Posted inଜାତୀୟ

ଇସ୍ରୋ ମିଶନ ୨୦୨୨: ଚଳିତ ବର୍ଷର ପ୍ରଥମ ପିଏସ୍‌ଏଲ୍‌ଭି-ସି୫୨ ସାଟେଲାଇଟ ଲଞ୍ଚ

ବେଙ୍ଗାଲୁରୁ,୧୪ ।୨: ଭାରତୀୟ ଅନ୍ତରୀକ୍ଷ ଅନୁସନ୍ଧାନ ସଙ୍ଗଠନ(ଇସ୍ରୋ) ଚଳିତ ବର୍ଷର ଏହାର ପ୍ରଥମ ମିଶନ ଭାବେ ସୋମବାର ଏକ ସାଟେଲାଇଟ ଲଞ୍ଚ କରିଛି । ଏହି ପରୀକ୍ଷଣ ସୋମବାର ସକାଳ ୫ଟା ୫୯ରେ କରାଯାଇଛି । ଆନ୍ଧ୍ର ପ୍ରଦେଶ ଶ୍ରୀହରିକୋଟାରେ ଥିବା ସତିଶ ଧୱନ ମହାକାଶ କେନ୍ଦ୍ରରୁ ପିଏସ୍‌ଏଲ୍‌ଭି-ସି୫୨ର ପରୀକ୍ଷଣ କରାଯାଇଛି । ଏହାସହ ଆଉ ଦୁଇଟି ଛୋଟ ସାଟେଲାଇଟବି ମହାକାଶକୁ ପଠାଯାଇଛି । ଇସ୍ରୋ ପକ୍ଷରୁ ଟୁଇଟ୍ କରି ସୂଚନା ଦିଆଯାଇଥିଲା କି ପିଏସ୍‌ଏଲ୍‌ଭି-ସି୫୨, ଇଓଏସ୍‌-୦୪ ମିଶନ ପରୀକ୍ଷଣ ପାଇଁ ଓଲଟା ଗଣତି ରବିବାର ସକାଳ ୪ଟା ୨୯ରୁ ଆରମ୍ଭ ହୋଇଯାଇଛି । ପିଏସ୍‌ଏଲ୍‌ଭି-ସି୫୨ ଜରିଆରେ ୧,୭୧୦ କିଲୋଗ୍ରାମ ଓଜନ ଇଓଏସ-୦୪କୁ ପରୀକ୍ଷଣ କରାଯିବ । ଏହା ୫୨୯ କିଲୋମିଟର ମଧ୍ୟରେ ସୂର୍ଯ୍ୟ ସମକାଳୀନ ଧ୍ରୁବିୟ କକ୍ଷରେ ଘୁରି ବୁଲିବ । ଇସ୍ରୋ କହିଛି ଇଓଏସ୍‌-୦୪ ରାଡାର ଇମେଜିଂ ସାଟାଲାଟ ଅଟେ । ଏହାର ବ୍ୟବହାର ପୃଥିବୀର ହାଇ କ୍ୱାଲିଟି ଫଟୋ ଉତ୍ତୋଳନ ପାଇଁ କରାଯିବ । ଏହା କୃଷି, ବୃକ୍ଷରୋପଣ, ମାଟିର ଆର୍ଦ୍ରତା, ପାଣିର ଉପଲବ୍ଧତା ଓ ବନ୍ୟା ହୋଇଥିବା ଅଞ୍ଚଳର ନକ୍ସା ପ୍ରସ୍ତୁତ କରିବାରେ ସାହାଯ୍ୟ କରିବ ।


Enter your email to get our daily news in your inbox.

All Right Reserved By Dharitri.Com

କଲ୍ୟାଣସିଂହପୁର ଭିଡ଼ ହିଂସାରୁ ଯୁବତୀଙ୍କୁ ଉଦ୍ଧାର କରିଥିବା ୩ ସାହସୀ ଯୁବକଙ୍କୁ ଜିଲାସ୍ତରୀୟ ସମ୍ମାନ

​କଲ୍ୟାଣସିଂହପୁର, ୧୫/୮(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲାରେ ଉତ୍ସାହ ଓ ଦେଶଭକ୍ତିର ମାହୋଲ ମଧ୍ୟରେ ୮୦ତମ ସ୍ୱାଧୀନତା ଦିବସ ଅତ୍ୟନ୍ତ ଆଡ଼ମ୍ବରର ସହ ପାଳିତ ହୋଇଯାଇଛି। ସ୍ଥାନୀୟ…

ଜଗନ୍ନାଥ ଦର୍ଶନ ହେଲା ଶେଷ ଦର୍ଶନ

ପୁରୀ,୧୫।୮( ଅଜିତ୍ କୁମାର ମହାନ୍ତି ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଦର୍ଶନ ସମୟରେ ଜଣେ ବୃଦ୍ଧ ଶ୍ରଦ୍ଧାଳୁଙ୍କର ପ୍ରାଣହାନି ଘଟିଛି। ମୃତକ ଜଣକ ହେଉଛନ୍ତି ଯାଜପୁର ଜିଲା ବିଞ୍ଝାରପୁର…

ମାଛ ଧରୁଥିବା ବେଳେ ଗୋଡ଼ ଖସିଯିବାରୁ ପ୍ରଖର ସ୍ରୋତରେ ଭାସିଯାଇଥିଲେ, ଚାଲିଗଲା ଯୁବ ଅଧ୍ୟାପକଙ୍କ ଜୀବନ

ବୈଶିଙ୍ଗା,୧୫|୮(ରତନ ଦାଶ): ମୟୂରଭଞ୍ଜ ଓ ବାଲେଶ୍ଵର ଜିଲା ସୀମାନ୍ତ ବୁଢ଼ାବଳଙ୍ଗ ନଦୀର ଏକ ନାଳରେ ଶନିବାର ଦିନ ୧୦ଟା ସମୟରେ ମାଛ ଧରୁଥିବା ବେଳେ ପାଣିର ପ୍ରଖର…

ବ୍ରିଜ୍‌ ଉପରେ ସେଲ୍‌ଫି ନେଉନେଉ ନଦୀକୁ ଖସିପଡ଼ିଲେ ଯୁବତୀ, ଆଉ ତା’ ପରେ…

ବଲାଙ୍ଗୀର/ସଇଁନ୍ତଳା,୧୫ା୮(ସୁନିଲ କୁମାର ମହାନ୍ତି/ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ଜିଲା ସଇଁନ୍ତଳା ଥାନା ଅନ୍ତର୍ଗତ ବେଲଗାଁ ବ୍ରିଜ ଉପରେ ଜଣେ ଯୁବତୀ ସେଲ୍‌ଫି ନେଉଥିଲେ। ଏହି ସମୟରେ ହଠାତ୍‌…

ସୁଭଦ୍ରା ସହ ମଧୁବାବୁ ପେନସନ୍ ଯୋଜନାରେ ମିଳିବ ଅଧିକ ଲାଭ, ସ୍ୱାଧୀନତା ଦିବସରେ ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା…

ଭୁବନେଶ୍ୱର,୧୫।୮: ୮୦ତମ ସ୍ୱାଧୀନତା ଦିବସରେ ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ମାଝୀ ୫ଟି ବଡ଼ ଘୋଷଣା କରିଛନ୍ତି। ଏହି ଘୋଷଣା ମଧ୍ୟରେ ସାମିଲ ଅଛି ସୁଭଦ୍ରା ଯୋଜନାଠୁ ନେଇ…

ଧାର୍ମିକ ପତାକା ଅସମ୍ମାନକୁ ନେଇ ୨ ସମ୍ପ୍ରଦାୟ ମଧ୍ୟରେ ଉତ୍ତେଜନା

ଖଇରା,୧୫ା୮(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ଥାନା ଅଧୀନ ତୁଡିଗଡ଼ିଆ ବଜାରରେ ସଂଖ୍ୟାଲଘୁ ସମ୍ପ୍ରଦାୟର ଧାର୍ମିକ ପତାକାକୁ ଅନ୍ୟ ଏକ ସମ୍ପ୍ରଦାୟର କିଛି ଯୁବକ ଅସମ୍ମାନ ପ୍ରଦର୍ଶନ…

ରାଇକିଆରେ ୮୦ତମ ସ୍ବାଧୀନତା ଦିବସ

ରାଇକିଆ,୧୫ା୮(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆଠାରେ ଶନିବାର ୮୦ତମ ବ୍ଲକସ୍ତରୀୟ ସ୍ବାଧୀନତା ଦିବସ ପାଳିତ ହୋଇଯାଇଛି। ପ୍ରତିକୂଳ ପାଗ ସତ୍ତ୍ବେ ବିଜୟ ହାଇସ୍କୁଲଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ରାଇକିଆ…

ଏମିତି ସର୍ଟ ମାରିଲେ ରାହୁଲ, ଶ୍ରୀଲଙ୍କା ଖେଳାଳିଙ୍କ ମୁଣ୍ଡରେ ବାଜିଲା: ଆଉ ତା’ପରେ ଘଟିଲା…

ଗାଲେ,୧୫।୮: ଭାରତ ଏବଂ ଶ୍ରୀଲଙ୍କା ମଧ୍ୟରେ ଟେଷ୍ଟ ସିରିଜର ପ୍ରଥମ ମ୍ୟାଚ ଗାଲେରେ ଚାଲିଛି। ଟିମ ଇଣ୍ଡିଆ ଏହି ମ୍ୟାଚରେ ପ୍ରଥମେ ବ୍ୟାଟିଂ କରୁଛି। ଅଧିନାୟକ ଶୁବମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri