ବୁଧବାର ୫ ଘଣ୍ଟା ବନ୍ଦ ସର୍ବସାଧାରଣ ଦର୍ଶନ

ପୁରୀ,୧୪।୧: ଆସନ୍ତାକାଲି ତା୧୫.୧.୨୦୨୫ରିଖ, ବୁଧବାର ମାଘ:କୃଷ୍ଣ ଦ୍ୱିତୀୟା ତିଥି ଶ୍ରୀବିଗ୍ରହମାନଙ୍କ ବନକଲାଗି ନୀତି ଅନୁଷ୍ଠିତ ହେବ। ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ଆପାତତଃ ଘ.୫.୦୦ ଟିକା ଠାରୁ ରାତ୍ର ଘ.୧୦.୦୦ ଟିକା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ।

ନୂଆବର୍ଷ ସାଙ୍ଗକୁ ଏବେ ନାନା ପର୍ବ ପର୍ବାଣି ଏବଂ ମକର ସଂକ୍ରାନ୍ତି ଥିବାରୁ ଶ୍ରୀମନ୍ଦିରରେ ଅନେକ ଶ୍ରାଦ୍ଧଳୁଙ୍କର ଭିଡ଼ ଲାଗୁଛି। ତେଣୁ ମହାପ୍ରଭୁଙ୍କର ରୀତିନୀତି ପାଇଁ 5 ଘଣ୍ଟା ଦର୍ଶନ ବନ୍ଦ ହେଲେ ଅନେକ ଭକ୍ତଙ୍କୁ ନିରାଶ ହେଇ ଫେରିବାକୁ ପଡିପାରେ।

ସେପଟେ ଜାନୁଆରୀ ୨୦ ତାରିଖରୁ ଶ୍ରୀମନ୍ଦିରରେ ଧାଡି ଦର୍ଶନ ଆରମ୍ଭ ହେବ। ଏଥିଲାଗି ସମସ୍ତ ବ୍ୟବସ୍ଥା ସରିଥିବା କହିଛନ୍ତି ଆଇନ୍ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ଭକ୍ତ ମାନେ କିଭଳି ଶୃଙ୍ଖଳିତ ଭାବେ ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ , ସେ ନେଇ ଧାଡି ଦର୍ଶନ ବ୍ୟବସ୍ଥା କରାଯିବ। ଆଉ ପରୀକ୍ଷା ମୂଳକ ନୁହେଁ , ସିଧାସଳଖ କାର୍ଯ୍ୟକାରୀ ହେବ।

ସେହିଭଳି ମାର୍ଚ୍ଚ ମାସ ପୂର୍ବରୁ ରତ୍ନଭଣ୍ଡାର ମରାମତି କାମ ସରିବ। ମରାମତି କାମ ଶେଷ ହେବା ପରେ ଗଣତି ମଣତି ଆରମ୍ଭ ହେବ। ଏଏସଆଇ ୩ ମାସ ସମୟ ମାଗିଥିଲା। ଯଥେଷ୍ଟ ପୂର୍ବରୁ କାମ ସାରିବାକୁ ଚେଷ୍ଟା କରାଯାଉଛି। ମକର ନୀତିକାନ୍ତି ପାଇଁ ଏବେ ମରାମତି କାମ ବନ୍ଦ ରହିଛି । ୧୭ ତାରିଖରୁ ପୁର୍ନବାର କାମ ଆରମ୍ଭ ହେବ ବୋଲି ମନ୍ତ୍ରୀ ସୂଚନା ଦେଇଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ବଦଳିଲା OTET ପରୀକ୍ଷା ତାରିଖ: ଜୁନ୍ ୨୧ ପରିବର୍ତ୍ତେ ଏହି ତାରିଖରେ ହେବ ପରୀକ୍ଷା, ଜାଣନ୍ତୁ କେବେ…

କଟକ,୨୨।୫:  ଓଡ଼ିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (OTET) ଦେବାକୁ ଥିବା ପରୀକ୍ଷାର୍ଥୀଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଖବର। ଚଳିତ ବର୍ଷ ଅନୁଷ୍ଠିତ ହେବାକୁ ଥିବା OTET ପରୀକ୍ଷା…

ଆହୁରି ଗାଡ଼ି ସଂଖ୍ୟା କମାଇଲେ ମୁଖ୍ୟମନ୍ତ୍ରୀ,ଏଣିକି ୭ ବଦଳରେ…

ଭୁବନେଶ୍ୱର,୨୨।୫: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କ ସୁବିଧାକୁ ଦୃଷ୍ଟିରେ ରଖି ପୁଣି ଏକ ବଡ଼ ଏବଂ ପ୍ରଶଂସନୀୟ ପଦକ୍ଷେପ ନେଇଛନ୍ତି। ନିଜ କାର୍‌କେଡ୍‌ (କାର୍‌…

କେଏସୟୁବି କଲେଜରେ ନୂତନ ଅଧ୍ୟକ୍ଷ ଭାବେ ଯୋଗଦେଲେ ଡ. ଗଗନ ବିହାରୀ ପୁରୋହିତ

ଭଞ୍ଜନଗର,୨୨।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବି ସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟର ନୂତନ ଅଧ୍ୟକ୍ଷଙ୍କ ଭାବେ ଡ. ଗଗନ ବିହାରୀ ପୁରୋହିତ ଶୁକ୍ରବାର ଅପରାହ୍ନରେ ଦାୟିତ୍ୱ…

ଟୋପି, ଚଷମା ଏବଂ ମାସ୍କ… ମୁହଁ ଲୁଚାଇ ଆତ୍ମସମର୍ପଣ କରିବାକୁ କୋର୍ଟରେ ପହଞ୍ଚିଲେ ଟ୍ବିଶାଙ୍କ ସ୍ବାମୀ ସମର୍ଥ

ଜବଲପୁର,୨୨।୫: ଟ୍ୱିଶା ଶର୍ମା ମୃତ୍ୟୁ ମାମଲାରେ ଦୀର୍ଘ ଦିନ ଧରି ଫେରାର ଥିବା ସ୍ୱାମୀ ସମର୍ଥ ସିଂହ ଶୁକ୍ରବାର ଦିନ ମୁହଁ ଲୁଚାଇ ଜବଲପୁର ଜିଲା କୋର୍ଟରେ…

ଲ୍ୟାମ୍ପ MDଙ୍କ ଘରେ ଭିଜିଲାନ୍ସ ଚଢ଼ାଉ: କୋଟି ଟଙ୍କାର ଅର୍ଥ ହେରଫେର କରି ଗଲେ ଜେଲ୍

କଲ୍ୟାଣସିଂହପୁର, ୨୨।୫ (ଦୀପକ କୁମାର ପରିଡା): ରାୟଗଡ଼ା ଜିଲାର କଲ୍ୟାଣସିଂହପୁର ସମବାୟ ସମିତି (ଲ୍ୟାମ୍ପ)ରେ ଘଟିଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣାରେ ନୂଆ ମୋଡ଼…

ପାରାଦୀପରେ ମାଟି ତଳ ପାଇପ୍ ଲାଇନ୍‌ରୁ ତେଲ ଲିକ୍, ବିପୁଳ ପରିମାଣର ପେଟ୍ରୋଲ ନଷ୍ଟ

ପାରାଦୀପ,୨୨।୫ (ଶରତ ରାଉତ): ପାରାଦୀପ ବନ୍ଦର ନିଷିଦ୍ଧାଞ୍ଚଳର ୧ ନଂ ଗେଟ୍ ନିକଟରେ ଶୁକ୍ରବାର ଏକ ଅଘଟଣ ଘଟିଛି। ସାଉଥ୍ ଅଏଲ ବର୍ଥ ଜେଟିରୁ ଆଇଓସିଏଲ ଟର୍ମିନାଲ…

ଥୁଆମୂଳ ରାମପୁରରେ ତୈଳ ସଙ୍କଟ:  ପମ୍ପ ବନ୍ଦ, ‘ଲୋକ ଦେଖି’ ତେଲ ବଣ୍ଟନ ଅଭିଯୋଗ; ବାସ୍ତବତାକୁ ଏଡ଼ାଇ ସବୁ ସ୍ୱାଭାବିକ ଥିବା….

ଥୁଆମୂଳ ରାମପୁର, ୨୨/୦୫ (ଦୁର୍ଗା କୀର୍ତ୍ତି): ବିଶ୍ୱ ବଜାରରେ ତୈଳ ଅସ୍ଥିରତା ଓ ଆନ୍ତର୍ଜାତିକ ସ୍ତରରେ ଇରାନ-ଆମେରିକା ଯୁଦ୍ଧକାଳୀନ ସ୍ଥିତି ଯୋଗୁ ସୁଦୂର ଗ୍ରାମାଞ୍ଚଳରେ ଇନ୍ଧନ ସଙ୍କଟ…

ରାଜ୍ୟରେ ସାର ସଙ୍କଟ ନାହିଁ: ମନ୍ତ୍ରୀ

ଭୁବନେଶ୍ୱର,୨୨।୫: ସମବାୟ ମନ୍ତ୍ରୀ ପ୍ରଦୀପ ବଳ ସାମନ୍ତ ଶୁକ୍ରବାର ଏକ ବଡ଼ ସୂଚନା ଦେଇଛନ୍ତି। ରାଜ୍ୟରେ ଖୁବ ଶୀଘ୍ର ସାର ଉତ୍ପାଦନ ସ୍ବାଭାବିକ ହେବା ନେଇ ମନ୍ତ୍ରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri