ଶ୍ରୀମନ୍ଦିର ପୋଲିସ କର୍ମଚାରୀ ନିଲମ୍ବିତ

ପୁରୀ,୨୩ା୭(ଅଜିତ୍‌ ମହାନ୍ତି)ମହାମାରୀ କୋଭିଡ୍‌ ପରଠାରୁ ପ୍ରଶାସନ ପକ୍ଷରୁ ଭକ୍ତମାନଙ୍କୁ କେବଳ ଶ୍ରୀମନ୍ଦିର ସିଂହଦ୍ୱାର ଦେଇ ପ୍ରବେଶ ପାଇଁ ଅନୁମତି ରହିଛି। ଫଳରେ ପୁରୀବାସୀଙ୍କଠାରୁ ଆରମ୍ଭ କରି ବାହାରୁ ଆସୁଥିବା ଭକ୍ତମାନେ ନାହିଁ ନ ଥିବା ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ତେଣୁ ଭକ୍ତଙ୍କ ପାଇଁ ଶ୍ରୀମନ୍ଦିର ଚାରିଦ୍ୱାର ଖୋଲିବା ପାଇଁ ଏବେ ବିଭିନ୍ନ ଅନୁଷ୍ଠାନଠାରୁ ଆରମ୍ଭ କରି ସେବାୟତମାନେ ଦାବି କରୁଛନ୍ତି। ଏହାରି ଭିତରେ ଭକ୍ତଙ୍କ ଭାବାବେଗ ସହ ଖେଳିଲା ପରି ଏକ ଘଟଣା ସାମ୍ନାକୁ ଆସିଛି। ଯେଉଁଠାରେ ପୁରୀବାସୀଙ୍କୁ ସିଂହଦ୍ୱାର ବ୍ୟତୀତ ଅନ୍ୟ ଦ୍ୱାର ଦେଇ ଶ୍ରୀମନ୍ଦିର ଭିତରକୁ ପ୍ରବେଶ ପାଇଁ ଅନୁମତି ନାହିଁ, ସେଠାରେ କାର୍ଯ୍ୟରତ ପୋଲିସ କର୍ମଚାରୀ ପର୍ଯ୍ୟଟକଙ୍କଠାରୁ ଟଙ୍କା ନେଇ ଅନ୍ୟ ଦ୍ୱାର ଦେଇ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ଛାଡୁଛନ୍ତି। ଯାହା ଏବେ ବିଭିନ୍ନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏପରି ଘଟଣା ସାମ୍ନାକୁ ଆସିବା ପରେ ଭକ୍ତ ଓ ସେବାୟତମାନଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ ଜଣେ ପୋଲିସ କର୍ମଚାରୀ ଟଙ୍କା ନେଇ ଭକ୍ତଙ୍କୁ ମନ୍ଦିର ଭିତରକୁ ଛାଡୁଥିବା ଦେଖିବାକୁ ମିଳିଛି। ଜଣେ ପର୍ଯ୍ୟଟକ ପଶ୍ଚିମଦ୍ୱାର ପଟେ ଶ୍ରୀମନ୍ଦିରକୁ ପ୍ରବେଶ କରି ମହାପ୍ରଭୁଙ୍କ ଦର୍ଶନ ସାରି ଫେରିବାବେଳେ ଉକ୍ତ ଦ୍ୱାର ନିକଟରେ କାର୍ଯ୍ୟରେ ନିୟୋଜିତ ଥିବା ପୋଲିସ କର୍ମଚାରୀଙ୍କୁ ସେ ତାଙ୍କ ପକେଟ୍‌ରୁ ଟଙ୍କା କାଢି ଦେଉଥିବାର ଚିତ୍ର ଭାଇରାଲ ହେବାରେ ଲାଗିଛି। ତେବେ ଏପରି ଘଟଣାକୁ ବିଭିନ୍ନ ମହଲରୁ ପୋଲିସ ପ୍ରଶାସନକୁ ସମାଲୋଚନାର ଶିକାର ହୋଇଥିବା ଦେଖିବାକୁ ମିଳିଥିଲା। ଅପରପକ୍ଷେ ଏହି ଘଟଣା ସାମ୍ନାକୁ ଆସିବା ପରେ ପୁରୀ ଏସ୍‌ପି ଡ.କେ.ବିଶାଲ ସିଂ ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ କାର୍ଯ୍ୟରତ (ଟଙ୍କା ନେଉଥିବା) ପୋଲିସଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେବା ସହ ତାଙ୍କୁ ନିଲମ୍ବିତ କରିଛନ୍ତି। ସେ ହେଲେ ତୃତୀୟ ବାଟାଲିଆନ ଆଇଆର ବିଏନ୍‌ କୋରାପୁଟ୍‌ର ସିପାହୀ ଶୁଭାଶିଷ ଦାସ।
ତେବେ ଅନେକ ସମୟରେ ଅଭିଯୋଗ ହେଉଛି କି ଶ୍ରୀମନ୍ଦିର ଦକ୍ଷିଣ ଦ୍ୱାର ଏବଂ ପଶ୍ଚିମଦ୍ୱାର ବାଟେ ଭକ୍ତଙ୍କଠାରୁ ଟଙ୍କା ନେଇ ଶ୍ରୀମନ୍ଦିର ପରିସରକୁ ଛଡାଯାଉଛି ଏବଂ ଉକ୍ତ ଦ୍ୱାରରେ ଥିବା କାର୍ଯ୍ୟରତ ପୋଲିସ ଓ ଶ୍ରୀଜଗନ୍ନାଥ ମନ୍ଦିର ପୋଲିସ ଉଭୟଙ୍କ ଜାଣତରେ ଏପରି କାର୍ଯ୍ୟ କରାଯାଉଛି। ତେଣୁ ଉକ୍ତ ଅଭିଯୋଗର ସତ୍ୟତା ଜାଣିବା ପାଇଁ ତଦନ୍ତ କରାଯାଇ ଏପରି କାର୍ଯ୍ୟ କରୁଥିବା ବ୍ୟକ୍ତିବିଶେଷଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ପାଇଁ ସାଧାରଣରେ ଦାବି ହେଉଛି। ଅପରପକ୍ଷରେ ଭକ୍ତଙ୍କଠାରୁ ଟଙ୍କା ନେବା ଘଟଣା ଜଣାପଡିବା ପରେ ପୁରୀ ଏସ୍‌ପି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। ଭକ୍ତଙ୍କଠାରୁ ଟଙ୍କା ନେବା ଅଭିଯୋଗରେ ଏସ୍‌ପି ଶୁଭାଶିଷଙ୍କୁ ତାଙ୍କ କାର୍ଯ୍ୟରେ ଅବହେଳା କରିବା (ଯାତ୍ରୀ ଗୁମାସ୍ତାଠୁ ଟଙ୍କା ନେବା) ଅଭିଯୋଗରେ କାର୍ଯ୍ୟରୁ ନିଲମ୍ବିତ କରିଛନ୍ତି। ଘଟଣାର ତଦନ୍ତ ପାଇଁ ଅତିରିକ୍ତ ଆରକ୍ଷୀ ଅଧୀକ୍ଷକ ସୁଶୀଲ କୁମାର ମିଶ୍ର ଏବଂ ଶ୍ରୀ ଜଗନ୍ନାଥ ମନ୍ଦିର ସୁରକ୍ଷା ଅଧିକାରୀ କୈଶିକ ନାୟକଙ୍କୁ ଘଟଣାର ତଦନ୍ତ କରି ଘଟଣାରେ ଅନ୍ୟ କେଉଁମାନେ ସମ୍ପୃକ୍ତ ଅଛନ୍ତି, ସମ୍ପୂର୍ଣ୍ଣ ତଥ୍ୟ ପ୍ରଦାନ କରିବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡି ଶିଶୁ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ସମାରୋହ: କଳସ ଶୋଭାଯାତ୍ରା, ସାଧୁସନ୍ଥ ସମ୍ମିଳନୀ ଅନୁଷ୍ଠିତ

ଦିଗପହଣ୍ଡି,୨୨ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିରର ୨୫ ତମ ପ୍ରତିଷ୍ଠା ଦିବସ ଅବସରରେ ତିନି ଦିନିଆ ରଜତ ଜୟନ୍ତୀ...

କେସିଙ୍ଗାରେ ‘ସୁଭଦ୍ରା ଶକ୍ତି କାଫେ’ ଉଦଘାଟିତ

କେସିଙ୍ଗା,୨୨ା୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ପଞ୍ଚାୟତ ସମିତି କାର୍ଯ୍ୟାଳୟ ନିକଟରେ ନବନିର୍ମିତ ‘ସୁଭଦ୍ରା ଶକ୍ତି କାଫେ’ ସୋମବାର ସନ୍ଧ୍ୟାରେ ଆନୁଷ୍ଠାନିକ ଭାବେ ଉଦ୍ଘାଟିତ ହୋଇଯାଇଛି।...

AI ଦୌଡ଼ରେ ଗୁଗଲର ବଡ଼ ପଦକ୍ଷେପ: ୪.୭୫ ବିଲିୟନ ଡଲାରରେ କିଣିଲା ଏହି କମ୍ପାନୀ

ନୂଆଦିଲ୍ଲୀ,୨୨ା୧୨: କୃତ୍ରିମ ବୁଦ୍ଧିମତା ବା ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ (AI) କ୍ଷେତ୍ରରେ ନିଜର ଦବଦବା ବଜାୟ ରଖିବା ପାଇଁ ଗୁଗଲର ପ୍ୟାରେଣ୍ଟ କମ୍ପାନୀ ‘ଆଲଫାବେଟ୍’ ଏକ ବଡ଼...

ପ୍ରତି ଘଣ୍ଟାରେ କେଉଁ ଦେଶରେ ହେଉଛି ସବୁଠାରୁ ଅଧିକ ମୃତ୍ୟୁ ? ଜାଣନ୍ତୁ ଭାରତର ସ୍ଥାନ

ନୂଆଦିଲ୍ଲୀ,୨୨ା୧୨: ବିଶ୍ୱର ଜନସଂଖ୍ୟା ଆଜି ୮୦୦ କୋଟି ଅତିକ୍ରମ କରିଥିବା ବେଳେ ଭାରତ ୧୪୬ କୋଟିରୁ ଅଧିକ ଜନସଂଖ୍ୟା ସହ ପ୍ରଥମ ସ୍ଥାନରେ ରହିଛି। ତେବେ...

ଭାରତୀୟ ଖେଳାଳିଙ୍କ ‘ଅନୈତିକ ଆଚରଣ’: ପାକିସ୍ତାନ କୋଚ୍ ସରଫରାଜଙ୍କ ବଡ଼ ଅଭିଯୋଗ

ମୁମ୍ବାଇ,୨୨ା୧୨: ୧୯ ବର୍ଷରୁ କମ୍ ଏସିଆ କପ୍ ଫାଇନାଲରେ ଭାରତକୁ ୧୯୧ ରନର ବିଶାଳ ବ୍ୟବଧାନରେ ହରାଇ ପାକିସ୍ତାନ ଚାମ୍ପିଅନ୍ ହୋଇଛି। ତେବେ ଏହି ଐତିହାସିକ...

ବିଭିନ୍ନ ଦାବି ନେଇ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରିଲେ ଅଙ୍ଗନଓ୍ବାଡି କର୍ମୀ: ଦେଲେ ଚେତାବନୀ, ସମାଧାନ ନ ହେଲେ…

ବରଗଡ଼,୨୨।୧୨(ପ୍ରେମାନନ୍ଦ ଖମାରୀ): ସୋମବାର ପଶ୍ଚିମ ଓଡ଼ିଶା ଅଙ୍ଗନଓ୍ବାଡି କର୍ମୀ ଓ ସହାୟିକା ସଂଘ ନେତୃତ୍ୱରେ ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି।...

ସ୍ପୋର୍ଟ୍ସ କ୍ୟାପିଟାଲରୁ ଟ୍ରେନ୍ ଟଏଲଟ୍: ଓଡ଼ିଶା ଖେଳାଳିଙ୍କ କଦର୍ଯ୍ୟ ଯାତ୍ରାକୁ ନେଇ ସାରା ଦେଶରେ ହଇଚଇ

ଭୁବନେଶ୍ୱର,୨୨।୧୨: ଓଡ଼ିଶାର କ୍ରୀଡ଼ା ଭବିଷ୍ୟତ କୁହାଯାଉଥିବା ଯୁବ କୁସ୍ତି ପ୍ରତିଭାମାନଙ୍କ ଅପମାନଜନକ ଯାତ୍ରାର ଏକ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଉତ୍ତରପ୍ରଦେଶର...

ସୃଷ୍ଟି ହେଲା ୨୪ ନୂଆ NAC , ୫ ମ୍ୟୁନିସିପାଲିଟି: ଯୋଡି ହେବ ଏସବୁ ଅଞ୍ଚଳ

ଭୁବନେଶ୍ୱର,୨୨।୧୨: ୨୪ ନୂଆ NAC ଓ ୫ ମ୍ୟୁନିସିପାଲିଟି ନେଇ ସୋମବାର ସରକାରୀ ବିଜ୍ଞପ୍ତି ପ୍ରକାଶ ପାଇଛି। ୧୪ ଜିଲାରେ ୨୪ ନୂଆ NAC ନେଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri