୁଛି। ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ରଥଯାତ୍ରା କୋଭିଡ୍‌ କଟକଣା ସହ ହେବାକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି। ହେଲେ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ବନ୍ଦ ରଖାଯାଇଛି। ଏହାକୁ ନେଇ ୭ଟି ମାମଲା ହାଇକୋର୍ଟରେ ଶୁଣାଣି ହୋଇଛି। ହାଇକୋର୍ଟ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ସମ୍ମାନ ଦେଇ, କୌଣସି ହସ୍ତକ୍ଷେପ କରିବାକୁ ମନା କରିବା ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିବା ଆବେଦନକାରୀମାନେ ପ୍ରକାଶ କରିଛନ୍ତି। ଖୁବ୍‌ଶୀଘ୍ର ଏହାର ଶୁଣାଣି ହୋଇ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ଆବେଦନକାରୀ ଆଶା ବ୍ୟକ୍ତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିଙ୍କ ସଫଳତା

ଗୁଣପୁର, ୨୫।୮ (ସୁଜାତା ପାଢ଼ୀ): ଅଲ୍ ଓଡ଼ିଶା ବ୍ୟାଡମିଣ୍ଟନ୍ ପ୍ରତିଯୋଗିତା ଲେଭେଲ୍-୨ରେ ଗୁଣପୁର ଖେଳାଳିମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି। ଗୁଣପୁରର ଶୁଭମ୍ ଦାସଙ୍କ ଯୋଡ଼ି ଚମ୍ପିୟାନ…

ବିଦ୍ୟାର୍ଥୀଙ୍କୁ କ୍ୟାରିୟର ଚୟନ ନେଇ ମାର୍ଗଦର୍ଶନ: ଭଞ୍ଜନଗର କେଭିରେ ପ୍ରଥମଥର ପାଇଁ…

ଭଞ୍ଜନଗର, ୨୫।୮ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଦଶମ ଓ ଏକାଦଶ ଶ୍ରେଣୀର ବିଜ୍ଞାନ ବିଭାଗର ଛାତ୍ରୀଛାତ୍ରଙ୍କୁ ନେଇ ପ୍ରଥମଥର ପାଇଁ…

ମନ୍ତ୍ରୀଙ୍କ ବଡ଼ ଚେତାବନୀ, ସାର କଳାବଜାରୀ କଲେ ହେବ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୨୫।୮: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ମଙ୍ଗଳବାର ଏକ ବଡ଼ ଚେତାବନୀ ଦେଇଛନ୍ତି। ସାର କଳାବଜାରୀ କଲେ ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି…

ବଡ଼ କାର୍ଯ୍ୟାନୁଷ୍ଠାନ: ନିଲମ୍ବିତ ହେଲେ ୨ ପୋଲିସ କର୍ମଚାରୀ

ବୌଦ୍ଧ,୨୫।୮: ବୌଦ୍ଧ ପୋଲିସ ପକ୍ଷରୁ ମଙ୍ଗଳବାର ଏକ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟରେ ଅବହେଳା ପାଇଁ ୨ଜଣ ପୋଲିସ କର୍ମଚାରୀଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ଠିକ୍‌…

କାର୍‌କୁ ୧୦୦ ମିଟର ଘୋଷାଡ଼ି ନେଲା ଟ୍ରକ, ଆଉ ତା’ପରେ…

ଭୁବନେଶ୍ୱର,୨୫।୮: ରାଜଧାନୀ ଭୁବନେଶ୍ୱର ପାହାଳ ନିକଟରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ଭାରସାମ୍ୟ ହରାଇ ଏକ କାର୍‌କୁ ଧକ୍କା ଦେଇ ୧୦୦ ମିଟର ପର୍ଯ୍ୟନ୍ତ…

ଚନ୍ଦନ କଳସ ଯାତ୍ରାକୁ କୋରାପୁଟରେ ଭବ୍ୟ ସ୍ବାଗତ

କୋରାପୁଟ,୨୫।୮(ଅମିତାଭ ବେହେରା): ସନ୍ଥ ଶିରୋମଣି ଗୁରୁ ରବିଦାସଜୀଙ୍କ ୬୫୦ତମ ଜୟନ୍ତୀ ଅବସରରେ ସାମାଜିକ ସମରସତା ଓ ଭାଇଚାରାର ବାର୍ତ୍ତା ନେଇ ଆୟୋଜିତ ‘ସମରସ ସଂକଳ୍ପ ଅଭିଯାନ’ର ପବିତ୍ର…

ଦୁର୍ନୀତି ମାମଲାରେ ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ୪ବର୍ଷ ସଶ୍ରମ କାରାଦଣ୍ଡ

ବରଗଡ଼,୨୫।୮(ପ୍ରେମାନନ୍ଦ ଖମାରୀ): ବରଗଡ଼ ଭିଜିଲାନ୍ସର ସ୍ୱତନ୍ତ୍ର ବିଚାରପତି ପଦମପୁର ବ୍ଲକ ଅଧୀନ ପୁରେନା ଗ୍ରାମପଞ୍ଚାୟତର ପୂର୍ବତନ ପଞ୍ଚାୟତ ନିର୍ବାହୀ ଅଧିକାରୀ (PEO) ଛବିଳ ବାରିହାଙ୍କୁ ଦୁର୍ନୀତି ମାମଲାରେ…

ନାବାଳକଙ୍କ ବାର୍‌ହା ସହ ଦୁଇ ଘଣ୍ଟା ଧରି  ଲଢ଼େଇ: ଶେଷରେ ଜୀବନ ବଞ୍ଚାଇବା ପାଇଁ…

ବାଙ୍କୀ, ୨୫।୮ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଗୋପାଳପୁର ପଞ୍ଚାୟତରେ ବାର୍‌ହା ଆତଙ୍କରେ ଭୟଭୀତ ଲୋକେ। ମଙ୍ଗଳବାର ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ଗୋପାଳପୁର ପଞ୍ଚାୟତର ୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri