Posted inଖେଳ

ଛକା ପରେ ଛକା ବର୍ଷା, ନୂଆ ରେକର୍ଡ କଲେ ଏହି ଖେଳାଳି

ନୂଆଦିଲ୍ଲୀ, ୨୨।୦୭: ଶ୍ରୀଲଙ୍କାରେ ବର୍ତ୍ତମାନ ଏସିଆ କପ୍‌ (ମହିଳା) ଜାରି ରହିଛି । ୮ଟି ଟିମ୍‌ ଏଥିରେ ଭାଗ ନେଇଥିବା ବେଳେ ଭାରତୀୟ ମହିଳା କ୍ରିକେଟ୍‌ ଟିମ୍‌ ମଧ୍ୟ ଏଥିରେ ସାମିଲ୍‌ ରହିଛନ୍ତି । ହରମନ୍‌ପ୍ରୀତ୍‌ଙ୍କ ଅଧିନାୟକତ଼୍ବରେ ଭାରତୀୟ ଦଳ ବର୍ତ୍ତମାନ ପର୍ଯ୍ୟନ୍ତ ଦୁଇଟି ମ୍ୟାଚ୍‌ ଜିତି ଗ୍ରୁପ୍‌ର ଶୀର୍ଷ ସ୍ଥାନରେ ରହିଛି । ଦଳ ସେମିଫାଇନାଲ୍‌ରେ ପ୍ରବେଶ କରିବା ନେଇ କ୍ରିକେଟ୍‌ ପ୍ରେମୀଙ୍କ ଆଶା ବଢ଼ିଛି । ଏହାରି ମଧ୍ୟରେ ଶ୍ରୀଲଙ୍କାର କ୍ୟାପ୍ଟେନ୍‌ ଧମାରି ଅଟାପଟ୍ଟୁ ଏସିଆ କପ୍‌ରେ ନୂଆ ରେକର୍ଡ କରିଛନ୍ତି । ଯାହାକି ଟୁର୍ଣ୍ଣାମେଣ୍ଟରେ ଏପର୍ଯ୍ୟନ୍ତ କେହି କରିନାହାନ୍ତି । ଶ୍ରୀଲଙ୍କା ଆଜି ମାଲେସିଆ ବିପକ୍ଷରେ ମ୍ୟାଚ୍‌ ଖେଳୁଥିଲା । ଏହି ମ୍ୟାଚ୍‌ରେ ଅଟାପଟ୍ଟୁ ୭ ଟି ଛକା ମାରିଛନ୍ତି ।

ଏହା ପୂର୍ବରୁ ଏସିଆ କପ୍‌ରେ ଗୋଟିଏ ମ୍ୟାଚ୍‌ରେ କୌଣସି ବି ମହିଳା ଖେଳାଳି ଏତେ ସଂଖ୍ୟକ ଛକା ମାରିନଥିଲେ । ପୂର୍ବ ମ୍ୟାଚ୍‌ ଦେଖିଲେ ଏହି ଟୁର୍ଣ୍ଣାମେଣ୍ଟରେ ଗୋଟିଏ ପାଳିରେ ଅଧିକରୁ ଅଧିକ ୩ଟି ଛକା ମାରିଛନ୍ତି ଖେଳାଳି । ଭାରତର ଶେଫାଳି ବର୍ମା ମାଲେସିଆ ବିପକ୍ଷରେ ୨୦୨୨ର ଏସିଆ କପ୍‌ରେ ୩ ଟି ଛକା ମାରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଶକ୍ତି ଉତ୍ତୋଳନରେ ରାୟଗଡ଼ା ଜିଲା କ୍ରୀଡ଼ାବିତ୍‌ଙ୍କ ବାଜିମାତ୍‌: ୩ଦିନରେ ୫ ସ୍ୱର୍ଣ୍ଣ, ୪ ରୌପ୍ୟ ଏବଂ ଗୋଟିଏ କାଂସ୍ୟ ପଦକ…

ରାୟଗଡ଼ା,୧୦।୨(ଆଶିଷ ରଞ୍ଜନ ପଣ୍ଡା)- ଓଡ଼ିଶା ଶକ୍ତି ଉତ୍ତୋଳନ ସଂଘ ପକ୍ଷରୁ ଭୁବନେଶ୍ୱର ସ୍ଥିତ ଉତ୍କଳ କରାଟେ ବିଦ୍ୟାଳୟଠାରେ ୬ରୁ ୮ ତାରିଖ ତିନିଦିନିଆ ୩୨ତମ ରାଜ୍ୟ ଶକ୍ତି…

ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ

କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ…

ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା…

Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…

ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ…

୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ

ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍‌ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍‌ର ଟାର୍ଗେଟ୍‌କୁ ଟିମ୍‌ ସିଫର୍ଟ…

ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା… 

ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ…

ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…

ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ…

ବଢିଗଲା ଦାମ୍‌! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?

ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri