ଶ୍ରୀକୃଷ୍ଣ ମନ୍ଦିର ଭାଙ୍ଗିବା ଭିଡିଓ ସୋସିଆଲ ମିଡିଆରେ ଭାଇରାଲ…

ଇସଲାମାବାଦ,୨।୧୨ : ପାକିସ୍ତାନର ପଞ୍ଜାବର ସାଦିକାବାଦର ଅହମ୍ମଦପୁର ଲୁମ୍ମା ସହରର ଏକ ଶ୍ରୀକୃଷ୍ଣ ମନ୍ଦିର ଭାଙ୍ଗି ଏହାକୁ ମଦ୍ରାସାରେ ପରିଣତ କରିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏହି ଭିଡିଓ ଭାଇରାଲ ହେବା ମାତ୍ରେ ବିବାଦ ଆରମ୍ଭ ହୋଇଛି। ଭାଇରାଲ ଭିଡିଓରେ ଶ୍ରୀକୃଷ୍ଣ ମନ୍ଦିରର ସମ୍ପୂର୍ଣ୍ଣ ଦୃଶ୍ୟ ଦେଖାଯାଇଛି ଯେଉଁଠାରେ ମନ୍ଦିର ସମ୍ମୁଖରେ ଭଗବାନ ଶ୍ରୀକୃଷ୍ଣଙ୍କ ପ୍ରତିମୂର୍ତ୍ତି ସ୍ଥାପନ କରାଯାଇଥିଲା। ତେବେ ଏହି ମନ୍ଦିର ଶୀଘ୍ର ଏକ ଇସଲାମିକ ଶିକ୍ଷାନୁଷ୍ଠାନ ହେବାକୁ ଯାଉଛି।

ସାଦିକାବାଦରେ ଅବସ୍ଥିତ ଏହି ଶ୍ରୀକୃଷ୍ଣ ମନ୍ଦିର ଏହାର ଐତିହାସିକ ଗୁରୁତ୍ୱ ପାଇଁ ପ୍ରସିଦ୍ଧ। ବହୁ ବର୍ଷ ଧରି ଏହା ସହରର ଏକ ଅଂଶ ହୋଇଆସୁଛିଶ। ଦୁଇଟି ଗାଈ ସହିତ ବଂଶୀ ବଜାଉଥିବା ଭଗବାନ ଶ୍ରୀକୃଷ୍ଣଙ୍କ ପ୍ରତିମୂର୍ତ୍ତିରେ ସଜ୍ଜିତ ଏହି ମନ୍ଦିର ଧାର୍ମିକ ବିବିଧତା ଏବଂ ସାଂସ୍କୃତିକ ଐତିହ୍ୟର ପ୍ରତୀକ ଭାବରେ ବିବେଚନା କରାଯାଏ। ମନ୍ଦିର ଭାଙ୍ଗିବା ଏବଂ ସେଠାରେ ଏକ ମଦ୍ରାସା ନିର୍ମାଣ ଖବର ଚର୍ଚ୍ଚାର ବିଷୟ ପାଲଟିଛି।

ଏହି ଭିଡିଓ ଅନୁଯାୟୀ ମନ୍ଦିରର ମୁଖ୍ୟ ଫାଟକ ବନ୍ଦ ରହିଛି। ଭିଡିଓରେ, ଜଣେ ବ୍ୟକ୍ତି ମନ୍ଦିରର ଗଠନ ବିଷୟରେ ବିସ୍ତୃତ ଭାବରେ ବର୍ଣ୍ଣନା କରୁଥିବା ଦେଖାଯାଇଛି। ସେ ସ୍ପଷ୍ଟ କରିଛନ୍ତି ଏହି ସ୍ଥାନ ୫୦ ବର୍ଷରୁ ଅଧିକ ସମୟ ଧରି ମସଜିଦ ଏବଂ ମଦ୍ରାସା ଭାବରେ ବ୍ୟବହୃତ ହୋଇଛି ଏବଂ ପିଲାମାନେ ଏଠାରେ ଅଧ୍ୟୟନ କରୁଛନ୍ତି।

 

https://twitter.com/i/status/1730679521878421568

 


Enter your email to get our daily news in your inbox.

All Right Reserved By Dharitri.Com

ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ଚିହ୍ନଟ, କୋଲୋସିୟମଠାରୁ ବି ବଡ଼

କେପ କାନାଭେରାଲ (ଫ୍ଲୋରିଡା),୧୮।୯: ଚନ୍ଦ୍ରପୃଷ୍ଠରେ ବିଶାଳକାୟ ନୂତନ ଗର୍ତ୍ତ ସୃଷ୍ଟି ହୋଇଥିବା ନାସାର ‘ଲୁନାର ରେକୋନିସାନ୍ସ ଅର୍ବିଟର’ (ଏଲ୍‌ଆର୍‌ଓ) ମହାକାଶଯାନ ଦ୍ୱାରା ଚିହ୍ନଟ ହୋଇଛି। ରୋମ୍‌ର ପ୍ରସିଦ୍ଧ…

ପଶ୍ଚିମବଙ୍ଗ ରାଜନୀତିରେ ହଲଚଲ: ଉପନିର୍ବାଚନ ପୂର୍ବରୁ ଇସିଙ୍କ ପଦକ୍ଷେପ; ତୃଣମୂଳ କଂଗ୍ରେସର ନାମ, ଚିହ୍ନ ଉପରେ ରୋକ

ନୂଆଦିଲ୍ଲୀ,୧୮।୯(ପି.ଟି.): ପଶ୍ଚିମବଙ୍ଗର ଆଗାମୀ ବିଧାନସଭା ଉପନିର୍ବାଚନ ପୂର୍ବରୁ ‘ଅଲ୍‌ ଇଣ୍ଡିଆ ତୃଣମୂଳ କଂଗ୍ରେସ’ (ଏଆଇଟିସି)ରେ ସୃଷ୍ଟ ତୀବ୍ର ଗୋଷ୍ଠୀ କନ୍ଦଳକୁ ନେଇ ନିର୍ବାଚନ କମିଶନ (ଇସି) ଗୁରୁତ୍ୱପୂର୍ଣ୍ଣ…

‘ସ୍ନେହଭରା ପ୍ରତ୍ୟେକ ଶବ୍ଦ ପାଇଁ…’ ଜନ୍ମଦିନର ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଲେ ପ୍ରଧାନମନ୍ତ୍ରୀ ମୋଦି

ନୂଆଦିଲ୍ଲୀ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କ ଜନ୍ମଦିନ ଅବସରରେ ମିଳିଥିବା ଶୁଭେଚ୍ଛା ପାଇଁ କୃତଜ୍ଞତା ଜଣାଇଛନ୍ତି। ସୋସିଆଲ ମିଡିଆ ପ୍ଲାଟଫର୍ମ ‘ଏକ୍ସ’ (X) ରେ ପୋଷ୍ଟ କରି…

ଦୋକାନୀମାନେ UPI ଶୁଳ୍କର ବୋଝ ଗ୍ରାହକଙ୍କ ଉପରେ ଲଦି ପାରିବେ ନାହିଁ; ସରକାର ପ୍ରସ୍ତୁତ କରିଛନ୍ତି ମାଷ୍ଟର ପ୍ଲାନ

ନୂଆଦିଲ୍ଲୀ,୧୭।୯: UPI କାରବାର ଉପରେ ଶୁଳ୍କ ଲାଗୁ ହେବା ନେଇ ଚିନ୍ତା ପ୍ରକାଶ ପାଉଥିବା ବେଳେ, ସରକାର ଏହା ସୁନିଶ୍ଚିତ କରିବାକୁ କାର୍ଯ୍ୟ କରୁଛନ୍ତି ଯେ ୨,୦୦୦…

ଜନ୍ମଦିନରେ ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଏମିତି ଲେଖିଲେ ଜର୍ଜିଆ ମେଲୋନି, ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ/ରୋମ,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶ ତଥା ବିଶ୍ୱର ବିଭିନ୍ନ ସ୍ଥାନରୁ ଜନ୍ମଦିନର ଶୁଭେଚ୍ଛା ଗ୍ରହଣ କରୁଛନ୍ତି। ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ଇସ୍ରାଏଲର ପ୍ରଧାନମନ୍ତ୍ରୀ…

ଧାନ କ୍ଷେତରେ ବଜ୍ରପାତ; ଚାଲିଗଲା ନଣନ୍ଦ-ଭାଉଜଙ୍କ ଜୀବନ, ସୋହେଲାରେ ଶୋକର ଛାୟା

ସୋହେଲା,୧୭।୯(ଅଶ୍ୱିନୀ ପାତ୍ର): ବରଗଡ଼ ଜିଲା ସୋହେଲା ଥାନା ଅନ୍ତର୍ଗତ କୁସୁର୍ଡା ଗ୍ରାମରେ ଗୁରୁବାର ଅଭାବନୀୟ ଘଟଣା ଘଟିଯାଇଛି । ବଜ୍ରପାତରେ ୨ମହିଳାଙ୍କ ମୃତ୍ୟୁ ହୋଇଛି । ମୃତକମାନେ…

ଜୟ ଶାହାଙ୍କ ଟିମ୍‌ରେ ମିଳିଲା ବଡ଼ ଦାୟିତ୍ୱ, ICCରେ ଇତିହାସ ରଚିଲେ…

ନୂଆଦିଲ୍ଲୀ,୧୭ା୯: ଜିମ୍ବାୱେ କ୍ରିକେଟକୁ ନେଇ ବଡ଼ ଖବର ସାମ୍ନାକୁ ଆସିଛି । ଇଣ୍ଟରନ୍ୟାସନାଲ କ୍ରିକେଟ୍‌ କାଉନସିଲ୍‌ (ICC) ତୱେଙ୍ଗୱା ମୁକୁହଲାନିଙ୍କୁ ଡେପୁଟି ଚେୟାରମ୍ୟାନ୍‌ ଭାବେ ନିଯୁକ୍ତ କରିଛି…

ଗୁଣିଗାରେଡି ସନ୍ଦେହରେ ବାପପୁଅଙ୍କୁ ହତ୍ୟା ମାମଲା, ୧୨ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ

ପାରଳାଖେମୁଣ୍ଡି,୧୭ା୯(ଗିରିଧାରୀ ପରିଛା): ଗୁଣିଗାରେଡି ସନ୍ଦେହରେ ବାପା-ପୁଅଙ୍କୁ ହତ୍ୟା ମାମଲାରେ ପାରଳାଖେମୁଣ୍ଡି ଏଡିଜେ କୋର୍ଟ ୧୨ ଜଣ ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ ଦେଇଛନ୍ତି । ୨୦୨୧ ମସିହାରେ ଅଡବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?