Posted inଜାତୀୟ

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ଜମି ବିକ୍ରି ମାମଲା

ନୂଆଦିଲ୍ଲୀ, ୨୬ା୩: ଶ୍ରୀମନ୍ଦିର ଜମି ବିକ୍ରି କରିବାକୁ ନେଇ ରାଜ୍ୟ ସରକାର ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାକୁ ବିରୋଧ କରି ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଜନ ସ୍ବାଭିମାନ ଓ୍ବେଲ୍‌ଫେୟାର ସୋସାଇଟି
ପକ୍ଷରୁ ଦାଖଲ କରାଯାଇଥିବା ମାମଲାରେ କେନ୍ଦ୍ର, ରାଜ୍ୟ ସରାକର ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ପକ୍ଷଭୁକ୍ତ କରାଯାଇଛି। ଜମି ବିକ୍ରିକୁ ବନ୍ଦ କରିବା ସହ ଶ୍ରୀମନ୍ଦିର ପ୍ରଶାସନକୁ ଭାଙ୍ଗିବା ଏବଂ ଜଗନ୍ନାଥ ମହାପ୍ରଭୁଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନିକ ବ୍ୟବସ୍ଥାକୁ ପରିଚାଳନା ଲାଗି ଏକ ଅନ୍ତରୀଣ ଜୁଡିସିଆଲ୍‌ କମିଟି ଗଠନ ନିମନ୍ତେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବାକୁ ସ୍ବାଭିମାନ ଓ୍ବେଲଫେୟାର ପକ୍ଷରୁ ଆଇନଜୀବୀ ଶଶାଙ୍କ ଶେଖର ଜୈନ ଆବେଦନରେ ଅନୁରୋଧ କରିଛନ୍ତି। ଏଥିସହିତ ଶ୍ରୀଜଗନ୍ନାଥଙ୍କ ପୂଜା କରୁଥିବା ବ୍ୟକ୍ତିବିଶେଷ ବା ନିଯୋଗର ସଦସ୍ୟଙ୍କ ନିମନ୍ତେ କେବଳ ମହାପ୍ରଭୁଙ୍କ ସମ୍ପତ୍ତିକୁ ନେଇ ସାମୟିକ ବା ସ୍ଥାୟୀ ସମାଧାନ କରିବାକୁ ପ୍ରତିପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ଆବେଦନରେ କୁହାଯାଇଛି। ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତିକୁ ଅନୁଧ୍ୟାନ କରିବାକୁ ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ବିଚାର ବିଭାଗୀୟ କମିଶନ ଗଠନ କରିବାକୁ ମଧ୍ୟ ଆବେଦନରେ ପ୍ରାର୍ଥନା କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୩୫ହଜାର ଏକର ଜମି ବିକ୍ରି କରିବାକୁ ଯୋଜନା କରାଯାଉଛି ବୋଲି ଗତ ୧୬ ତାରିଖରେ ବିଧାନସଭାରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଭାଜପା ବିଧାୟକ ମୋହନ ଚରଣ ମାଝିଙ୍କ ଏକ ପ୍ରଶ୍ନର ଉତ୍ତରରେ ପ୍ରକାଶ କରିଥିଲେ। ଏନେଇ ଧରିତ୍ରୀରେ ଏକ ସବିଶେଷ ରିପୋର୍ଟ ପ୍ରକାଶ ପାଇଥିଲା। ଜମି ବିକ୍ରି ନିଷ୍ପତ୍ତିକୁ ନେଇ ବିଭିନ୍ନ ମହଲରୁ କଡ଼ା ସମାଲୋଚନାର ଶିକାର ହେବା ପରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଇନ ମନ୍ତ୍ରୀ ବିଧାନସଭାରେ ଦେଇଥିବା ଉତ୍ତରକୁ ବିରୋଧ କରି ଏକ ପ୍ରତିବାଦ ଦିଆଯାଇଥିଲା। ଏହା ଉଦ୍ଦେଶ୍ୟ ପ୍ରଣୋଦିତ ଓ ଅସତ୍ୟ ବୋଲି କୁହାଯାଇଥିଲା। ଦୀର୍ଘ ବର୍ଷ ଧରି ବିଭିନ୍ନ ବ୍ୟକ୍ତି ମହାପ୍ରଭୁଙ୍କ ଜମିକୁ ନିଜ ଅକ୍ତିଆରରେ ରଖିଛନ୍ତି। ସେଗୁଡ଼ିକ ୟୁନିଫାଏଡ୍‌ ପଲିସି ଅନୁଯାୟୀ ମନ୍ଦିର କମିଟି ଦ୍ୱାରା ୨୦୦୩ରେ ସ୍ଥିର କରାଯାଇଥିଲା। ତେବେ ୨୦୦୧ରୁ ୨୦୧୦ ମଧ୍ୟରେ ୨୯୧ ଏକର ଏବଂ ୨୦୧୧ରୁ ୨୦୨୧ ମଧ୍ୟରେ ୯୬ ଏକର ଜମି ସର୍ବସାଧାରଣଙ୍କ ଉପକାର ପାଇଁ ସ୍କୁଲ, ମେଡିକାଲ କଲେଜ, ରାସ୍ତା ଇତ୍ୟାଦି ନିର୍ମାଣ ସକାଶେ ବ୍ୟବସ୍ଥା କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଥିଲେ। ମନ୍ତ୍ରୀ ଏବଂ ମନ୍ଦିର ପ୍ରଶାସନଙ୍କ ୨ପ୍ରକାର କଥା ଦ୍ୱନ୍ଦ୍ୱ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେବା ପରେ ଆସିଲା ନୀତୀଶଙ୍କ ପ୍ରତିକ୍ରିୟା, ଭାବପ୍ରବଣ ହୋଇ ଲେଖିଲେ ଏମିତି…

ପାଟନା,୧୪।୪: ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ଲୋକଭବନ ଯାଇ ରାଜ୍ୟପାଳଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। ତେବେ ନୀତୀଶଙ୍କ ଇସ୍ତଫା ପରେ ପାଟନାରୁ ଦିଲ୍ଲୀର…

ଯୁଦ୍ଧ ଉତ୍ତେଜନା ଭିତରେ ଭାରତ-ଚାଇନା ମୁହାଁମୁହିଁ, ସୀମାରେ ହଲଚଲ!

ନୂଆଦିଲ୍ଲୀ,୧୪।୪: ଅରୁଣାଚଳ ପ୍ରଦେଶର ସ୍ଥାନଗୁଡ଼ିକୁ କାଳ୍ପନିକ ନାମ ଦେବା ବିରୋଧରେ ଭାରତର ପ୍ରତିବାଦ ପରେ, ଚାଇନା ମଙ୍ଗଳବାର (୧୪ ଏପ୍ରିଲ, ୨୦୨୬) ଆଉ ଏକ ଆପତ୍ତିଜନକ ବିବୃତ୍ତି…

ବିହାରରେ ‘ନୀତୀଶ ଯୁଗ’ ଶେଷ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା , କିଏ ହେବେ ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ?

ପାଟନା,୧୪।୪: ଆଜି ବିହାର ରାଜନୀତିରେ ଏକ ଐତିହାସିକ ଯୁଗର ଅନ୍ତ ହୋଇଛି। ନୀତୀଶ କୁମାର ମୁଖ୍ୟମନ୍ତ୍ରୀ ପଦରୁ ଇସ୍ତଫା ଦେଇଛନ୍ତି। ସେ ରାଜ୍ୟପାଳଙ୍କୁ ତାଙ୍କ ଇସ୍ତଫାପତ୍ର ପ୍ରଦାନ…

ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କେନ୍ଦୁ ଗଣ୍ଡି କାଠ, ଖବରପାଇ ଅଚାନକ ଚଢାଉ କଲା ବନବିଭାଗ, ମିଳିଲା ଏତେ ମୂଲ୍ୟର…

ବଲାଙ୍ଗୀର,୧୪।୪ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବନ ଖଣ୍ଡ ବିଭାଗ ପକ୍ଷରୁ ସିନଖମନ ଗାଁ ନିକଟରେ ଚଢ଼ାଉ କରି ଲକ୍ଷାଧିକ ଟଙ୍କାର ମୂଲ୍ୟବାନ କେନ୍ଦୁ ଗଣ୍ଡି କାଠ…

ସରିଲା ମା’ ଦଣ୍ଡ କାଳୀଙ୍କ ୨୧ ଦିନିଆ ଯାତ୍ରା, ଅଗ୍ନି କୁଣ୍ଡରେ ଓଲଟା ଝୁଲିଲେ ପାଟ ଭୂକ୍ତା

ପୁରୁଷୋତ୍ତମପୁର,୧୪।୪(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ମା’ ଦଣ୍ଡ କାଳୀଙ୍କ ଯାତ୍ରା ମଙ୍ଗଳବାର ମେଷ ସଂକ୍ରାନ୍ତି ବା ମେରୁ ଯାତ୍ରାରେ ଉଦ୍‌ଯାପିତ ହୋଇଛି । ଏନେଇ ପୁରୁଷୋତ୍ତମପୁର…

କିଏ ସେହି ସମ୍ରାଟ ଚୌଧୁରୀ, ଯିଏ ହେବେ ବିହାରର ଆଗାମୀ ମୁଖ୍ୟମନ୍ତ୍ରୀ: ୧୯ ବର୍ଷ ବୟସରୁ ହୋଇଥିଲେ ମନ୍ତ୍ରୀ

ପାଟନା,୧୪।୪: ବିହାରରେ ଏକ ନୂତନ ରାଜନୈତିକ ଯୁଗ ଆରମ୍ଭ ହେବାକୁ ଯାଉଛି। ରାଜ୍ୟକୁ ଏହାର ନୂତନ ମୁଖ୍ୟମନ୍ତ୍ରୀ ମିଳିଛି। ସମ୍ରାଟ ଚୌଧୁରୀଙ୍କ ନାମ ଚୂଡ଼ାନ୍ତ ହୋଇଛି। ସମ୍ରାଟ…

ଗାଁ ଗାଁରେ ସଚେତନ ପାଇଁ ଅଣ୍ଟା ଭିଡ଼ିଲେ ଅଗ୍ନିଶମ କର୍ମଚାରୀ, କହିଲେ-ନିଆଁ ଲିଭାଇବା ପାଇଁ ବ୍ୟବହାର କରିବେ ଏହି ଟ୍ରିକ୍‌

ଦାରିଙ୍ଗବାଡି, ୧୪ ।୪ (ଅରୁଣ ସାହୁ ): ଜାତୀୟ ଅଗ୍ନିଶମ ସେବା ସପ୍ତାହ ଅବସରରେ ଦାରିଙ୍ଗବାଡି ଅଗ୍ନିଶମ ବିଭାଗ ପକ୍ଷରୁ ମଙ୍ଗଳବାର ଗାଁ ଗାଁରେ ସଚେତନ ପାଇଁ…

ଏମିତି କଥା କହିଲେ ଖାର୍ଗେ, ହସି ହସି ଗଡ଼ିଲେ ପ୍ରଧାନମନ୍ତ୍ରୀ ମୋଦି, ଦେଖନ୍ତୁ Video

ନୂଆଦିଲ୍ଲୀ,୧୪।୪: ଡକ୍ଟର ବି.ଆର. ଆମ୍ବେଦକରଙ୍କ ୧୩୫ତମ ଜନ୍ମବାର୍ଷିକୀ ଉପଲକ୍ଷେ ସଂସଦ ପରିସରରେ ପ୍ରେରଣାସ୍ଥଳରେ ଆୟୋଜିତ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖାର୍ଗେଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri