Posted inଜାତୀୟ

ଶ୍ରୀକୃଷ୍ଣ ଜନ୍ମଭୂମି ପ୍ରସଙ୍ଗ ମାମଲା: ଶାହି ଇଦ୍‌ଗାହ ସର୍ଭେ ନିର୍ଦ୍ଦେଶ…

ମଥୁରା,୨୪।୧୨ : ମଥୁରାର ଏକ ସ୍ଥାନୀୟ ଅଦାଲତ ଶ୍ରୀକୃଷ୍ଣ ଜନ୍ମଭୂମି ଏବଂ ଶାହି ଇଦ୍‌ଗାହ ବିବାଦ ମାମଲାରେ ବାରାଣସୀର ଜ୍ଞାନବାପି ମାମଲାରେ ଇଦ୍‌ଗାହ ଉପରେ ସର୍ଭେ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ମାମଲାର ଶୁଣାଣି ପାଇଁ କୋର୍ଟ ଆସନ୍ତା ଜାନୁଆରୀ ୨୦ ତାରିଖ ଧାର୍ଯ୍ୟ କରିଛନ୍ତି। ସମ୍ପୃକ୍ତ ରିପୋର୍ଟ କୋର୍ଟରେ ଦାଖଲ କରିବାକୁ ଅମିନଙ୍କୁ ନିର୍ଦ୍ଦେଶ ଦିଆଯାଇଛି।

ଅଭିଯୋଗକାରୀଙ୍କ ଆଇନଜୀବୀ ଶୈଳେଶ ଦୁବେ କହିଛନ୍ତି ଯେ ଡିସେମ୍ବର ୮ ରେ ଦିଲ୍ଲୀ ସ୍ଥିତ ହିନ୍ଦୁ ସେନାର ଜାତୀୟ ଅଧ୍ୟକ୍ଷ ବିଷ୍ଣୁ ଗୁପ୍ତା ଏବଂ ଉପାଧ୍ୟକ୍ଷ ସୁରଜିତ ସିଂ ଯାଦବ ସିଭିଲ ଜଜ ସିନିୟର ଡିଭିଜନ (ତୃତୀୟ) ବିଚାରପତି ସୋନିକା ବର୍ମାଙ୍କ କୋର୍ଟରେ ଦାବି କରିଛନ୍ତି ଯେ ୧୩.୩୭ ଏକର ଶ୍ରୀକୃଷ୍ଣଙ୍କ ଜନ୍ମସ୍ଥାନରେ ଇଦ୍‌ଗାହ ଔରଙ୍ଗଜେବଙ୍କ ଦ୍ୱାରା ନିର୍ମିତ କରାଯାଇଥିଲା। ସେ ମନ୍ଦିର ଭିତ୍ତିଭୂମିକୁ ଭାଙ୍ଗି ଏହା ନିର୍ମାଣ କରିଥିଲେ। ସେ ଭଗବାନ ଶ୍ରୀକୃଷ୍ଣଙ୍କ ଜନ୍ମ ଠାରୁ ଆରମ୍ଭ କରି ମନ୍ଦିର ନିର୍ମାଣ ପର୍ଯ୍ୟନ୍ତ ସମସ୍ତ ଇତିହାସ କୋର୍ଟରେ ଉପସ୍ଥାପନ କରାଯାଇଥିଲା।

ଏହା ସହିତ ସେ୧୯୮୬ ମସିହାରେ ଶ୍ରୀକୃଷ୍ଣ ଜନ୍ମସ୍ଥାନସେବା ସଂଗଠନ ବନାମ ଶାହି ଇଦ୍‌ଗା ମଧ୍ୟରେ ହୋଇଥିବା ଚୁକ୍ତିନାମାକୁ ବାତିଲ କରିବାକୁ ଆବେଦନରେ ଦାବି କରାଯାଇଛି।
ଦୁବେ କହିଛନ୍ତି ଯେ ଶୁଣାଣି ପାଇଁ ଆବେଦନକାରୀଙ୍କ ଆବେଦନକୁ ଗ୍ରହଣ କରିବାବେଳେ ଅମିନଙ୍କୁ ଏକ ସର୍ଭେ ଏବଂ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୟ ସହିତ ମୁମ୍ବାଇର ଅଭିଯାନ ଆରମ୍ଭ

ମୁମ୍ବାଇ,୨୯ା୩: ରୋହିତ ଶର୍ମା ଓ ରିୟାନ ରିକଲଟନଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ (ଏମ୍‌ଆଇ) ରବିବାର ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)କୁ ୬…

ଇସ୍ରାଏଲ ଉପରେ ବଡ଼ ଆକ୍ରମଣ କଲା ଇରାନ; କେମିକାଲ୍ ଲିକ୍ ନେଇ ଚେତାବନୀ, ଝରକା ବନ୍ଦ ରଖିବାକୁ…

ନୂଆଦିଲ୍ଲୀ,୨୯।୩: ଇରାନ ଇସ୍ରାଏଲର ଏକ ପ୍ରମୁଖ ରାସାୟନିକ କେନ୍ଦ୍ର ଉପରେ ବାଲିଷ୍ଟିକ୍ ମିଶାଇଲ୍ ହମଲା କରିଛି । ଏହା ଫଳରେ ସେହି ସ୍ଥାନରେ ଏକ ବଡ଼ ଅଗ୍ନିକାଣ୍ଡ ଘଟିଛି…

ଅଭିଯୋଗର ୧୨ ଘଣ୍ଟା ମଧ୍ୟରେ ନିଖୋଜ ନାବାଳିକାଙ୍କୁ ଖୋଜିଲା ପାଟପୁର ପୋଲିସ, ଗାଁରୁ….

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଧିନ ଏକ ଗାଁରୁ ଆକସ୍ମିକ ଭାବେ ନିଖୋଜ ହୋଇଯାଇଥିବା ଜଣେ ୧୭ ବର୍ଷୀୟା ନାବାଳିକାଙ୍କୁ ଉଦ୍ଧାର କଲା…

ଆମେରିକାକୁ ଧମକ ଦେଲା ତେହେରାନ, ‘ସାର୍କର ଖାଦ୍ୟ ହେବେ…..’

ନୂଆଦିଲ୍ଲୀ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ଅନ୍ତ ପାଇଁ ପ୍ରୟାସ ଚାଲିଥିବା ବେଳେ ଉଭୟ ପକ୍ଷ ପରସ୍ପର ଉପରେ ନିରନ୍ତର ଆକ୍ରମଣ ଜାରି ରଖିଛନ୍ତି । ଆମେରିକାର ସ୍ଥଳ…

ବରଗଡ଼ରେ ଟମାଟୋର ଅଭାବୀ ବିକ୍ରି, ମିଳୁନି ମୂଲ

ବରଗଡ଼,୨୯।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନ ଭଳି ବିଭିନ୍ନ ପନିପରିବାରେ ମଧ୍ୟ ଅଭାବୀ ବିକ୍ରି ସ୍ଥିତି ଉପୁଜିଛି । ଫଳରେ ଚାଷୀଙ୍କୁ କ୍ଷତି ସହିବାକୁ ପଡୁଛି ।…

ହୁମା ସାପ୍ତାହିକ ଶୁଖୁଆ ହାଟରୁ ଚୋରି, ୩ ମୋବାଇଲ….

ଗଞ୍ଜାମ,୨୯।୩(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ହୁମ୍ମା ହାଟରୁ ରବିବାର ୩ଟି ମୋବାଇଲ ଚୋରି ହୋଇଥିବା ଅଭିଯୋଗ ହୋଇଛି । ଯାହାକୁ ନେଇ ହାଟ ଆସୁଥିବା…

ପାକିସ୍ତାନର ସ୍ଥିତି ସାଂଘାତିକ, LPG-ଡିଜେଲ-ପେଟ୍ରୋଲ ପରେ ଏବେ ବଢ଼ିଲା ଔଷଧ ଦାମ୍

ଇସଲାମାବାଦ,୨୯।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷର ପ୍ରଭାବ ପଡ଼ୋଶୀ ପାକିସ୍ତାନ ଉପରେ ପଡୁଛି । ଏଲପିଜି, ପେଟ୍ରୋଲ ଏବଂ ଡିଜେଲର ମୂଲ୍ୟ ବୃଦ୍ଧି ପରେ, ଔଷଧର ମୂଲ୍ୟରେ ମଧ୍ୟ ଏବେ…

ଦିଗପହଣ୍ଡିରେ ଜାଳେଣି ଗ୍ୟାସ ସିଲିଣ୍ଡର କଳାବଜାର, ହନ୍ତସନ୍ତ ହେଉଛନ୍ତି ଲୋକେ

ଦିଗପହଣ୍ଡି,୨୯।୩(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ସହର ସମେତ ଆଖପାଖ ଗ୍ରାମାଞ୍ଚଳମାନଙ୍କରେ ଜାଳେଣି ଗ୍ୟାସ ସିଲିଣ୍ଡରର ବ୍ୟାପକ କଳାବଜାର ହେଉଥିବା ଜାଣିବାକୁ ମିଳିଛି । ମଧ୍ୟପ୍ରାଚ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri