ଭଣ୍ଡ ସନ୍ୟାସୀଙ୍କ ‘ଚକ୍ରାନ୍ତ’…ନୂଆପଡ଼ାରେ ବିଜେଡି ହାରିବା ପରେ ସାଂଘାତିକ ଅଭିଯୋଗ ଆଣିଲେ ଶ୍ରୀମୟୀ

ଭୁବନେଶ୍ୱର,୧୪।୧୧: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ୍‌ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା କାର୍ତ୍ତିକେୟ ପାଣ୍ଡିଆନ୍‌ଙ୍କୁ ସମାଲୋଚନା କରୁଛନ୍ତି। ନୂଆପଡ଼ାରେ ବିଜେଡି ତୃତୀୟ ସ୍ଥାନ ହାସଲ କରିବା ପରେ ଶ୍ରୀମୟୀ ସୋସିଆଲ ମିଡିଆରେ ପୁଣି ପାଣ୍ଡିଆନ୍‌ଙ୍କୁ ବିରୋଧ କରିଛନ୍ତି। ସେ କହିଛନ୍ତି, ପ୍ରମାଣିତ ହେଲା ଭଣ୍ଡ ସନ୍ୟାସୀଙ୍କ ‘ଚକ୍ରାନ୍ତ’ ନୂଆପଡ଼ା ଉପନିର୍ବାଚନକୁ ନେଇ ପୂର୍ବରୁ ଯାହା ଆଶଙ୍କା ଥିଲା, ତାହା ଏବେ ଓ ଆଗରେ ସତ ପ୍ରମାଣିତ ହେଲା। ଷଡଯନ୍ତ୍ର, ଚକ୍ରାନ୍ତ ସବୁ ଜଳଜଳ ଦିଶିଲାଣି। ଅନାମବାବୁଙ୍କ ମାନମହତକୁ ପୁଣିଥରେ ତଳେ ପକାଇଲେ ଘରଜ୍ୱାଇଁ ।

ଯାହାଙ୍କୁ ନିଜ ମାଟିର ଲୋକେ ୩୦ ହଜାର ଭୋଟ ବ୍ୟବଧାନରେ ପ୍ରତ୍ୟାଖ୍ୟାନ କରିଥିଲେ, ତାଙ୍କୁ ନୂଆପଡ଼ା ପ୍ରାର୍ଥୀ ଭାବେ ଲଦି ଦେବା କାର୍ଯ୍ୟ କ’ଣ ସତରେ ଆମ ପ୍ରିୟ ନେତା ନବୀନ ବାବୁ କରିଥିଲେ? ଥରୁଟିଏ ତ ନିଜ ଅନ୍ତରାତ୍ମାକୁ ପଚାରି ପାରିଥାନ୍ତ ଯେ- ନୂଆପଡ଼ା ଅଂଚଳରେ କ’ଣ କେହି ଯୋଗ୍ୟ ନ ଥିଲେ? ନା ଭଣ୍ଡ ସନ୍ୟାସୀଙ୍କ ଚକ୍ରାନ୍ତକୁ କାର୍ଯ୍ୟକାରୀ କରିବାକୁ ତାଙ୍କ ଚାଟୁକାର ଗୋଷ୍ଠୀର ନେତାମାନେ ଫୁଲ ଦମରେ ଲାଗି ପଡ଼ିଥିଲେ । ଏତେ ବିପର୍ଯ୍ୟୟ ପରେ ବି ସେହି ତାମିଲ ବ୍ୟକ୍ତିର ‘ଘର ଭଙ୍ଗା’ ‘ବଂଶ ନିପାତ’ ଚାଲକୁ କ’ଣ ବୁଝିବାରେ ଆମ ରାଜ୍ୟର ନେତାମାନେ ଏତେ ଅକ୍ଷମ?

ଆମ ସମସ୍ତଙ୍କ ପ୍ରିୟ ନବୀନବାବୁ ଷଷ୍ଠ ଥର ପାଇଁ ଓ ମୁଖ୍ୟମନ୍ତ୍ରୀ ହୋଇଥାନ୍ତେ ଓ ଦେଶର ସବୁଠୁ ଦୀର୍ଘକାଳୀନ ମୁଖ୍ୟମନ୍ତ୍ରୀ ହେବାର ଇତିହାସ ରଚିଥାନ୍ତେ, ତାଙ୍କୁ ଟିମ ଭାଇରସ (ଭଣ୍ଡ ସନ୍ୟାସୀଙ୍କ ଚାଟୁକାର ଗୋଷ୍ଠୀ) ଆଜି ଇତିହାସ ବନେଇ ଦେଲେ । ତାଙ୍କର ବାର୍ଦ୍ଧକ୍ୟଜନିତ ଶାରୀରିକ ସମସ୍ୟା ଜାଣି ମଧ୍ୟ ସୁଚିନ୍ତିତ ଢଙ୍ଗରେ ନୂଆପ ନିର୍ବାଚନ ପ୍ରଚାରକୁ ନେଇ ତାଙ୍କୁ ସର୍ବସାଧାରଣରେ ‘ସମବେଦନାର ପାତ୍ର’ କରାଇବାକୁ ବି ପଛାଇଲେ ନାହିଁ ।

ଇତିହାସ ନିଶ୍ଚୟ, ଆପଣମାନଙ୍କୁ ଶ୍ରେଷ୍ଠ ଚାଟୁକାର ଓ ବିଜେଡି ବିପର୍ଯ୍ୟୟର ‘ସିଖି ମାନେଇ’ ଭାବେ ମନେରଖିବ । ଆଉ କେତେଦିନ ଏମିତି ମାନମହତକୁ ନିଲାମ କରିବେ ନିଜର ଟିକେଟ ଖଣ୍ଡେ ସୁରକ୍ଷିତ ରଖିବା ପାଇଁ? ଧନ୍ୟରେ ତାମିଲ ଭକ୍ତଗଣ, କେବେ ତ ବିବେକୀ ହୁଅ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ସିମନବାଡିରେ ଅଜବ ପରାମ୍ପରା: ବିଶ୍ୱାସ ରହିଛି ଏମିତି କଲେ ଦୂର ହୁଏ ରୋଗ ପିଡା

ଦାରିଙ୍ଗବାଡି, ୧୭ ।୩ (ଅରୁଣ ସାହୁ ): ବିଶ୍ୱାସ ଅନେକ ଦୁଃଖକୁ ଦୂର କରିବା ନଜିର ରହିଛି। ରୋଗ ବ୍ୟାଧି ହେଉ କି ହାଡଫୁଟି, ବସନ୍ତ ଭଳି…

ଯୁଦ୍ଧ ହେବ ଆହୁରି ଭୟଙ୍କର! ଶପଥ ନେଲାଣି ଇରାନ, କହିଲା ‘ଶହୀଦଙ୍କ ରକ୍ତ ବେକାର ଯିବନି’

ତେହରାନ୍‌,୧୭।୩: ଇରାନୀ ନୌସେନା କମାଣ୍ଡର ରିଅର ଆଡମିରାଲ ଶାହରାମ ଇରାନୀ ଆମେରିକା ବିରୁଦ୍ଧରେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ପ୍ରତିଜ୍ଞା କରିଛନ୍ତି। ସେ କହିଛନ୍ତି ଯେ ଇରାନୀ…

କଂଗ୍ରେସରୁ ନିଲମ୍ବିତ ହେଲେ ୩ ବିଧାୟକ: ‘ହୁଇପ୍‌’କୁ ନ ମାନି …

ଭୁବନେଶ୍ୱର,୧୭।୩: ରାଜ୍ୟ ସଭା ନିର୍ବାଚନରେ ଏଥର ମଧ୍ୟ କଂଗ୍ରେସରେ ଗଡ଼ବଡ଼ ପରିଲକ୍ଷିତ ହୋଇଛି। କଂଗ୍ରେସ ବିଧାୟକ ଦାଶରଥି ଗମାଙ୍ଗ, ରମେଶ ଜେନା ଏବଂ ସୋଫିଆ ଫିର୍ଦ୍ଦୋସ ପାର୍ଟିର…

ଏପ୍ରିଲରୁ ବଢ଼ିପାରେ କାର- ଟିଭି ଏବଂ ଏସିର ଦାମ୍! ଜାଣନ୍ତୁ କାରଣ

ନୂଆଦିଲ୍ଲୀ,୧୭।୩: ଏପ୍ରିଲ୍ ମାସଠାରୁ ଅନେକ ଅତ୍ୟାବଶ୍ୟକୀୟ ଜିନିଷର ମୂଲ୍ୟ ବୃଦ୍ଧି ପାଇବାର ସମ୍ଭାବନା ରହିଛି । ଏହି ତାଲିକାରେ କାର, ଦୁଇ ଚକିଆ ଯାନ, ଟେଲିଭିଜନ, ରେଫ୍ରିଜରେଟର…

୫ ପ୍ରତିଶତ ବଢିଲା DA: ମାଲାମାଲ ସରକାରୀ କର୍ମଚାରୀ

ଅଗରତାଲା,୧୭।୩: କେନ୍ଦ୍ର ସରକାରଙ୍କ ପକ୍ଷରୁ ସାରା ଦେଶରେ ଅଷ୍ଟମ ବେତନ କମିଶନ ଲାଗୁ କରିବା ପାଇଁ ପ୍ରସ୍ତୁତି ସମ୍ପର୍କରେ ଆଲୋଚନା ଏବେ ଜୋରଦାର ଚାଲିଛି। ଏହି ମଧ୍ୟରେ…

ସିରିଜ୍‌ ଦୁର୍ଘଟଣା: ୪ ଘଣ୍ଟାରୁ ଅଧିକ ସମୟ ଧରି ଭିତରେ ଚାପି ହୋଇ ରହିଲେ ଡ୍ରାଇଭର, ଘଟଣାସ୍ଥଳରେ…

ଭଦ୍ରକ, ୧୭।୩(ସନାତନ ରାଉତ): ଭଦ୍ରକ ଗ୍ରାମାଞ୍ଚଳ ଥାନା ୧୬ ନମ୍ବର ଜାତୀୟ ରାଜପଥ ଅସୁରା ଛକରେ ସୋମବାର ବିଳମ୍ବିତ ରାତିରେ ସିରିଜ୍‌ ଦୁର୍ଘଟଣା ଘଟିଛି । ଟ୍ରକ୍‌କୁ…

ମହାପ୍ରଭୁଙ୍କ ଦର୍ଶନ ପରେ ସବୁ ଖୋଲି କହିଦେଲେ ଦିଲୀପ ରାୟ: କହିଲେ, ବିଜେଡି ବିଧାୟକଙ୍କ ସହ ମୋର…

ପୁରୀ,୧୭।୩: ୧୨ ବର୍ଷ ବ୍ୟବଧାନରେ ଓଡ଼ିଶାରେ ହୋଇଛି ରାଜ୍ୟ ସଭା ନିର୍ବାଚନ । ୪ଆସନ ଲାଗି ସୋମବାର ଅନୁଷ୍ଠିତ ନିର୍ବାଚନରେ ରାଜ୍ୟ ଭାଜପା ସଭାପତି ମନମୋହନ ସାମଲ,…

ଯୁଦ୍ଧ ମଧ୍ୟରେ ଭାରତକୁ ବଡ଼ ପ୍ରତିଶ୍ରୁତି ଦେଲା ଇରାନ, କହିଲା ‘ତୁମେ ଆମ ପାଇ ଗୁରୁତ୍ୱପୂର୍ଣ୍ଣ, ସେଥିପାଇଁ…’

ତେହରାନ୍‌/ନୂଆଦିଲ୍ଲୀ,୧୭।୩: ଇରାନ ହର୍ମୁଜ ପ୍ରଣାଳୀ ଦେଇ ଭାରତୀୟ ଜାହାଜ ପାର ହେବା ସମ୍ପର୍କରେ ସୂଚନା ଜାରି କରିଛି। ଇରାନ ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri