ଘୋଷଯାତ୍ରା ପାଇଁ ଶ୍ରୀବାଣୀକ୍ଷେତ୍ର ଚଳଚଞ୍ଚଳ

ଭୁବନେଶ୍ୱର,୧୯।୬(ଅସମାପିକା ସାହୁ): ଘୋଷଯାତ୍ରା ପାଇଁ ଶ୍ରୀବାଣୀକ୍ଷେତ୍ରରେ ସମସ୍ତ ପ୍ରସ୍ତୁତି କାର୍ଯ୍ୟ ଶେଷ ହୋଇଛି । ଶ୍ରୀବାଣୀକ୍ଷେତ୍ର ରଥଯାତ୍ରା ହେଉଛି ଭୁବନେଶ୍ୱରର ଅନ୍ୟତମ ବଡ଼ ରଥଯାତ୍ରା। ଅକ୍ଷୟତୃତୀୟାଠାରୁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭହୋଇ ମହାପ୍ରଭୁଙ୍କ ଘୋଷଯାତ୍ରା ପାଇଁ ପ୍ରସ୍ତୁତି ହୋଇଥାଏ । ଅକ୍ଷୟତୃତୀୟାଠାରୁ କିଟ୍‌, କିସ୍‌ ଓ ଶ୍ରୀବାଣୀକ୍ଷେତ୍ର କିଟ୍‌ ଜଗନ୍ନାଥ ମନ୍ଦିର ଟ୍ରଷ୍ଟର ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ରଥଯାତ୍ରା ଯେଭଳି ସୁରୁଖୁରୁରେ ହୋଇପାରିବ ସେନେଇ ପ୍ରାକ୍‌ ପ୍ରସ୍ତୁତି ବୈଠକ ହୋଇଥିଲା। ଏପରି କି ସାମନ୍ତଙ୍କ ଅଧ୍ୟକ୍ଷତାରେ ଶନିବାର ଚୂଡ଼ାନ୍ତ ପ୍ରସ୍ତୁତି ବୈଠକ ହୋଇଥିଲା । ମନ୍ଦିର ଟ୍ରଷ୍ଟ ପକ୍ଷରୁ ପ୍ରସ୍ତୁତ ରଥଯାତ୍ରା ନୀତି ନିର୍ଘଣ୍ଟ ଅନୁଯାୟୀ ସୋମବାର ନବଯୌବନ ଦର୍ଶନ ଓ ନେତ୍ରୋତ୍ସବ ହୋଇଥିଲା । ମଙ୍ଗଳବାର ମହାପ୍ରଭୁଙ୍କ କାର୍ଯ୍ୟସୂଚୀ ଅନୁଯାୟୀ ସୂର୍ଯ୍ୟପୂଜା, ରୋଷହୋମ, ରଥ ପ୍ରତିଷ୍ଠା ଆଦି ନୀତିକାନ୍ତି ସମ୍ପନ୍ନ ପରେ ପୂର୍ବାହ୍ନ ୧୦ରେ ତିନିଠାକୁରଙ୍କ ପହଣ୍ଡି ଆରମ୍ଭ ହେବ । ସେହିପରି ଅପରାହ୍ନ ୩ଟାରୁ ୪ଟା ମଧ୍ୟରେ ଛେରାପହଁରା ନୀତି ସମ୍ପନ୍ନ ପରେ ଅପରାହ୍ନ ସାଢେ ୪ରୁ ରଥଟଣା ଆରମ୍ଭ ହେବ ବୋଲି ନିଷ୍ପତ୍ତି ନିଆଯାଇଛି। ରଥଯାତ୍ରା ସମୟରେ ଶ୍ରୀବାଣୀକ୍ଷେତ୍ରରେ ୩୦ ହଜାରରୁ ଊର୍ଦ୍ଧ୍ୱ ଭକ୍ତଙ୍କ ସମାଗମକୁ ଦୃଷ୍ଟିରେ ରଖି ଶୃଙ୍ଖଳାର ସହ ରଥଟଣା ପାଇଁ ମନ୍ଦିର ଟ୍ରଷ୍ଟ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି । ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ପାନୀୟ ଜଳ ବଣ୍ଟନ ଓ ଜଳ ସିଞ୍ଚନର ବ୍ୟବସ୍ଥା ହୋଇଛି। ଶିଖରଚଣ୍ଡୀ ପାଦଦେଶରେ ଥିବା ସ୍ଥାୟୀ ଗୁଣ୍ଡିଚା ମନ୍ଦିରରେ ଠାକୁରଙ୍କ ନୀତିକାନ୍ତି କରାଯିବ। ଏପରି କି ନବଦିନବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯିବ। ମିନାବଜାର ସହ ପ୍ରତ୍ୟହ ସନ୍ଧ୍ୟାରେ ବିଶିଷ୍ଟ କଣ୍ଠଶିଳ୍ପୀଙ୍କ ଦ୍ୱାରା ଭଜନ ସମାରୋହ କାର୍ଯ୍ୟକ୍ରମ ରହିଛି।


Enter your email to get our daily news in your inbox.

All Right Reserved By Dharitri.Com

ପାରାଦୀପରୁ ବାହାରିଥିଲା, ଚୀନରେ ପହଞ୍ଚିବା ପୂର୍ବରୁ ନିଖୋଜ; ମଝି ସମୁଦ୍ରରେ ବୁଡିଗଲା ଜାହାଜ

ଭୁବନେଶ୍ୱର,୨୩ା୮: ଗଭୀର ସମୁଦ୍ରରେ ବିଦେଶୀ ଜାହାଜ ନିଖୋଜ। ପାରାଦୀପରୁ ଲୁହାପଥର ନେଇ ଚୀନ ଅଭିମୁଖେ ଯାଉଥିବା ଏକ ବିଦେଶୀ ମାଲବାହୀ ଜାହାଜ ଗଭୀର ସମୁଦ୍ରରେ ନିଖୋଜ ହୋଇଯାଇଛି।…

ଗୋବରୀ ନଦୀ ପାଇଁ ଜମ୍ବୁବାସୀଙ୍କ ଚିନ୍ତା: ଫାଇଲରେ ରହିଗଲା ଯୋଜନା, ବିପଦସଙ୍କୁଳ ଅବସ୍ଥାରେ ନଦୀ ପାର୍‌ ହେଉଛନ୍ତି ଛାତ୍ରୀଛାତ୍ର

ମହାକାଳପଡ଼ା,୨୩।୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳ ନଦୀ, ନାଳ ଘେରା ଜମ୍ବୁ ପଞ୍ଚାୟତକୁ ଦୀର୍ଘ ବର୍ଷଧରି ଡଙ୍ଗାରେ ଲୋକମାନେ ଯାତାୟାତ କରୁଥିବା…

ମଙ୍ଗଳଙ୍କ ଗୋଚରରେ ରାଜଯୋଗ; ବଢିବ ୫ରାଶିର ଇନକମ୍‌, ହୁ ହୁ ହୋଇ ବଢିବ ଧନ!

ଦ୍ରିକ୍ ପଞ୍ଚାଙ୍ଗ ଅନୁସାରେ, ୧୮ ସେପ୍ଟେମ୍ବର ୨୦୨୬ ତାରିଖ ଜ୍ୟୋତିଷ ଶାସ୍ତ୍ର ଦୃଷ୍ଟିରୁ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ. ଏହି ଦିନ ମଙ୍ଗଳ ଗ୍ରହ ନିଜର ନୀଚ ରାଶି କର୍କଟରେ…

ପୁଣି ଡରାଇଲାଣି ଲଘୁଚାପ, ଏସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ! ଆଲର୍ଟ ଜାରି

ଭୁବନେଶ୍ୱର,୨୩ା୮(ବନ୍ଦନା ସେଠୀ): ବଙ୍ଗୋପସାଗରରେ ପୁଣି ଲଘୁଚାପ ସୃଷ୍ଟି ହେବ। ଶୁକ୍ରବାର ମ୍ୟାନ୍‌ମାର ଓ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ଥିବା ଘୂର୍ଣ୍ଣିବଳୟ ଶନିବାର ଉତ୍ତର ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ…

ଧର୍ମାନ୍ତରୀକରଣ

ଚଳିତ ସପ୍ତାହରେ ପ୍ରକାଶ ପାଇଥିବା ଏକ ଖବରର ଶୀର୍ଷକ ହେଉଛି ‘ଧର୍ମାନ୍ତରୀକରଣ ଆଇନ ଏପର୍ଯ୍ୟନ୍ତ ଲାଗୁ ହୋଇ ନ ଥିବା ଜାଣିବା ପରେ ପୁଣେ ପୋଲିସ ସେହି…

ନିମ୍ନମାନର କାମ ଧୋଇନେଲା ବନ୍ଧ ହିଡ଼: ୧.୭୫ ଲକ୍ଷ ଟଙ୍କାର କାମକୁ ନେଇ ଉଠିଲା ପ୍ରଶ୍ନ

ଅମରପାଲି, ୨୩।୮ (ପୀତାମ୍ବର ସାହୁ): ବର୍ଷା ଆସିବାର କିଛି ଦିନ ମଧ୍ୟରେ ଧୋଇଗଲା ବନ୍ଧ ହିଡ଼। ନିମ୍ନମାନର କାମ ଯୋଗୁ ବନ୍ଧ ଭାଙ୍ଗି ପୋଖରୀର ପାଣି ଗାଁ…

ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନକୁ ନେଇ ରାଜନୀତି

ଭୁବନେଶ୍ୱର,୨୩ା୮(ସୁନିତ୍‌ ମିଶ୍ର): ନିକଟରେ ପାର୍ଲାମେଣ୍ଟରେ ଏମ୍‌ଏମ୍‌ଡିଆର୍‌ ସଂଶୋଧନ ଆଇନ-୨୦୨୬ ବିଲ୍‌ ପାରିତ ହୋଇଯାଇଛି। ଏହାକୁ ରାଷ୍ଟ୍ରପତିଙ୍କ ଅନୁମୋଦନ ମଧ୍ୟ ମିଳିସାରିଛି। ମାତ୍ର ଓଡ଼ିଶାରେ ଉକ୍ତ ଆଇନ ଲାଗୁହେଲେ…

ଚାଇନା ଅନୁପ୍ରବେଶ ଚିନ୍ତାଜନକ: ଅରୁଣାଚଳ ଏମ୍‌ପି

ଇଟାନଗର, ୨୩।୮ (ପି.ଟି.): ଅରୁଣାଚଳ ପ୍ରଦେଶର ବହୁ ଅଞ୍ଚଳ ଚାଇନା ଅକ୍ତିଆର କରିଥିବା ନେଇ ବାରମ୍ୱାର ରିପୋର୍ଟମାନ ପ୍ରକାଶ ପାଉଛି। କିନ୍ତୁ ଭାରତୀୟ ସେନା ଏହି ବିଷୟକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri