ଆଜିଠୁ ଓଡ଼ଗାଁରେ ଶ୍ରୀରାମ ନବମୀ ଯାତ୍ରା

ଓଡ଼ଗାଁ,୩୦ା୩(ସ୍ବ.ପ୍ର.): ନୟାଗଡ଼ ଜିଲା ଓଡ଼ଗାଁରେ ବିଜେ ଶ୍ରୀରଘୁନାଥଜୀଉଙ୍କ ପ୍ରସିଦ୍ଧ ଶ୍ରୀରାମ ନବମୀ ଯାତ୍ରା ଗୁରୁବାରଠାରୁ ଆରମ୍ଭ ହୋଇ ୧୦ ତାରିଖ ପର୍ଯ୍ୟନ୍ତ ଚାଲିବ। ଏହି ଅବସରରେ ମନ୍ଦିର ପ୍ରଶାସନ ଓ ସ୍ଥାନୀୟ ବାସିନ୍ଦା ସମସ୍ତ ପ୍ରସ୍ତୁତି ଶେଷ କରିଛନ୍ତି। ରାଧାକାନ୍ତ ମଠଠାରୁ ତୋରଣ ଓ ସାଜସଜ୍ଜା ଆରମ୍ଭ ହୋଇଥିବା ବେଳେ ମନ୍ଦିର ସୂବର୍ଣ୍ଣ କଳସକୁ ଛାଡ଼ି ମନ୍ଦିର ଚୂଡ଼ାକୁ ସୁନ୍ଦର ଆଲୋକ ମାଳାରେ ସଜ୍ଜିତ କରାଯାଇଛି।
ମନ୍ଦିର ପରିଚାଳକଙ୍କ ସୂଚନା ଅନୁଯାୟୀ, ଗୁରୁବାର ଶ୍ରୀରାମ ଜନ୍ମ ଅବସରରେ ସକାଳ ୫ରେ ଆଳତୀ, ୭ରେ ବଲ୍ଲଭ ଭୋଗ, ସାଢେ ୮ରେ ଖେଚୁଡି ଭୋଗ, ସାଢେ ୧୦ଠାରୁ ରାମଜନ୍ମ କର୍ମାଙ୍ଗ ଆରମ୍ଭ ହୋଇ ସମସ୍ତ ନୀତି ସମ୍ପାଦନ ପୂର୍ବକ ଅପରାହ୍ନ ୧ରେ ଶ୍ରୀରାମ ଲାଲାଙ୍କ ଆବିର୍ଭାବ ହେବା ପାଇଁ ନୀତି ନିର୍ଘଣ୍ଟ କରାଯାଇଛି। ଜନ୍ମବିଧାନ ପରେ ମନ୍ଦିର ବନ୍ଦ ରହିବ। ସନ୍ଧ୍ୟା ୬ରୁ ଆଳତି ସହିତ ରାତି ୧୦ଟା ପର୍ଯ୍ୟନ୍ତ ମନ୍ଦିର ଖୋଲା ରହିବ। ଜନ୍ମନାରାୟଣ ବେଶରେ ଶ୍ରଦ୍ଧାଳୁମାନଙ୍କୁ ଶ୍ରୀଜୀଉ ଦର୍ଶନ ଦେବେ। ମନ୍ଦିର ପ୍ରଶାସନର ସୂଚନା ଅନୁସାରେ ୩୧ ତାରିଖରେ ତାଡକା ବଧ, ଏପ୍ରିଲ ୧ରେ ଅହଲ୍ୟା ଉଦ୍ଧାରଣ, ୨ରେ ଗଙ୍ଗାପାର, ୩ରେ ଧନୁଭଗ୍ନ (ସୀତା ବିବାହ), ୪ରେ ବନବାସ, ୫ରେ ଚିତ୍ରକୂଟ, ୬ରେ ଗୁରୁବାର ହେତୁ ସାଧାରଣ ଦର୍ଶନ, ୭ରେ ଅଷ୍ଟାବଧାନ, ୮ରେ ଯୁଦ୍ଧଯାତ୍ରା, ୯ରେ ଅଭିଷେକ ବେଶରେ ଶ୍ରୀଜୀଉମାନେ ସନ୍ଧ୍ୟା ଦର୍ଶନ ଦେବାକୁ ଥିବା ବେଳେ ୧୦ରେ ପାଣିଖେଳ ସହିତ ଚଳିତ ବର୍ଷର ରାମ ଜନ୍ମ ଉତ୍ସବ ପାଳିତ ହେଉଛି। ଏଥି ନିମନ୍ତେ ହନୁମାନ ଛକଠାରୁ ମନ୍ଦିର ପର୍ଯ୍ୟନ୍ତ ନୂତନ ପିଚୁ ରାସ୍ତା ସହିତ ଆଲୋକୀକରଣ କରାଯାଇଛି। ୨ ପ୍ଲାଟୁନ ପୋଲିସ ଫୋର୍ସ ମୁତୟନ କରାଯିବ। ସ୍ଥାନୀୟ ତହସିଲଦାର, ବିଡିଓ ଓ ଶାନ୍ତ କମିଟି ସଦସ୍ୟମାନେ ଶାନ୍ତି ଶୃଙ୍ଖଳା ପ୍ରତି ସ୍ବତନ୍ତ୍ର ଧ୍ୟାନ ଦେବେ। ସେହିପରି ଅଗ୍ନିଶମ, ବିଦ୍ୟୁତ୍‌ ବିଭାଗ, ପାନୀୟ ଜଳ ଯୋଗାଣ ପ୍ରତି ଅନୁରୁପ ଧ୍ୟାନ ଦିଆଯିବ ବୋଲି ଜିଲାପ୍ରଶାସନ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରେଳ ଲାଇନ୍‌ ପାରି ହେଉଥିଲେ, ଧକ୍କା ଦେଲା ବାଙ୍ଗିରିପୋଷି-ରୁପ୍ସା ଟ୍ରେନ: ମୁଣ୍ଡରୁ ଗଣ୍ଡି ଅଲଗା…

ବୈଶିଙ୍ଗା, ୧।୪ (ରତନ ଦାଶ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ମଛପଦା ନିକଟରେ ବୁଧବାର ରାତିରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣା ଘଟିଯାଇଛି। ବାଙ୍ଗିରିପୋଷି-ରୁପ୍ସା ଡିଏମୟୁ…

ଗଜପତି ପୋଲିସର ବଡ଼ ସଫଳତା: ୧ କୋଟି ୮୦ ଲକ୍ଷ ଟଙ୍କାର ଗଞ୍ଜେଇ ଜବତ, ୩ ମାଫିଆ…

ମୋହନା, ୧।୪(ମନ୍ମଥ ମିଶ୍ର): ରାଜ୍ୟ ସରକାରଙ୍କ ଗଞ୍ଜେଇ ମୁକ୍ତ ଓଡ଼ିଶା ଅଭିଯାନ ମଧ୍ୟରେ ଗଜପତି ପୋଲିସକୁ ଏକ ବଡ଼ ସଫଳତା ମିଳିଛି। ଜିଲାର ଆର୍‌. ଉଦୟଗିରି ଥାନା…

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ବ୍ୟାକଫୁଟରେ ସୁପରପାୱାର ଆମେରିକା, ଇରାନ ସହ ଯୁଦ୍ଧରୁ ଓହରିବ! ଟ୍ରମ୍ପଙ୍କ ବଡ଼ ବୟାନ…

ୱାଶିଂଟନ, ୧ା୪:ଇରାନ ଏବଂ ଆମେରିକା ମଧ୍ୟରେ ଚାଲିଥିବା ସଂଘର୍ଷ ଏବେ ଏକ ନୂଆ ମୋଡ଼ ନେଇଛି। ସୁପରପାୱାର ଆମେରିକାର ରଣନୀତି ଫେଲ ମାରୁଥିବା ବେଳେ ରାଷ୍ଟ୍ରପତି ଡୋନାଲ୍ଡ…

ରାସାୟନିକ ଦୁର୍ଘଟଣା ରୋକିବାରେ ‘ଗ୍ରାସିମ୍‌’ ତୁଲାଉଛି ଗୁରୁଦାୟିତ୍ୱ, ଜନସାଧାରଣଙ୍କ ମଧ୍ୟରେ…

ଗଞ୍ଜାମ,୧ା୪(ଅନାଥ ତରାଇ/ବିଦ୍ୟାଧର ସାହୁ)- ପରିବେଶ ସୁରକ୍ଷା ଏବଂ ଜନସାଧାରଣଙ୍କ ନିରାପତ୍ତା ପ୍ରତି ନିଜର ପ୍ରତିବଦ୍ଧତା ପ୍ରଦର୍ଶନ କରି ପୁଣିଥରେ ଚର୍ଚ୍ଚାରେ ଗ୍ରାସିମ୍‌ ଇଣ୍ଡଷ୍ଟ୍ରିଜ୍‌। ମଙ୍ଗଳବାର ଅପରାହ୍ନ ପ୍ରାୟ…

ଥୁଆମୂଳ ରାମପୁରରେ ମା’ ଠାକୁରାଣୀଙ୍କ ଚୈତ୍ର ଘଣ୍ଟଯାତ୍ରା ସମ୍ପନ୍ନ: ଭକ୍ତିମୟ ପରିବେଶରେ ନିଜ ଆସ୍ଥାନକୁ ଫେରିଲେ ମା’

ଥୁଆମୂଳ ରାମପୁର,୧।୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ମୁଖ୍ୟାଳୟରେ ଅତି ଆଡ଼ମ୍ବର ସହକାରେ ଅନୁଷ୍ଠିତ ହେଉଥିବା ମା’ ଠାକୁରାଣୀଙ୍କ ପବିତ୍ର ଚୈତ୍ର ଘଣ୍ଟଯାତ୍ରା…

ବଲାଙ୍ଗୀରରେ ଓଡ଼ିଶା ଦିବସ ପାଳନକୁ ବିରୋଧ: ସଂସ୍କୃତି ଭବନରେ କୋଶଲ ସମର୍ଥକଙ୍କ ହଙ୍ଗାମା, ୮ ଅଟକ

ବଲାଙ୍ଗୀର,୧।୪(ସୁନିଲ କୁମାର ମହାନ୍ତି): ଆଜି ସମଗ୍ର ରାଜ୍ୟରେ ଓଡ଼ିଶା ଦିବସ ବା ଉତ୍କଳ ଦିବସ ପାଳିତ ହେଉଥିବା ବେଳେ ବଲାଙ୍ଗୀରରେ ଏହାକୁ ନେଇ ଅଭାବନୀୟ ପରିସ୍ଥିତି ସୃଷ୍ଟି…

ଲଜ୍ଜା: ୧୩ ବର୍ଷର ନାବାଳିକାଙ୍କୁ ଗର୍ଭବତୀ କଲେ ଦୁଇ ସନ୍ତାନର ବାପା, ଅଭିଯୁକ୍ତଙ୍କୁ ପୋଲିସ ବାନ୍ଧି…

ପାତ୍ରପୁର, ୧।୪ (ଉମା ଚରଣ ନେପାକ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ ଜରଡ଼ା ଥାନା ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଆଙ୍କୁଲି ପଞ୍ଚାୟତର ଜଣେ ୧୩…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri