Posted inଖେଳ

ରିଷଭ ପନ୍ତଙ୍କ ବଦଳରେ ଖେଳିବେ କେ.ଏଲ୍‌ ରାହୁଲ, ରିୟାନ ପରାଗଙ୍କୁ ମିଳିଲାନି ସ୍ଥାନ

ନୂଆଦିଲ୍ଲୀ, ୦୨।୦୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ହେବାକୁ ଥିବା ୱାନ୍‌ଡେ ସିରିଜ୍‌ର ପ୍ରଥମ ମ୍ୟାଟ୍‌ କିଛି ସମୟ ମଧ୍ୟରେ ଆରମ୍ଭ ହେବାକୁ ଯାଉଛି । ଟି-୨୦ ବିଶ଼୍ବକପ୍‌ ପରେ ରୋହିତ ଶର୍ମା ଟିମ୍‌କୁ ଫେରିଛନ୍ତି । ଏଥି ସହିତ ଗୌତମ ଗମ୍ଭୀର ନୂଆ କୋଚ୍‌ ଭାବେ ତାଙ୍କୁ ସହାୟତା କରିବେ । ମ୍ୟାଚ୍‌ ଆରମ୍ଭ ପୂର୍ବରୁ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଇଛି ଶ୍ରୀଲଙ୍କା ।

ତେବେ ଶ୍ରୀଲଙ୍କା ବିପକ୍ଷ ଚୂଡ଼ାନ୍ତ ଏକାଦଶରୁ ବାଦ୍‌ ପଡ଼ିଛନ୍ତି ୱିକେଟ୍‌ କିପର ରିଷଭ ପନ୍ତ । ତାଙ୍କ ସ୍ଥାନରେ ଦଳରେ କେଏଲ ରାହୁଲ ସାମିଲ ହୋଇଛନ୍ତି । ୱିକେଟ୍‌ କିପରରେ କେଏଲ୍‌ ରାହୁଲ ଭାରତର ଶ୍ରେଷ୍ଠ ଖେଳାଳି ଭାବେ ରୋହିତ ଶର୍ମାଙ୍କ ନିଷ୍ପତ୍ତିରୁ ଜଣାପଡ଼ିଛି । ଅନ୍ୟପଟେ ରିୟାନ ପରାଗଙ୍କୁ ମଧ୍ୟ ଚୂଡ଼ାନ୍ତ ଏକାଦଶରେ ସ୍ଥାନ ମିଳିନାହିଁ । ଟସ୍‌ ହାରିବା ପରେ ରୋହିତ ଶର୍ମା ବ୍ୟାଟିଂ ପାଇଁ ଏହା ଭଲ ପିଚ୍‌ ବୋଲି କହିଛନ୍ତି । ଖେଳ ବଢ଼ିବା ସହିତ ପିଚ୍‌ ଧିମା ପଡ଼ିବ ବୋଲି ସେ କହିଛନ୍ତି । ଗୋଟିଏ ଦୃଷ୍ଟିରୁ ଏହା ଭଲ । ସବୁ ପରିସ୍ଥିତିରେ ଆମ ଟିମ୍‌ ପ୍ରସ୍ତୁତ ରହିବ ବୋଲି ସେ କହିଛନ୍ତି ।

ଭାରତର ଚୂଡ଼ାନ୍ତ ଏକାଦଶ: ରୋହିତ ଶର୍ମା (ଅଧିନାୟକ), ଶୁଭମାନ ଗିଲ, ବିରାଟ କୋହଲି, ଶ୍ରେୟସ ଆୟର, କେ.ଏଲ ରାହୁଲ, ଶିବମ ଦୁବେ, ୱାଶିଂଟନ ସୁନ୍ଦର, ଆକ୍ଷର ପଟେଲ, କୁଲଦୀପ ଯାଦବ, ଅର୍ଶଦୀପ ସିଂ, ମହମ୍ମଦ ସିରାଜ।

ଶ୍ରୀଲଙ୍କାର ଚୂଡ଼ାନ୍ତ ଏକାଦଶ: ପାଥୁମ ନିସଙ୍କା, ଅଭିସ୍କା ଫର୍ନାଣ୍ଡୋ, କୁସାଲ ମେଣ୍ଡିସ, ସାଦିରା ସମରୱିକ୍ରାମା, ଚାରିଥ ଅସଲଙ୍କା (ଅଧିନାୟକ), ଜାନିଥ ଲିଆନଗେ, ୱାନିନ୍ଦୁ ହାସରାଙ୍ଗା, ଡୁନିଥ ଭେଲାଲାଗେ, ଅକିଲା ଧନଞ୍ଜୟ, ଅସିତ ଫର୍ନାଣ୍ଡୋ, ମହମ୍ମଦ ଶିରାଜ।


Enter your email to get our daily news in your inbox.

All Right Reserved By Dharitri.Com

ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କଲା ଆମେରିକା; ଖାର୍ଗ ଦ୍ୱୀପ ନିକଟରେ ୪ କ୍ଷେପଣାସ୍ତ୍ର ମାଡ଼

ତେହରାନ,୫।୯: ଆମେରିକା ଖାର୍ଗ ଦ୍ୱୀପ ନିକଟରେ ଏକ ଇରାନୀ ତୈଳ ଟ୍ୟାଙ୍କର ଉପରେ ଆକ୍ରମଣ କରିଛି। ଆମେରିକା ଜାହାଜ ଉପରେ ଲଗାତାର ଚାରୋଟି କ୍ଷେପଣାସ୍ତ୍ର ମାଡ଼ କରିଛି।…

ଫାଇନାଲ ମ୍ୟାଚ ପୂର୍ବରୁ ବୈଭବଙ୍କୁ ନେଇ ଏ କ’ଣ କହିଦେଲେ ଇଶାନ କିଶନ, ଚାରିଆଡେ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ, ୫।୯: ଇଷ୍ଟ ଜୋନ ଓ ସାଉଥ ଜୋନ ମଧ୍ୟରେ ରବିବାରଠାରୁ ଦୁଲୀପ ଟ୍ରଫି ୨୦୨୬ର ଫାଇନାଲ ମ୍ୟାଚ ଖେଳାଯିବ। ଚେନ୍ନାଇର ଏମଏ ଚିଦମ୍ବରମ ଷ୍ଟାଡିୟମରେ ଏହି…

ଶିକ୍ଷକ ସମ୍ମାନ ସମାରୋହ: ଆଦର୍ଶ ଶିକ୍ଷୟିତ୍ରୀ-ଶିକ୍ଷକ ସମ୍ବର୍ଦ୍ଧିତ

କଟକସଦର,୫ା୯(ସୁଶାନ୍ତ କୁମାର ଜେନା): ପବିତ୍ର ଗୁରୁଦିବସ ଉପଲକ୍ଷେ କଟକ ସଦର ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ବ୍ରହ୍ମପୁରଠାରେ ଶନିବାର ଶିକ୍ଷକ ସମ୍ମାନ ସମାରୋହ- ୨୦୨୬ର ଆୟୋଜନ କରାଯାଇଥିଲା। ଏହି…

ପୁଇଁତୋଳା ପରିଚାଳନା କମିଟି ପକ୍ଷରୁ ଗଣେଶ ପୂଜା ପ୍ରସ୍ତୁତି: ଯୋଗଦେବେ ଛତ୍ରପୁର ବିଧାୟକ, ଟପ୍ପର ବିଦ୍ୟାର୍ଥୀଙ୍କୁ …

୫।୯ (ବିଦ୍ୟାଧର ସାହୁ): ଆସନ୍ତା ୧୪ ତାରିଖରେ ଅଗ୍ରପୂଜ୍ୟ ଗଜାନନଙ୍କ ଶ୍ରୀଗଣେଶ ଚତୁର୍ଥୀ। ଏଥିପାଇଁ ଗାଁଠୁ ସହର ସବୁଠି ଉତ୍ସବର ମାହୋଲ ଦେଖାଦେଇଛି। ଆକର୍ଷଣୀୟ ମେଢ଼ ସାଙ୍ଗକୁ…

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri