ଆଜି ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ

ପୁରୀ ଅଫିସ ୧୪ା୧୨: ପୌଷ ମାସ କୃଷ୍ଣପକ୍ଷ ଷଷ୍ଠୀ ତିଥି ବୁଧବାର ଅବସରରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର ବା ବନକଲାଗି ନୀତି ଅନୁଷ୍ଠିତ ହେବ। ମହାପ୍ରଭୁଙ୍କ ବିଭିନ୍ନ ଗୁପ୍ତ ନୀତି ମଧ୍ୟରୁ ଏହି ନୀତି ଅନ୍ୟତମ।
ଏହି ନୀତି ସମ୍ପାଦନ ନିମନ୍ତେ ସନ୍ଧ୍ୟା ୫ଟାରୁ ରାତି ୯ଟା ପର୍ଯ୍ୟନ୍ତ ୪ଘଣ୍ଟା ଧରି ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ମଙ୍ଗଳବାର ଶ୍ରୀମନ୍ଦିର ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଶ୍ରୀମନ୍ଦିର ସତ୍ୱଲିପି ଅନୁଯାୟୀ, ଶ୍ରୀବିଗ୍ରହମାନଙ୍କ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ିବା ଉତ୍ତାରେ ଏହି ନୀତି ଅନୁଷ୍ଠିତ ହୁଏ। ମହାପ୍ରଭୁଙ୍କ ଦ୍ୱିତୀୟ ଭୋଗମଣ୍ଡପ ସମ୍ପନ୍ନ ହୋଇ ପାଣି ପଡ଼ି ମଇଲମ, ତଡ଼ପଲାଗି ଏବଂ ପହୁଡ଼ ଆଳତି ସମ୍ପନ୍ନ ହେବା ପରେ ଜୟବିଜୟ ଦ୍ୱାର ବନ୍ଦ କରାଯିବ। ମହାପ୍ରଭୁଙ୍କ ବନକ ଲାଗି ନୀତି ସମ୍ପାଦନା କରିବା ନିମନ୍ତେ ଦତ୍ତମହାପାତ୍ର ସେବକମାନେ ଗର୍ଭଗୃହକୁ ପ୍ରବେଶ କରିବେ।
ସେବକମାନେ ରତ୍ନସିଂହାସନ ଉପରକୁ ଉଠି ଠାକୁରଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ।
ବନକଲାଗିରେ ମୁଖ୍ୟତଃ ପ୍ରାକୃତିକ ରଙ୍ଗର ବ୍ୟବହାର କରାଯାଇଥାଏ। ଏହି ଗୁପ୍ତନୀତି ସମୟରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ଦତ୍ତମହାପାତ୍ର ସେବକମାନେ ନୀତି ଶେଷ କରି ବାହାରିବା ପରେ ଶ୍ରୀବିଗ୍ରହମାନଙ୍କର ମହାସ୍ନାନ ନୀତି ସମ୍ପନ୍ନ କରାଯାଇ ଅନ୍ୟାନ୍ୟ ନୀତି ଅନୁଷ୍ଠିତ ହେବ। ଏହାପରେ ପୁଣି ସାଧାରଣ ଦର୍ଶନ ହୋଇପାରିବ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri