ବିଜେଡିର ସବୁ ଗୁମର ଖୋଲିଦେଲେ ଶ୍ରୀମୟୀ: କହୁ କହୁ କହିଦେଲେ….

ଭୁବନେଶ୍ୱର,୧୯।୧: ବିଜେଡିର ଦୁଇଜଣ ବିଧାୟକ ସନାତନ ମହାକୁଡ଼ ଓ ଅରବିନ୍ଦ ମହାପାତ୍ରଙ୍କୁ ଦଳରୁ ନିଲମ୍ବନ କରାଯିବା ପରେ ରାଜ୍ୟ ରାଜନୀତି ଜୋର ଧରିଛି। ମୁଖ୍ୟତଃ ଅରବିନ୍ଦ ମହାପାତ୍ରଙ୍କୁ କାହିଁକି ନିଲମ୍ବନ କରାଗଲା ତାହାର ସ୍ପଷ୍ଟ ସୂଚନା ମିଳୁ ନ ଥିବାବେଳେ ଏହାର କାରଣ ଜାଣିବା ପାଇଁ ଦଳର ବହୁ ଆଗଧାଡ଼ିର ନେତାଙ୍କ ଘରେ ଭିଡ ଜମିଛି। ଏହାକୁ ନେଇ ବିଭିନ୍ନ ମହଲରେ ରାଜ୍ୟ ସଭା ଅଙ୍କ ପାଇଁ ଏତେ ସବୁ ନାଟ ବୋଲି କୁହାଯାଉଥିବାବେଳେ ବିଜେଡିରେ କାଦୁଅଫିଙ୍ଗା ରାଜନୀତି ଥମୁନାହିଁ। ନିଲମ୍ବନକୁ ନେଇ ଦଳ ପକ୍ଷରୁ ପ୍ରତିଦିନ ଗଣମାଧ୍ୟମ ଆଗରେ ମୁଖପାତ୍ରମାନେ ବିବୃତି ରଖୁଥିବାବେଳେ ଦଳରୁ ପୂର୍ବରୁ ବିଦା ହୋଇଥିବା ଶ୍ରୀମୟୀ ମିଶ୍ର ବିଜେଡିକୁ ଟାର୍ଗେଟ୍‌ କରିଛନ୍ତି।

ସେ କହିଛନ୍ତି, ୨ ଜଣ ବିଧାୟକଙ୍କୁ ଦଳରୁ ନିଲମ୍ବିତ କରି “ଅନୁଶାସନ”ର ପାଠ ପଢ଼ାଯାଉଛି। କୁହାଯାଉଛି ସେମାନେ ଦୁର୍ନୀତିଗ୍ରସ୍ତ ଓ ବିଶ୍ୱାସଘାତକ। କିନ୍ତୁ ପ୍ରଶ୍ନ ଉଠୁଛି କିଏ କାହା ସହ ବିଶ୍ୱାସଘାତକତା କରିଛି? ପ୍ରକୃତ ବିଶ୍ୱାସଘାତକ କିଏ?

ପଚାରିବାକୁ ଚାହୁଁଛି:-

-କାହା ଅପାରଗତା ଓ କାହା ଅହଙ୍କାର ପାଇଁ ଦଳ କ୍ଷମତାରୁ ଗଲା, ଆଉ ବିଧାୟକ ସଂଖ୍ୟା ୫୧ ରେ ସୀମିତ ରହିଲା?

-କାହାର ବିଶ୍ବାସଘାତକତା ପାଇଁ ଲୋକସଭାରେ ଦଳ “ଶୂନ” ହୋଇଗଲା?

-କାହାର ଷଡ଼ଯନ୍ତ୍ର ପାଇଁ ଦଳ ନୂଆପଡ଼ା ଉପନିର୍ବାଚନରେ ଜିଲା ବାହାରର ପ୍ରାର୍ଥୀ ଦେଇ ତୃତୀୟ ସ୍ଥାନରେ ରହିଲା ?

ଯେତେବେଳେ Hoarding ରୁ ନିଜ ବାପାଙ୍କ ଫଟୋ ହଟି ତାମିଲ ଫଟୋ ରହିଲା, କୁଆଡ଼େ ଯାଇଥିଲା ସେ, zero Tolerance?

କିଏ ସେହି ବିଭୀଷଣ-ବିଶ୍ବାସଘାତକ, ଯିଏ କୋଟିଏ କର୍ମୀ-ନେତାଙ୍କ ପଛରେ ଛୁରାମାଡ଼ କଲା ସତ୍ତ୍ୱେ ଦଳପତି ତାକୁ ‘ପ୍ରିୟପାତ୍ର’ କରି ରଖିଛନ୍ତି ଓ କ’ଣ ବାଧ୍ୟବାଧକତା ରହିଛି?

ସେତେବେଳେ ଆପଣଙ୍କ ‘ଅନୁଶାସନ’ କୁଆଡ଼େ ଯାଇଥିଲା, ଯେତେବେଳେ:-

୧. ଜଣେ ଅଣଓଡ଼ିଆ ବ୍ୟକ୍ତି ହସ୍ପିଟାଲ ପରିସରରେ ଦଳର ନେତାମାନଙ୍କୁ “I am down but not out” କହି ଧମକାଉଥିଲେ?

୨. ଦଳର ଜଣେ ନେତ୍ରୀଙ୍କୁ ଅଶାଳୀନ ଭାଷାରେ ଗାଳିଗୁଲଜ କରାଗଲା ଏବଂ ଶଙ୍ଖଭବନର ବୈଠକର ଭିଡିଓକୁ ଭାଇରାଲ କରିବାର ଧମକ ଦିଆଗଲା?

୩. ଜଣେ ବରିଷ୍ଠ ନେତାଙ୍କ ଝିଅର ବାହାଘର ଭାଙ୍ଗିବା ପର୍ଯ୍ୟନ୍ତ କଥା ଗଲା?

୪. ଅତୀତରେ ଦଳକୁ ସବୁଠୁ ଅଧିକ ଗାଳି କରୁଥିବା ଲୋକଙ୍କୁ ସ୍ବତନ୍ତ୍ର ସମ୍ମାନ ଦେଇ ଟିକେଟ ବଣ୍ଟାଗଲା? କୁଆଡ଼େ ଗଲା ସେହି “Zero Tolerance” ଆଉ “Discipline” ?

ଆଜି ଏମିତି ଏକ ପରିସ୍ଥିତି ସୃଷ୍ଟି ହୋଇଛି, ଯିଏ ସେହି ଭଣ୍ଡ ସନ୍ୟାସୀକୁ ନେତା ବୋଲି ନମାନିବ, ତାଙ୍କୁ ଅନୁଶାସନହୀନ ଓ ବିଶ୍ବାସଘାତକର ଆଖ୍ୟା ଦିଆଯିବ !

ଏବେ ଦଳପତି ନିଜେ ନିଜ ଜାଲରେ ଛନ୍ଦି ହୋଇଯାଇଛନ୍ତି। ବୟସ୍କ ବ୍ୟକ୍ତି ବୋଲି ସମ୍ମାନ ଦେଉଛୁ ସତ କିନ୍ତୁ ତାଙ୍କର ଅଣ ଓଡ଼ିଆ ମୋହ ଆଜି ଓଡ଼ିଶାବାସୀଙ୍କୁ ବାରମ୍ବାର ଅପମାନିତ କରୁଛି। ଜଣେ ଭଣ୍ଡ ସନ୍ୟାସୀ ଙ୍କ ହାତରେ ସର୍ବସ୍ବ ଟେକି ଦେଇ, ଅନେକ କର୍ମୀଙ୍କ ରକ୍ତ ଓ ଝାଳରେ ଗଢ଼ା ହୋଇଥିବା ଏହି ଦଳକୁ ସେ ଆଜି ତିଳ ତିଳ କରି ନଷ୍ଟ କରିବାରେ ଲାଗିଛନ୍ତି।

ସେହି ଦୁଇ ବିଧାୟକଙ୍କ ବିରୋଧରେ ତଥ୍ୟ ପ୍ରମାଣ ସାର୍ବଜନୀନ କରି ଦଳପତି ନିଜର ନିରପେକ୍ଷତା ପ୍ରମାଣିତ କରିବାରେ ଅସୁବିଧା କେଉଁଠି ? ଦଳର ବରିଷ୍ଠ ନେତାମାନେ କାହିଁକି ଚୁପ, କ’ଣ ଅନ୍ୟାୟ ଏବେ ସୀମା ଲଙ୍ଘିଲାଣି ବୋଲି ହୃଦବୋଧ ହଉଛି ନା ଆଜ୍ଞା ହଜୁରୀ ଅଭ୍ୟାସ ଯାଇନି?

ବୋଧହୁଏ ଓଡ଼ିଆଙ୍କ ସ୍ବାଭିମାନକୁ ଦଳିଦେବା ପାଇଁ ଦଳପତି ଜାଣିଶୁଣି ଏହି ତାମିଲ ଦମ୍ପତି ଙ୍କୁ ଦାୟିତ୍ୱ ଟେକି ଦେଇଛନ୍ତି। ଏହା କୌଣସି ରାଜନୀତି ନୁହେଁ, ବରଂ ନିଜ ଲୋକଙ୍କୁ କଷ୍ଟ ଦେଇ ‘Sadistic Pleasure’ ପାଇବାର ଏକ ହୀନ ପ୍ରୟାସ।

କ୍ଷମତାରେ ଥିଲାବେଳେ ପରା ଗୋଇନ୍ଦା ସଂସ୍ଥା ଫେଲ ମାରିଲା, ସତ ଖବର ପହଞ୍ଚି ପାରିଲାନି। ଆଉ ଏବେ କ’ଣ ସେହି ତାମିଲ ସଂସ୍ଥା ର ରିପୋର୍ଟ ଆଧାରରେ ଗୁଇନ୍ଦା ତଥ୍ୟ ପହଞ୍ଚି ଯାଉଛି?

ମନେରଖନ୍ତୁ, ଓଡ଼ିଶାର ମାଟି ବିଶ୍ୱାସଘାତକତାର ବ୍ରାଣ୍ଡ ଆମ୍ବାସଡ଼ରଙ୍କୁ କେବେ କ୍ଷମା ଦେବନାହିଁ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଜଣେ ଶିକ୍ଷକଙ୍କ କାନ୍ଧରେ ସ୍କୁଲ ଭାର: ୭ ବିଷୟ ସହ ଶାରୀରିକ ଶିକ୍ଷା ଦେଉଛନ୍ତି ସାହିତ୍ୟ ସାର୍‌

ହାଟଡିହୀ,୫।୯(ଶୁଭକାନ୍ତ ନାୟକ):କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତଙ୍କୁ ଶିକ୍ଷା, ଉତ୍ତମ ଶିକ୍ଷାର ନାରା ଦେଉଛନ୍ତି। ମାତ୍ର ବାସ୍ତବ ସ୍ଥିତି କିନ୍ତୁ ଓଲଟା। ଗ୍ରାମାଞ୍ଚଳରେ ସ୍କୁଲରେ ମୌଳିକ ସୁବିଧା,…

ଡୋପ୍‌ ଟେଷ୍ଟରେ ଧରାପଡ଼ିଥିବା ଏୟାର ଇଣ୍ଡିଆ ପାଇଲଟ୍‌ ବହିଷ୍କୃତ

ନୂଆଦିଲ୍ଲୀ,୫ା୯: ଫୁକେଟ୍‌ରୁ ଦିଲ୍ଲୀ ଉଡ଼ାଣ ବେଳେ ବିମାନ ହଠାତ୍‌ ୩୦୦ ଫୁଟ୍‌ ଖସିବା ଘଟଣା ପରେ ନିଷେଧ ନିଶାଦ୍ରବ୍ୟ ସେବନ କରିଥିବା ଡୋପ୍‌ ଟେଷ୍ଟରୁ ଧରାପଡ଼ିବା ପରେ…

ଭୀଷଣ ପାଗ ନେଇ ସତର୍କ କରାଇଲେ ଡବ୍ଲ୍ୟୁଏମ୍‌ଓ ମୁଖ୍ୟ: ଫେବୃଆରୀ ଯାଏ ଜାରି ରହିବ…

ନୂଆଦିଲ୍ଲୀ,୫ା୯: ପ୍ରଶାନ୍ତ ମହାସାଗର ଉପରେ ସକ୍ରିୟ ଥିବା ଏଲ୍‌ ନିନୋ ଆଗାମୀ ମାସଗୁଡ଼ିକରେ ଅଧିକ ଘନୀଭୂତ ହୋଇ ଏକ ଶକ୍ତିଶାଳୀ ରୂପ ନେବ ଏବଂ ଆସନ୍ତାବର୍ଷ ଫେବୃଆରୀ…

ଶିମ୍ପାଞ୍ଜିଙ୍କର ଅଛି ନିଜସ୍ବ ‘ଉପଭାଷା’

ନୂଆଦିଲ୍ଲୀ,୫ା୯: ମଣିଷମାନଙ୍କ ଭଳି ଶିମ୍ପାଞ୍ଜିଙ୍କର ମଧ୍ୟ ନିଜସ୍ବ ‘ଉପଭାଷା’ ବା ‘ଆଞ୍ଚଳିକ ଭାଷା’ (ଡାଏଲେକ୍ଟସ) ରହିଥାଏ। ଏକ ନୂତନ ଗବେଷଣାରୁ ଜଣାପଡ଼ିଛି, ଶିମ୍ପାଞ୍ଜି ଛୁଆମାନେ ବଡ଼ ହେବା…

ଥାନା ହାଜତରେ ରେଳ କର୍ମଚାରୀଙ୍କୁ ନିର୍ଯାତନା: ହାତ, ଗୋଡ଼ ଭାଙ୍ଗିଦେଲେ, ଯୌନାଙ୍ଗରେ…

ପୁରୁଣା ଭୁବନେଶ୍ୱର,୫ା୯(ସୁବାସ ଚନ୍ଦ୍ର ପ୍ରଧାନ): ବ୍ରହ୍ମପୁର ରେଳ ସୁରକ୍ଷା ବଳ (ଆର୍‌ପିଏଫ୍‌) ଦ୍ୱାରା ଅମାନୁଷିକତାର ସବୁ ସୀମା ଟପିଯାଇଛି। ଚୋରି ସନ୍ଦେହରେ ସୌମ୍ୟରଞ୍ଜନ ମିଶ୍ର ନାମକ ଜଣେ…

ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର ଭରଦ୍ୱାଜ ଗିରଫ

ନୂଆଦିଲ୍ଲୀ,୫ା୯:ଦିଲ୍ଲୀର ଯନ୍ତରମନ୍ତରରେ ଗତ ଜୁଲାଇରେ କକ୍‌ରୋଚ୍‌ ଜନତା ପାର୍ଟି (ସିଜେପି) ନେତୃତ୍ୱରେ ଛାତ୍ର ଆନ୍ଦୋଳନ ବେଳେ ଜଣେ ଛାତ୍ରୀଙ୍କ ବାପାଙ୍କୁ ଆକ୍ରମଣ କରିଥିବା ହିନ୍ଦୁତ୍ୱ ଇନ୍‌ଫ୍ଲୁଏନ୍ସର ସ୍ବତନ୍ତ୍ର…

ବିଡ଼ା ବିଡ଼ା ଟଙ୍କା ଗଣାଚାଲିଛି

ପୁରୀ,୫ା୯(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସ ଚଢ଼ାଉ କରି ବିପୁଳ ପରିମାଣର ଗଞ୍ଜେଇ ଜବତ କରିବା ସହ ଘଟଣାରେ ସମ୍ପୃକ୍ତ ୨ ଯୁବକଙ୍କୁ ଗିରଫ କରିଛି। ପୋଲିସ…

ଭୂପର୍ଯ୍ୟବେକ୍ଷକ ସାଟେଲାଇଟ୍‌ ଉତ୍‌କ୍ଷେପଣ କଲା ଇସ୍ରୋ

ଶ୍ରୀହରିକୋଟା,୫ା୯: ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ) ଶୁକ୍ରବାର ଦେଶର ପ୍ରଥମ ଇମେଜିଂ ସାଟେଲାଇଟ୍‌କୁ ସଫଳତାର ସହ ଭୂସ୍ଥିର କକ୍ଷରେ ସ୍ଥାପନ କରି ଆଉ ଏକ ଇତିହାସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri