ଆଜିଠାରୁ ଦିଲ୍ଲୀରୁ ‘ଶ୍ରୀଜଗନ୍ନାଥ ଯାତ୍ରା’

ନୂଆଦିଲ୍ଲୀ,୨୫ା୧: ରେଳ ମନ୍ତ୍ରଣାଳୟର ଏକ ରାଷ୍ଟ୍ରାୟତ୍ତ ଉଦ୍ୟୋଗ ଆଇଆର୍‌ସିଟିସି ଲିଃ ପକ୍ଷରୁ ବୁଧବାରଠାରୁ ‘ଶ୍ରୀଜଗନ୍ନାଥ ଯାତ୍ରା’ ପାଇଁ ଏକ ୮ ଦିନିଆ ଭାରତ ଗୌରବ ଟୁରିଷ୍ଟ ଟ୍ରେନ୍‌ ଚଳାଚଳ ଆରମ୍ଭ କରିଛି। ଏହା ଉତ୍ତର ପ୍ରଦେଶ, ବିହାର, ଝାଡ଼ଖଣ୍ଡ ଏବଂ ଓଡ଼ିଶାର ବିଭିନ୍ନ ତୀର୍ଥସ୍ଥାନ ଏବଂ ଐତିହ୍ୟସ୍ଥଳୀକୁ ଯାତ୍ରା କରିବ ବୋଲି ଆଇଆର୍‌ସିଟିସି ପକ୍ଷରୁ କୁହାଯାଇଛି। ବିଶେଷକରି ଏହି ଟ୍ରେନ୍‌ ୮ ଦିନିଆ ଯାତ୍ରା ଆରମ୍ଭ କରିବାକୁ ଯାଉଛି। ପର୍ଯ୍ୟଟକମାନେ ଭାରତର ପ୍ରମୁଖ ଧାମ ପୁରୀ ଜଗନ୍ନାଥ ମନ୍ଦିର ପରିଦର୍ଶନ କରିପାରିବେ। ଏହାବ୍ୟତୀତ ବାରାଣସୀ, ବୈଦ୍ୟନାଥ ଏବଂ ଗୟା ଭଳି ପ୍ରମୁଖ ସ୍ଥାନ ପର୍ଯ୍ୟଟନରେ ଆକର୍ଷଣୀୟ ହେବ। ଏହି ପ୍ରସ୍ତାବିତ ୮ ଦିନିଆ ଭାରତ ଗୌରବ ଟୁରିଷ୍ଟ ଟ୍ରେନ୍‌ ଯାତ୍ରାର ପ୍ରଥମ ରହଣି ବାରାଣସୀ ସହରରେ ହେବ। ସେଠାରେ ପର୍ଯ୍ୟଟକମାନେ କାଶୀ ବିଶ୍ୱନାଥ ମନ୍ଦିର, ଗଙ୍ଗାଘାଟ ଏବଂ ଆରତିସ୍ଥଳ ଆଦି ପରିଦର୍ଶନ କରିପାରିବେ। ବାରାଣସୀ ପରେ ଟ୍ରେନ୍‌ ଝାଡ଼ଖଣ୍ଡର ଯଶିଡିହି ରେଳଷ୍ଟେଶନକୁ ଯାତ୍ରା ଆରମ୍ଭ କରିବ ଏବଂ ପର୍ଯ୍ୟଟକମାନେ ବୈଦ୍ୟନାଥ ଧାମ ଜ୍ୟୋତିର୍ଲିଙ୍ଗ ମନ୍ଦିର ପରିଦର୍ଶନ କରିବା ସୁଯୋଗ ପାଇବେ। ଏହା ପରେ ପରେ ଟ୍ରେନ୍‌ ଯଶିଡିହି ରେଳଷ୍ଟେଶନରୁ ଓଡ଼ିଶାର ପୁରୀ ଅଭିମୁଖେ ଯାତ୍ରା ଆରମ୍ଭ କରିବ। ପୁରୀଠାରେ ପର୍ଯ୍ୟଟକଙ୍କ ପାଇଁ ହୋଟେଲରେ ୨ରାତି ପାଇଁ ରହିବାର ବ୍ୟବସ୍ଥା କରାଯାଇଛି। ସେହିଭଳି ପୁରୀରେ ଜଗନ୍ନାଥ ମନ୍ଦିର, ସୁବର୍ଣ୍ଣ ବେଳାଭୂମି, କୋଣାର୍କର ସୂର୍ଯ୍ୟମନ୍ଦିର ଏବଂ ଭୁବନେଶ୍ୱରର ବିଭିନ୍ନ ମନ୍ଦିର ଦର୍ଶନ କରିବାର ସୁଯୋଗ ପାଇପାରିବେ। ପୁରୀ ପରେ ଗୟା ହେବ ଟ୍ରେନ୍‌ର ଶେଷ ଗନ୍ତବ୍ୟସ୍ଥଳ। ସେଠାରେ ବିଷ୍ଣୁପାଦ ମନ୍ଦିରରେ ଯାତ୍ରାର ସମାପନ ଘଟିବ। ଏହି ୮ ଦିନିଆ ଯାତ୍ରା ଶେଷକରି ଟ୍ରେନ ଫେବୃୟାରୀ ୧ତାରିଖରେ ଦିଲ୍ଲୀରେ ପହଞ୍ଚତ୍ବ। ଅପରପକ୍ଷରେ ଆଧୁନିକ ଶୈଳୀର ଶୀତତାପ ନିୟନ୍ତ୍ରକ ରେକ୍‌ ବିଶିଷ୍ଟ ଏହି ଟୁରିଷ୍ଟ ଟ୍ରେନ୍‌ ଯାତ୍ରା ସମୟରେ ଗାଜିଆବାଦ, ଆଲିଗଡ଼, ଟୁଣ୍ଡଲା, ଏଟାୱା, କାନପୁର ଏବଂ ଲକ୍ଷ୍ନୌ ଆଦି ଷ୍ଟେଶନରେ ବୋର୍ଡ ଡି-ବୋର୍ଡର ସୁବିଧା ମଧ୍ୟ ରହିବ। ସମ୍ପୂର୍ଣ୍ଣ ଶୀତତାପ ନିୟନ୍ତ୍ରିତ ଏହି ଟୁରିଷ୍ଟ ଟ୍ରେନ୍‌ରେ ୧୧ଟି ୩ୟ ଶ୍ରେଣୀ ଏସି କୋଚ,ଗୋଟିଏ ପାଣ୍ଟ୍ରି କାର ଏବଂ ୨ଟି ଏସ୍‌ଏଲ୍‌ଆର୍‌ ରହିବ। ଉକ୍ତ ଟ୍ରେନ୍‌ରେ ଯାତ୍ରୀମାନଙ୍କ ମନୋରଞ୍ଜନ ଓ ସର୍ବସାଧାରଣ ସୂଚନା ପାଇଁ ଇନ୍‌ଫୋଟେନ୍‌ମେଣ୍ଟ ସିଷ୍ଟମ ମଧ୍ୟ ଲଗାଯାଇଛି। ଘରୋଇ ପର୍ଯ୍ୟଟନର ପ୍ରସାର କରିବା ଦିଗରେ ଭାରତ ସରକାରଙ୍କ ‘ଦେଖୋ ଅପ୍‌ନା ଦେଶ’ର ଏକ ଅଂଶ ଭାବେ ଭାରତ ଗୌରବ ଟୁରିଷ୍ଟ ଟ୍ରେନ୍‌ ଚଳାଚଳ ଆରମ୍ଭ କରାଯାଇଛି। ଏହି ପରିପ୍ରେକ୍ଷୀରେ ପ୍ରତି ପର୍ଯ୍ୟଟକ ପିଛା ୧୭,୬୫୫ ଟଙ୍କା ଠାରୁ ଆରମ୍ଭ ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଭାଜପା ସରକାରର ବିଫଳତାକୁ ନେଇ ଗାଁକୁ ଯିବ ବିଜେଡି

ଭବାନୀପାଟଣା: ୨୬ା୧୨(ଉତ୍ତମ କୁମାର ଦାଶ):୨୮ ବର୍ଷ ଅତିକ୍ରମ କରି ୨୯ ବର୍ଷରେ ପାଦ ଦେଇଛି ବିଜୁ ଜନତା ଦଳ। ଏହି ଅବସରରେ ଶୁକ୍ରବାର କଳାହାଣ୍ଡି ଜିଲା...

ଅଚାନକ ଦିଲ୍ଲୀ ଟିମ୍‌ ଛାଡ଼ି ଘରକୁ ଫେରିଗଲେ କୋହଲି, କାରଣ ଜାଣିଲେ…

ବେଙ୍ଗାଲୁରୁ,୨୬।୧୨: ଭାରତୀୟ କ୍ରିକେଟର ଷ୍ଟାର ଖେଳାଳି ବିରାଟ କୋହଲି ବିଜୟ ହଜାରେ ଟ୍ରଫି ୨୦୨୫-୨୬ରେ ଦିଲ୍ଲୀ ପାଇଁ ଜବରଦସ୍ତ ପ୍ରଦର୍ଶନ କରିଥିଲେ। କିନ୍ତୁ ଏବେ ସେ...

୨ ମହିଳାଙ୍କ ସମେତ ୬ ଦାଦନ ଶ୍ରମିକ ଉଦ୍ଧାର

ନୂଆପଡ଼ା/କୋମନା,୨୬ା୧୨(ମକାରୁ ବେମାଲ/ମହେଶ ବାଗ): ନୂଆପଡ଼ା ଜିଲା କୋମନା ଅଞ୍ଚଳରେ ଦାଦନ ଦଲାଲ ସକ୍ରିୟ ରହିଛନ୍ତି। ପ୍ରତିଦିନ ଜିଲାରୁ ଶତାଧିକ ଶ୍ରମିକ ଚାଲାଣ ହେଉଥିବା ଅଭିଯୋଗ ହୋଇଆସୁଛି।...

ଭାଜପା ପକ୍ଷରୁ ବନବିହାର କାର୍ଯ୍ୟକ୍ରମ: ସାମୂହିକ ବନ୍ଦେ ମାତରମ ଗାନ

କେସିଙ୍ଗା,୨୬ା୧୨ (ତୁମେଶ୍ୱର ସାହୁ)- କଳାହାଣ୍ଡି ଜିଲା କେସିଙ୍ଗା ଭାଜପା ନଗର ମଣ୍ଡଳ କମିଟି ପକ୍ଷରୁ ଶୁକ୍ରବାର ତହସିର ଚେକ୍‌ଡ୍ୟାମ ପରିସରରେ ବନବିହାର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି।...

ନିଖୋଜ ରାତ୍ର ଜଗୁଆଳିଙ୍କ ମୃତଦେହ ଜବତ : ହତ୍ୟା ଅଭିଯୋଗ କଲେ ପରିବାର ଲୋକେ

ଥୁଆମୂଳ ରାମପୁର,୨୬ା୧୨(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କର୍ଲାପାଟ ଥାନା ଅଧୀନ ଗୁଣୁପୁର ସାଇସୁରୁଣି ଛକ ନିକଟ ପୋଲ ତଳୁ ଶୁକ୍ରବାର ନିଖୋଜ...

ସମସ୍ତଙ୍କ ଆଗରେ ଭୋ ଭୋ ହୋଇ କାନ୍ଦିଲେ ରୋହିତ, କାରଣ ଜାଣିଲେ…Video

ମୁମ୍ବାଇ,୨୬।୧୨: ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଓପନର ବ୍ୟାଟ୍ସମ୍ୟାନ ରୋହିତ ଶର୍ମାଙ୍କ ଏକ ଭାବୁକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଏହି...

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ...

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri