Odisha Elections 2024

ସ୍ବାଭାବିକ ହେଲା ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି

ପୁରୁଣା ଭୁବନେଶ୍ୱର,୨୮।୧୦(ସୁବାସ ଚନ୍ଦ୍ର ପ୍ରଧାନ): ଗତ ବୁଧବାରଠାରୁ ଉପବାସରେ ରହିଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ନୀତିକାନ୍ତି ଶୁକ୍ରବାର ସ୍ବାଭାବିକ ହୋଇଛି। ଅପରାହ୍ନ ୧ଟାରେ ମହାସ୍ନାନ ହୋଇଥିଲା। ଅପରାହ୍ନ ୧ଟା ୩୦ରେ ମଙ୍ଗଳଆଳତି, ଅବକାଶ, ଦର୍ଶନ ପରେ ରୋଷହୋମ କରାଯାଇଥିଲା। ଏହାପରେ ଅନ୍ୟାନ୍ୟ ନୀତି ହୋଇଥିଲା। ସୂଚନାଥାଉ କି, ସାମନ୍ତରାପୁର ଛକ ଗଙ୍ଗୁଆ ବ୍ରିଜ ନିକଟରେ ଥିବା ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ସମ୍ପତ୍ତିରେ କେତେଜଣ ବଡୁ ସେବାୟତମାନେ ନିର୍ମାଣ କାର୍ଯ୍ୟ କରିବାକୁ ନେଇ ପୂଜା ପଣ୍ଡା ଏବଂ ବ୍ରାହ୍ମଣ ନିଯୋଗ ପକ୍ଷରୁ ନୀତିକାନ୍ତିରେ ଅସହଯୋଗ କରାଯାଇଥିଲା। ଠାକୁରଙ୍କର କୋଟି କୋଟି ଟଙ୍କାର ସମ୍ପତିକୁ ତହବିଲକୁ ଫେରାଇ ଆଣିବାକୁ ଦାବି କରିବାକୁ ନେଇ ଠାକୁର ଦୁଇଦିନ ଉପବାସ ରହିଲେ। ଶୁକ୍ରବାର ପ୍ରଶାସନର ଆଭିମୁଖ୍ୟକୁ ନେଇ ବ୍ରାହ୍ମଣ ନିଯୋଗର ହେମନ୍ତ ପଣ୍ଡା ଏବଂ ପୂଜା ପଣ୍ଡା ନିଯୋଗର ପ୍ରସନ୍ନ ପୂଜାପଣ୍ଡା ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡର ଦୁଇ ଟ୍ରଷ୍ଟି ସଦସ୍ୟ ଇସ୍ତଫା ଦେବାରୁ ଠାକୁରଙ୍କ ନୀତି ଆରମ୍ଭ ହୋଇଥିଲା। ପ୍ରତ୍ୟେକ ଦିନର ନୀତି ବିଶୃଙ୍ଖଳା, ସେବାୟତଙ୍କ ଅଧିକାର, ଶ୍ରୀଲିଙ୍ଗରାଜଙ୍କ ସମ୍ପତି ଲୁଟ ପାଇଁ ପ୍ରଶାସନ ସ୍ଥାଣୁ ପାଲଟିବାକୁ ଭର୍ତ୍ସନା କରି ଇସ୍ତଫାପତ୍ରରେ ଉଲ୍ଲେଖ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ମୋଦିଙ୍କ ଭକ୍ତ ହେଉଛନ୍ତି ଜଗନ୍ନାଥ, କହୁ କହୁ ଏମିତି କହିଦେଲେ ସମ୍ବିତ ପାତ୍ର: ଭାଇରାଲ ହେଉଛି ଭିଡିଓ

ଭୁବନେଶ୍ୱର,୨୦।୫(ଅସମାପିକା ସାହୁ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋମବାର ପୁରୀରେ ଏକ ବିଶାଳ ରୋଡ ଶୋ’ କରିଛନ୍ତି। ମୋଦିଙ୍କ ସହ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,...

ମଧ୍ୟବିତ୍ତଙ୍କ ପାଇଁ ସବୁବେଳେ କାମ କରନ୍ତି ଆମ ପ୍ରିୟ ମୁଖ୍ୟମନ୍ତ୍ରୀ: ପାଣ୍ଡିଆନ

ଭୁବନେଶ୍ୱର,୨୦ା୫: ୫-ଟି ଅଧ୍ୟକ୍ଷ ତଥା ବିଜେଡି ନେତା କାର୍ତ୍ତିକ ପାଣ୍ଡିଆନ ସୋସିଆଲ ମିଡିଆରେ ଏକ ଭିଡିଓ ଜାରି କରିଛନ୍ତି। ଯାହା ଖୁବ୍‌ ଭାଇରାଲ ହେଉଛି। ଏଥିରେ...

”ଓଡ଼ିଶାର ପ୍ରତି ବ୍ଲକ ଲୋକେ ଗୁଜରାଟରେ କାମ କରୁଛନ୍ତି”: ପ୍ରଧାନମନ୍ତ୍ରୀ ମୋଦି

କଟକ,୨୦।୫: କଟକରେ ବିଶାଳ ଜନସମାବେଶକୁ ସମ୍ବୋଧିତ କରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଜେଡି ସରକାରଙ୍କ ଉପରେ ଖୁବ ବର୍ଷିଛନ୍ତି। କହିଛନ୍ତି ବିଜେଡି ପାଇଁ ଓଡ଼ିଶା ଆଜି...

ପୁଣି ଦୋହରାଇଲେ ମୋଦି, କିଏ ହେବେ ଓଡ଼ିଶାର ମୁଖ୍ୟମନ୍ତ୍ରୀ କଲେ ଘୋଷଣା

ଭୁବନେଶ୍ୱର,୨୦।୫: ଅନୁଗୋଳ ସଭାରେ ସମ୍ବୋଧିତ କରି ଓଡ଼ିଶାରେ ପ୍ରଥମଥର ଡବଲ ଇଞ୍ଜିନ ସରକାର ଗଠନ କରିବାକୁ ଯାଉଥିବା ଦମ୍ଭୋକ୍ତି ପ୍ରକାଶ କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।...

ମତଦାନ କଲେ ମନ୍ତ୍ରୀ ରୀତା ସାହୁ

ବରପାଲି,୨୦ା୫(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି । ମତଦାନ କେନ୍ଦ୍ରଗୁଡିକରେ ମତଦାତାଙ୍କ ଲମ୍ବା...

”ଓଡ଼ିଶା ବରବାଦୀର କାରଣ ବିଜେଡି ସରକାର”: ନରେନ୍ଦ୍ର ମୋଦି

ଭୁବନେଶ୍ୱର,୨୦।୫: ସୋମବାର ସକାଳୁ ସକାଳୁ ପୁରୀରେ ରୋଡ ଶୋ’ କରିବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅନୁଗୋଳରେ ପହଞ୍ଚିଥିଲେ। ଏଠାରେ ସେ ବକ୍ତବ୍ୟ ଦେଇ ସକାଳ...

ଭୋଟ୍‌ ଦେଲେ ମନ୍ତ୍ରୀ ଟୁକୁନି ସାହୁ

ଟିଟିଲାଗଡ଼,୨୦ା୫(ଶରତ ମିଶ୍ର): ବଲାଙ୍ଗୀର ଜିଲାରେ ସାଧାରଣ ନିର୍ବାଚନ ପରିପ୍ରେକ୍ଷୀରେ ସୋମବାର ସକାଳ ୭ଟାରୁ ମତଦାନ ପ୍ରକ୍ରିୟା ଆରମ୍ଭ ହୋଇଛି। ମତଦାନ କେନ୍ଦ୍ରଗୁଡ଼ିକରେ ମତଦାତାଙ୍କ ଲମ୍ବା ଧାଡ଼ି...

ଭୋଟ୍‌ ଦେଲେ ଅର୍ଥମନ୍ତ୍ରୀ

ଭଞ୍ଜନଗର,୨୦ା୫(ବାବୁଲା ପ୍ରଧାନ): ଅର୍ଥମନ୍ତ୍ରୀ ତଥା ଭଞ୍ଜନଗର ବିଧାୟକ ପ୍ରାର୍ଥୀ ବିକ୍ରମ କେଶରୀ ଆରୁଖ ସୋମବାର ନିଜ ଗ୍ରାମ ଅଗଝୋଳରେ ମତଦାନ ସାବ୍ୟସ୍ତ କରିଛନ୍ତି। ବିକ୍ରମ ସପ୍ତମଥର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri