ଶ୍ରୀମନ୍ଦିରରେ ରାହୁରେଖା ଲାଗି ନୀତି ସମ୍ପନ୍ନ

ପୁରୀ ଅଫିସ,୧୭।୮: ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀତିଥି ମଙ୍ଗଳବାର ଅବସରରେ ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ସୁନା ରାହୁରେଖା ଲାଗି ନୀତି ସମ୍ପନ୍ନ ହୋଇଛି। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତନୀତି ମଧ୍ୟରେ ଏହି ନୀତି ଅନ୍ୟତମ। ମହାପ୍ରଭୁଙ୍କ ଶ୍ରୀଅଙ୍ଗଲାଗି ଦଇତାପତି ସେବକମାନେ ମହାପ୍ରଭୁଙ୍କ ଶ୍ରୀଅଙ୍ଗରେ ରାହୁରେଖା ଲାଗି କରିଛନ୍ତି। ଏଥିପାଇଁ ନୀତି ସମୟରେ ଅପରାହ୍ନ ୨ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିଥିଲା। ଶ୍ରୀମନ୍ଦିରରେ ଭୋଗମଣ୍ଡ ନୀତି ସମ୍ପନ୍ନ ପରେ ପାଳିଆ ପୁଷ୍ପାଳକ ସେବକମାନେ ରନତ୍ସିଂହାସନ ଉପରକୁ ଉଠି ଠାକୁରଙ୍କ ଝୋବାକଣ୍ଠି ମଇଲମ କରିଥିଲେ। ପରେ ମହାଜନ ସେବକ ଶ୍ରୀଦେବୀ, ଭୂଦେବୀଙ୍କୁ ଖଟଶେଜ ଘରକୁ ବିଜେ କରାଇଥିଲେ। ଶୁଦ୍ଧସୁଆରମାନେ ରନତ୍ସିଂହାସନ ତଳେ ଓଷୁଅ ପ୍ରସ୍ତୁତ କରିଥିଲେ। ଅପରାହ୍ନ ପ୍ରାୟ ୨ଟା ୨୦ରେ ଶ୍ରୀମନ୍ଦିର ଜୟ ବିଜୟ ଦ୍ୱାର ବନ୍ଦ କରାଯାଇଥିଲା। ପରେ ଦଇତାପତି ସେବକମାନେ ୩ଟାରେ ଗର୍ଭଗୃହକୁ ପ୍ରବେଶ କରି ମହାପ୍ରଭୁଙ୍କୁ ରାହୁରେଖା ଲାଗି ସମସ୍ତ ନୀତିକାନ୍ତି ଅନୁଯାୟୀ ରାହୁରେଖା ଲାଗି ପ୍ରସ୍ତୁତ ହୋଇଥିଲେ। ପରେ ସବୁ ନୀତିକାନ୍ତି ହୋଇ ସମସ୍ତ ଦଇତାପତି ମିଶି ଶୁଦ୍ଧସୁଆରଙ୍କଠାରୁ ଓଷୁଅ ଓ ଚାଙ୍ଗଡ଼ା ମେକାପଙ୍କଠାରୁ ବଇତମ (ସଫା କନା) ନେଇ ଠାକୁରଙ୍କ ଶ୍ରୀମୁଖରେ ରାହୁରେଖା ଲାଗି କରିଥିଲେ। ନୀତି ସମ୍ପନ୍ନ ହେବା ପରେ ଦଇତାପତି ସେବକମାନେ ଶ୍ରୀମନ୍ଦିରୁ ସନ୍ଧ୍ୟା ୬ଟା ୪୦ରେ ପ୍ରସ୍ଥାନ କରିଥିଲେ। ଏହାପରେ ରନତ୍ସିଂହାସନ ପୋଛା ମରାଯାଇ ମହାସ୍ନାନ ନୀତି ସମ୍ପନ୍ନ ହୋଇଥିଲା। ସୂଚନାଯୋଗ୍ୟ, ଦେବସ୍ନାନ ପୂର୍ଣ୍ଣିମାରେ ୧୦୮ ଗରା ଜଳରେ ସ୍ନାନ କରି ଜ୍ୱରରେ ପଡ଼ିବା ପରେ ଶ୍ରୀବିଗ୍ରହଙ୍କ ଶ୍ରୀମୁଖରୁ ରାହୁରେଖାକୁ କାଢି ଦିଆଯାଇଥିଲା। ଚିତାଲାଗି ଅମାବାସ୍ୟାରେ ରତ୍ନ ଚିତା ଲାଗି କରାଯାଇଥିବା ବେଳେ ଓ ଭାଦ୍ରବ କୃଷ୍ଣପକ୍ଷ ପଞ୍ଚମୀରେ ରାହୁରେଖା ଲାଗି କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

କଳାହାଣ୍ଡି ଉତ୍ସବ ଲାଗି ପ୍ରସ୍ତୁତି ବୈଠକକୁ ନେଇ ପ୍ରଶ୍ନବାଚୀ: ଅନୁପସ୍ଥିତ ରହିଲେ ଉପରିସ୍ଥ ଅଧିକାରୀ, ଜାନୁଆରୀ ୯ରେ…

ଥୁଆମୂଳ ରାମପୁର,୩୦।୧୨(ଦୁର୍ଗା କୀର୍ତ୍ତି): ଆସନ୍ତା ୨୮ତମ କଳାହାଣ୍ଡି ଉତ୍ସବ ’ଘୁମୁରା-୨୦୨୬’ ଅବସରରେ ମାହୁଲପାଟଣା ସ୍ଥିତ ଇନ୍ଦ୍ରାବତୀ ଜଳଭଣ୍ଡାରର କେନ୍ଦୁଗୁଡ଼ା ଘାଟଠାରେ ଆୟୋଜିତ ହେବାକୁ ଥିବା ପାରମ୍ପରିକ...

ରାସ୍ତାକଡ଼ରେ ପଡ଼ିଛି ନବଜାତ ଶିଶୁପୁତ୍ରର ମୃତଦେହ, କିଏ-କାହିଁକି ଫିଙ୍ଗି…

ରାୟଗଡ଼ା,୩୦।୧୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହର ମହିଳା ମହାବିଦ୍ୟାଳୟ ପାର୍ଶ୍ୱ ଗଳିରେ ରିଙ୍ଗ ରୋଡକୁ ସଂଯୋଗ କରୁଥିବା ରାସ୍ତାକଡ଼ରେ ଏକ ନବଜାତ ଶିଶୁପୁତ୍ର ମୃତଦେହ ପଡ଼ିଥିବା...

ପ୍ରଭାକର ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ; ଦାରିଙ୍ଗିବାଡି ଭଲିବଲ ଟିମ୍ ବିଜୟୀ

ଦିଗପହଣ୍ଡି, ୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟ ର ତୃତୀୟ ଦିବସ ମଙ୍ଗଳବାର...

ଭଲିବଲ ଟୁର୍ନାମେଣ୍ଟ: ସେମିଫାଇନାଲରେ ଦାରିଙ୍ଗିବାଡ଼ି

ଦିଗପହଣ୍ଡି,୩୦।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ମିନି ଷ୍ଟାଡିୟମରେ ସ୍ବର୍ଗତ ବି.ପ୍ରଭାକର ରେଡ୍ଡୀ ସ୍ମାରକୀ ଭଲିବଲ ଟୁର୍ନାମେଣ୍ଟର ତୃତୀୟ ଦିବସ ମଙ୍ଗଳବାର କ୍ୱାର୍ଟର ଫାଇନାଲ...

ମୁଜାଗଡ଼ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟ, ସାନକୋଦଣ୍ଡାକୁ ହରାଇ ବୋଇରାଣୀ ଚାମ୍ପିୟନ

ଭଞ୍ଜନଗର,୩୦।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ମୁଜାଗଡ଼ରେ ଆଜକୁ ଏକ ସପ୍ତାହ ଧରି ଚାଲିଥିବା ମୁଜାଗଡ କ୍ରିକେଟ୍ ଟୁର୍ଣ୍ଣାମେଣ୍ଟର ଫାଇନାଲ ମ୍ୟାଚ୍ ମଙ୍ଗଳବାର ସାନକୋଦଣ୍ଡା ଓ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri