ବଦଳିବେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ,୨୩।୨: : ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବଦଳିବେ। ଏବେ ଦାୟିତ୍ୱରେ ଥିବା ଆଇଏଏସ୍‌ ଅଫିସର କ୍ରିଷନ କୁମାର କେନ୍ଦ୍ରୀୟ ଡେପୁଟେଶନରେ ଯିବେ। ସେ କେନ୍ଦ୍ର ବାଣିଜ୍ୟ ବିଭାଗର ଯୁଗ୍ମ ସଚିବ ଭାବେ ଅବସ୍ଥାପିତ ହେବେ। ବୁଧବାର ଏନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ଜଣାପଡ଼ିବା ପରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ କାହାକୁ ନିଯୁକ୍ତି ଦିଆଯିବ ସେନେଇ ଚର୍ଚ୍ଚା ବଢ଼ିବାରେ ଲାଗିଛି।