ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ସମ୍ପନ୍ନ

ପୁରୀ ଅଫିସ,୧୭।୮: ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀତିଥି ମଙ୍ଗଳବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସୁନା ରାହୁରେଖା ଲାଗି ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ଦଇତାପତି ସେବକମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ରାହୁରେଖା ଲାଗି କରିଛନ୍ତି। ଏଥିପାଇଁ ନୀତି ସମୟରେ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ଶ୍ରୀମନ୍ଦିରରେ ଭୋଗମଣ୍ଡ ନୀତି ସମ୍ପନ୍ନ ପରେ ପାଳିଆ ପୁଷ୍ପାଳକ ସେବକମାନେ ରନତ୍ସିଂହାସନ ଉପରକୁ ଉଠି ଠାକୁରଙ୍କ ଝୋବାକଣ୍ଠି ମଇଲମ କରିଥିଲେ। ପରେ ମହାଜନ ସେବକ ଶ୍ରୀଦେବୀ, ଭୂଦେବୀଙ୍କୁ ଖଟଶେଜ ଘରକୁ ବିଜେ କରାଇଥିଲେ। ଶୁଦ୍ଧସୁଆରମାନେ ରନତ୍ସିଂହାସନ ତଳେ ଓଷୁଅ ପ୍ରସ୍ତୁତ କରିଥିଲେ। ଅପରାହ୍ନ ପ୍ରାୟ ୨ଟା ୨୦ରେ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ପରେ ଦଇତାପତି ସେବକମାନେ ୩ଟାରେ ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କୁ ରାହୁରେଖା ଲାଗି ସମସ୍ତ ନୀତିକାନ୍ତି ଅନୁଯାୟୀ ରାହୁରେଖା ଲାଗି ପ୍ରସ୍ତୁତ ହୋଇଥିଲେ। ପରେ ସବୁ ନୀତିକାନ୍ତି ହୋଇ ସମସ୍ତ ଦଇତାପତି ମିଶି ଶୁଦ୍ଧସୁଆରଙ୍କଠାରୁ ଓଷୁଅ ଓ ଚାଙ୍ଗଡ଼ା ମେକାପଙ୍କଠାରୁ ବଇତମ (ସଫା କନା) ନେଇ ଠାକୁରଙ୍କ ଶ୍ରୀମୁଖରେ ରାହୁରେଖା ଲାଗି କରିଥିଲେ। ନୀତି ସମ୍ପନ୍ନ ହେବା ପରେ ଦଇତାପତି ସେବକମାନେ ଶ୍ରୀମନ୍ଦିରୁ ସନ୍ଧ୍ୟା ୬ଟା ୪୦ରେ ପ୍ରସ୍ଥାନ କରିଥିଲେ। ଏହାପରେ ରନତ୍ସିଂହାସନ ପୋଛା ମରାଯାଇ ମହାସ୍ନାନ ନୀତି ସମ୍ପନ୍ନ ହୋଇଥିଲା। ସୂଚନାଯୋଗ୍ୟ, ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଜ୍ୱରରେ ପଡ଼ିବା ପରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା। ଚିତାଲାଗି ଅମାବାସ୍ୟାରେ ରତ୍ନ ଚିତା ଲାଗି କରାଯାଇଥିବା ବେଳେ ଓ ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀରେ ରାହୁରେଖା ଲାଗି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଏପ୍ରିଲ ୨୦ରେ ଐତିହାସିକ ଚନ୍ଦନ ଯାତ୍ରା, ଠାକୁରଙ୍କ ନୌବିହାର ପାଇଁ ଆସିଲା ଡ଼ଙ୍ଗା

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ ): ଗଞ୍ଜାମ ଏନଏସି ଅନ୍ତର୍ଗତ କରଣ ସାହି ସ୍ଥିତ ଶ୍ରୀଶ୍ରୀ ମଦନ ମୋହନ ଗୋପାଳ ସ୍ୱାମୀଙ୍କ ପୀଠରେ ଚଳିତ ମାସ ରୁ ଆରମ୍ଭ ହେବ…

ମୁହାଁମୁହିଁ ଧକ୍କା ହୋଇ ଓଲଟିପଡିଲା ଅଟୋ, ଦୁଇ ଯାତ୍ରୀ….

ନନ୍ଦପୁର,୨।୪(ତୁଷାର କାନ୍ତ ମହାନ୍ତି): ନନ୍ଦପୁର ହାଣ୍ଡିପୁଟ ସଂଯୋଗୀ ଏମଡିଆର ୫୫ ରାସ୍ତାର ହିକିମପୁଟ-ମାରଡା ଛକ ମଧ୍ୟରେ ଗୁରୁବାର ସକାଳେ ଏପି୩୯ ଟିଏମ ୦୦୬୫ ଓ ଓଡ଼ି ୧୦…

ନଦୀକୁ ଡେଇଁ କରୁଥିଲେ ରିଲସ, ପାଣିରେ ବୁଡ଼ି ଯୁବକ….

ଭଦ୍ରକ,୨।୪(ସନାତନ ରାଉତ): ରିଲସ କରିବା ହେଲା କାଳ । ଗୁରୁବାର ଭଦ୍ରକ ପୁରୁଣା ବଜାର ଥାନା ସଂଥିଆ ପୋଲ ଉପରୁ ସାଳନ୍ଦୀ ନଦୀକୁ ଡେଇଁ ୨ ଯୁବକ…

ଫିଲ୍ମ ଷ୍ଟାଇଲ୍‌ରେ ଗୋରୁ ଗାଡ଼ିକୁ ୧୨ କିଲୋମିଟର ଗୋଡ଼ାଇ ଗୋଡ଼ାଇ ଶେଷରେ ପୋଲିସ…

ପରଜଙ୍ଗ,୨ା୪(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଥାନା ସାଆନ୍ଦା ଫାଣ୍ଡି ପୋଲିସ ଫିଲ୍ମ ଷ୍ଟାଇଲରେ ପ୍ରାୟ ୧୨ କିଲୋମିଟର ରାସ୍ତା ଗୋଡ଼ାଇ ଗୋଡ଼ାଇ ଗୋରୁ ଗାଡ଼ି ଧରିବାରେ…

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri