ଦିଗପହଣ୍ଡିରେ ଶ୍ରୀଜୀଉଙ୍କ ରଥଟଣା

ଦିଗପହଣ୍ଡି,୨୭।୬(ଅଶେଷ ନାଥ ମିଶ୍ର): ପବିତ୍ର ଶ୍ରୀ ଗୁଣ୍ଡିଚା ଯାତ୍ରା ଅବସରରେ ବଡଖେମୁଣ୍ଡି ରାଜାଙ୍କ ଦ୍ବାରା ପରିଚାଳିତ ଦିଗପହଣ୍ଡି ଶ୍ରୀ ଜଗନ୍ନାଥ,ଶ୍ରୀ ବଳଭଦ୍ର ଏବଂ ଦେବୀ ସୁଭଦ୍ରା ମହାପ୍ରଭୁଙ୍କ ରଥ ଉପରକୁ ପହଣ୍ଡି ବିଜେ ନୀତି ଶୁକ୍ରବାର ସନ୍ଧ୍ୟାରେ ଶେଷ ହୋଇଛି। ଅପରାହ୍ନ ପ୍ରାୟ ସାଢେ ୪ଟା ସମୟରେ ପ୍ରଥମେ ବଳଭଦ୍ର, ପରେ ଦେବୀ ସୁଭଦ୍ରା ଏବଂ ତତ୍ପରେ କୋଟି ବ୍ରହ୍ମାଣ୍ଡ ନାୟକ ଜଗତର ନାଥ ଶ୍ରୀ ଜଗନ୍ନାଥ ବଡଦେଉଳ ଛାଡି ସନ୍ଧ୍ୟା ୭ଟା ସୁଦ୍ଧା ବଡଦାଣ୍ଡରେ ର୍ନିମିତ ରଥ ଉପରେ ରଥାରୂଢ ହୋଇଥିଲେ।ଏହାପରେ ସାନଦାଣ୍ଡ ସାହିରେ ନିର୍ମିତ ସାନ ରଥ ଉପରକୁ ଶ୍ରୀ ଦଧିବାମନ ଜଗନ୍ନାଥ ମହାପ୍ରଭୁ ବିଜେ କରିବା ପରେ ଜଗନ୍ନାଥଙ୍କ ବଡରଥ ଉପରେ ବଡ଼ ଖେମୁଣ୍ଡି ରାଜା ଶ୍ରୀ ଲକ୍ଷ୍ମୀ ନାରାୟଣ ଦେବ ଛେରାପହଁରା କରିଥିଲେ। ଏଠାରେ ଶ୍ରୀ ଗୁଣ୍ଡିଚା ଯାତ୍ରା ପରଦିନ ଶ୍ରୀ ଜୀଉଙ୍କ ରଥ ଟଣା ପରମ୍ପରା ରହିଥିବାରୁ ଶନିବାର ଅପରାହ୍ନରେ ରଥଟଣା ଅନୁଷ୍ଠିତ ହେବ। ତେବେ ସହରର ରାଣିସାହିରେ ନିର୍ମିତ ଶ୍ରୀ ପତିତପାବନ ଜଗନ୍ନାଥ ଏବଂ ଅଞ୍ଚଳ କଲୋନୀରେ ନିର୍ମିତ ଜଗନ୍ନାଥଙ୍କ ରଥକୁ ଶ୍ରଦ୍ଧାଳୁ ମାନେ ଭକ୍ତିର ସହ ଟାଣି ନେଇ ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ପହଞ୍ଚାଇଥିବା ଜଣାପଡ଼ିଛି। ସେହିପରି ବଡଡୁମୁଳା ଗ୍ରାମରେ ମଧ୍ୟ ରଥଯାତ୍ରା ଧୁମଧାମରେ ପାଳିତ ହୋଇଯାଇଛି । ସରପଞ୍ଚ ଗୀତାଞ୍ଜଳୀ ଜାନୀ, ସମବାୟ ସମ୍ପାଦକ ଶେଷକାନ୍ତ ଜାନୀ, ରାଜସ୍ବ ନୀରିକ୍ଷକ ଯଜ୍ଞ ବେହେରା, ପୂର୍ବତନ ସରପଞ୍ଚ ଉପେନ୍ଦ୍ର ପ୍ରଧାନ, ପଞ୍ଚାନନ ବାଡାତ୍ୟା , ସେବକ ବଳରାମ ପଣ୍ଡା, ସିମାଞ୍ଚଳ ପଣ୍ଡା, ରାଧାକୃଷ୍ଣ ପାଢ଼ୀ , ଶିବଶଙ୍କର ପାଢ଼ୀ , ପ୍ରଦୀପ ପାଣିଗ୍ରାହୀ ସମେତ ଯାତ୍ରା କମିଟି ସଦସ୍ୟ ବୃନ୍ଦ ଉପସ୍ଥିତ ଥିଲେ। ଦିଗପହଣ୍ଡି ତହସିଲଦାର ତଥା ଏକଜକ୍ୟୁଟିଭ ମାଜିଷ୍ଟ୍ରେଟ ସନ୍ତୋଷ କୁମାର ସାହୁ ଏବଂ ଅତିରିକ୍ତ ତହସିଲଦାର ଆଶିଷ କୁମାର ନାୟକ ବିଭିନ୍ନ ଯାତ୍ରା ସ୍ଥଳରେ ଉପସ୍ଥିତ ରହିଥିବା ବେଳେ ଶୃଙ୍ଖଳିତ ଯାତ୍ରା ପରିଚାଳନା ପାଇଁ ଦିଗପହଣ୍ଡି ଥାନା ପକ୍ଷରୁ ବ୍ୟାପକ ଫୋର୍ସ ମୁତୟନ କରାଯାଇଥିଲା। ସେହିପରି ଭ୍ରମରପୁର,ଭୀଷ୍ମଗିରି, ସିଦ୍ଧେଶ୍ୱର,ବାସୁଦେବପୁର, ଜକର,ପଦ୍ମନାଭପୁର,ଫାଶୀଗୁଡ଼ା,ଗୋପୀନାଥପୁର,ଜକମେରିପଲ୍ଲୀ ପ୍ରଭୃତି ଗ୍ରାମ ମାନଙ୍କରେ ଥିବା ଶ୍ରୀ ଜଗନ୍ନାଥ ମନ୍ଦିର ଗୁଡ଼ିକରେ ଶ୍ରୀଜୀଉଙ୍କ ରଥଟଣା ଶାନ୍ତି ଶୃଙ୍ଖଳାର ସହ ସମ୍ପନ୍ନ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପାଣିପାଗର ବିଚିତ୍ର ରୂପ: ସକାଳେ ଘନ କୁହୁଡ଼ି, ଅପରାହ୍ନରେ କୁଆପଥର ମାଡ଼ ସହ କାଳବୈଶାଖୀର ତାଣ୍ଡବ

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏବଂ ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ଶୁକ୍ରବାର ପାଣିପାଗର ଏକ ବଡ଼ ଧରଣର ପରିବର୍ତ୍ତନ ଦେଖିବାକୁ ମିଳିଛି।…

ରାମନବମୀରେ ଭକ୍ତିମୟ ଗଜପତି, ବିଭିନ୍ନ ମନ୍ଦିର ବୁଲି ପ୍ରଭୁଙ୍କ ଆଶୀର୍ବାଦ ନେଲେ ପାରଳା ବିଧାୟକ

ପାରଳାଖେମୁଣ୍ଡି,୨୭।୩(ଗିରିଧାରୀ ପରିଛା): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଜପତି ଜିଲ୍ଲାର ବିଭିନ୍ନ ପ୍ରାନ୍ତରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ପାରଳାଖେମୁଣ୍ଡି ବିଧାୟକ…

ଗଞ୍ଜାମରେ ହିନ୍ଦୁ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ ଭାଇ ତୋଗଡ଼ିଆଙ୍କୁ ଭବ୍ୟ ସମ୍ବର୍ଦ୍ଧନା

ଗଞ୍ଜାମ,୨୭।୩(ବିଦ୍ୟାଧର ସାହୁ): ପବିତ୍ର ଶ୍ରୀରାମ ନବମୀ ଅବସରରେ ଗଞ୍ଜାମ ସହରରେ ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦ ସଂସ୍ଥାପନ ଅଧକ୍ଷ ତଥା ଅଗଣିତ ହିନ୍ଦୁମାନଙ୍କ ହୃଦୟ ସମ୍ରାଟ ଡ଼ଃ ପ୍ରବୀଣ…

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

LPG ପରେ ଆଉ ଏକ ବଡ଼ ସଙ୍କଟ; ୧୦ରୁ ୧୫ ପ୍ରତିଶତ ଯାଏ ବଢିପାରେ ଦର…

ନୂଆଦିଲ୍ଲୀ,୨୭।୩: LPG ସଙ୍କଟ ଭିତରେ ଜନତାଙ୍କୁ ବହୁ ଜଲଦି ଆଉ ଏକ ଝଟକା ଲାଗିବାକୁ ଯାଉଛି । ପଶ୍ଚିମ ଏସିଆରେ ଚାଲୁଥିବା ଏହି ଯୁଦ୍ଧ ଯୋଗ ବର୍ତ୍ତମାନ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri