ଦ୍ୱିତୀୟ ଦିନ ବି ଉପବାସରେ ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର,୩ା୧(ଡି.ଏନ୍‌.ଏ.):ନବବର୍ଷ ୨୦୨୩ ତଥା ରବିବାରଠାରୁ ଶ୍ରୀଲିଙ୍ଗରାଜ ମନ୍ଦିରରେ ନୀତିକାନ୍ତି ଚାଲିଥିବାବେଳେ ଜଣେ ଭକ୍ତ ଭୋଗ ମଣ୍ଡପରେ ପଶିଯିବାରୁ ଭୋଗ ମାରା ହୋଇଥିଲା। ଫଳରେ ସେବାୟତମାନେ ନୀତିକାନ୍ତି ବନ୍ଦ କରିଦେଇଥିବା ବେଳେ ସେଦିନର ସମସ୍ତ କୋଠ ଭୋଗ ଏବଂ ଜଜମାନ ଭୋଗ ଅମୁଣିଆ କୂଅରେ ପକାଇବା ବିଧିଥିବାବେଳେ ଏଥିରେ ବ୍ୟତିକ୍ରମ ହୋଇଥିବା ନେଇ ବଡ଼ୁ ନିଯୋଗ ଏବଂ ବ୍ରାହ୍ମଣ ନିଯୋଗ ମଧ୍ୟରେ ତିକ୍ତତା ଦେଖାଦେଇଥିଲା। ତେବେ ରାତି ସୁଦ୍ଧା କୌଣସି ନିଷ୍କର୍ଷ ନ ହେବାରୁ ଶ୍ରୀଲିଙ୍ଗରାଜ ଉପବାସ ରହିଥିଲେ। ହେଲେ ସୋମବାର ରାତି ୯ଟା ସୁଦ୍ଧା ମଧ୍ୟ ସମସ୍ୟାରେ କୌଣସି ସୁଧାର ଆସି ନ ଥିଲା। ଫଳରେ ଶ୍ରୀଲିଙ୍ଗରାଜ ଦ୍ୱିତୀୟ ଦିନ ମଧ୍ୟ ଉପବାସରେ ରହିଛନ୍ତି। ଶ୍ରୀଜୀଉଙ୍କ ପ୍ରତି ସେବାୟତ ଓ ନିଯୋଗଙ୍କ ଏଭଳି ଅବହେଳା ଯୋଗୁ ଭକ୍ତଙ୍କ ମହଲରେ ଅସନ୍ତୋଷ ପ୍ରକାଶ ପାଇଛି। ଅନ୍ୟପଟେ ପ୍ରାତଃରୁ ଠାକୁରଙ୍କ ମଙ୍ଗଳ ଆଳତି କରା ନ ଯାଇ ଦିନତମାମ ଉପବାସରେ ଥିବାବେଳେ ଶ୍ରୀଜୀଉଙ୍କୁ ଶ୍ରଦ୍ଧାଳୁମାନେ ଦର୍ଶନ କରୁଥିବା ଦେଖିବାକୁ ମିଳିଥିଲା। ତେବେ ଠାକୁରଙ୍କର ସ୍ନାନ, ବେଶ, ବିଭିନ୍ନ କର୍ମ, ଷୋଡ଼ଶ ଉପଚାର ପୂଜା, ପଞ୍ଚ ଉପଚାର ପୂଜା ଭଳି ନୀତି ସବୁ ବନ୍ଦ ଥିବାବେଳେ କିଏ ଏବଂ କିଭଳି ଶ୍ରଦ୍ଧାଳୁଙ୍କୁ ଦିଅଁ ଦର୍ଶନ କରାଇଥିଲେ ତାହା ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଏ ନେଇ ପୂର୍ବାହ୍ନରେ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଅବନିକାନ୍ତ ପଟ୍ଟନାୟକ ସମସ୍ୟାର ସମାଧାନ ନିମନ୍ତେ ମନ୍ଦିର କାର୍ଯ୍ୟାଳୟରେ ପହଞ୍ଚତ୍ ୩ ନିଯୋଗକୁ ମନାଇ ନୀତିକାନ୍ତି କରିବାର ଆଶା ରଖିଥିଲେ। କିନ୍ତୁ କେତେଜଣ ସେବାୟତଙ୍କୁ ଛାଡ଼ିଦେଲେ ପ୍ରମୁଖ ନିଯୋଗ ଗଣ ନ ଆସିବାରୁ ବୈଠକ ହୋଇପାରି ନ ଥିଲା। ଏ ନେଇ ମନ୍ଦିର ପ୍ରଶାସନର କାର୍ଯ୍ୟନିର୍ବାହୀ ଅଧିକାରୀ ଭବାନୀ ମିଶ୍ରଙ୍କ ମୋବାଇଲ ନମ୍ବର ୯୪୩୭୨୫୮୬୧୧ରେ ଯୋଗାଯୋଗ କରିଥିଲେ ମଧ୍ୟ ସେ ଉଠାଇ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୪୫ ଡେଇଁବ ପାରଦ! ସାରା ରାଜ୍ୟକୁ ସିଭିୟର ହିଟ୍‌ ଓ୍ବେଭ ଆଲର୍ଟ

ଭୁବନେଶ୍ୱର,୨୪।୪:ତାତିରୁ ମିଳିବନି ତ୍ରାହି । ୫ ଦିନ ଧରି କଲବଲ କରିବ ଗ୍ରୀଷ୍ମ ପ୍ରବାହ । ବିଶେଷ କରି ୨୭ ଓ ୨୮ ତାରିଖରେ ଜଳିବ...

ମେ’ ପ୍ରଥମ ସପ୍ତାହରୁ ଓଜେଇଇ ପରୀକ୍ଷା

ଭୁବନେଶ୍ୱର,୨୪।୪: ଓଜେଇଇ ପରୀକ୍ଷା ପାଇଁ ତାରିଖ ଘୋଷଣା ହୋଇଛି। ଚଳିତ ମେ’ ୬ରୁ ଏହା ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ରାଜ୍ୟ ଭିତରେ...

ଛୁଟିଦିନ ପାଇଁ ପିଲାଙ୍କୁ ମିଳିବ ଶୁଖିଲା ରାଶନ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ଛୁଟିଦିନ ପାଇଁ ଛାତ୍ରୀଛାତ୍ରଙ୍କୁ ପିଏମ୍‌ ପୋଷଣ ଯୋଜନାରେ ଚାଉଳ ଏବଂ ଅନ୍ୟାନ୍ୟ ସାମଗ୍ରୀ ଦିଆଯିବ। ମୋଟ ୧୨ଦିନର ମଧ୍ୟାହ୍ନ ଭୋଜନ ବାବଦକୁ ଶୁଖିଲା...

ଚମକାଇଲା ଅନୁଭବଙ୍କ ପୋଷ୍ଟ, ନବୀନଙ୍କୁ ମାଗିଲେ ଆର୍ଶୀବାଦ…

ଭୁବନେଶ୍ୱର,୨୪।୪: ଅନୁଭବ ମହାନ୍ତିଙ୍କ ସୋସିଆଲ ମିଡିଆ ପୋଷ୍ଟକୁ ନେଇ ବଢିଲା ଚର୍ଚ୍ଚା। ଗତ କିଛିଦିନ ପୂର୍ବରୁ ବିଜେଡି ଛାଡି ଭାଜପାରେ ଯୋଗ ଦେଇଥିଲେ। ହେଲେ ବୁଧବାର...

ଲୁଙ୍ଗିକୁ ନେଇ ରାଜ୍ୟ ରାଜ୍ୟନୀତିରେ ଚହଳ, ନବୀନ ପିନ୍ଧିଲେ ବୋଲି…

ଭୁବନେଶ୍ୱର,୨୪।୦୪: ନିର୍ବାଚନ ପୂର୍ବରୁ ଓଡ଼ିଶା ରାଜନୀତିରେ ରୋଚକ ଘଟଣା ଦେଖିବାକୁ ମିଳିଛି। ନବୀନଙ୍କ ଲୁଙ୍ଗି ପିନ୍ଧା ଘଟଣାକୁ ନେଇ ବିଜେଡି-ଭାଜପା ଭିତରେ ବାକଯୁଦ୍ଧ ଆରମ୍ଭ ହୋଇଛି।...

ଗ୍ରୀଷ୍ମଛୁଟିରେ ରୋଷ୍ଟର ଡ୍ୟୁଟି କରିବେ ଶିକ୍ଷକ

ଭୁବନେଶ୍ୱର, ୨୪।୪(ଅସମାପିକା ସାହୁ):ରାଜ୍ୟରେ ଆସନ୍ତା ୨୫ ତାରିଖଠାରୁ ଗ୍ରୀଷ୍ମ ଛୁଟି ଆରମ୍ଭ ହେବ। ସମସ୍ତ ସରକାରୀ ଏବଂ ଅନୁଦାନପ୍ରାପ୍ତ ସ୍କୁଲଗୁଡ଼ିକ ଆଗୁଆ ଗ୍ରୀଷ୍ମ ଛୁଟି କରିବାକୁ...

ନିର୍ବାଚନ ଲଢିପାରିବେନି ମୋକିମ, ମଇଦାନକୁ ଓହ୍ଲାଇଲେ ଝିଅ!

ଭୁବନେଶ୍ୱର,୨୪।୪: ନିର୍ବାଚନ ଯେତେ ପାଖେଇ ଆସୁଛି ସେତିକି ସରଗରମ ହେଉଛି ରାଜ୍ୟ ରାଜନୀତି। ତେବେ ଲୋକ ସଭା ନିର୍ବାଚନକୁ ଆଉ ଦିନ କେଇଟା ବାକି ଥିବାବେଳେ...

କନଫ୍ୟୁଜରେ ସୁର, ବଡ଼ପୁଅ ନା ସାନପୁଅ ପାଇଁ କରିବେ ପ୍ରଚାର

ଭୁବନେଶ୍ୱର,୨୪।୪: ରୋଚକ ମୋଡ ନେଇଛି ସୁରଙ୍କ ଫ୍ୟାମିଲି ପଲିଟିକ୍ସ । ସାନ ପୁଅ ବିଜେଡି ଟିକେଟ ନେଇ ମଇଦାନକୁ ଓହ୍ଲାଇଥିବା ବେଳେ ବଡ଼ ପୁଅକୁ ନିମାପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri