୩ ଦିନ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ

ପୁରୀ ଅଫିସ, ୧୪ା୧୧: ଚଳିତମାସ ୧୪, ୧୫ ଓ ୧୯ ତାରିଖରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବ। ଏ ନେଇ ଶନିବାର ଉପଜିଲାପାଳ ଭବତାରଣ ସାହୁ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ, ଶ୍ରୀମନ୍ଦିର ପ୍ରଶାସନର ପୂର୍ବ ଏସ୍‌ଓପି ଅନୁଯାୟୀ ପ୍ରତି ରବିବାର ଭଳି ୧୪ ତାରିଖ ରବିବାର ସାଧାରଣ ଦର୍ଶନ ବନ୍ଦ ରହିବ। ଏହିଦିନ ଶ୍ରୀମନ୍ଦିର ପରିସର ଓ ବାହାର ଅଞ୍ଚଳ ବିଶୋଧନ କରାଯିବ। ସେହିପରି ୧୫ ତାରିଖରେ ବଡ଼ ଏକାଦଶୀ ପଡୁଥିବାରୁ ମହାପ୍ରଭୁଙ୍କ ଲକ୍ଷ୍ମୀନାରାୟଣ ବେଶ ଅନୁଷ୍ଠିତ ହେବ। ସେହିପରି ୧୯ ତାରିଖରେ କାର୍ତ୍ତିକ ପୂର୍ଣ୍ଣିମା ଦିନ ମଧ୍ୟ ସାଧାରଣ ଦର୍ଶନ ବନ୍ଦ ରହିବ। ଉକ୍ତ ଦୁଇଦିନ ଶ୍ରୀମନ୍ଦିରରେ ଭକ୍ତଙ୍କ ପ୍ରବଳ ସମାଗମ ହେବାର ସମ୍ଭାବନା ରହିଛି। ତେଣୁ କରୋନା କଟକଣା ଦୃଷ୍ଟିରୁ ଭିଡ଼ ଏଡ଼ାଇବା ପାଇଁ ସାଧାରଣ ଦର୍ଶନ ବନ୍ଦ ରଖାଯିବ। ଚଳିତବର୍ଷ ମହାପ୍ରଭୁଙ୍କ ନାର୍ଗାଜୁନ ବେଶ ପଡୁଥିବା ବିଭିନ୍ନ କ୍ୟାଲେଣ୍ଡରରେ ସୂଚନା ଦିଆଯାଇଛି, ଯାହାକୁ ନେଇ ଭକ୍ତମାନେ ଦ୍ୱନ୍ଦ୍ୱରେ ପଡୁଛନ୍ତି। ମାତ୍ର ଚଳିତ ବର୍ଷ ନାଗାର୍ଜୁନ ବେଶ ପଡ଼ୁ ନ ଥିବା ଗବେଷକମାନେ ମତ ଦେଇଛନ୍ତି। ପୂର୍ବରୁ ମଧ୍ୟ ଏ ନେଇ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଥିଲା। ପରମ୍ପରା ଅନୁଯାୟୀ ପଞ୍ଚକ ପାଞ୍ଚ ଦିନରେ ମହାପ୍ରଭୁଙ୍କର ବେଶ ଅନୁଷ୍ଠିତ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଭଞ୍ଜନଗର ବାର୍‌ ଆସୋସିଏଶନ ନିର୍ବାଚନ: ସଭାପତି ଭାବେ ନିର୍ବାଚିତ ହେଲେ ସନ୍ତୋଷ ନାୟକ, ଧୀରେନ ସ୍ବାଇଁ…

ଭଞ୍ଜନଗର,୨୮।୩(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏସନ ନିର୍ବାଚନ ଶନିବାର ସରିଛି। ଏଥିରେ ସଭାପତି ଭାବେ ସନ୍ତୋଷ ନାୟକ ନିର୍ବାଚିତ ହୋଇଛନ୍ତି । ଏଥିସହ ସାଧାରଣ ସମ୍ପାଦକ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା…

ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ: ଭୀଷ୍ମଦେବ ପୁଣି ସଭାପତି, ସମ୍ପାଦକ ଭାବେ ନିର୍ବାଚିତ ହେଲେ…

ବରଗଡ଼,୨୮।୩(ପ୍ରେମାନନ୍ଦ ଖମାରୀ) – ବରଗଡ଼ ଜିଲା ଓକିଲ ସଂଘ ନିର୍ବାଚନ ଫଳାଫଳ ପ୍ରକାଶ ପାଇଛି । ଏଥିରେ ଭୀଷ୍ମଦେବ ସରାଫ ପୁଣିଥରେ ସଭାପତି ନିର୍ବାଚିତ ହୋଇଛନ୍ତି। ସେହିପରି…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ…

ସରିଲା ଓକିଲ ସଂଘ ନିର୍ବାଚନ: ବାଜି ମାରିଲେ ହୃଦୟରଞ୍ଜନ-ସନ୍ତୋଷ

ଦିଗପହଣ୍ଡି,୨୮ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦଗିଗପହଣ୍ଡିସ୍ଥିତ ଖେମୁଣ୍ଡି ଓକିଲ ସଂଘର ନିର୍ବାଚନ ଶନିବାର ଶାନ୍ତିପୂର୍ଣ୍ଣ ଭାବେ ସରିଛି। ଓକିଲ ସଂଘର ସଭାପତି ଭାବେ ହୃଦୟରଞ୍ଜନ ମେକାପ…

ସୁଭଦ୍ରାକୁ ନେଇ ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା: ଏପ୍ରିଲ ୧ରୁ ନୂଆ ଆବେଦନ, ଏଥିରେ ସାମିଲ ହେବେ…

ଭୁବନେଶ୍ୱର,୨୮ା୩: ସୁଭଦ୍ରା ଯୋଜନାକୁ ନେଇ ସରକାର ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଏପ୍ରିଲ ୧ରୁ ନୂଆ ସୁଭଦ୍ରା ପଞ୍ଜୀକରଣ ଆରମ୍ଭ ହେବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri