ଶ୍ରୀମନ୍ଦିର ରତ୍ନବେଦି ଫଟୋ ଭାଇରାଲ୍‌

ପୁରୀ ଅଫିସ,୩୦।୫: ପୁରୀରେ କିଛିଦିନର ବ୍ୟବଧାନ ପରେ ଶ୍ରୀମନ୍ଦିରର ଭିତର ଫଟୋ ପୁଣି ଭାଇରାଲ ହୋଇଛି। ଏଥର ଶ୍ରୀମନ୍ଦିରର ଗର୍ଭ ଗୃହ ରତ୍ନତ୍ସିଂହାସନ ଫଟୋ ଭାଇରାଲ ହେବା ନେଇ ଅଭିଯୋଗ ହୋଇଛି। ଖବର ପ୍ରଚାରିତ ହେବା ପରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ନୀତି ପ୍ରଶାସକ ଏ ନେଇ ସିଂହଦ୍ୱାର ଥାନାରେ ଏତଲା ଦେଇଛନ୍ତି। ଅଭିଯୋଗ ଅନୁସାରେ, ପଶ୍ଚିମବଙ୍ଗ କୋଲକାତାର ପର୍ଯ୍ୟଟକ ଅରିଜିତ୍‌ ଚନ୍ଦ୍ରା ନିଜ ଫେସ୍‌ବୁକ୍‌ ପେଜରେ ଏହି ଫଟୋ ପୋଷ୍ଟ କରିଛନ୍ତି। ପୋଷ୍ଟଟିରେ ୮ଜଣଙ୍କୁ ଟ୍ୟାଗ୍‌ ମଧ୍ୟ କରାଯାଇଛି। ସେଥିରେ ଜଣେ ବରିଷ୍ଠ ସେବାୟତଙ୍କୁ ମଧ୍ୟ ଟ୍ୟାଗ୍‌ କରାଯାଇଛି। ଏ ନେଇ ନୀତି ପ୍ରଶାସକ ଜିତେନ୍ଦ୍ର କୁମାର ସାହୁ କହିଛନ୍ତି, ଗତ ୨୭ ତାରିଖରେ ସମ୍ପୃକ୍ତ ଫଟୋଟି ଫେସବୁକ୍‌ରେ ପୋଷ୍ଟ ହୋଇଥିଲା। ଏହା ଜଣାପଡ଼ିବା ପରେ ପ୍ରଶାସନର ଆଇଟି ବିଭାଗର ସହଯୋଗରେ ପ୍ରାଥମିକ ତଦନ୍ତ କରାଯାଇଥିଲା। ତଦନ୍ତ ପରେ ଫଟୋଟି ଗର୍ଭ ଗୃହର ହୋଇଥିବା ନେଇ ସନ୍ଦେହ ହେଉଛି। ତେଣୁ ସିଂହଦ୍ୱାର ଥାନାରେ ଅଭିଯୋଗ କରାଯାଇଛି। ଶ୍ରୀମନ୍ଦିର ମଧ୍ୟକୁ ମୋବାଇଲ ନିଷେଧ ଥିବାବେଳେ ପର୍ଯ୍ୟଟକ କିଭଳି ମୋବାଇଲ ଫୋନ୍‌ ନେଇ ଭିତରକୁ ଗଲେ ତାହା ମଧ୍ୟ ତଦନ୍ତ ସାପେକ୍ଷ। ତେବେ ଘଟଣାର ତଦନ୍ତ ପରେ ସତ୍ୟାସତ୍ୟ ସାମ୍ନାକୁ ଆସିବ। ଅନ୍ୟପକ୍ଷେ ସୋସିଆଲ୍‌ ମିଡିଆରେ ଗୋଟିଏ ଗୋଷ୍ଠୀ ଫଟୋଟି ଶ୍ରୀମନ୍ଦିର ଭିତରର ବୋଲି କହି ଶ୍ରୀମନ୍ଦିର ପ୍ରଶାସନର ସୁରକ୍ଷା ବ୍ୟବସ୍ଥାକୁ ସମାଲୋଚନା କରୁଥିବା ବେଳେ ଅନ୍ୟ କେତେଜଣ ଏହାକୁ ଏଡିଟେଡ୍‌ ଫଟୋ ବୋଲି କହୁଛନ୍ତି। ତେବେ ଫଟୋଟିରେ ଗର୍ଭଗୃହରେ ମହାପ୍ରଭୁ ଶ୍ରୀଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରା ଅଧିଷ୍ଠିତ ହୋଇଥିବା ଦେଖିବାକୁ ମିଳୁଛି। ଶ୍ରୀମନ୍ଦିର ଭିତରକୁ କ୍ୟାମେରା କିମ୍ବା ମୋବାଇଲ ନେବାକୁ ଅନୁମତି ନ ଥିବାବେଳେ ଗର୍ଭଗୃହର ଫଟୋ କେବେ ଉଠିଲା ଓ କିଏ, କିପରି ଉଠାଇଲା ତାହାକୁ ନେଇ ସାଧାରଣରେ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଅନ୍ୟପକ୍ଷେ ଏ ସମ୍ପର୍କରେ ସିଂହଦ୍ୱାର ଥାନା ଆଇଆଇସି ଗେଲି ସାହୁ କହିଛନ୍ତି, ସମ୍ପୃକ୍ତ ପ୍ରସଙ୍ଗ ଅତ୍ୟନ୍ତ ସମ୍ବେଦନଶୀଳ। ମାମଲା ରୁଜୁ କରି ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ ଆରମ୍ଭ ହୋଇଛି। ଭାଜପା ଯୁବମୋର୍ଚ୍ଚା ସଭାପତି ଜୟନ୍ତ କୁମାର ଦାଶ କହିଛନ୍ତି, ଶ୍ରୀମନ୍ଦିର ଭିତର ଫଟୋ ବାରମ୍ବାର ଭାଇରାଲ ହେଉଛି। ସରକାର ଏ ନେଇ କେବେ ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନେଇନାହାନ୍ତି। ଶ୍ରୀମନ୍ଦିର ପ୍ରଶାସନ କୋହଳ ମନୋଭାବ ପୋଷଣ କରୁଛି। ପ୍ରଶାସନ ଆଇନ ଉଲ୍ଲଂଘନ କରୁଥିବା ଲୋକଙ୍କ ବିରୋଧରେ କଡ଼ା ପଦକ୍ଷେପ ନେଉ ନାହିଁି। ଫଳରେ ଫଟୋ ଉଠାଇବା ଏବେ ଏକ ସାଧାରଣ ଘଟଣା ହେବା ଆରମ୍ଭ କଲାଣି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri