ଭଣ୍ଡ ସନ୍ୟାସୀଙ୍କ ‘ଚକ୍ରାନ୍ତ’…ନୂଆପଡ଼ାରେ ବିଜେଡି ହାରିବା ପରେ ସାଂଘାତିକ ଅଭିଯୋଗ ଆଣିଲେ ଶ୍ରୀମୟୀ

ଭୁବନେଶ୍ୱର,୧୪।୧୧: ବିଜେଡିରୁ ବହିଷ୍କାର ହୋଇଥିବା ଶ୍ରୀମୟୀ ମିଶ୍ର ବାରମ୍ବାର ଦଳକୁ ଟାର୍ଗେଟ୍‌ କରୁଛନ୍ତି। ସେ ଦଳ ସୁପ୍ରିମୋ ନବୀନ ପଟ୍ଟନାୟକଙ୍କ ନୁହେଁ, ବିଜେଡିର ପୂର୍ବତନ ନେତା କାର୍ତ୍ତିକେୟ ପାଣ୍ଡିଆନ୍‌ଙ୍କୁ ସମାଲୋଚନା କରୁଛନ୍ତି। ନୂଆପଡ଼ାରେ ବିଜେଡି ତୃତୀୟ ସ୍ଥାନ ହାସଲ କରିବା ପରେ ଶ୍ରୀମୟୀ ସୋସିଆଲ ମିଡିଆରେ ପୁଣି ପାଣ୍ଡିଆନ୍‌ଙ୍କୁ ବିରୋଧ କରିଛନ୍ତି। ସେ କହିଛନ୍ତି, ପ୍ରମାଣିତ ହେଲା ଭଣ୍ଡ ସନ୍ୟାସୀଙ୍କ ‘ଚକ୍ରାନ୍ତ’ ନୂଆପଡ଼ା ଉପନିର୍ବାଚନକୁ ନେଇ ପୂର୍ବରୁ ଯାହା ଆଶଙ୍କା ଥିଲା, ତାହା ଏବେ ଓ ଆଗରେ ସତ ପ୍ରମାଣିତ ହେଲା। ଷଡଯନ୍ତ୍ର, ଚକ୍ରାନ୍ତ ସବୁ ଜଳଜଳ ଦିଶିଲାଣି। ଅନାମବାବୁଙ୍କ ମାନମହତକୁ ପୁଣିଥରେ ତଳେ ପକାଇଲେ ଘରଜ୍ୱାଇଁ ।

ଯାହାଙ୍କୁ ନିଜ ମାଟିର ଲୋକେ ୩୦ ହଜାର ଭୋଟ ବ୍ୟବଧାନରେ ପ୍ରତ୍ୟାଖ୍ୟାନ କରିଥିଲେ, ତାଙ୍କୁ ନୂଆପଡ଼ା ପ୍ରାର୍ଥୀ ଭାବେ ଲଦି ଦେବା କାର୍ଯ୍ୟ କ’ଣ ସତରେ ଆମ ପ୍ରିୟ ନେତା ନବୀନ ବାବୁ କରିଥିଲେ? ଥରୁଟିଏ ତ ନିଜ ଅନ୍ତରାତ୍ମାକୁ ପଚାରି ପାରିଥାନ୍ତ ଯେ- ନୂଆପଡ଼ା ଅଂଚଳରେ କ’ଣ କେହି ଯୋଗ୍ୟ ନ ଥିଲେ? ନା ଭଣ୍ଡ ସନ୍ୟାସୀଙ୍କ ଚକ୍ରାନ୍ତକୁ କାର୍ଯ୍ୟକାରୀ କରିବାକୁ ତାଙ୍କ ଚାଟୁକାର ଗୋଷ୍ଠୀର ନେତାମାନେ ଫୁଲ ଦମରେ ଲାଗି ପଡ଼ିଥିଲେ । ଏତେ ବିପର୍ଯ୍ୟୟ ପରେ ବି ସେହି ତାମିଲ ବ୍ୟକ୍ତିର ‘ଘର ଭଙ୍ଗା’ ‘ବଂଶ ନିପାତ’ ଚାଲକୁ କ’ଣ ବୁଝିବାରେ ଆମ ରାଜ୍ୟର ନେତାମାନେ ଏତେ ଅକ୍ଷମ?

ଆମ ସମସ୍ତଙ୍କ ପ୍ରିୟ ନବୀନବାବୁ ଷଷ୍ଠ ଥର ପାଇଁ ଓ ମୁଖ୍ୟମନ୍ତ୍ରୀ ହୋଇଥାନ୍ତେ ଓ ଦେଶର ସବୁଠୁ ଦୀର୍ଘକାଳୀନ ମୁଖ୍ୟମନ୍ତ୍ରୀ ହେବାର ଇତିହାସ ରଚିଥାନ୍ତେ, ତାଙ୍କୁ ଟିମ ଭାଇରସ (ଭଣ୍ଡ ସନ୍ୟାସୀଙ୍କ ଚାଟୁକାର ଗୋଷ୍ଠୀ) ଆଜି ଇତିହାସ ବନେଇ ଦେଲେ । ତାଙ୍କର ବାର୍ଦ୍ଧକ୍ୟଜନିତ ଶାରୀରିକ ସମସ୍ୟା ଜାଣି ମଧ୍ୟ ସୁଚିନ୍ତିତ ଢଙ୍ଗରେ ନୂଆପ ନିର୍ବାଚନ ପ୍ରଚାରକୁ ନେଇ ତାଙ୍କୁ ସର୍ବସାଧାରଣରେ ‘ସମବେଦନାର ପାତ୍ର’ କରାଇବାକୁ ବି ପଛାଇଲେ ନାହିଁ ।

ଇତିହାସ ନିଶ୍ଚୟ, ଆପଣମାନଙ୍କୁ ଶ୍ରେଷ୍ଠ ଚାଟୁକାର ଓ ବିଜେଡି ବିପର୍ଯ୍ୟୟର ‘ସିଖି ମାନେଇ’ ଭାବେ ମନେରଖିବ । ଆଉ କେତେଦିନ ଏମିତି ମାନମହତକୁ ନିଲାମ କରିବେ ନିଜର ଟିକେଟ ଖଣ୍ଡେ ସୁରକ୍ଷିତ ରଖିବା ପାଇଁ? ଧନ୍ୟରେ ତାମିଲ ଭକ୍ତଗଣ, କେବେ ତ ବିବେକୀ ହୁଅ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଅଟୋକୁ ଧକ୍କା ଦେଲା ଅକ୍ଷୟ କୁମାରଙ୍କ ଗାଡି: ମୋଟାଅଙ୍କର କ୍ଷତିପୂରଣ ଦାବି କଲେ ଅଟୋ ଡ୍ରାଇଭରଙ୍କ ଭାଇ!

ମୁମ୍ବାଇ,୨୦।୧: ମୁମ୍ବାଇର ଜୁହୁ ଅଞ୍ଚଳରେ ସୋମବାର ରାତିରେ ବଲିଉଡ ସୁପରଷ୍ଟାର ଅକ୍ଷୟ କୁମାରଙ୍କ ସୁରକ୍ଷା ଥିବା ଏକ ଗାଡ଼ି ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣା ପରେ...

ବଢିଲା ଅଡୁଆ: ଜେଲର, ଅଧୀକ୍ଷକଙ୍କୁ ଏକ୍ସପ୍ଲାନେଶନ ଚିଠି

କଟକ,୨୦।୧: ଚୌଦ୍ୱାର ଜେଲ ପୂର୍ବତନ ଜେଲର ଏବଂ ଅଧୀକ୍ଷକଙ୍କ କଳି ଏବେ ପଦାରେ ପଡିଛି। ଘଟଣାକୁ ନେଇ କ୍ୟାମେରା ଆଗରେ ଉତ୍ତର ରଖିଛନ୍ତି DIG ବୀରେନ...

ଏହି କ୍ରିକେଟର୍‌ଙ୍କୁ ଟାର୍ଗେଟ କଲେ କୋହଲିଙ୍କ ଭାଇ: କହିଲେ, କରିବା ଅପେକ୍ଷା କହିବା ସହଜ

ନୂଆଦିଲ୍ଲୀ,୨୦।୧: ଭାରତୀୟ ଷ୍ଟାର କ୍ରିକେଟର୍‌ ବିରାଟ କୋହଲିଙ୍କ ଭାଇ ବିକାଶ କୋହଲି ପୁଣି ଥରେ ପୂର୍ବତନ ଭାରତୀୟ କ୍ରିକେଟର ଏବଂ ପ୍ରସିଦ୍ଧ ଭାଷ୍ୟକାର ସଞ୍ଜୟ ମାଞ୍ଜରେକରଙ୍କୁ...

ଚା’ ବଦଳରେ ସକାଳୁ ଏଥିରୁ ପିଅନ୍ତୁ ଗୋଟିଏ ଗ୍ଲାସ, ଉପକାରିତା ଜାଣିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ: ଅଧିକାଂଶ ଭାରତୀୟଙ୍କ ସକାଳ ଗରମ ଚା’ ସହିତ ଆରମ୍ଭ ହୁଏ। ତଥାପି, ଖାଲି ପେଟରେ ଚା ପିଇବା ସ୍ବାସ୍ଥ୍ୟକର ନୁହେଁ। ଯଦି ଆପଣ ଏକ...

ଓଡ଼ିଶା ନାଁ ନେଇ ଏମିତି କଥା କହିଲେ ପ୍ରଧାନମନ୍ତ୍ରୀ ମୋଦି: ସବୁଠି ହେଉଛି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଭାଜପାର ନୂଆ ଅଧ୍ୟକ୍ଷ ନୀତିନ ନବୀନଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ମୁଁ ବିଶ୍ୱର ସର୍ବବୃହତ ରାଜନୈତିକ ଦଳର...

ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି, ଘଟଣାସ୍ଥଳରେ ନଥିଲେ କେହି…

ମୋହନା, ୨୦।୧( ମନ୍ମଥ ମିଶ୍ର ): ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହେଲା ନମ୍ବର ବିହୀନ ସ୍କର୍ପିଓ ଗାଡ଼ି। ଗଜପତି ଜିଲା ମୋହନା ଥାନା ଚନ୍ଦ୍ରଗିରି ନିକଟ...

US Tariff:‘ପଦ ଛାଡିବେ ଫ୍ରାନ୍ସ ରାଷ୍ଟ୍ରପତି’, କାହିଁକି ଏମିତି କହିଲେ ଟ୍ରମ୍ପ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ଓ୍ବାଶିଂଟନ,୨୦।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଫରାସୀ ମଦ ଏବଂ ସାମ୍ପେନ ଉପରେ ୨୦୦ ପ୍ରତିଶତ ଶୁଳ୍କ ଲାଗୁ କରିବାକୁ ଧମକ ଦେଇଛନ୍ତି। ଫ୍ରାନ୍ସ ରାଷ୍ଟ୍ରପତି...

ପ୍ରମିଳାଙ୍କ ଘରେ ଯାଜପୁର ନେତାଙ୍କ ମେଳି: ସାମିଲ ହେଲେ ଏସବୁ ନେତା…

ଭୁବନେଶ୍ୱର,୨୦।୧: ବିଜେଡିରେ ହେବ କି ବଡ଼ ପରିବର୍ତ୍ତନ? ବୈଠକ ପରେ ବୈଠକ ବସୁଛି। ଇତି ମଧ୍ୟରେ ମଙ୍ଗଳବାର ପ୍ରମିଳା ମଲ୍ଲିକଙ୍କ ଭୁବନେଶ୍ବର ବାସଭବନରେ ଯାଜପୁର ନେତାଙ୍କ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri