୧୮ରୁ ୨ ଦ୍ୱାରରେ ଶ୍ରୀମନ୍ଦିର ପ୍ରବେଶ

ପୁରୀ,୧୭ା୧୦( ଅଜିତ୍‌ କୁମାର ମହାନ୍ତି): କାର୍ତ୍ତିକ ମାସକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ଦର୍ଶନ ବ୍ୟବସ୍ଥାରେ ପରିବର୍ତ୍ତନ ଆଣିଛି ଶ୍ରୀମନ୍ଦିର ପ୍ରଶାସନ। ଆସନ୍ତା ୧୮ ତାରିଖରୁ ଦୁଇଟି ଦ୍ୱାର ଅର୍ଥାତ୍‌ ସିଂହଦ୍ୱାର ଓ ପଶ୍ଚିମଦ୍ବାର ଦେଇ ଭକ୍ତମାନେ ପ୍ରବେଶ କରିପାରିବେ। ସେହିଭଳି ସିଂହଦ୍ୱାର ବ୍ୟତୀତ ଅନ୍ୟ ତିନି ଦ୍ୱାର ପଶ୍ଚିମଦ୍ୱାର, ଉତ୍ତରଦ୍ବାର ଓ ଦକ୍ଷିଣଦ୍ବାର ଦେଇ ଭକ୍ତମାନେ ପ୍ରସ୍ଥାନ କରିବେ। ସିଂହଦ୍ୱାରରେ ପ୍ରସ୍ଥାନ ଉପରେ ସମ୍ପୂର୍ଣ୍ଣ କଟକଣା ଲଗାଯାଇଛି। କେବଳ ସେବାୟତ ଓ ସେବକଙ୍କ ପରିବାର ସଦସ୍ୟଙ୍କ ପାଇଁ ଏହି ବ୍ୟବସ୍ଥା ପ୍ରଯୁଜ୍ୟ ନୁହେଁ ବୋଲି ସାମାଜିକ ଗଣମାଧ୍ୟମରେ ଶ୍ରୀମନ୍ଦିର ପ୍ରଶାସନ ତରଫରୁ ସୂଚନା ଦିଆଯାଇଛି।

ଆସନ୍ତା ୧୮ ତାରିଖରୁ ହବିଷିଆଳିମାନେ କାର୍ତ୍ତିକ ବ୍ରତ ଆରମ୍ଭ କରି ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ରାଧାଦାମୋଦର ବେଶ ଦର୍ଶନ କରିବେ। ସେଥିପାଇଁ ଶ୍ରୀକ୍ଷେତ୍ରରେ ଲକ୍ଷାଧିକ ଭକ୍ତଙ୍କ ସମେତ ହଜାରହଜାର ହବିଷିଆଳିଙ୍କ ଭିଡ଼ ପରିଲକ୍ଷିତ ହେବ। ଭିଡକୁ ଦୃଷ୍ଟିରେ ରଖିବା ସହ ମହାପ୍ରଭୁଙ୍କ ଅନେକ ଗୁରୁତ୍ୱପୂର୍ଣ୍ଣ ନୀତିକାନ୍ତି ଥିବାରୁ ଶୃଙ୍ଖଳିତ ଦର୍ଶନ ପାଇଁ ଏଭଳି ବ୍ୟବସ୍ଥା କରାଯାଇଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସାମାଜିକ ଗଣମାଧ୍ୟମରେ କହିଛନ୍ତି। ଏହି ନିଷ୍ପତ୍ତିକୁ ସମସ୍ତେ ଗ୍ରହଣ କରିବା ସହ ଦର୍ଶନ ବ୍ୟବସ୍ଥାରେ ସମସ୍ତଙ୍କ ସହଯୋଗ କାମନା କରିଛନ୍ତି ପାଢ଼ୀ। ତେବେ ଏହି ନୂଆ ଦର୍ଶନ ବ୍ୟବସ୍ଥା କେତେଦିନ ଧରି ଚାଲିବ ସେନେଇ କୌଣସି ସ୍ପଷ୍ଟ ସୂଚନା ଶ୍ରୀମନ୍ଦିର ପ୍ରଶାସନ ତରଫରୁ ପ୍ରଦାନ କରାଯାଇନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ରାଷ୍ଟ୍ରୀୟ ମଜଦୁର କଂଗ୍ରେସର ଯୁଗ୍ମ ରାଜ୍ୟ ସମ୍ପାଦକ ହେଲେ କର୍ଣ୍ଣରାଜ

ଅମରପାଲି, ୬ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କମିରା ଗ୍ରାମର କର୍ଣ୍ଣରାଜ ପଧାନ ରାଷ୍ଟ୍ରୀୟ ମଜଦୁର କଂଗ୍ରେସ, ଓଡ଼ିଶା ଶାଖାର ଯୁଗ୍ମ ରାଜ୍ୟ ସମ୍ପାଦକ…

ବିଜେଡି, କଂଗ୍ରେସ ପୋଛିନେଲେ ସମସ୍ତ ୧୧ ଆସନ: ନିର୍ବାଚନରୁ ଦୁରେଇ ରହିଲା ଭାଜପା

ସୋନପୁର,୬।୮(ମୃତ୍ୟୁଞ୍ଜୟ ଶତପଥୀ): ସୁବର୍ଣ୍ଣପୁର ଜିଲା ଯୋଜନା କମିଟିରେ ଖାଲିଥିବା ୧୧ ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହୋଇଥିଲା। ଜିଲାର ନିର୍ବାଚିତ ଜିଲା ପରିଷଦ ସଭ୍ୟାସଭ୍ୟ ଏହି ନିର୍ବାଚନରେ…

ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ୨୦୦୦କୁ ବୃଦ୍ଧି ପାଇବ ଡାକ୍ତରୀ ସିଟ୍‌

ଭୁବନେଶ୍ୱର, ୬ା୮(ରବିନାରାୟଣ ଜେନା): ରାଜ୍ୟରେ ସ୍ବାସ୍ଥ୍ୟସେବାକୁ ଲୋକଙ୍କ ନିକଟତ୍ତର କରିବା ଏବଂ ଡାକ୍ତର ଅଭାବ ପୂରଣ କରିବାକୁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହି କ୍ରମରେ ଭାଜପା ସରକାର…

ଶ୍ରୀମନ୍ଦିର ପ୍ରଶାସନ ନାଁରେ ନକଲି ନିଯୁକ୍ତିପତ୍ର ଭାଇରାଲ

ପୁରୀ,୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପ୍ରଶାସନ ନାଁରେ ଏକ ନକଲି ନିଯୁକ୍ତିପତ୍ର ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଉକ୍ତ ଚିଠିରେ ଉଲ୍ଲେଖ ରହିଛି ଯେ, ପୁରୀ ଜିଲାର…

ଆୟୁଷ୍ମାନ୍‌ କାର୍ଡରେ କ୍ୟାନ୍‌ସର ଚିକିତ୍ସା ପାଇଁ ଆଉ ୯୧ ପ୍ୟାକେଜ ସାମିଲ

ଭୁବନେଶ୍ୱର,୬ା୮(ସୁଚିସ୍ମିତା ସାହୁ): ରାଜ୍ୟର କର୍କଟ ରୋଗୀଙ୍କୁ ଅଧିକ ଉନ୍ନତମାନର ଦେୟମୁକ୍ତ ଚିକିତ୍ସା ସୁବିଧା ଯୋଗାଇବା ଉଦ୍ଦେଶ୍ୟରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କ୍ୟାନ୍‌ସର କେୟାର ଅଭିଯାନ ଅଧୀନରେ…

ଆଜିଠୁ ମୁଖ୍ୟମନ୍ତ୍ରୀଙ୍କ ୩ ଦିନିଆ ନୂଆଦିଲ୍ଲୀ ଗସ୍ତ

ଭୁବନେଶ୍ୱର,୬।୮(ସୁନିତ୍‌ ମିଶ୍ର): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁବାରଠାରୁ ୩ଦିନିଆ ନୂଆଦିଲ୍ଲୀ ଗସ୍ତରେ ଯିବେ। ଓଡ଼ିଶା ଫୁଡ୍‌ ପ୍ରୋସେସିଂ -୨୦୨୬ ଆଣ୍ଡ ଇନ୍‌ଭେଷ୍ଟର ରୋଡ୍‌ ଶୋ କାର୍ଯ୍ୟକ୍ରମରେ…

୧୨ରେ ରାଜ୍ୟ କ୍ୟାବିନେଟ: ଏହି ପ୍ରସ୍ତାବ ଉପରେ ବାଜିପାରେ ମୋହର

ଭୁବନେଶ୍ୱର,୬ା୮(ରବିନାରାୟଣ ଜେନା): ରାଜ୍ୟର ବିକାଶକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅଗଷ୍ଟ ୧୨ରେ ରାଜ୍ୟ କ୍ୟାବିନେଟ ବୈଠକ ଅନୁଷ୍ଠିତ ହେବାକୁ ରହିଛି। ଲୋକସେବା ଭବନର ତୃତୀୟ…

ଧାରଣାରତ ମହିଳାଙ୍କୁ ପୋଲିସ ଭ୍ୟାନ୍‌ରେ ପୂରାଇ ଭଙ୍ଗାଗଲା ଘର

ବଲାଙ୍ଗୀର ଜିଲାର ଲୋୟର ସୁକ୍‌ତେଲ ପ୍ରକଳ୍ପ ପ୍ରଭାବିତ ଲୋଇସିଂହା ବ୍ଲକ ତବଲବାଞ୍ଜି ଗଁାରେ ବୁଧବାର ବିସ୍ଥାପନ ପ୍ରକ୍ରିୟା ଆରମ୍ଭ ହୋଇଛି। ଉପଯୁକ୍ତ କ୍ଷତିପୂରଣ ଏବଂ ଉଚିତ ଥଇଥାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri