ସ୍ବାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି

ପୁରୁଣା ଭୁବନେଶ୍ୱର,୨୮।୧୦(ସୁବାସ ଚନ୍ଦ୍ର ପ୍ରଧାନ): ଗତ ବୁଧବାରଠାରୁ ଉପବାସରେ ରହିଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ଶୁକ୍ରବାର ସ୍ବାଭାବିକ ହୋଇଛି। ଅପରାହ୍ନ ୧ଟାରେ ମହାସ୍ନାନ ହୋଇଥିଲା। ଅପରାହ୍ନ ୧ଟା ୩୦ରେ ମଙ୍ଗଳଆଳତି, ଅବକାଶ, ଦର୍ଶନ ପରେ ରୋଷହୋମ କରାଯାଇଥିଲା। ଏହାପରେ ଅନ୍ୟାନ୍ୟ ନୀତି ହୋଇଥିଲା। ସୂଚନାଥାଉ କି, ସାମନ୍ତରାପୁର ଛକ ଗଙ୍ଗୁଆ ବ୍ରିଜ ନିକଟରେ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସମ୍ପତ୍ତିରେ କେତେଜଣ ବଡୁ ସେବାୟତମାନେ ନିର୍ମାଣ କାର୍ଯ୍ୟ କରିବାକୁ ନେଇ ପୂଜା ପଣ୍ଡା ଏବଂ ବ୍ରାହ୍ମଣ ନିଯୋଗ ପକ୍ଷରୁ ନୀତିକାନ୍ତିରେ ଅସହଯୋଗ କରାଯାଇଥିଲା। ଠାକୁରଙ୍କର କୋଟି କୋଟି ଟଙ୍କାର ସମ୍ପତିକୁ ତହବିଲକୁ ଫେରାଇ ଆଣିବାକୁ ଦାବି କରିବାକୁ ନେଇ ଠାକୁର ଦୁଇଦିନ ଉପବାସ ରହିଲେ। ଶୁକ୍ରବାର ପ୍ରଶାସନର ଆଭିମୁଖ୍ୟକୁ ନେଇ ବ୍ରାହ୍ମଣ ନିଯୋଗର ହେମନ୍ତ ପଣ୍ଡା ଏବଂ ପୂଜା ପଣ୍ଡା ନିଯୋଗର ପ୍ରସନ୍ନ ପୂଜାପଣ୍ଡା ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡର ଦୁଇ ଟ୍ରଷ୍ଟି ସଦସ୍ୟ ଇସ୍ତଫା ଦେବାରୁ ଠାକୁରଙ୍କ ନୀତି ଆରମ୍ଭ ହୋଇଥିଲା। ପ୍ରତ୍ୟେକ ଦିନର ନୀତି ବିଶୃଙ୍ଖଳା, ସେବାୟତଙ୍କ ଅଧିକାର, ଶ୍ରୀଲିଙ୍ଗରାଜଙ୍କ ସମ୍ପତି ଲୁଟ ପାଇଁ ପ୍ରଶାସନ ସ୍ଥାଣୁ ପାଲଟିବାକୁ ଭର୍ତ୍ସନା କରି ଇସ୍ତଫାପତ୍ରରେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଶଳାଙ୍କୁ ପିଟିପିଟି ହତ୍ୟା କଲେ ଭିଣୋଇ: ଅଭିଯୁକ୍ତଙ୍କୁ ଧରିଲା ପୋଲିସ

ଭେଡେନ ,୧୭।୩(ହୃଷୀକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ଚିଚିଣ୍ଡା ହାଇସ୍କୁଲ ପଡ଼ାରେ ମଙ୍ଗଳବାର ଏକ ହତ୍ୟାକାଣ୍ଡ ଘଟିଛି। ଗ୍ରାମର ସୁଦୀପ ବାଗ(୨୮)ଙ୍କୁ ତାଙ୍କ ଭିଣୋଇ ସାଳନା…

LPG ସିଲିଣ୍ଡର ନିୟମରେ ବଡ଼ ପରିବର୍ତ୍ତନ! ସରକାରଙ୍କ ୫ଟି ନିଷ୍ପତ୍ତିର ପଡ଼ିବ ବଡ଼ ପ୍ରଭାବ…

ନୂଆଦିଲ୍ଲୀ,୧୭।୩: ଭାରତରେ ଏଲପିଜି ଗ୍ୟାସ ସିଲିଣ୍ଡର ସମ୍ପର୍କରେ ନୂଆ ନିୟମ ଲାଗୁ କରାଯାଇଛି। ସରକାର ଅନେକ ପ୍ରମୁଖ ନିଷ୍ପତ୍ତି ନେଇଛନ୍ତି, ଯେଉଁଥିରେ ମୂଲ୍ୟ ବୃଦ୍ଧି, ସିଲିଣ୍ଡର ବୁକିଂ…

ଇରାନର ଦ୍ୱିତୀୟ ଶକ୍ତିଶାଳୀ ନେତା ବି ନିହତ! ଇସ୍ରାଏଲ୍‌ କଲା ଦାବି

ତେହରାନ,୧୭।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ହତ୍ୟା ପରେ ଇସ୍ରାଏଲ ଏବେ ତେହରାନର ଦ୍ୱିତୀୟ ସବୁଠାରୁ ଶକ୍ତିଶାଳୀ ନେତା ତଥା ଇରାନର ସର୍ବୋଚ୍ଚ ଜାତୀୟ…

ଡେଲାଙ୍ଗରେ ଭୟଙ୍କର ବୋମା ବିସ୍ଫୋରଣ: ହାତ ପାପୁଲି ଛିଣ୍ଡି…

ପିପିଲି,୧୭।୩: ପୁରୀ ଜିଲା ଡେଲାଙ୍ଗ ଥାନା ଅଧୀନ ଏକ ଜଙ୍ଗଲରେ ମଙ୍ଗଳବାର ଅଘଟଣ ଘଟିଛି। ବୋମା ଭିଡୁଥିବା ବେଳେ ବିସ୍ଫୋରଣ ଘଟି ଜଣେ ଯୁବକ ଗୁରୁତର ଆହତ…

ଭାରତରେ ୨ଟା ପହଞ୍ଚିବା ପରେ ହରମୁଜରେ ଫସିଲା ୧୯ ଜାହାଜ, LPG ଜାହାଜକୁ ଘେରିଗଲେ…

ନୂଆଦିଲ୍‌ଲୀ,୧୭।୩: ଚାଲିଥିବା ବିବାଦ ମଧ୍ୟରେ, ଇରାନ ହରମୁଜରେ ଜାହାଜ ଚଳାଚଳ ରାସ୍ତା ଅବରୋଧ କରିଛି। ଆମେରିକା ସମେତ ବିଶ୍ୱର ବିଭିନ୍ନ ରାଷ୍ଟ୍ରର ଜାହାଜଗୁଡ଼ିକ ହରମୁଜରେ ଫସି ରହିଥିବା…

ରୁଷିକୂଲ୍ୟାରେ ବୁଡ ପକାଇଲେ ହଜାର ହଜାର ଭକ୍ତ: ପିତୃପୁରୁଷଙ୍କୁ ପିଣ୍ଡ ଦାନ

ପୁରୁଷୋତ୍ତମପୁର,୧୭।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ବ୍ଲକ ଅନ୍ତର୍ଗତ କିମ୍ବଦନ୍ତୀପୂର୍ଣ୍ଣ ପ୍ରତାପୁର ଗ୍ରାମ ଋଷିକୁଲ୍ୟା ନଦୀ ଉତ୍ତରବାଙ୍କ ତୁମ୍ବେଶ୍ବର ଘାଟରେ ମହାବାରୁଣୀ ସ୍ନାନ ଅବସରରେ ମଙ୍ଗଳବାର ହଜାର…

ଯୁଦ୍ଧ ଭିତରେ ଚାଇନା ପାଇଁ ବଡ଼ ଘୋଷଣା କଲା ଭାରତ, ବିଶ୍ୱରେ ଚହଳ!

ନୂଆଦିଲ୍ଲୀ,୧୭।୩: ମଧ୍ୟପ୍ରାଚ୍ୟରେ ବର୍ତ୍ତମାନ ଗୁରୁତ୍ୱପୂର୍ଣ୍ଣ ଉତ୍ତେଜନା ଜାରି ରହିଛି। ଆମେରିକା ଏବଂ ଇସ୍ରାଏଲ ଇରାନ ବିରୁଦ୍ଧରେ ନିରନ୍ତର ଆକ୍ରମଣ କରୁଛନ୍ତି, ଯେତେବେଳେ ଇରାନ ସେନା ଡ୍ରୋନ ଆକ୍ରମଣ…

ଦୁଇ ଭାଇଙ୍କ ଝଗଡ଼ାରୁ ବଳି ପଡିଲେ ଶାଶୁ, ସାନଭାଇର କାଠ ଫାଳିଆ ମାଡ଼ରେ…

ବ୍ରହ୍ମଗିରି,୧୭।୩(ସ୍ୱାଧୀନ ଚମ୍ପତିରାୟ): ପୁରୀ ଜିଲା ଆରଖକୁଦ ମେରାନି ଥାନା ଅନ୍ତର୍ଗତ ପାଣ୍ଡାପୋଖରୀ ଗ୍ରାମରେ ଲୋମଟାଙ୍କୁରା ହତ୍ୟାକାଣ୍ଡ ହୋଇଛି । ସାନ ଭାଇର ଠେଙ୍ଗା ମାଡ଼ରେ ବଡ଼ ଭାଇର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri