ଅପରାହ୍ନ ୫ଟାରୁ ରାତି ୯ଟା ଯାଏ ବନ୍ଦ ରହିବ ସାଧାରଣ ଦର୍ଶନ

ପୁରୀ ଅଫିସ,୨୩।୨: ଆଜି ଶ୍ରୀମନ୍ଦିରରେ ଚତୁର୍ଦ୍ଧା ବିଗ୍ରହଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ । ଦତ୍ତ ମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ। ହିଙ୍ଗୁଳ, ହରିତାଳ, ଶଙ୍ଖ,କସ୍ତୁରୀ ଓ କଳା ଓ ପ୍ରାକୃତିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବ। ବନକଲାଗି ନୀତି ପାଇଁ ଅପରାହ୍ନ ୫ଟାରୁ ରାତି ୯ଟା ଯାଏ ୪ ଘଣ୍ଟା ବନ୍ଦ ରହିବ ସାଧାରଣ ଦର୍ଶନ। ଏ ନେଇ ଶ୍ରୀମନ୍ଦିର କାର୍ଯ୍ୟାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।