ଶ୍ରୀକ୍ରିଷ୍ଣା ଇଣ୍ଟରନ୍ୟାଶନାଲ ସ୍କୁଲର ବାର୍ଷିକୋତ୍ସବ ‘ସୂରଜ’ ଉଦ୍‌ଯାପିତ

ଭୁବନେଶ୍ୱର,୫।୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ମଳିପଡ଼ାସ୍ଥିତ ଶ୍ରୀକ୍ରିଷ୍ଣା ଇଣ୍ଟରନ୍ୟାଶନାଲ ସ୍କୁଲର ବାର୍ଷିକ ଉତ୍ସବ ‘ସୂରଜ’ ନିକଟରେ ଅନୁଷ୍ଠିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଛତିଶଗଡ଼ ରାଜ୍ୟପାଳ ବିଶ୍ୱଭୂଷଣ ହରିଚନ୍ଦନ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲା ବେଳେ ସମ୍ମାନିତ ଅତିଥି ଭାବେ ରାଜ୍ୟ ଯୋଜନା ବୋର୍ଡ ସଦସ୍ୟ ଡ.ପ୍ରସନ୍ନ କୁମାର ପାଟଶାଣୀଙ୍କ ସମେତ ବିଦ୍ୟାଳୟର ଚେୟାରମ୍ୟାନ ପବିତ୍ର କୁମାର ରାଉତରାୟ ପ୍ରମୁଖ ଯୋଗଦେଇଥିଲେ। ପ୍ରାଥମିକ ପର୍ଯ୍ୟାୟରେ ବିଦ୍ୟାଳୟର ଫଳକ ଉନ୍ମୋଚନ ସହିତ ବିଦ୍ୟାଳୟ ସମ୍ମୁଖରେ ଥିବା ଗାନ୍ଧିଜୀ ଓ ପଞ୍ଚସଖାଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରିବା ସହ ପ୍ରଦୀପ ପ୍ରଜ୍ୱଳନ କରି କ୍ରିଷ୍ଣା ଷ୍ଟାଡିୟମ, ଏରୋସ୍ପେସ୍‌ ଓ ବାର୍ଷିକ ଉତ୍ସବ ସୂରଜ ୨୦୨୪କୁ ଉଦ୍‌ଘାଟନ କରିଥିଲେ।

ବିଦ୍ୟାଳୟର ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ସଙ୍ଗୀତ ଓ ନୃତ୍ୟ ପରିବେଷଣ କରାଯାଇ ଅତିଥି ମାନଙ୍କୁ ସ୍ବାଗତ କରାଯାଇଥିଲା। ଏହି ଅବସରରେ ବିଦ୍ୟାଳୟର ଅଧ୍ୟକ୍ଷା ନମ୍ରତା ସିଂ ସ୍ବାଗତ ସମ୍ଭାଷଣ ସହିତ ବାର୍ଷିକ ବିବରଣୀ ପାଠ କରିଥିଲେ। ସେହିଭଳି ରାଜ୍ୟପାଳ ଆଧୁନିକ ଯୁଗରେ ଶିକ୍ଷାକୁ ପାଥେୟକରି ଛାତ୍ରୀଛାତ୍ରମାନେ କିପରି ଉଚ୍ଚସ୍ଥାନରେ ପହଞ୍ଚି ପାରିବେ ତା’ ଉପରେ ବିସ୍ତୃତ ଆଲୋକପାତ କରିଥିଲେ। ସେହିପରି ଡ. ପାଟଶାଣୀ କହିଥିଲେ, ବିଦ୍ୟାଳୟ ହିଁ ପିଲାମାନଙ୍କର ଜୀବନ ଓ ଦେଶ ଗଠନର ମୁଖ୍ୟସ୍ଥଳୀ ହୋଇଥିଲାବେଳେ ପିଲାମାନେ ସଂସ୍କାରୀ ହେବା ସହ ଚରିତ୍ରବାନ୍‌ ହେବା ଆବଶ୍ୟକ। ଅପରପକ୍ଷରେ ବିଦ୍ୟାଳୟର ଚେୟାରମ୍ୟାନ ରାଉତରାୟ ବିଦ୍ୟାଳୟ ଗଠନର ମୂଳ ଲକ୍ଷ୍ୟ ସମ୍ବନ୍ଧରେ କହିବା ସହ ପିଲାମାନଙ୍କୁ ଭଲ ପାଠ ପଢି ବଡ ମଣିଷ ହୋଇ ଜାତି ଓ ଦେଶ ପାଇଁ ସୁନାମ ଆଣିବାକୁ ପରାମର୍ଶ ଦେଇଥିଲେ। ପରିଶେଷରେ ପିଲାମାନଙ୍କ ଦ୍ୱାରା ବିଭିନ୍ନ ପ୍ରକାର ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଏହି ଅବସରରେ ପାରଦର୍ଶିତା ହାସଲ କରିଥିବା ବ୍ୟକ୍ତିବିଶେଷ ଓ କୃତୀ ଛାତ୍ରୀଛାତ୍ରମାନଙ୍କୁ ରାଜ୍ୟପାଳ ପୁରସ୍କୃତ କରିଥିଲେ। ଶେଷରେ ବିଦ୍ୟାଳୟର ଉପାଧ୍ୟକ୍ଷ କବୀନ୍ଦ୍ର ଦାଶ ଧନ୍ୟବାଦ ଅର୍ପଣ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶେଷ ହେବ ଆମେରିକା-ଇରାନ ଯୁଦ୍ଧ? ଚୁକ୍ତିନାମାରେ ହର୍ମୁଜ ସମ୍ପର୍କରେ କ’ଣ ନିଷ୍ପତ୍ତି ନିଆଯାଇଥିଲା, ଜାଣନ୍ତୁ

ଓ୍ବାଶିଂଟନ,୨।୮: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ହର୍ମୁଜ ପ୍ରଣାଳୀ ପ୍ରସଙ୍ଗରେ ଇରାନ ଉପରେ ଆକ୍ରମଣ କରିବା କଥା କହିଛନ୍ତି। ତାଙ୍କ ସୋସିଆଲ ମିଡିଆ ପ୍ଲାଟଫର୍ମ, ଟ୍ରୁଥ…

ଗୋଟିଏ ଦିନରେ ୧୬ ପଦକ ଜିତି ଇତିହାସ ରଚିଲା ଭାରତ

ନୂଆଦିଲ୍ଲୀ,୨।୮: ରାଜ୍ୟଗୋଷ୍ଠୀ କ୍ରୀଡାରେ ଶନିବାର ଭାରତ ମୋଟ ୧୬ ଟି ପଦକ ଜିତିଥିଲା, ଯେଉଁଥିରେ ୮ ଟି ସ୍ବର୍ଣ୍ଣ ପଦକ ସାମିଲ ଥିଲା। ସବୁଠାରୁ ଚମତ୍କାର ପ୍ରଦର୍ଶନ…

ମସ୍କୋରେ ବୋମା ବିସ୍ଫୋରଣ; ୩ ମୃତ ୨୧ ଆହତ

ମସ୍କୋ,୨।୮: ଶନିବାର ସାରେ (ଅଗଷ୍ଟ ୧) ରୁଷିଆର ରାଜଧାନୀ ମସ୍କୋର ଏକ ରେଷ୍ଟୁରାଣ୍ଟ ନିକଟରେ ବିସ୍ଫୋରଣରେ ତିନି ଜଣ ପ୍ରାଣ ହରାଇଛନ୍ତି ଏବଂ ଅନ୍ୟ ୨୧ ଜଣ…

ସାପ କାମୁଡ଼ାରେ ନାବାଳିକାର ମୃତ୍ୟୁ: ଶବ ବ୍ୟବଚ୍ଛେଦ ପାଇଁ ୩୬ ଘଣ୍ଟାର ପ୍ରତୀକ୍ଷା, ୩ଟି ମେଡିକାଲ ବୁଲିଲେ …

ଥୁଆମୂଳ ରାମପୁର, ୨।୮ (ଦୁର୍ଗା କୀର୍ତ୍ତି): ମୃତ୍ୟୁ ପରେ ମଧ୍ୟ ମିଳିଲାନି ସମ୍ମାନ। ଶବ ବ୍ୟବଚ୍ଛେଦ ପାଇଁ ଶୋକସନ୍ତପ୍ତ ପରିବାରକୁ ଦୀର୍ଘ ୩୬ ଘଣ୍ଟା ଧରି ସଂଘର୍ଷ…

ଆଣ୍ଟାର୍କଟିକାର କୋନ୍‌କୋର୍ଡିଆରେ ୧୬ ବର୍ଷର ରେକର୍ଡ ଥଣ୍ଡା

ନୂଆଦିଲ୍ଲୀ, ୨ା୮: ଉତ୍ତର ଗୋଲାର୍ଦ୍ଧର ଦେଶଗୁଡ଼ିକ (ୟୁରୋପ, ଉତ୍ତର ଆମେରିକା, ଏସିଆ) ଗ୍ରୀଷ୍ମକାଳୀନ ପ୍ରଚଣ୍ଡ ତାପମାତ୍ରା ଓ ଗ୍ରୀଷ୍ମ ପ୍ରବାହର ସମ୍ମୁଖୀନ ହେଉଥିବା ବେଳେ ଦକ୍ଷିଣ ଗୋଲାର୍ଦ୍ଧରେ…

ସପିଂ ସେଣ୍ଟରରେ ଆଖିବୁଜା ଗୁଳି ଚାଳନା, ୩ ମୃତ

ଓ୍ବାଶିଂଟନ,୨।୮: ଆମେରିକାରେ ଗୁଳିକାଣ୍ଡ ଘଟଣା ବଢ଼ିବାରେ ଲାଗିଛି। ସଦ୍ୟତମ ଘଟଣାଟି ଆଇଡାହୋର ଟ୍ବିନ ଫଲ୍ସ ସହରରେ ଘଟିଛି, ଯେଉଁଠାରେ ଶନିବାର ଅପରାହ୍ନରେ ଜଣେ ଆକ୍ରମଣକାରୀ ଏକ ସପିଂ…

ଏଇ ଭାରତରେ

ବେଙ୍ଗାଲୁରୁର ସୂର୍ଯ୍ୟ ଉତ୍କର୍ଷ ସଡ଼କ ସୁରକ୍ଷା ସମ୍ପର୍କରେ ଲୋକଙ୍କୁ ସଚେତନ କରୁଛନ୍ତି। ପିଲାବେଳେ ରାସ୍ତା ଦୁର୍ଘଟଣାର ଶିକାର ହୋଇ ଅନେକ ଦିନର ଚିକିତ୍ସା ପରେ ସୁସ୍ଥ ହୋଇ…

ଡାହାଣୀ ହୋଇ ଲାଗିବେ

ମୋର ଜଣେ ଆରକ୍ଷୀ ବନ୍ଧୁ ତାଙ୍କ ହ୍ବାଟ୍ସଆପ୍‌ ଷ୍ଟାଟସ୍‌ରେ ନିଶା ନିବାରଣ ପାଇଁ ପୋଲିସ ବିଭାଗ ସହ ହାତ ମିଳାଇ କାମ କରିବା ପାଇଁ ତାଙ୍କର ସାଙ୍ଗସାଥୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri