ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା: ସୁପ୍ରିମକୋର୍ଟରେ ମାମଲା

କେନ୍ଦ୍ରାପଡ଼ା ଅଫିସ, ୨୯।୬:  କେନ୍ଦ୍ରାପଡ଼ା ଜିଲା ଇଚ୍ଛାପୁରସ୍ଥ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ମାମଲା ସୋମବାର ସୁପ୍ରିମକୋର୍ଟରେ ପହଞ୍ଚତ୍ଛି। କୋଭିଡ୍‌ କଟକଣା ମଧ୍ୟରେ ରଥଯାତ୍ରା ହେଉ ବୋଲି କ୍ଷିତୀଶ କୁମାର ସିଂହ, ବାବାଜି ପତ୍ରୀ, ମଦନ ପତ୍ରୀ ଏ ନେଇ ସୁପ୍ରିମ୍‌କୋର୍ଟର ଦ୍ୱାରସ୍ଥ ହୋଇଛନ୍ତି। ଏ ସମ୍ପର୍କରେ ଆବେଦନକାରୀ କ୍ଷିତୀଶ କୁହନ୍ତି, ଶ୍ରୀବଳଦେବଜୀଉ ତୁଳସୀ କ୍ଷେତ୍ରାଧିପତି। ଶ୍ରୀକ୍ଷେତ୍ର ପରି ହିନ୍ଦୁ ସଂସ୍କୃତି ତୁଳସୀକ୍ଷେତ୍ରର ମାନ୍ୟତା ବହୁ ପୁରାତନ। ଏଠାରେ ଚାଲିଥିବା ରୀତିନୀତି ଶ୍ରୀଜଗନ୍ନାଥ ସଂସ୍କୃତିର ସ୍ବାକ୍ଷର ବହନ କରୁଛି। ଶ୍ରୀକ୍ଷେତ୍ରରେ ଜଗନ୍ନାଥଙ୍କ ରଥଯାତ୍ରା କୋଭିଡ୍‌ କଟକଣା ସହ ହେବାକୁ ରାଜ୍ୟ ସରକାର ମଞ୍ଜୁରୀ ଦେଇଛନ୍ତି। ହେଲେ କୋଭିଡ୍‌ କଟକଣା ଆଳରେ ଶ୍ରୀବଳଦେବଜୀଉଙ୍କ ରଥଯାତ୍ରା ବନ୍ଦ ରଖାଯାଇଛି। ଏହାକୁ ନେଇ ମୋଟ ୭ଟି ମାମଲା ହାଇକୋର୍ଟରେ ଶୁଣାଣି ହୋଇଛି। ହାଇକୋର୍ଟ ରାଜ୍ୟ ସରକାରଙ୍କ ନିଷ୍ପତ୍ତିକୁ ସମ୍ମାନ ଦେଇ, କୌଣସି ହସ୍ତକ୍ଷେପ କରିବାକୁ ମନା କରିବା ପରେ ଆମ୍ଭେମାନେ ସୁପ୍ରିମକୋର୍ଟର ଦ୍ୱାରସ୍ଥ ହୋଇଛୁ। ଖୁବ୍‌ଶୀଘ୍ର ଏହାର ଶୁଣାଣି ହୋଇ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ ହେବ ବୋଲି ଆଶା ରଖିଛୁ।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କୁ ନିଶାଠାରୁ ଦୂରେଇ ରହିବାକୁ ଆହ୍ବାନ

ବଞ୍ଚୋ,୩୦ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ବଞ୍ଚୋର ପ୍ରାଣବଲ୍ଲଭ ପବ୍ଲିକ ସ୍କୁଲରେ ‘ନିଶାମୁକ୍ତ ଭାରତ ଅଭିଯାନ’ ଅଧୀନରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆନନ୍ଦପୁର ଏସ୍‌ଡିପିଓ…

ଭଲିବଲ୍‌ରେ ଡିଏଭି ଚାମ୍ପିଅନ୍‌

ଭଞ୍ଜନଗର, ୩୦।୮ (ବାବୁଲା ପ୍ରଧାନ): ଜାତୀୟ କ୍ରୀଡ଼ା ଦିବସ ଅବସରରେ ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟ ପକ୍ଷରୁ ଶନିବାର ଏକ ସଚେତନତା ସଭା ଅନୁଷ୍ଠିତ ହୋଇଯାଇଛି। ଏଥିସହ କିଛି…

କଲ୍ୟାଣସିଂହପୁର ଜଗନ୍ନାଥ କଲୋନିରେ ଚାଲିଛି ଗଣେଶ ପୂଜା ପ୍ରସ୍ତୁତି, ସ୍ଥାପନ ହେ

​କଲ୍ୟାଣସିଂହପୁର,୩୦।୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ସଦର ମହକୁମାସ୍ଥିତ ଜଗନ୍ନାଥ କଲୋନିଠାରେ ଆଗାମୀ ଗଣେଶ ପୂଜା ନିମନ୍ତେ ରବିବାର ବିଧିବଦ୍ଧ ଭାବେ ଭୂମି ପୂଜା…

ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗ; ଗିରଫ ହେଲେ SI ସ୍ୱାମୀ, ବର୍ଷେ ତଳେ ହୋଇଥିଲା ବିବାହ

ଭଦ୍ରକ,୩୦ା୮(ସନାତନ ରାଉତ): ସ୍ତ୍ରୀଙ୍କୁ ନିର୍ଯାତନା ଅଭିଯୋଗରେ ଗିରଫ ହେଲେ ପୋଲିସ ଏସଆଇ । ଭଦ୍ରକ ଟାଉନ ଥାନା ସବ ଇନ୍ସପେକ୍ଟର ଗଣନାଥ ସେଠୀ ଗିରଫ ହୋଇଛନ୍ତି ।…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

କନ୍ୟା ସନ୍ତାନ ଜନ୍ମଦେଲେ ୧୬ ବର୍ଷୀୟା ନାବାଳିକା: ପୋଲିସର ମାମଲା ରୁଜୁ

କେନ୍ଦୁଝର, ହାଟଡିହୀ,୩୦।୮(ନରେଶ ଚନ୍ଦ୍ର ପଟ୍ଟନାୟକ/ ଶୁଭକାନ୍ତ ନାୟକ/ନିରାକାର ପରିଡା ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକା କନ୍ୟା ସନ୍ତାନକୁ ଜନ୍ମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri