ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ ୧୪ା୧୨: ପୌଷ ମାସ କୃଷ୍ଣପକ୍ଷ ଷଷ୍ଠୀ ତିଥି ବୁଧବାର ଅବସରରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରୁ ଏହି ନୀତି ଅନ୍ୟତମ।
ଏହି ନୀତି ସମ୍ପାଦନ ନିମନ୍ତେ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମଙ୍ଗଳବାର ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ସତ୍ୱଲିପି ଅନୁଯାୟୀ, ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ିବା ଉତ୍ତାରେ ଏହି ନୀତି ଅନୁଷ୍ଠିତ ହୁଏ। ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ି ମଇଲମ, ତଡ଼ପଲାଗି ଏବଂ ପହୁଡ଼ ଆଳତି ସମ୍ପନ୍ନ ହେବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ମହାପ୍ରଭୁଙ୍କ ବନକ ଲାଗି ନୀତି ସମ୍ପାଦନା କରିବା ନିମନ୍ତେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରିବେ।
ସେବକମାନେ ରତ୍ନସିଂହାସନ ଉପରକୁ ଉଠି ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।
ବନକଲାଗିରେ ମୁଖ୍ୟତଃ ପ୍ରାକୃତିକ ରଙ୍ଗର ବ୍ୟବହାର କରାଯାଇଥାଏ। ଏହି ଗୁପ୍ତନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ନୀତି ଶେଷ କରି ବାହାରିବା ପରେ ଶ୍ରୀବିଗ୍ରହମାନଙ୍କର ମହାସ୍ନାନ ନୀତି ସମ୍ପନ୍ନ କରାଯାଇ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବ। ଏହାପରେ ପୁଣି ସାଧାରଣ ଦର୍ଶନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ସୁଇପର, ଅଳିଆ ଆବର୍ଜନାରେ ପୂରିଛି ସହର

ଗଞ୍ଜାମ,୨ା୪(ବିଦ୍ୟାଧର ସାହୁ): ୧୨ଟି ଓ୍ବାର୍ଡକୁ ନେଇ ଗଠିତ ଗଞ୍ଜାମ ଏନ୍‌ଏସି ବିଭିନ୍ନ ସମସ୍ୟା ଦେଇ ଗତି କରୁଥିବା ବେଳେ ୩ ଦିନରୁ ଊର୍ଦ୍ଧ୍ୱ ହେବ ସଫେଇ କାର୍ଯ୍ୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଖରାଦିନେ ଆବଶ୍ୟକତାଠୁ ଅଧିକ ପାଣି ପିଉଛନ୍ତି କି? ହୋଇପାରେ ଗୁରୁତର ସମସ୍ୟା

ନୂଆଦିଲ୍ଲୀ,୨।୪: ପ୍ରଚୁର ପାଣି ପିଇବା ସ୍ୱାସ୍ଥ୍ୟ ପାଇଁ ଲାଭଦାୟକ । କାରଣ ଏହା ଶରୀରକୁ ହାଇଡ୍ରେଟ୍ ରଖେ, ଚର୍ମର ରଙ୍ଗକୁ ଉନ୍ନତ କରେ ଏବଂ ବିଷାକ୍ତ ପଦାର୍ଥ…

IPL ମଧ୍ୟରେ ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କଲେ ଏହି ଷ୍ଟାର ବ୍ୟାଟସ୍‌ମ୍ୟାନ, ୩୭ ବର୍ଷ ବୟସରେ…

ନୂଆଦିଲ୍ଲୀ,୨।୪: କ୍ରିକେଟ ଜଗତ ବର୍ତ୍ତମାନ IPL ୨୦୨୬ ଉପରେ ଧ୍ୟାନ ଦେଇଛି। ଇଣ୍ଡିଆନ ପ୍ରିମିୟର ଲିଗ ୨୮ ମାର୍ଚ୍ଚରୁ ଆରମ୍ଭ ହୋଇଛି ଏବଂ ପ୍ରତିଦିନ ପ୍ରମୁଖ ମ୍ୟାଚ…

ବୋର୍ଡ ସଭାପତିଙ୍କ ବଡ଼ ଘୋଷଣା; ଆଜି ସରିବ ମାଟ୍ରିକ ପରୀକ୍ଷା ଖାତା ଦେଖା, କେବେ ରେଜଲ୍ଚ ବାହାରିବ ଜାଣନ୍ତୁ

ଭୁବନେଶ୍ବର,୨।୪: ମେ’ ପ୍ରଥମ କିମ୍ବା ଦ୍ବିତୀୟ ସପ୍ତାହରେ ବାହାରିବ ମାଟ୍ରିକ ରେଜଲ୍ଟ । ଏନେଇ ସୂଚନା ଦେଲେ ବୋର୍ଡ ସଭାପତି ଶ୍ରୀକାନ୍ତ ତରାଇ ।  ଆଜି ମାଟ୍ରିକ…

ଆଜିଠୁ ପୁଣି କଡ଼ାକଡ଼ି PUCC ଯାଞ୍ଚ: ପ୍ରଦୂଷଣ ପ୍ରମାଣପତ୍ର ନଥିଲେ ୧୦ ହଜାର ଫାଇନ

ଭୁବନେଶ୍ୱର,୨।୪: ଆଜିଠୁ ପୁଣି କଡ଼ାକଡ଼ି ହେବ PUCC ଯାଞ୍ଚ। ପଲ୍ୟୁଶନ ସାର୍ଟିଫିକେଟ ନଥିଲେ ଫାଇନ ଦେବାକୁ ପଡ଼ିବ। PUCC ଯାଞ୍ଚ ପାଇଁ ଦିଆଯାଇଥିବା ଡେଡଲାଇନ ଶେଷ ହୋଇଛି।…

ଭାରତକୁ ବନ୍ଧୁତାର ହାତ ବଢାଇଲା ଏହି ଦେଶ: ପାକିସ୍ତାନ ଛାନିଆ

ନୂଆଦିଲ୍ଲୀ,୨।୪: ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଆରମ୍ଭ ହୋଇଛି। ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଆରମ୍ଭ ହେବାର ୩୦ ଦିନରୁ ଅଧିକ ସମୟ ବିତିଗଲାଣି। କୌଣସି ପକ୍ଷ…

ସୁନା-ରୂପା ମୂଲ୍ୟରେ ବଡ଼ ହ୍ରାସ; ୧୩୦୦୦ କମିଲା….

ନୂଆଦିଲ୍ଲୀ,୨।୪: ଆଜି ସୁନା ଏବଂ ରୂପା ବଜାରରେ ଏକ ବଡ଼ ହ୍ରାସ ଦେଖିବାକୁ ମିଳିଛି । ଯାହା ନିବେଶକ ଏବଂ କ୍ରେତା ଉଭୟଙ୍କ ମଧ୍ୟରେ ଉତ୍ସାହ ସୃଷ୍ଟି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri