ଆଜି ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା

ପୁରୁଣା ଭୁବନେଶ୍ୱର,୧୬ା୪(ସୁବାସ ଚନ୍ଦ୍ର ପ୍ରଧାନ):ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ମଙ୍ଗଳବାର ଅନୁଷ୍ଠିତ ହେବ। ଏନେଇ ମନ୍ଦିର ପ୍ରଶାସନ ପକ୍ଷରୁ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ସୋମବାର ରାତିରେ ରଥଖଳାରେ ଥିବା ରୁକୁଣା ରଥ ପ୍ରତିଷ୍ଠା କାର୍ଯ୍ୟ ମଧ୍ୟ ବିଧି ମୁତାବକ ସମ୍ପନ୍ନ ହୋଇଛି। ସନ୍ଧ୍ୟା ଧୂପ, ଠାକୁରାଣୀ ସନ୍ଧ୍ୟା ଧୂପ, ଭୁବନେଶ୍ୱରୀ ଠାକୁରାଣୀଙ୍କ ନବ ପତ୍ରିକା ପୂଜା ସରିବା ପରେ ପ୍ରତିଷ୍ଠା କାର୍ଯ୍ୟ ଆରମ୍ଭ ହୋଇଥିଲା। ଶ୍ରୀଲିଙ୍ଗରାଜଙ୍କ ପତ୍ରି ସେବାୟତ ଘଣ୍ଟ, ଘଣ୍ଟା, ମସାଲ ଓ କାହାଳି ସହିତ ମୁକ୍ତେଶ୍ୱର ମନ୍ଦିର ଅଭିମୁଖେ ଯାତ୍ରା କରିଥିଲେ। ସେଠାରେ ମନ୍ଦିର ପରିସରରେ ଥିବା ମରୀଚି କୁଣ୍ଡରୁ ଦୁଇ କଳସ ପାଣି ବିଧିମୁତାବକ ରଥ ପ୍ରତିଷ୍ଠା ପାଇଁ ରଥଖଳାକୁ ଅଣାଯାଇଥିଲା। ରଥଖଳା ପରିସରରେ ଥିବା ବେଦିରେ ପୁରୀ ମହାରାଜାଙ୍କ ନିର୍ଦ୍ଦେଶରେ ଆସିଥିବା ପୁରୀ ରାଜଗୁରୁ ଏବଂ ମନ୍ଦିର ପୁରୋହିତ ମନୋରଞ୍ଜନ ଦାଶଙ୍କ ସହ କ୍ଷେତ୍ରବାସୀ ବ୍ରାହ୍ମଣ ନିଯୋଗର ୧୮ଜଣ ସେବାୟତ ରଥ ପ୍ରତିଷ୍ଠା କାର୍ଯ୍ୟ ସମ୍ପାଦନ କରିଥିଲେ। ବିଳମ୍ବିତ ରାତିରେ ଏହି କାର୍ଯ୍ୟ ସମ୍ପନ୍ନ ହେବା ପରେ ଶ୍ରୀଲିଙ୍ଗରାଜ ମନ୍ଦିର ଦକ୍ଷିଣରୁ ପଞ୍ଚବକ୍ରଙ୍କୁ ପୂଜାପଣ୍ଡା ସେବାୟତ ଆଧ୍ୟାମତ୍ିକ ଶୋଭାଯାତ୍ରାରେ ରଥରେ ବିଜେ କରାଇଥିଲେ। ପରେ ପଞ୍ଚବକ୍ରଙ୍କୁ ଭୋଗ ନୈବେଦ୍ୟ ଏବଂ ଆଳତି କରାଯାଇଥିଲା। ଏହାପରେ ପଞ୍ଚବକ୍ର ମନ୍ଦିର ଦକ୍ଷିଣ ଘରକୁ ପ୍ରବେଶ କରିଥିଲେ।
ରଥ, ପଥ ପ୍ରସ୍ତୁତ
ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ଶ୍ରୀଲିଙ୍ଗରାଜ ମନ୍ଦିର ଟ୍ରଷ୍ଟବୋର୍ଡ, ଜଳ ସମ୍ପଦ ବିଭାଗ, ବିଏମ୍‌ସି, ବିଦ୍ୟୁତ୍‌ ବିଭାଗ ପରି ବିଭିନ୍ନ ବିଭାଗ ପକ୍ଷରୁ ପ୍ରସ୍ତୁତି ଶେଷ ହୋଇଛି। ରଥଯାତ୍ରାରେ ସହଯୋଗ ପାଇଁ ସ୍ବେଚ୍ଛାସେବୀ ଅନୁଷ୍ଠାନମାନଙ୍କୁ ମଧ୍ୟ ମନ୍ଦିର ପ୍ରଶାସନ ପକ୍ଷରୁ ଆମନ୍ତ୍ରଣ କରାଯାଇଛି। ମନ୍ଦିର ସିଂହଦ୍ୱାରାକୁ ଫୁଲରେ ସଜାଯାଇଥିବା ବେଳେ ଆଲୋକୀକରଣ ମଧ୍ୟ କରାଯାଇଛି। ମଙ୍ଗଳବାର ଦୈନିକ ନୀତି ସମାପନ ପରେ ଅପରାହ୍ନ ୩ଟା ୩୦ରେ ରଥ ଟଣାଯିବ ବୋଲି ସ୍ଥିର ହୋଇଛି। ରଥଯାତ୍ରା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଇଛି। ଏଥିପାଇଁ ସ୍ବତନ୍ତ୍ର ପୋଲିସ ଫୋର୍ସ ନିୟୋଜନ କରାଯାଇଛି ବୋଲି ଶ୍ରୀଲିଙ୍ଗରାଜ ଥାନା ଆଇଆଇସି ପୂର୍ଣ୍ଣଚନ୍ଦ୍ର ପ୍ରଧାନ କହିଛନ୍ତି।
ଲିଙ୍ଗରାଜ ମହୋତ୍ସବ: ଯୋଗଦେବେ ୭ଶହରୁ ଊର୍ଦ୍ଧ୍ୱ କଳାକାର
ରୁକୁଣା ରଥଯାତ୍ରା ଅବସରରେ ସବୁ ବର୍ଷ ପରି ଚଳିତବର୍ଷ ମଧ୍ୟ ଏକାମ୍ର ସାଂସ୍କୃତିକ ପ୍ରକାଶନୀ ପକ୍ଷରୁ ରଥଯାତ୍ରାଠାରୁ ବାହୁଡ଼ା ପର୍ଯ୍ୟନ୍ତ ଭଜନ ମଣ୍ଡପରେ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ। ଚଳିତ ବର୍ଷ ଏହି ମହୋତ୍ସବରେ ୭ଶହରୁ ଊର୍ଦ୍ଧ୍ୱ କଳାକାର ଯୋଗଦେବା ପାଇଁ ସ୍ଥିର ହୋଇଛି। ଅସ୍ଥାୟୀ ଭଜନ ମଣ୍ଡପରେ କାର୍ଯ୍ୟକ୍ରମ ୬ ଦିନ ବ୍ୟାପୀ ଚାଲିବ ବୋଲି ସୋମବାର ପ୍ରକାଶନୀ ପକ୍ଷରୁ ଅନୁଷ୍ଠାନ କାର୍ଯ୍ୟାଳୟ ପରିସରରେ ଆୟୋଜିତ ଖବରଦାତା ସମ୍ମିଳନୀରେ ସଭାପତି ସୁରେଶ କୁମାର ରାଉତରାୟ ସୂଚନା ଦେଇଛନ୍ତି। ଉଚ୍ଛବ ଦାସଙ୍କର ବିଶ୍ୱ ପ୍ରସିଦ୍ଧ ଘୋଡ଼ାନାଚ, ଗଜପତି ମାହାରି ଗ୍ରୁପ୍‌ର ପଲ୍ଲୀ ନୃତ୍ୟ, ଆଠଗଡ଼ର ଫୋକ ଡ୍ୟାନ୍ସ, ଭିଲାଇ ଓ ବିଶାଖାପାଟଣାର ଭାରତ ନାଟ୍ୟମ୍‌, ହାଇଦ୍ରାବାଦର ଓଡ଼ିଶୀ ଓ ଫ୍ୟୁଜନ୍‌, କୋଲକାତାର କଥକ ଡ୍ୟାନ୍ସ, ବର୍ଦ୍ଧମାନର ଓଡ଼ିଶୀ ସୋଲ ଆଦି କାର୍ଯ୍ୟକ୍ରମ ପରିବେଷଣ ହେବ ବୋଲି ସମ୍ପାଦକ ସନତ ମିଶ୍ର କହିଛନ୍ତି। ସମ୍ମିଳନୀରେ ଅନ୍ୟମାନଙ୍କ ମଧ୍ୟରେ ଆଇନଜୀବୀ ଶିବାନନ୍ଦ ରାୟ, ଗୁରୁ ରାଜେନ୍ଦ୍ର ପଣ୍ଡା, ଗୁରୁ ପ୍ରତିଭା ପଣ୍ଡା, ଲିଙ୍ଗରାଜ ସାହୁ, ବିଶ୍ୱନାଥ ମହାପାତ୍ର, ସୁଧୀର ରଞ୍ଜନ ଜେନା, ତପନ ମହାସୁଆର, ବାବଲ ଚନ୍ଦ୍ର ମହାପାତ୍ର, କେଦାରନାଥ ମହାପାତ୍ର, ପ୍ରମୋଦ କୁମାର ଦାସ, ପ୍ରତାପ ପଟ୍ଟନାୟକ ପ୍ରମୁଖ ଉପସ୍ଥିତ ଥିଲେ।

ଶ୍ରୀଲିଙ୍ଗରାଜଙ୍କ ରୁକୁଣା ରଥ ଯାତ୍ରାରେ ୧୨ ପ୍ଲାଟୁନ୍‌ ପୋଲିସ ଫୋର୍ସ ନିୟୋଜିତ କରାଯାଇଛି। ୨ଜଣ ଅତିରିକ୍ତ ଡିସିପିଙ୍କ କାନ୍ଧରେ ଏହି ସୁରକ୍ଷା ଦାୟିତ୍ୱ ରହିଛି। ଲିଙ୍ଗରାଜ ମନ୍ଦିର ନିକଟରେ ସୋମବାର କମିଶନରେଟ୍‌ ପୋଲିସ ପକ୍ଷରୁ ଆୟୋଜିତ ସମନ୍ବୟ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିଲା। ସେହିପରି ୬ଜଣ ଏସିପି, ୧୫ଜଣ ଇନ୍ସପେକ୍ଟର, ୫୦ଜଣ ଏସ୍‌ଆଇ, ୭ଜଣ ଏଏସ୍‌ଆଇ, ୨୨ଜଣ ଏପିଆର କନେଷ୍ଟବଳ, ୨ଜଣ ଟ୍ରାଫିକ୍‌ ହାବିଲଦାର, ୫୧ ଜଣ ଟ୍ରାଫିକ୍‌ କନେଷ୍ଟବଳ, ୫ଜଣ ଓଆର୍‌ ହାବିଲଦାର, ୬ଜଣ ଓଆର୍‌ କନ୍‌ଷ୍ଟେବଳ, ୩୧ ଜଣ ମହିଳା ଓଆର୍‌ କନ୍‌ଷ୍ଟେବଳ ଓ ୭୭ ଜଣ ହୋମଗାର୍ଡ ମଧ୍ୟ ନିଯୋଜିତ କରାଯାଇଛି। ଏହି ବୈଠକରେ ଭୁବନେଶ୍ୱର ଡିସିପି ପ୍ରତୀକ ସିଂଙ୍କ ସମେତ ୪ ଅତିରିକ୍ତ ଡିସିପି, ଜୋନ୍‌ ୨,୩ ଓ ୪ ଏସିପିଙ୍କ ସମେତ ଅନ୍ୟ ବରିଷ୍ଠ ପୋଲିସ ଅଧିକାରୀ, ଲିଙ୍ଗରାଜ ମନ୍ଦିର ପୂଜକ, କର୍ମକର୍ତ୍ତା ଏବଂ ସେବାୟତ ନିଯୋଗର ସଦସ୍ୟମାନେ ଯୋଗ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ସରକାର ନିଜ ଦୋଷ ଲୁଚାଉଛନ୍ତି: ବିରୋଧୀ

ଭୁବନେଶ୍ୱର,୨୭ା୭(ଅନିଲ ଦାସ): ରଥ ଉପରୁ ବଡ଼ ଠାକୁର ଖସିପଡ଼ିବା, ଦଳାଚକଟାରେ ଜଣଙ୍କ ମୃତ୍ୟୁ ହେବା, ଟ୍ରାଫିକ ଅବ୍ୟବସ୍ଥା, ଅଣ ସେବାୟତ ରଥ ଉପରେ ଚଢ଼ିବା ପ୍ରସଙ୍ଗକୁ...

ବିଜେଡି ସରକାରର ବଜେଟଠାରୁ ଏଥର ୧୫% ଅଧିକ: ସମୀର

ଭୁବନେଶ୍ୱର, ୨୭।୭(ସୁନିତ୍‌ ମିଶ୍ର): ନୂତନ ରାଜନୈତିକ ସଂସ୍କୃତିର ପ୍ରତିଷ୍ଠାକରି ଭାଜପା ପ୍ରଥମ ଥର ଓଡ଼ିଶାରେ ସରକାର ଗଠନ କରିଛି। ଭାଜପା ସରକାରର ପ୍ରଥମ ବଜେଟ ଓଡ଼ିଶା...

ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିରୋଧୀ-ଶାସକ ମୁହାଁମୁହିଁ

ଭୁବନେଶ୍ୱର,୨୭।୭(ଅନିଲ ଦାସ): ଆମ ଓଡ଼ିଶା ନବୀନ ଓଡ଼ିଶା ଯୋଜନାକୁ ନେଇ ବିଜେଡି -ଭାଜପା ବିଧାନସଭାରେ ମୁହାଁମୁହିଁ ହୋଇଛନ୍ତି। ଯୋଜନାର ନଁା ବଦଳିବାକୁ ନେଇ ବିଜେଡି ବିଧାୟକ...

ସୃଷ୍ଟି ହେଲା ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର, ୨୬ା୭(ଅନୁରାଧା ମହାରଣା) – ଲଘୁଚାପ ପ୍ରଭାବରେ ଓଡ଼ିଶାରେ ତୁହାକୁ ତୁହା ବର୍ଷା ଲାଗିରହିଥିବାବେଳେ ପ୍ରାୟ ସବୁ ଜିଲାରେ ସ୍ଥିତି ବିଗିଡ଼ିବାରେ ଲାଗିଛି। ବର୍ଷା ଯୋଗୁ...

ମମତାଙ୍କୁ ଚିଠି ଲେଖିବା ନେଇ ନବୀନଙ୍କୁ ଟାର୍ଗେଟ କଲା ଭାଜପା

ଭୁବନେଶ୍ୱର, ୨୬।୭(ସୁନିତ୍‌ ମିଶ୍ର): ନିଜ ୨୪ ବର୍ଷ ଶାସନରେ ନବୀନ ପଟ୍ଟନାୟକଙ୍କ ନେତୃତ୍ୱାଧୀନ ବିଜେଡି ସରକାର ଓଡ଼ିଶାକୁ କୌଣସି କ୍ଷେତ୍ରରେ ଆତ୍ମନିର୍ଭରଶୀଳ ରାଜ୍ୟ ଭାବେ ଗଢ଼ି...

କୃଷି ବିଭାଗରେ ସରକାରୀ କାର୍ଯ୍ୟ ଓଡ଼ିଆ ଭାଷାରେ କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୬।୭(ଶର୍ମିଷ୍ଠା ପାଣିଗ୍ରାହୀ): କୃଷି ଓ କୃଷକ ସଶକ୍ତିକରଣ ବିଭାଗ ଏହାର ନିର୍ଦ୍ଦେଶାଳୟ ଏବଂ ବିଭାଗ ଅଧିନରେ ଥିବା ଅନ୍ୟ ଅଧସ୍ତନ କାର୍ଯ୍ୟାଳୟଗୁଡିକରେ ସମସ୍ତ ସରକାରୀ କାର୍ଯ୍ୟ...

ଅଗ୍ନିବୀର ଯୋଜନା ନେଇ ବଡ଼ ଘୋଷଣା କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝି

ଭୁବନେଶ୍ୱର,୨୬।୭: ଅଗ୍ନିବୀରଙ୍କୁ ପାଇଁ ବଡ଼ ଘୋଷଣା କରିଛନ୍ତି ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝି। ରାଜ୍ୟର ସବୁ ୟୁନିଫର୍ମ ସେବାରେ ସେମାନଙ୍କୁ ଗ୍ରହଣ କରାଯିବ ବୋଲି ଘୋଷଣା...

ଜୀବିକା ଦେଇଛି ବାଉଁଶ କାରିଗରୀ

କୋକସରା,୨୬ା୭ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବରାଡଙ୍ଗା ପଞ୍ଚାୟତର ଏକ ଆଦିବାସୀ ବହୁଳ ଗ୍ରାମ ଝୁଲେନବର। ଜଙ୍ଗଲ ପରିବେଷ୍ଟିତ ଗାଁରେ ପ୍ରାୟ...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri