ଖୋଲିବ ରତ୍ନଭଣ୍ଡାର: ଜିଲାପାଳ କହିଲେ-”ମୋ ପାଖରେ ଚାବି ନାହିଁ”

ପୁରୀ,୧୪।୭: ସରକାରଙ୍କ ନିଷ୍ପତ୍ତି କ୍ରମେ ଖୋଲିବାକୁ ଯାଉଛି ଶ୍ରୀମନ୍ଦିର ରତ୍ନଭଣ୍ଡାର। ଏନେଇ ରତ୍ନଭଣ୍ଡାର ରକ୍ଷକ ପ୍ରଭୁ ଶ୍ରୀ ଲୋକନାଥଙ୍କ ନିକଟରୁ ଆଜ୍ଞାମାଳ ଆସି ସାରିଛି। ଆଉ କିଛି ସମୟପରେ ଭଣ୍ଡାର ଖୋଲିବ। ତେବେ ଏହା ପୂର୍ବରୁ ଜଷ୍ଟିସ ବିଶ୍ବନାଥ ରଥଙ୍କ ଅଧ୍ୟକ୍ଷତାରେ ପ୍ରଶାସନ କାର୍ଯ୍ୟାଳୟରେ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଛି।

ଏଥିରେ ଯୋଗଦେବାକୁ ଯିବା ସମୟରେ ପୁରୀ ଜିଲାପାଳ ସିଦ୍ଧାର୍ଥ ଶଙ୍କର ସ୍ୱାଇଁ ବଡ଼ ସୂଚନା ଦେଇଛନ୍ତି। ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ହେବାକୁ ଥିବା ବୈଠକରେ ଜେଗାଦେବାକୁ ଯିବା ସମୟରେ ସେ ସୂଚନା ଦେଇ କହିଛନ୍ତି ଯେ, ”ମୋ ପାଖରେ ରତ୍ନଭଣ୍ଡାର ଚାବି ନାହିଁ।”

ରତ୍ନଭଣ୍ଡାର ଖୋଲିବା ସମୟରେ ତଦାରଖ କମିଟିର ୨ ଜଣ ସଦସ୍ୟ ରତ୍ନଭଣ୍ଡାର ଭିତରକୁ ଯିବେ। ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ଓ ଡାକ୍ତର ସିବିକେ ମହାନ୍ତି। ଏନେଇ କମିଟି ଅଧ୍ୟକ୍ଷ ଜଷ୍ଟିସ ବିଶ୍ବନାଥ ରଥ ସୂଚନା ଦେଇଛନ୍ତି।

ଏହାରି ମଧ୍ୟରେ ରତ୍ନଭଣ୍ଡାର ଖୋଲିବା ସଂପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ବଡ଼ ସୂଚନା ଦେଇଛନ୍ତି।
ରତ୍ନଭଣ୍ଡାର ଖୋଲିବା ସମୟରେ ଶ୍ରୀମନ୍ଦିରରେ ସାମୟିକ କଟକଣା ରହିବ। ସିଂହଦ୍ୱାରକୁ ଛାଡ଼ି ବାକି ତିନି ଦ୍ୱାର ବନ୍ଦ ରହିବ। ଯେଉଁମାନେ ସେବା ଓ ପୂଜା ପାଇଁ ଅଧିକୃତ ସେମାନଙ୍କୁ ଛଡ଼ାଯିବ। କମିଟିର ସଦସ୍ୟ ଯିବା ବେଳେ ବି ସେମାନଙ୍କୁ ଯାଞ୍ଚ କରାଯିବ। ବେହରଣ ଦ୍ବାର ନିକଟରେ ସେମାନଙ୍କୁ ଯାଞ୍ଚ କରାଯିବ। ସେପଟେ ରତ୍ନଭଣ୍ଡାର ଖୋଲିବା ପୂର୍ବରୁ ମହାପ୍ରଭୁଙ୍କୁ ଦଶର୍ନ କରିଛନ୍ତି ଜଷ୍ଟିସ ବିଶ୍ବନାଥ ରଥ। ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢୀ ମଧ୍ୟ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

୩ ହଜାର ଟଙ୍କାରେ ବିକ୍ରି ହେଉଛି ଗ୍ୟାସ ସିଲିଣ୍ଡର: କଳାବଜାର କଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭଞ୍ଜନଗର,୨୩।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ-ଆମେରିକା ମଧ୍ୟରେ ଲାଗିଥିବା ଯୁଦ୍ଧର ପରିଣାମ ଆମ ଦେଶ ସମେତ ଅନ୍ୟାନ୍ୟ ଦେଶକୁ ମଧ୍ୟ ଭୋଗିବାକୁ ପଡ଼ୁଛି। ଗ୍ୟାସ, ପେଟ୍ରୋଲ, ଡିଜେଲ ଆମଦାନୀ…

ଚର୍ଚ୍ଚାରେ କଣ୍ଠଶିଳ୍ପୀ ଦିପ୍ତିରେଖା: ପ୍ରଧାନମନ୍ତ୍ରୀ ମୋଦି ଶେୟାର କଲେ…

ଭୁବନେଶ୍ୱର,୨୩ା୩(ସୌମ୍ୟରଞ୍ଜନ ରାଉତ):ଓଡ଼ିଆ କଣ୍ଠଶିଳ୍ପୀ ଦୀପ୍ତିରେଖା ପାଢୀଙ୍କ ଭକ୍ତିମୟ ଭଜନ ‘ଦୁର୍ଗତି ନାଶିନୀ ମା’ର ଭିଡ଼ିଓ ଲିଙ୍କ୍‌କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରବିବାର ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟ…

ଭାରତ ଦେବ ୟୁଆନ୍‌

ଇରାନ୍‌ ସହିତ ଆମେରିକା ଓ ଇସ୍ରାଏଲ ଯୁଦ୍ଧ ଚତୁର୍ଥ ସପ୍ତାହରେ ପହଞ୍ଚିଛି। ସଦ୍ୟ ଘଟଣା ଦେଖିଲେ ଗୋଟିଏ ପଟେ ନତାଞ୍ଜ ଆଣବିକ କେନ୍ଦ୍ର ଉପରେ ଆମେରିକା ଓ…

ବାସନ୍ତୀକ ନବରାତ୍ର ପୂଜା: ସ୍କନ୍ଧମାତା ବେଶରେ ମା’ ସମଲେଶ୍ବରୀ

ବରଗଡ଼,୨୩।୩,(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଇଙ୍କ ବାସନ୍ତୀକ ନବରାତ୍ର ପୂଜା ଚାଲିଛି। ପଞ୍ଚମ ଦିବସ ସୋମବାରରେ ଦେବୀ ସ୍କନ୍ଧମାତା ବେଶରେ ଦର୍ଶନ ଦେଇଛନ୍ତି ।…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ଗଣ୍ଡଗୋଳ: ଛୁରୀ ମାଡ଼ରେ ଯୁବକ ଗୁରୁତର

ଦେବଗଡ,୨୩।୩(ଶଶାଙ୍କ ଶେଖର ଝାଙ୍କର):ଜଙ୍ଗଲ ପୂଜା ସମୟରେ ମାଂସ ଭାଗବଣ୍ଟାକୁ କେନ୍ଦ୍ରକରି ବାରକୋଟ ଥାନାଅଞ୍ଚଳର ଜଣେ ଯୁବକଙ୍କୁ ସେହି ଗ୍ରାମର ଅନ୍ୟ ଜଣେ ଯୁବକ ଛୁରୀ ଭୁଷି ହତ୍ୟା…

ବିଧାୟକଙ୍କ ସ୍ବୀକାର, ସରକାର ନିର୍ବିକାର: ବିକ୍ରି ହୋଇପାରିନି ପଞ୍ଜୀକରଣରୁ ବାଦ୍‌ ପଡ଼ିଥିବା ଚାଷୀଙ୍କ ଧାନ

ବରଗଡ଼,୨୩।୩(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଆଉ ମାସକ ପରେ ରବିଧାନ ଅମଳ ହେବ। ଫଳରେ ରବି ଧାନବିକ୍ରି ପାଇଁ ବର୍ତ୍ତମାନ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଚାଲିଛି। କିନ୍ତୁ ଗତ…

ଆମେରିକାକୁ ପାଲଟା ଧମକ ଦେଲା ଇରାନ: ହର୍ମୁଜ ଷ୍ଟ୍ରେଟ୍‌ ବନ୍ଦ…

ଓ୍ବାଶିଂଟନ୍‌,୨୩ା୩(ରଏଟର୍ସ):ଆମେରିକା-ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଆକ୍ରମଣ-ପ୍ରତ୍ୟାକ୍ରମଣ ବେଳକୁ ବେଳ ବଢ଼ି ଚାଲିଥିଲାବେଳେ ହର୍ମୁଜ୍‌ ଷ୍ଟ୍ରେଟ୍‌ ଦେଇ ତୈଳ ପରିବହନ ପ୍ରସଙ୍ଗ ଉଭୟ ପକ୍ଷଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ରହିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri