ଶ୍ରୀମନ୍ଦିର ଗର୍ଭଗୃହ, ମହାପ୍ରଭୁଙ୍କ ଫଟୋ ଭାଇରାଲ

ପୁରୀ ଅଫିସ,୨୦।୧୧: ଶ୍ରୀମନ୍ଦିର ଭିତର ଫଟୋ ସୋସିଆଲ ମିଡିଆରେ ପୁଣିଥରେ ଭାଇରାଲ ହୋଇ୍‌ଛି। କିନ୍ତୁ ଏଥର ଶ୍ରୀମନ୍ଦିର ପରିସରର କାୈଣସି ସ୍ଥାନ ନୁହେଁ। ବରଂ ଶ୍ରୀମନ୍ଦିର ଗର୍ଭଗୃହ ଓ ରତ୍ନସିଂହାସନାରୂଢ ଚତୁର୍ଦ୍ଧାବିଗ୍ରହଙ୍କ ଫଟୋ ଭାଇରାଲ ହୋଇଛି। ଯାହାକୁ ନେଇ ଜଗନ୍ନାଥ ପ୍ରେମୀଙ୍କ ମଧ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ଏ ଘଟଣା ସମ୍ପର୍କରେ ଶ୍ରୀମନ୍ଦିରର ଯୁବ ସେବାୟତମାନଙ୍କ ପକ୍ଷରୁ ସିଂହଦ୍ୱାର ଥାନା, ଜିଲାପାଳ ଏବଂ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଅଭିଯୋଗ କରିବା ସହ ଫଟୋ ଭାଇରାଲ କରିଥିବା ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ଦାବି କରିଛନ୍ତି। ସୂଚନା ଅନୁଯାୟୀ, ପଶ୍ଚିମବଙ୍ଗ ରାଜ୍ୟର ଜଣେ ବ୍ୟକ୍ତି ଯାହାଙ୍କ ନାମ ଆକାଶ ଚୌଧୁରୀ ଶ୍ରୀମନ୍ଦିର ଗର୍ଭଗୃହ ଓ ରତ୍ନସିଂହାସନାରୂଢ ମହାପ୍ରଭୁଙ୍କ ପ୍ରତିମୂର୍ତ୍ତିକୁ ଭାଇରାଲ କରିଥିବା ଜଣାପଡିଛି। ଆକାଶ ତାଙ୍କ ଫେସ୍‌ବୁକ୍‌ ଆକାଉଣ୍ଟରେ ମହାପ୍ରଭୁଙ୍କ ବିଗ୍ରହରର ଫଟୋ ଓ ଭିଡିଓ ଅପ୍‌ଲୋଡ କରିବା ସହ ବଙ୍ଗାଳାରେ କିଛି ଲେଖିଛନ୍ତି। ତେବେ ତାଙ୍କ ଫେସବୁକ୍‌ରେ ଏପରି ମହାପ୍ରଭୁଙ୍କ ଫଟୋ ପୋଷ୍ଟ କରିବାକୁ ନେଇ ସାଧାରଣରେ ଅସନ୍ତୋଷ ଦେଖାଯାଇଛି। ତେବେ ବାରମ୍ବାର ଶ୍ରୀମନ୍ଦିର ଭିତର ଏବଂ ରଥ ସମୟରେ ଗୁଣ୍ଡିଚା ମନ୍ଦିର ଭିତର ଫଟୋ ଭାଇରାଲ ହେବା ଓ ପୁଣି ସୋସିଆଲ ମିଡିଆରେ ଜଣେ ଭକ୍ତ ମହାପ୍ରଭୁଙ୍କ ବିଗ୍ରହକୁ ଭାଇରାଲ କରିବା ଘଟଣାକୁ ନେଇ ଶ୍ରୀମନ୍ଦିର ସୁରକ୍ଷା ବ୍ୟବସ୍ଥା ଉପରେ ପୁଣି ପ୍ରଶ୍ନ ଉଠିଛି। ମହାପ୍ରଭୁଙ୍କୁ ଶ୍ରୀମନ୍ଦିର ପରିସରରେ ଦର୍ଶନ କରିବା ନିମନ୍ତେ ରାଜ୍ୟ ତଥା ରାଜ୍ୟ ବାହାରୁ ବହୁ ଭକ୍ତ ମନ୍ଦିର ଆସୁଥିବା ବେଳେ ପୋଲିସ ପ୍ରଶାସନ ପକ୍ଷରୁ ବିଭିନ୍ନ ପର୍ଯ୍ୟାୟରେ ଭକ୍ତଙ୍କ ଯାଞ୍ଚ କରି ମନ୍ଦିରକୁ ଯିବାକୁ ଦିଆଯାଉଛି। ତେବେ ଏତେ ଯାଞ୍ଚ ସତ୍ତ୍ୱେ କିଭଳି କିଏ ମୋବାଇଲ ଫୋନ ନେଇ ମନ୍ଦିରକୁ ଯିବା ସହ ମହାପ୍ରଭୁଙ୍କ ଫଟୋ ଓ ଭିଡିଓ ଉଠାଇଲା ତାହାକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହେଉଛି। ସୁରକ୍ଷା ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ପ୍ରଶାସନ ପକ୍ଷରୁ ସିସିଟିଭି କ୍ୟାମେରା ଲଗାଯିବା ସହ ବ୍ୟାପକ ପୋଲିସ ମୁତୟନ କରାଯାଇଛି। ମାତ୍ର ଏତେ ସୁରକ୍ଷା ବ୍ୟବସ୍ଥା ମଧ୍ୟରେ କିପରି ମୋବାଇଲ ଫୋନ ମନ୍ଦିର ମଧ୍ୟକୁ ଗଲା ତାହା ତଦନ୍ତ ସାପେକ୍ଷ। ସେହିପରି ଶ୍ରୀମନ୍ଦିର ଭିତରେ ଶ୍ରୀଜଗନ୍ନାଥ ମନ୍ଦିର ପୋଲିସ ଓ ସେବକମାନେ ମଧ୍ୟ ଉପସ୍ଥିତ ରହିଥାନ୍ତି। ତେବେ ସମସ୍ତଙ୍କ ନଜର ଆଢୁଆଳରେ କିପରି ଜଣେ ବ୍ୟକ୍ତି କିଛି ସମୟ ଠିଆ ହୋଇ ମୋବାଇଲ ଯୋଗେ ମହାପ୍ରଭୁଙ୍କ ଭିଡିଓ ଓ ଫଟୋ ଉଠାଇଲେ। ଅପରପକ୍ଷେ ଏପରି ଘଟଣା ବାରମ୍ବାର ଘଟୁଥିବା ବେଳେ ମଧ୍ୟ ପୋଲିସ ଏବଂ ଶ୍ରୀମନ୍ଦିର ପ୍ରଶାସନର ନୀରବତାକୁ ନେଇ ନାନା ସନ୍ଦେହ ଉଠୁଛି। ଏପରି କାର୍ଯ୍ୟ କରୁଥିବା ବ୍ୟକ୍ତିଙ୍କ ଉପରେ ପୋଲିସ ଯଦି ଆଖିଦୃଶିଆ କାର୍ଯ୍ୟାନୁଷ୍ଠାନ ନିଅନ୍ତା, ତେବେ ପୁଣି ଏପରି କାର୍ଯ୍ୟ ହୁଅନ୍ତା ନାହିଁ ବୋଲି ସାଧାରଣରେ ମତପ୍ରକାଶ ପାଇଛି। ତେବେ ଏ ଘଟଣାକୁ ସେବକ ସଂଘ ଓ ଶ୍ରୀମନ୍ଦିର ଯୁବ ସେବାୟତଙ୍କ ପକ୍ଷରୁ ଶନିବାର ଉକ୍ତ ବ୍ୟକ୍ତିଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ସହ ଏପରି ଘଟଣାର ତଦନ୍ତ କରିବାକୁ ଦାବି କରି ଜିଲାପାଳ ଏବଂ ଶ୍ରୀମନ୍ଦିର କମାଣ୍ଡରଙ୍କ ଜରିଆରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କୁ ଏକ ଦାବିପତ୍ର ପ୍ରଦାନ କରିଛନ୍ତି। ଦାବିପତ୍ର ପ୍ରଦାନ ସମୟରେ ସଂଘ ସଭାପତି ଭବାନୀ ଶଙ୍କର ଦାଶ ଓ ସମ୍ପାଦକ ଶିବ ଶଙ୍କର ସୁବୁଦ୍ଧିଙ୍କ ସହ ଯୁବ ସେବାୟତମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା କାମରେ ଅନିୟମିତତା ଅଭିଯୋଗ: ସ୍ଥାୟିତ୍ୱ ନେଇ ପ୍ରଶ୍ନବାଚୀ

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଗ୍ରାମ୍ୟ ଉନ୍ନୟନ ବିଭାଗ ପକ୍ଷରୁ ଲୋଇସିଂହା ଓ ଆଗଲପୁର ବ୍ଲକରେ ରାସ୍ତା ଓ କୋଠାବାଡି କାମ ହେଉଛି। ହେଲେ ଅଧିକାଂଶ ସମୟରେ…

କ୍ଷତିପୂରଣ ସହାୟତା ପାଇଁ ଦାବି: ଜିଲାପାଳଙ୍କୁ ଫେରାଦ ହେଲେ ଚାଷୀ

ବରଗଡ଼, ୯ା୪(ପ୍ରେମାନନ୍ଦ ଖମାରୀ):କାଳବୈଶାଖୀ ପ୍ରଭାବରେ ଗତ ସୋମବାର ଅପରାହ୍ନରେ ହୋଇଥିବା ଝଡ଼ବର୍ଷା, କରାମାଡ଼ରେ ବରଗଡ଼ ଜିଲାର ବିଭିନ୍ନ ବ୍ଲକରେ ଚାଷୀଙ୍କ ଫସଲ କ୍ଷତି ହୋଇଛି। ପ୍ରାରମ୍ଭିକ ଭାବେ…

ଦୁର୍ଘଟଣାଗ୍ରସ୍ତ ଗାଡିରୁ ଚାଉଳ ଚୋରି: ଥାନାରେ ପହଞ୍ଚିଲା ମାମଲା

ଲୋଇସିଂହା,୯।୪(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଲୋଇସିଂହା ବ୍ଲକ ଛକ ଅଞ୍ଚଳରେ ଏକ ଦୁର୍ଘଟଣାଗ୍ରସ୍ତ ବୋଲେରୋ ପିକଅପ ଗାଡିରୁ ଚାଉଳ ଚୋରି ଘଟଣା ସାମ୍ନାକୁ ଆସିଛି। ସୂଚନା…

ଜୀବନ୍ତ ମାଛ ଗିଳି ଦେଲେ ବର୍ଷକର ଶିଶୁ: ତା’ପରେ ଯାହା ଘଟିଲା, ଜାଣିଲେ ହେବେ ଆଶ୍ଚର୍ଯ୍ୟ

ଭୋପାଳ,୯।୨: ମଧ୍ୟପ୍ରଦେଶର ସର୍ବବୃହତ ସରକାରୀ ହସ୍ପିଟାଲ ମହାରାଜା ଯଶୱନ୍ତରାଓ ହସ୍ପିଟାଲ (MYH)ରେ ଡାକ୍ତରମାନେ ଏକ ଚିକିତ୍ସା ସଫଳତା ହାସଲ କରିଛନ୍ତି। ହସ୍ପିଟାଲର ENT ବିଭାଗର ବିଶେଷଜ୍ଞମାନେ ଜଣେ…

ଭାଣିଜୀଙ୍କୁ ମାରିଦେଲେ ମାଇଁ! ପାଇଖାନାରୁ ମିଳିଲା…

ଜଗନ୍ନାଥପ୍ରସାଦ,୯।୪(ବିଭୁପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ଛାମୁଣ୍ଡା ଗ୍ରାମ ଲକ୍ଷ୍ମଣ ପଲ୍ଲୀ ଗ୍ରାମର ଗଣେଶ ମହାରଣାଙ୍କ ବାରିପଟେ ଥିବା ଅସ୍ଥାୟୀ ପାଇଖାନା ଭିତରୁ ତାଙ୍କ…

ଇରାନ ସହ ଯୁଦ୍ଧବିରତି ଭିତରେ ଟ୍ରମ୍ପଙ୍କ ଟାର୍ଗେଟରେ ଏହି ଦେଶ! ୬୭ ବର୍ଷର ଶତ୍ରୁତାର ନେବେ ପ୍ରତିଶୋଧ

ଓ଼୍ବାଶିଂଟନ,୯।୪: ଇରାନ ସହିତ ଯୁଦ୍ଧବିରତି ପରେ ତୁରନ୍ତ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ତାଙ୍କର ପରବର୍ତ୍ତୀ ମିଶନର ସଙ୍କେତ ଦେଇଛନ୍ତି। ଟ୍ରମ୍ପ ସ୍ପଷ୍ଟ ଭାବରେ କହିଛନ୍ତି ଯେ…

ସ୍ମୃତି-ପଲାଶଙ୍କ ମଧ୍ୟରେ ହୋଇଗଲା ପ୍ୟାଚ୍‌ଅପ୍‌! ଖୁବ୍‌ଶୀଘ୍ର ହେବ ବିବାହ, ଏହି VIDEO ବଢାଉଛି ଚର୍ଚ୍ଚା

ମୁମ୍ବାଇ,୯।୪: ସଂଗୀତକାର ପଳାଶ ମୁଛଲ ଏବଂ ଭାରତୀୟ ମହିଳା କ୍ରିକେଟ ଦଳର ବ୍ୟାଟ୍ସମ୍ୟାନ ସ୍ମୃତି ମନ୍ଧାନାଙ୍କ ମଧ୍ୟ ପ୍ୟାଚ୍‌ଅପ୍‌ ହୋଇଯାଇଛି। ଉଭୟ ଖୁବ୍‌ଶୀଘ୍ର ବିବାହ କରିବେ ବୋଲି…

ଆସନ୍ତୁ, ଆମ ନାରୀ ଶକ୍ତିକୁ ସଶକ୍ତ କରିବା

ଉ କିଛିଦିନ ପରେ, ସମଗ୍ର ଭାରତବର୍ଷ ଉତ୍ସବମୁଖର ହୋଇଉଠିବ ଏବଂ ଦେଶର କୋଣ ଅନୁକୋଣରେ ହର୍ଷୋଲ୍ଲାସର ସହ ପାର୍ୱଣର ପରିବେଶ ଦେଖିବାକୁ ମିଳିବ। ଆସାମର ଲୋକମାନେ ରଙ୍ଗାଲି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri