ଖୋଲିବ ରତ୍ନଭଣ୍ଡାର: ଜିଲାପାଳ କହିଲେ-”ମୋ ପାଖରେ ଚାବି ନାହିଁ”

ପୁରୀ,୧୪।୭: ସରକାରଙ୍କ ନିଷ୍ପତ୍ତି କ୍ରମେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ କିଛି ସମୟପରେ ଭଣ୍ଡାର ଖୋଲିବ। ତେବେ ଏହା ପୂର୍ବରୁ ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି।

ଏଥିରେ ଯୋଗଦେବାକୁ ଯିବା ସମୟରେ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ବଡ଼ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ହେବାକୁ ଥିବା ବୈଠକରେ ଜେଗାଦେବାକୁ ଯିବା ସମୟରେ ସେ ସୂଚନା ଦେଇ କହିଛନ୍ତି ଯେ, ”ମୋ ପାଖରେ ରତ୍ନଭଣ୍ଡାର ଚାବି ନାହିଁ।”

ରତ୍ନଭଣ୍ଡାର ଖୋଲିବା ସମୟରେ ତଦାରଖ କମିଟିର ୨ ଜଣ ସଦସ୍ୟ ରତ୍ନଭଣ୍ଡାର ଭିତରକୁ ଯିବେ। ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ଡାକ୍ତର ସିବିକେ ମହାନ୍ତି। ଏନେଇ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ସୂଚନା ଦେଇଛନ୍ତି।

ଏହାରି ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବଡ଼ ସୂଚନା ଦେଇଛନ୍ତି।
ରତ୍ନଭଣ୍ଡାର ଖୋଲିବା ସମୟରେ ଶ୍ରୀମନ୍ଦିରରେ ସାମୟିକ କଟକଣା ରହିବ। ସିଂହଦ୍ୱାରକୁ ଛାଡ଼ି ବାକି ତିନି ଦ୍ୱାର ବନ୍ଦ ରହିବ। ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ ଛଡ଼ାଯିବ। କମିଟିର ସଦସ୍ୟ ଯିବା ବେଳେ ବି ସେମାନଙ୍କୁ ଯାଞ୍ଚ କରାଯିବ। ବେହରଣ ଦ୍ବାର ନିକଟରେ ସେମାନଙ୍କୁ ଯାଞ୍ଚ କରାଯିବ। ସେପଟେ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ମହାପ୍ରଭୁଙ୍କୁ ଦଶର୍ନ କରିଛନ୍ତି ଜଷ୍ଟିସ ବିଶ୍ବନାଥ ରଥ। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା:  ଯାହାକୁ ସ୍ବାମୀ କହୁଥିଲେ ସେ ଥାନାରେ

ଧର୍ମଶାଳା,୧୯।୧୨(ଶିବ ପ୍ରସାଦ ମହାନ୍ତି): ପ୍ରସବ କରାଇବାକୁ ଆସି  ଫସିଗଲେ ନାବାଳିକା। ଯାହାଙ୍କୁ ସ୍ବାମୀ  କହିଲେ ତାଙ୍କୁ ପୋଲିସ ନେଇ ପଚରାଉଚରା କରୁଛି। ଏଭଳି ଅଭାବନୀୟ ଘଟଣା...

‘ଜନସାଧାରଣଙ୍କ ସହଯୋଗ ବିନା ହାତୀ ସୁରକ୍ଷା ଅସମ୍ଭବ’

ଦିଗପହଣ୍ଡି, ୧୯ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ପଞ୍ଚାୟତ ଜନଜାତି ବହୁଳ ଢେପାଗୁଡ଼ା ଗ୍ରାମବାସୀ ଏବଂ ସ୍କୁଲ ଛାତ୍ରୀ ଛାତ୍ରଙ୍କୁ ନେଇ...

ଆନ୍ଧ୍ର କୋଟିଆର ମାଉସୀ ହୋଇ ରହୁ, ମା’ ହେବାକୁ ଚେଷ୍ଟା ନ କରୁ: ରାଜସ୍ବମନ୍ତ୍ରୀ

ପଟ୍ଟାଙ୍ଗି,୧୯ା୧୨(ଶରତ କୁମାର ଧଳ)-ରାଜ୍ୟ ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ସୀମାନ୍ତ କୋଟିଆ ପଞ୍ଚାୟତକୁ ଶୁକ୍ରବାର ଗସ୍ତ...

ଛତୁଆ ବିଲ୍‌ କରିଦେବା ପାଇଁ ପୂର୍ବତନ ସିଡିପିଓ ମାଗିଥିଲେ୮୦ ହଜାର ଲାଞ୍ଚ : ଆସିଲା ବଡ଼ ରାୟ 

ଭବାନୀପାଟଣା,୧୯।୧୨(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପୂର୍ବତନ ସିଡିପିଓ (ସମ୍ମନିତ ଶିଶୁ ବିକାଶ ସେବା ପ୍ରକଳ୍ପ ଅଧିକାରିଣୀ) ମୀନା ପାତ୍ର ୨୦୨୧ ମସିହାର...

ଆସିଲା ନିଷ୍ପତ୍ତି: ରବି ଚାଷ ପାଇଁ ଘୋଡ଼ାହାଡ଼ ଡ଼୍ୟାମରୁ …

ଦିଗପହଣ୍ଡି,୧୯।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିି ଗାଁ ନିକଟ ଘୋଡ଼ାହାଡ଼ ଡ଼୍ୟାମରୁ ରବି ଚାଷ ନିମନ୍ତେ ପାଣି ଛଡାଯିବା ପାଇଁ ନିଷ୍ପତ୍ତି...

ସଶକ୍ତ ସମୃଦ୍ଧ କରିବା କେବିକେର ଲକ୍ଷ

ଭଞ୍ଜନଗର,୧୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କୃଷି ବିଜ୍ଞାନ କେନ୍ଦ୍ରରେ ଶୁକ୍ରବାର ଜିଲାର ଅଗ୍ରଣୀ ଚାଷୀ ଏବଂ କୃଷକ ଉତ୍ପାଦକ ସଂଘର କର୍ମକର୍ତ୍ତାମାନଙ୍କୁ ନେଇ ଏକ...

ଭୋଜି ସାରି ଫେରୁଥିଲେ, ମୁହାଁମୁହିଁ ହେଲା ୨ ବାଇକ୍‌, ଆଉ ତା’ ପରେ…

ଭଞ୍ଜନଗର,୧୯ା୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଜଳଭଣ୍ଡାର ସେତୁ ନିକଟରେ ଶୁକ୍ରବାର ଅପରାହ୍ନରେ ଦୁଇ ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ବାସୁ ଦାସ...

୬ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର, ଦେଖିବାକୁ ଲୋକଙ୍କ ଭିଡ଼

ଧର୍ମଶାଳା,୧୯।୧୨(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଗଡମଧୁପୁର ନିକଟରୁ ଏକ ୬ଫୁଟ ଲମ୍ବର ଅଜଗର ଶୁକ୍ରବାର ଦିନ ଉଦ୍ଧାର କରାଯାଇଛି। ଗ୍ରାମରେ ଥିବା ଏକ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri