Posted inଜାତୀୟ

ସୁପ୍ରିମକୋର୍ଟରେ ଶ୍ରୀମନ୍ଦିର ଜମି ବିକ୍ରି ମାମଲା

ନୂଆଦିଲ୍ଲୀ, ୨୬ା୩: ଶ୍ରୀମନ୍ଦିର ଜମି ବିକ୍ରି କରିବାକୁ ନେଇ ରାଜ୍ୟ ସରକାର ଯେଉଁ ନିଷ୍ପତ୍ତି ନେଇଛନ୍ତି, ତାକୁ ବିରୋଧ କରି ସୁପ୍ରିମକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ ହୋଇଛି। ଜନ ସ୍ବାଭିମାନ ଓ୍ବେଲ୍‌ଫେୟାର ସୋସାଇଟି
ପକ୍ଷରୁ ଦାଖଲ କରାଯାଇଥିବା ମାମଲାରେ କେନ୍ଦ୍ର, ରାଜ୍ୟ ସରାକର ଏବଂ ଶ୍ରୀମନ୍ଦିର ପ୍ରଶାସନକୁ ପକ୍ଷଭୁକ୍ତ କରାଯାଇଛି। ଜମି ବିକ୍ରିକୁ ବନ୍ଦ କରିବା ସହ ଶ୍ରୀମନ୍ଦିର ପ୍ରଶାସନକୁ ଭାଙ୍ଗିବା ଏବଂ ଜଗନ୍ନାଥ ମହାପ୍ରଭୁଙ୍କ ପକ୍ଷରୁ ଶ୍ରୀମନ୍ଦିର ପ୍ରଶାସନିକ ବ୍ୟବସ୍ଥାକୁ ପରିଚାଳନା ଲାଗି ଏକ ଅନ୍ତରୀଣ ଜୁଡିସିଆଲ୍‌ କମିଟି ଗଠନ ନିମନ୍ତେ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେବାକୁ ସ୍ବାଭିମାନ ଓ୍ବେଲଫେୟାର ପକ୍ଷରୁ ଆଇନଜୀବୀ ଶଶାଙ୍କ ଶେଖର ଜୈନ ଆବେଦନରେ ଅନୁରୋଧ କରିଛନ୍ତି। ଏଥିସହିତ ଶ୍ରୀଜଗନ୍ନାଥଙ୍କ ପୂଜା କରୁଥିବା ବ୍ୟକ୍ତିବିଶେଷ ବା ନିଯୋଗର ସଦସ୍ୟଙ୍କ ନିମନ୍ତେ କେବଳ ମହାପ୍ରଭୁଙ୍କ ସମ୍ପତ୍ତିକୁ ନେଇ ସାମୟିକ ବା ସ୍ଥାୟୀ ସମାଧାନ କରିବାକୁ ପ୍ରତିପକ୍ଷଙ୍କୁ ନିର୍ଦ୍ଦେଶ ଦେବାକୁ ଆବେଦନରେ କୁହାଯାଇଛି। ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତିକୁ ଅନୁଧ୍ୟାନ କରିବାକୁ ସୁପ୍ରିମକୋର୍ଟର ଅବସରପ୍ରାପ୍ତ ବିଚାରପତିଙ୍କ ଅଧ୍ୟକ୍ଷତାରେ ଏକ ବିଚାର ବିଭାଗୀୟ କମିଶନ ଗଠନ କରିବାକୁ ମଧ୍ୟ ଆବେଦନରେ ପ୍ରାର୍ଥନା କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଥିବା ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ୩୫ହଜାର ଏକର ଜମି ବିକ୍ରି କରିବାକୁ ଯୋଜନା କରାଯାଉଛି ବୋଲି ଗତ ୧୬ ତାରିଖରେ ବିଧାନସଭାରେ ଆଇନ ମନ୍ତ୍ରୀ ପ୍ରତାପ ଜେନା ଭାଜପା ବିଧାୟକ ମୋହନ ଚରଣ ମାଝିଙ୍କ ଏକ ପ୍ରଶ୍ନର ଉତ୍ତରରେ ପ୍ରକାଶ କରିଥିଲେ। ଏନେଇ ଧରିତ୍ରୀରେ ଏକ ସବିଶେଷ ରିପୋର୍ଟ ପ୍ରକାଶ ପାଇଥିଲା। ଜମି ବିକ୍ରି ନିଷ୍ପତ୍ତିକୁ ନେଇ ବିଭିନ୍ନ ମହଲରୁ କଡ଼ା ସମାଲୋଚନାର ଶିକାର ହେବା ପରେ ଗୁରୁବାର ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ କାର୍ଯ୍ୟାଳୟ ପକ୍ଷରୁ ଆଇନ ମନ୍ତ୍ରୀ ବିଧାନସଭାରେ ଦେଇଥିବା ଉତ୍ତରକୁ ବିରୋଧ କରି ଏକ ପ୍ରତିବାଦ ଦିଆଯାଇଥିଲା। ଏହା ଉଦ୍ଦେଶ୍ୟ ପ୍ରଣୋଦିତ ଓ ଅସତ୍ୟ ବୋଲି କୁହାଯାଇଥିଲା। ଦୀର୍ଘ ବର୍ଷ ଧରି ବିଭିନ୍ନ ବ୍ୟକ୍ତି ମହାପ୍ରଭୁଙ୍କ ଜମିକୁ ନିଜ ଅକ୍ତିଆରରେ ରଖିଛନ୍ତି। ସେଗୁଡ଼ିକ ୟୁନିଫାଏଡ୍‌ ପଲିସି ଅନୁଯାୟୀ ମନ୍ଦିର କମିଟି ଦ୍ୱାରା ୨୦୦୩ରେ ସ୍ଥିର କରାଯାଇଥିଲା। ତେବେ ୨୦୦୧ରୁ ୨୦୧୦ ମଧ୍ୟରେ ୨୯୧ ଏକର ଏବଂ ୨୦୧୧ରୁ ୨୦୨୧ ମଧ୍ୟରେ ୯୬ ଏକର ଜମି ସର୍ବସାଧାରଣଙ୍କ ଉପକାର ପାଇଁ ସ୍କୁଲ, ମେଡିକାଲ କଲେଜ, ରାସ୍ତା ଇତ୍ୟାଦି ନିର୍ମାଣ ସକାଶେ ବ୍ୟବସ୍ଥା କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କହିଥିଲେ। ମନ୍ତ୍ରୀ ଏବଂ ମନ୍ଦିର ପ୍ରଶାସନଙ୍କ ୨ପ୍ରକାର କଥା ଦ୍ୱନ୍ଦ୍ୱ ସୃଷ୍ଟି କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?