ଦ୍ୱିତୀୟ ଦିନ ବି ଉପବାସରେ ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ୍‌.ଏ.):ନବବର୍ଷ ୨୦୨୩ ତଥା ରବିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ଚାଲିଥିବାବେଳେ ଜଣେ ଭକ୍ତ ଭୋଗ ମଣ୍ଡପରେ ପଶିଯିବାରୁ ଭୋଗ ମାରା ହୋଇଥିଲା। ଫଳରେ ସେବାୟତମାନେ ନୀତିକାନ୍ତି ବନ୍ଦ କରିଦେଇଥିବା ବେଳେ ସେଦିନର ସମସ୍ତ କୋଠ ଭୋଗ ଏବଂ ଜଜମାନ ଭୋଗ ଅମୁଣିଆ କୂଅରେ ପକାଇବା ବିଧିଥିବାବେଳେ ଏଥିରେ ବ୍ୟତିକ୍ରମ ହୋଇଥିବା ନେଇ ବଡ଼ୁ ନିଯୋଗ ଏବଂ ବ୍ରାହ୍ମଣ ନିଯୋଗ ମଧ୍ୟରେ ତିକ୍ତତା ଦେଖାଦେଇଥିଲା। ତେବେ ରାତି ସୁଦ୍ଧା କୌଣସି ନିଷ୍କର୍ଷ ନ ହେବାରୁ ଶ୍ରୀଲିଙ୍ଗରାଜ ଉପବାସ ରହିଥିଲେ। ହେଲେ ସୋମବାର ରାତି ୯ଟା ସୁଦ୍ଧା ମଧ୍ୟ ସମସ୍ୟାରେ କୌଣସି ସୁଧାର ଆସି ନ ଥିଲା। ଫଳରେ ଶ୍ରୀଲିଙ୍ଗରାଜ ଦ୍ୱିତୀୟ ଦିନ ମଧ୍ୟ ଉପବାସରେ ରହିଛନ୍ତି। ଶ୍ରୀଜୀଉଙ୍କ ପ୍ରତି ସେବାୟତ ଓ ନିଯୋଗଙ୍କ ଏଭଳି ଅବହେଳା ଯୋଗୁ ଭକ୍ତଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପଟେ ପ୍ରାତଃରୁ ଠାକୁରଙ୍କ ମଙ୍ଗଳ ଆଳତି କରା ନ ଯାଇ ଦିନତମାମ ଉପବାସରେ ଥିବାବେଳେ ଶ୍ରୀଜୀଉଙ୍କୁ ଶ୍ରଦ୍ଧାଳୁମାନେ ଦର୍ଶନ କରୁଥିବା ଦେଖିବାକୁ ମିଳିଥିଲା। ତେବେ ଠାକୁରଙ୍କର ସ୍ନାନ, ବେଶ, ବିଭିନ୍ନ କର୍ମ, ଷୋଡ଼ଶ ଉପଚାର ପୂଜା, ପଞ୍ଚ ଉପଚାର ପୂଜା ଭଳି ନୀତି ସବୁ ବନ୍ଦ ଥିବାବେଳେ କିଏ ଏବଂ କିଭଳି ଶ୍ରଦ୍ଧାଳୁଙ୍କୁ ଦିଅଁ ଦର୍ଶନ କରାଇଥିଲେ ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଏ ନେଇ ପୂର୍ବାହ୍ନରେ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଅବନିକାନ୍ତ ପଟ୍ଟନାୟକ ସମସ୍ୟାର ସମାଧାନ ନିମନ୍ତେ ମନ୍ଦିର କାର୍ଯ୍ୟାଳୟରେ ପହଞ୍ଚତ୍ ୩ ନିଯୋଗକୁ ମନାଇ ନୀତିକାନ୍ତି କରିବାର ଆଶା ରଖିଥିଲେ। କିନ୍ତୁ କେତେଜଣ ସେବାୟତଙ୍କୁ ଛାଡ଼ିଦେଲେ ପ୍ରମୁଖ ନିଯୋଗ ଗଣ ନ ଆସିବାରୁ ବୈଠକ ହୋଇପାରି ନ ଥିଲା। ଏ ନେଇ ମନ୍ଦିର ପ୍ରଶାସନର କାର୍ଯ୍ୟନିର୍ବାହୀ ଅଧିକାରୀ ଭବାନୀ ମିଶ୍ରଙ୍କ ମୋବାଇଲ ନମ୍ବର ୯୪୩୭୨୫୮୬୧୧ରେ ଯୋଗାଯୋଗ କରିଥିଲେ ମଧ୍ୟ ସେ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସମ୍ବଲପୁରରେ ବେଆଇନ ନିଶା କଫସିରପ୍ ରାକେଟ‌ର ପର୍ଦ୍ଦାଫାଶ, ୬ ଅଭିଯୁକ୍ତ ଗିରଫ

ସମ୍ବଲପୁର,୧।୭(ପ୍ରମୋଦ ବହିଦାର): ସମ୍ବଲପୁର ସହର ଓ ଏହାର ଆଖପାଖ ଅଞ୍ଚଳରେ ବେଆଇନ ନିଷିଦ୍ଧ ନିଶା କଫସିରପ କାରବାରରେ ସମ୍ପୃକ୍ତ ୬ ଅଭିଯୁକ୍ତଙ୍କୁ ସମ୍ବଲପୁରର ଅଇଁଠାପାଲି ଥାନା ପୋଲିସ…

RJD ପରେ JDU ନେତାଙ୍କ ଦାବି, ‘ନୀତୀଶ କୁମାରଙ୍କୁ ଉପ-ପ୍ରଧାନମନ୍ତ୍ରୀ କରାଯିବା ଉଚିତ’

ନୂଆଦିଲ୍ଲୀ,୧।୭: ଆରଜେଡି ପରେ, ଜେଡି(ୟୁ) ଏବେ ବିହାରର ପୂର୍ବତନ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଉପପ୍ରଧାନମନ୍ତ୍ରୀ ନିଯୁକ୍ତ କରିବାକୁ ଦାବି କରିଛି। ଜେଡି(ୟୁ) ବିଧାୟକ ପଙ୍କଜ ମିଶ୍ର କହିଛନ୍ତି ଯେ…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର; ଜୁଲାଇରେ ଏତେ ପ୍ରତିଶତ ବଢ଼ିବ ମହଙ୍ଗା ଭତ୍ତା…

ନୂଆଦିଲ୍ଲୀ,୧।୭: ଶ୍ରମ ବ୍ୟୁରୋର ଏକ ପ୍ରେସ୍ ରିଲିଜ୍ ଅନୁଯାୟୀ, AICPI-IW ଏପ୍ରିଲ୍ ୨୦୨୬ରେ ୧୪୯.୯ରୁ ମେ ୨୦୨୬ରେ ୦.୯ ପଏଣ୍ଟ ବୃଦ୍ଧି ପାଇ ୧୫୦.୮ ହୋଇଛି। ଏହି…

ସ୍ୱାମୀଙ୍କଠାରୁ ଅଧିକ ରୋଜଗାର କରୁଥିଲେ ମିଳିବନି ଭରଣପୋଷଣ ଟଙ୍କା: କର୍ନାଟକ ହାଇକୋର୍ଟଙ୍କ ବଡ଼ ରାୟ

ନୂଆଦିଲ୍ଲୀ,୧।୭: ସ୍ୱାମୀ-ସ୍ତ୍ରୀଙ୍କ ମଧ୍ୟରେ ଭରଣପୋଷଣ ବିବାଦକୁ ନେଇ କର୍ଣ୍ଣାଟକ ହାଇକୋର୍ଟ ଏକ ବଡ଼ ଶୁଣାଣି କରିଛନ୍ତି। ଯଦି ସ୍ତ୍ରୀର ଆୟ ସ୍ୱାମୀଙ୍କଠାରୁ ଅଧିକ, ତେବେ ସେ ଭରଣପୋଷଣ…

ଭାରତକୁ ବଡ଼ ଅଫର୍‌ ଦେଲା ରୁଷିଆ: ଶୁଣିଲେ ପାକିସ୍ତାନର ଉଡ଼ିଯିବ ହୋଶ୍‌

ମସ୍କୋ/ନୂଆଦିଲ୍ଲୀ,୧।୭: ରୁଷିଆ ଭାରତକୁ Su-57E ଷ୍ଟିଲ୍ଥ ଲଢ଼ୁଆ ବିମାନର ଯୋଗାଣ ଏବଂ ମିଳିତ ଉତ୍ପାଦନ ସମ୍ପର୍କରେ ଏକ ପ୍ରମୁଖ ପ୍ରସ୍ତାବ ଦେଇଛି। ଏହି ଚୁକ୍ତି ଭାରତ-ପ୍ରଶାନ୍ତ ମହାସାଗରୀୟ…

ରାଇକିଆ ଥାନାରେ ନିଶାମୁକ୍ତ ଅଭିଯାନ, ଏହି ଶପଥ ନେଲେ ଛାତ୍ରୀଛାତ୍ର

ରାଇକିଆ,୧।୭(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ଥାନାରେ ବୁଧବାର ନିଶା ମୁକ୍ତ ଅଭିଯାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଥାନା ଅଧିକାରୀ ଏ.ସ୍ୱର୍ଣ୍ଣଲତା ପାତ୍ରଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

ନୂତନ ବ୍ଲକ ଶିକ୍ଷା ଅଧିକାରିଣୀ ଭାବେ ଯୋଗଦେଲେ ମଧୁସ୍ମିତା:ଏକ ନମ୍ବର ଶିକ୍ଷା ବ୍ଲକ କରିବା ଲକ୍ଷ୍ୟ

କର୍ଲାମୁଣ୍ଡା:୧/୭(ପ୍ରଦୀପ କୁମାର ସାହୁ):କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ନୂତନ ଭାବେ ବୁଧବାର ବ୍ଲକ ଶିକ୍ଷା ଅଧିକାରିଣୀ ମଧୁସ୍ମିତା ନାଏକ ଯୋଗ ଦେଇଛନ୍ତି। କାର୍ଯ୍ୟାଳୟରେ ଯୋଗଦେବା…

ଗଜପତି ପୋଲିସକୁ ବଡ଼ ସଫଳତା: ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ, ୬ ନାବାଳିକା…

ଗଜପତି,୧।୭(ଗିରିଧାରୀ ପରିଛା): ଗଜପତି ପୋଲିସ ଏକ ଆନ୍ତଃରାଜ୍ୟ ମାନବ ଚାଲାଣର ପର୍ଦ୍ଦାଫାଶ କରି ୬ ଜଣ ନାବାଳିକାଙ୍କ ସମେତ ୭ ଜଣ ପୀଡ଼ିତାଙ୍କୁ ହାଇଦ୍ରାବାଦରୁ ଉଦ୍ଧାର କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri