ଶ୍ରୀକ୍ଷେତ୍ରପୁରୀ-ଶାବର ଶ୍ରୀକ୍ଷେତ୍ର ସ୍ପେଶାଲ ଟ୍ରେନ ଚଳାଚଳ ଆଜି, ଉଦଘାଟନ କରିବେ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ

କେସିଙ୍ଗା, ୬।୭,( ତୁମେଶ୍ୱର ସାହୁ): ଶ୍ରୀକ୍ଷେତ୍ରପୁରୀରୁ ଶାବର ଶ୍ରୀକ୍ଷେତ୍ର କୋରାପୁଟ ସ୍ପେସିଆଲ ଏକ୍ସପ୍ରେସ ଟ୍ରେନ ନ .୦୮୪୦୯ ଟ୍ରେନକୁ କେନ୍ଦ୍ର ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ପୁରୀରୁ ସୋମବାର ପୂର୍ବାହ୍ନ ୧ଟା ଶୁଭାରମ୍ଭ କରିବେ। ଉକ୍ତ ଟ୍ରେନଟି ସପ୍ତାହକୁ ତିନିଦିନ ଚାଲିବ। ରେଳ ବିଭାଗର ଚିଠି ଅନୁଯାୟୀ ଟ୍ରେନଟି ପୁରୀରୁ ସୋମବାର , ଗୁରୁବାର ଓ ଶନିବାର ବାହାରିବ ଏବଂ କୋରାପୁଟରୁ ମଙ୍ଗଳବାର, ଶୁକ୍ରବାର ଓ ରବିବାର ବାହାରିବ ବୋଲି ରେଲୱେ ବିଭାଗ ସ୍ପଷ୍ଟ କରିଛି। ଏହି ସ୍ପେସିଆ ଟ୍ରେନ ପୁରୀ ,ସମ୍ବଲପୁର, ବଲାଙ୍ଗିର, ଟିଟିଲାଗଡ, କେସିଙ୍ଗା ଦେଇ ମୁନିଗୁଡା, ରାୟଗଡ଼ା ଦେଇ କୋରାପୁଟ ଦେଇ ଚାଲିବ। ସେପଟେ କିଛି ମାସ ପୂର୍ବରୁ ବ୍ରହ୍ମପୁର ଉଧନା ଅମୃତ ଭାରତ ଟ୍ରେନ ସପ୍ତାହକୁ ତିନି ଦିନ ଚାଲିଥୁଲା ପରେ ୫ ଦିନ ହେଲା ସୋମବାର ଠାରୁ ଦୈନିକ ଚାଲିବ ବୋଲି ରେଳବିଭାଗ ସ୍ପଷ୍ଟ କରିଛି। ଏହି ପୁରୀ -କୋରାପୁଟ ଟ୍ରେନକୁ କଳାହାଣ୍ଡି ରେଳ ଯାତ୍ରୀ ସଙ୍ଘ କେସିଙ୍ଗା ପକ୍ଷରୁ ସ୍ବାଗତ କରିବାର ସଙ୍ଘ ସଭାପତି ସୁବାଷ ଜୈନ ପ୍ରକାଶ କରିଛନ୍ତି। ଏହି ଟ୍ରେନ ଚାଲିବା ଦ୍ୱାରା କୋରାପୁଟ ,ପଶ୍ଚିମ ଓଡ଼ିଶାର ଲୋକଙ୍କ ଗମନାଗମନ କ୍ଷେତ୍ରରେ ସୁବିଧା ହେବା ସହ ବାଣିଜ୍ୟ କ୍ଷେତ୍ରରେ ମଧ୍ୟ ବୃଦ୍ଧି ପାଇବ ଏବଂ ଯାତ୍ରୀ ମାନେ ସୁବିଧାରେ ଲକ୍ଷ ସ୍ଥଳକୁ ଠିକ ସମୟରେ ପହଞ୍ଚି ପାରିବେ ବୋଲି କୁହାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

NATO ସମିଟ୍ ପୂର୍ବରୁ ୟୁକ୍ରେନ ଉପରେ ରୁଷିଆର ଆକ୍ରମଣ, ୮ ମୃତ

ମସ୍କୋ,୬।୭: ଆମେରିକା ଏବଂ ଇରାନ ମଧ୍ୟରେ ଶାନ୍ତି ଚୁକ୍ତିନାମା ପରେ ଉପସାଗରୀୟ ଅଞ୍ଚଳରେ ଶାନ୍ତିପୂର୍ଣ୍ଣ ପରିସ୍ଥିତି ସୃଷ୍ଟି ହୋଇଥିଲେ ମଧ୍ୟ, ରୁଷିଆ ଏବଂ ୟୁକ୍ରେନ ମଧ୍ୟରେ ଚାରି…

କେଉଁଠି ଲୁଚିଛନ୍ତି ମୋଜତାବା ଖାମେନେଇ? ରିପୋର୍ଟରେ ଆଶ୍ଚର୍ଯ୍ୟଜନକ ତଥ୍ୟ; ପୂର୍ବତନ ସର୍ବୋଚ୍ଚ ନେତାଙ୍କୁ ଶେଷ ଶ୍ରଦ୍ଧାଞ୍ଜଳି ଦେଲେ ଅନ୍ୟ ତିନି ପୁଅ

ତେହରାନ,୬।୭: ପୂର୍ବତନ ସର୍ବୋଚ୍ଚ ନେତା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର ଇରାନରେ ଚାଲିଛି। ତାଙ୍କୁ ଜୁଲାଇ ୯ରେ କବର ଦିଆଯିବାର କାର୍ଯ୍ୟକ୍ରମ ରହିଛି, ତାଙ୍କ ଅସ୍ଥିକୁ ସାଧାରଣ…

ରାଇକିଆ ବ୍ଲକରେ ଲଗାଣ ବର୍ଷା; ପାଞ୍ଚ ଦିନ ହେଲା ଶିକ୍ଷାଦାନ ବନ୍ଦ, ବିଦ୍ୟୁତ-ମୋବାଇଲ୍ ସେବା ବାଧାପ୍ରାପ୍ତ

ରାଇକିଆ,୬ା୭(ପ୍ରଦୀପ ବେହେରା): ଗତ ପାଞ୍ଚ ଦିନ ହେଲା କନ୍ଧମାଳ ଜିଲାରେ ଅବିଶ୍ରାନ୍ତ ବର୍ଷା ବେହାଲ କରିଛି । ଏହାର ପ୍ରଭାବ ରାଇକିଆ ବ୍ଲକରେ ମଧ୍ୟ ଦେଖିବାକୁ ମିଳିଛି…

ସାର ପକାଇବାବେଳେ ଜମିରେ ହଠାତ୍‌ ହୋଇଗଲା ୧୦ ଫୁଟର ଦୁଇଟି ଗାତ, ଭୟରେ ଅଞ୍ଚଳବାସୀ

ନବରଙ୍ଗପୁର,୬।୭(ସଦାଶିବ ପ୍ରହରାଜ): ନବରଙ୍ଗପୁର ବ୍ଲକ ଆମ୍ବଦଳା କୋଡ୍ରିଗୁଡ଼ା ଗାଁରେ ରବିବାର ଲୋକେ ଚାଷ ଜମିରେ ସାର ପକାଉଥିବା ବେଳେ ହଠାତ୍‌ ଶବ୍ଦ କରି ମାଟି ଧସିବା ସହ…

ଖାମେନେଇଙ୍କ ପାଇଁ ପ୍ରାର୍ଥନାରେ ଯୋଗଦେଲେ ଇରାନର ସବୁ ଶୀର୍ଷ ଅଧିକାରୀ

ତେହରାନ,୬ା୭: ଇରାନ ସୁପ୍ରିମ ଲିଡର ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାର ପ୍ରାର୍ଥନା ରବିବାର ରାଜଧାନୀ ତେହରାନ୍‌ରେ ଅନୁଷ୍ଠିତ ହୋଇଥିବାବେଳେ ସେଥିରେ ଦେଶର ସମସ୍ତ ଶୀର୍ଷ ଅଧିକାରୀ…

ବର୍ଷାରେ ବେହାଲ ବରଗଡ଼ ସହର, ତଳି ଅଞ୍ଚଳ ଜଳମଗ୍ନ

ବରଗଡ଼,୬।୭,(ପ୍ରେମାନନ୍ଦ ଖମାରୀ): ବିିକଶିତ ବରଗଡ଼ ଲକ୍ଷ୍ୟ ନେଇ ରାସ୍ତାପାର୍ଶ୍ୱରୁ ଜବରଦଖଲ ଉଚ୍ଛେଦ ହୋଇଛି। ସେଠାରେ ଡ୍ରେନ ନିର୍ମାଣ କରାଯାଇଛି। କେଉଁଠି ଡ୍ରେନ ନିର୍ମାଣ ସରିଛି ତ ଆଉ…

ବରଗଡ଼ ଜିଲାରେ ଆଜି ସ୍କୁଲ ଛୁଟି

ବରଗଡ଼,୬ା୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ବର୍ଷା ଲାଗି ରହିଛି। ଭାରତୀୟ ପାଣିପାଗ ବିଭାଗ ମଧ୍ୟ ବରଗଡ଼ ଜିଲାରେ ସୋମବାର ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ପୂର୍ବାନୁମାନ…

ଚାକିରି ଛାଡ଼ିବା ପରେ ବଡ଼ କଥା କହିଦେଲେ ଭୁବନେଶ୍ୱର ଡିସିପି, ଓଡ଼ିଶାର ଲୋକେ…

ଭୁବନେଶ୍ୱର,୬ା୭: ଚାକିରି ଛାଡ଼ିବା ପରେ ଭୁବନେଶ୍ୱର ଡେପୁଟି କମିଶନର ଅଫ୍ ପୋଲିସ  (ଡିସିପି) ଜଗମୋହନ ମୀନା ଓଡ଼ିଶାବାସୀଙ୍କ ପାଇଁ ଏକ ବଡ଼ କଥା କହିଛନ୍ତି। ସେ କହିଛନ୍ତି,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri